ଦିବ୍ୟାଙ୍ଗ ଯୁବତୀଙ୍କୁ ବଳାତ୍କାର ଅଭିଯୋଗ

ଖମାର, ୧୩ା୨ (ଡି.ଏନ.ଏ.):ଅନୁଗୋଳ ଜିଲା ପାଲଲହଡା ଉପଖଣ୍ଡ ଖମାର ଥାନା ଅଞ୍ଚଳର ଜଣେ ୨୩ ବର୍ଷୀୟା ଦିବ୍ୟାଙ୍ଗ ଯୁବତୀଙ୍କୁ ଶୁକ୍ରବାର ବଳାତ୍କାର କରାଯାଇଥିବା ଅଭିଯୋଗ ହୋଇଛି। ଯୁବତୀଙ୍କ ବାପା ଏ ନେଇ ଥାନାରେ ଲିଖିତ ଅଭିଯୋଗ କରିବା ପରେ ପୋଲିସ ଏକ ମାମଲା ରୁଜୁ କରି ଅଭିଯୁକ୍ତ ପ୍ରସନ୍ନ ବାଘ (୫୭)ଙ୍କୁ ଗିରଫ କରି ରବିବାର କୋର୍ଟଚାଲାଣ କରିଛି।
ପୋଲିସ କହିଛି, ଗତ ୧୦ ତାରିଖ ପୂର୍ବାହ୍ନ ୧୦ଟାରେ ଅଭିଯୁକ୍ତ ପ୍ରସନ୍ନ ସମ୍ପୃକ୍ତା ଯୁବତୀଙ୍କ ଘରକୁ କୌଣସି କାର୍ଯ୍ୟରେ ଯାଇଥିଲେ। ହେଲେ ଘରେ ଦିବ୍ୟାଙ୍ଗ ଯୁବତୀଙ୍କୁ ଏକୁଟିଆ ଦେଖି ପ୍ରସନ୍ନ ବଳାତ୍କାର କରିଥିଲେ। ଘରୁ ଚାଲିଯାଉଥିବା ବେଳେ ପଡ଼ୋଶୀ ତାଙ୍କୁ ଆସିବାର କାରଣ ପଚାରିଥିଲେ। ପ୍ରସନ୍ନ ବଳଦ ପାଇଁ ଆସିଥିବା କହି ପଳାଇ ଯାଇଥିଲେ। ହେଲେ ଯୁବତୀଙ୍କ ବାପା ଘରେ ପହଞ୍ଚି ଘଟଣା ସମ୍ପର୍କରେ ଜାଣିବାକୁ ପାଇଥିଲେ ବୋଲି ଏତଲାରେ ଦର୍ଶାଯାଇଛି। ଅଭିଯୋଗ ମିଳିବା ପରେ ନଂ. ୨୩/୨୩ରେ ଏକ ମାମଲା ରୁଜୁ କରାଯାଇ ଅଭିଯୁକ୍ତଙ୍କୁ ଗିରଫ କରାଯାଇଥିଲା। ଅଭିଯୁକ୍ତ ଓ ଯୁବତୀଙ୍କ ଡାକ୍ତରୀ ମାଇନା କରାଯିବା ପରେ ଅଭିଯୁକ୍ତଙ୍କୁ କୋର୍ଟଚାଲାଣ କରାଯାଇଥିବା ଖମାର ଥାନା ଅଧିକାରୀ ପ୍ରଶାନ୍ତ କୁମାର ପଢିଆରୀ ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କୁଶପଲ୍ଲୀ ଚଳଚଞ୍ଚଳ: ମା’ ଚାମୁଣ୍ଡାଙ୍କ ପୀଠରେ ଆରମ୍ଭ ହେଲା ନବରାତ୍ର ପୂଜା

ଗଞ୍ଜାମ,୧୧ା୧୦(ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ୍‌ ମଲାଡ଼ ପଞ୍ଚାୟତ ଅନ୍ତର୍ଗତ କୁଶପଲ୍ଲୀସ୍ଥିତ ମା’ ଚାମୁଣ୍ଡାଙ୍କ ପୀଠରେ ଶାରଦୀୟ ଦୁର୍ଗାପୂଜା ଅବସରରେ ୯ ଦିନବ୍ୟାପୀ ନବରାତ୍ର ପୂଜା ଓ ଅଖଣ୍ଡ…

୮ ବର୍ଷ ପରେ ବି କାର୍ଯ୍ୟକ୍ଷମ ହୋଇପାରିଲାନି ଛାତ୍ରୀନିବାସ: ଭୂତକୋଠି ପାଲଟିଛି କୋଟି ଟଙ୍କାର କୋଠା

ଗୁଡ଼ାରି, ୧୦।୧୦ (ପ୍ରମୋଦ କୁମାର ପତି): ଆଦିବାସୀ ଛାତ୍ରୀମାନଙ୍କୁ ଉଚ୍ଚଶିକ୍ଷା ପ୍ରଦାନ ଓ ସେମାନଙ୍କ ଶିକ୍ଷାକୁ ପ୍ରୋତ୍ସାହନ ଦେବା ପାଇଁ ସରକାର ବିଭିନ୍ନ ପଦକ୍ଷେପ ନେଉଛନ୍ତି। ମାତ୍ର…

ଖଡ଼ିଆଳ କଲେଜ ସାଇନ୍‌ ଡାଏ: ଅଧ୍ୟକ୍ଷଙ୍କ ଇସ୍ତଫା ଦାବି ନେଇ ତେଜିଲା ଛାତ୍ର ଆନ୍ଦୋଳନ

ଖଡ଼ିଆଳ,୧୧ା୧୦(ସୁଜିତ୍‌ କୁମାର ପ୍ରଧାନ): ନୂଆପଡ଼ା ଜିଲା ଖଡ଼ିଆଳ ସ୍ବୟଂଶାସିତ ମହାବିଦ୍ୟାଳୟରେ ଛାତ୍ର ସଂସଦ ନିର୍ବାଚନ ବାତିଲ ହେବା ଘଟଣାକୁ ନେଇ କ୍ୟାମ୍ପସରେ ତୀବ୍ର ଉତ୍ତେଜନା ପ୍ରକାଶ ପାଇଛି।…

ବାଘଛାଲ କାରବାର ଘଟଣାର ୪ ଅଭିଯୁକ୍ତ ଗିରଫ, କେତେଦୂର ଲମ୍ବିଛି ଚେର, ଜାରି ରହିଛି ଖୋଳତାଡ଼

ମୋହନା,୧୧ା୧୦(ମନ୍ମଥ ମିଶ୍ର): କଲରାପତରିଆ ବାଘଛାଲ କାରବାର ଘଟଣାରେ ବନ ବିଭାଗ ୪ ଅଭିଯୁକ୍ତଙ୍କୁ ଗିରଫ କରି ରବିବାର କୋର୍ଟ ଚାଲାଣ କରିଛି। ଗଜପତି ଜିଲା ମୋହନା ବନାଞ୍ଚଳ…

କର୍ଲାମୁଣ୍ଡା ଉତ୍ସବମୁଖର: ଆରମ୍ଭ ହେଲା ମା’ ଦୁର୍ଗାଙ୍କ ଶାରଦୀୟ ନବରାତ୍ର ପୂଜା, ୨୨ରେ ଭସାଣି

କର୍ଲାମୁଣ୍ଡା,୧୧ା୧୦(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ସଦର ମହକୁମାସ୍ଥିତ ଦୁର୍ଗା ମଣ୍ଡପଠାରେ ଡୁକେରମାଲ ଦୁର୍ଗାପୂଜା କମିଟି ପକ୍ଷରୁ ରବିବାରଠାରୁ ସାର୍ବଜନୀନ ଶାରଦୀୟ ନବରାତ୍ର ପୂଜା…

ଗାଧୋଇବାକୁ ଯାଇ ଘାଇରେ ବୁଡ଼ିଗଲେ ଯୁବକ, ଦୀର୍ଘ ୮ ଘଣ୍ଟାର କସରତ ପରେ…

ମୋହନା,୧୧ା୧୦(ମନ୍ମଥ ମିଶ୍ର): ଗାଧୋଇବାକୁ ଯାଇ ଘାଇରେ ବୁଡ଼ି ଜଣେ ଯୁବକଙ୍କ ମୃତ୍ୟୁ ଘଟିଛି। ଏଭଳି ଅଭାବନୀୟ ଘଟଣା ଘଟିଛି ଗଜପତି ଜିଲା ଆର ଉଦୟଗିରି ଥାନା ଅନ୍ତର୍ଗତ…

ଆଜି ଅତାବିରା ଆସୁଛନ୍ତି ରାଜ୍ୟପାଳ: ଶିକ୍ଷା ଓ ସାଂସ୍କୃତିକ କ୍ଷେତ୍ରରେ ନୂଆ ଅଧ୍ୟାୟର କରିବେ ଶୁଭାରମ୍ଭ

ଅତାବିରା,୧୧ା୧୦(ଯୁଧିଷ୍ଠିର ମହାପାତ୍ର): ଓଡ଼ିଶାର ରାଜ୍ୟପାଳ ଡାକ୍ତର ହରିବାବୁ କମ୍ଭମପାଟି ରବିବାର ବରଗଡ଼ ଜିଲାର ଅତାବିରା ଗସ୍ତରେ ଆସୁଥିବାରୁ ଅଞ୍ଚଳରେ ଉତ୍ସାହର ପରିବେଶ ସୃଷ୍ଟି ହୋଇଛି। ରାଜ୍ୟପାଳଙ୍କ ଗସ୍ତକୁ…

ଚେକିଂ ବେଳେ ଧରାପଡ଼ିଲେ ବାପ-ପୁଅ, ୨ ଦେଶୀ ବନ୍ଧୁକ ସହ ବିପୁଳ ଗୁଳି ଜବତ

ହାଟଡିହୀ/ଆନନ୍ଦପୁର/ଛେନାପଦୀ,୧୧ା୧୦(ଶୁଭକାନ୍ତ ନାୟକ/ ଶ୍ରୀଧର ମହାରଣା/ ନିରାକାର ପରିଡ଼ା): ପାର୍ବଣକୁ ଦୃଷ୍ଟିରେ ରଖି କେନ୍ଦୁଝର ପୋଲିସ କଡ଼ା ପଦକ୍ଷେପ ନେଇଛି। ଆନନ୍ଦପୁର ଉପଖଣ୍ଡରେ ପ୍ରଥମଥର ପାଇଁ ପୋଲିସ ଏକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?