Posted inଜାତୀୟ

ସିଭିଲ ସର୍ଭିସ୍‌ରେ ଦିବ୍ୟାଙ୍ଗ: କେନ୍ଦ୍ର ସରକାରଙ୍କଠାରୁ ୮ ସପ୍ତାହ ମଧ୍ୟରେ ଜବାବ ଲୋଡିଲେ ସୁପ୍ରିମ୍‌କୋର୍ଟ…

ନୂଆଦିଲ୍ଲୀ,୨।୧୧ : ବିଭିନ୍ନ ବର୍ଗର ସିଭିଲ ସର୍ଭିସ୍‌ରେ ଦିବ୍ୟାଙ୍ଗଙ୍କୁ ସୁଯୋଗ ଦେବା ପ୍ରସଙ୍ଗରେ ଏହାର ଯାଞ୍ଚ୍‌ କରିବାକୁ ସୁପ୍ରିମକୋର୍ଟ କେନ୍ଦ୍ର ସରକାରଙ୍କୁ ନିର୍ଦ୍ଦେଶ ଦେଇଛନ୍ତି। ବୁଧବାର ଏକ ମାମଲାର ଶୁଣାଣି ବେଳେ ଅଦାଲତ କେନ୍ଦ୍ର ସରକାରଙ୍କୁ କହିଛନ୍ତି ଯେ ଦିବ୍ୟାଙ୍ଗମାନଙ୍କୁ ସିଭିଲ ସର୍ଭିସରେ ବିଭିନ୍ନ ବର୍ଗରେ କିପରି ସୁଯୋଗ ଦିଆଯାଇପାରିବ ତାହାର ଜବାବ ଦିଅନ୍ତୁ।

ଏହି ମାମଲାର ଶୁଣାଣି ବେଳେ କୋର୍ଟ କହିଛନ୍ତି ଯେ ଏହି ପ୍ରସଙ୍ଗରେ ବ୍ୟବହାରିକତା ମଧ୍ୟ ଦେଖାଯିବା ଉଚିତ। ଜଷ୍ଟିସ ଏସ ଏ ନଜିର ଏବଂ ଭି ରାମାସୁବ୍ରମଣ୍ୟମ୍ୟଙ୍କ ନେତୃତ୍ୱରେ ଗଠିତ ଖଣ୍ଡପୀଠ ଦିବ୍ୟାଙ୍ଗତା ପ୍ରତି ସହାନୁଭୂତି ଏକ କାରଣ ହୋଇଥିବାବେଳେ ନିଷ୍ପତ୍ତିର ବ୍ୟବହାରିକତାକୁ ମଧ୍ୟ ମନେ ରଖିବା ଜରୁରୀ ବୋଲି କହିଛନ୍ତି। ଅଦାଲତ କହିଛନ୍ତି ଯେ ଦିବ୍ୟାଙ୍ଗମାନେ ସମସ୍ତ ବର୍ଗରେ ଫିଟ ହୋଇପାରିବେ ନାହିଁ। ତେଣୁ ଏହାର ଯାଞ୍ଚ୍‌ କରାଯିବା ଉଚିତ। କାରଣ, ସହାନୁଭୂତି ହେଉଛି ଗୋଟିଏ ଦିଗ ଏବଂ ବ୍ୟବହାରିକତା ଅନ୍ୟ ଏକ ଭିନ୍ନ ଦିଗ।

ଏହି ସମୟରେ କୋର୍ଟ ଏକ ଘଟଣା ବିଷୟରେ ଉଲ୍ଲେଖ କରି କହିଛନ୍ତି ଯେ ଚେନ୍ନାଇରେ ଶତ ପ୍ରତିଶତ ଦୃଷ୍ଟିବାଧିତ ବ୍ୟକ୍ତିଙ୍କୁ ଜୁନିଅର ଡିଭିଜନରେ ସିଭିଲ ଜଜ ଭାବେ ନିଯୁକ୍ତି ଦିଆଯାଇଥିଲା। ପରେ ସେ ତାମିଲ ପତ୍ରିକାର ସମ୍ପାଦକ ଭାବରେ କାର୍ଯ୍ୟ କରିଥିଲେ।

କେନ୍ଦ୍ର ପକ୍ଷରୁ ଏହା କୁହାଯାଇଛି ଯେ ବିଭିନ୍ନ ବର୍ଗର ସିଭିଲ ସର୍ଭିସ୍‌ ଉପରେ ବିବ୍ୟାଙ୍ଗଙ୍କ ଭୂମିକା ଅନୁସନ୍ଧାନ କରାଯାଉଛି। ଏହି ସମୟରେ କେନ୍ଦ୍ର କୋର୍ଟରୁ ୮ ସପ୍ତାହ ସମୟ ମାଗିଥିଲେ। କୋର୍ଟ ଏହାକୁ ମଞ୍ଜୁରୀ ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

BJPରେ ସ୍ମୃତି ଇରାନୀଙ୍କୁ ବଡ଼ ଦାୟିତ୍ୱ: ସଂଗଠନକୁ ଫେରି କହିଲେ ଏହି ବଡ଼ କଥା, ରାଜନୀତିରେ ଚହଳ

ନୂଆଦିଲ୍ଲୀ, ୧୭।୮: ଭାରତୀୟ ଜନତା ପାର୍ଟି (BJP)ର ଜାତୀୟ ଅଧ୍ୟକ୍ଷ ନୀତିନ ନବୀନ ସୋମବାର ତାଙ୍କ ନୂଆ ଟିମର ଘୋଷଣା କରିଛନ୍ତି। ଏହି ଟିମରେ ଦଳକୁ ଆହୁରି…

ଭାଜପାର ନୂଆ ଟିମରେ ଓଡ଼ିଶାରୁ ୨: ସୋସିଆଲ ମିଡିଆରେ ଧର୍ମେନ୍ଦ୍ର ପ୍ରଧାନ କହିଲେ…

ନୂଆଦିଲ୍ଲୀ, ୧୭।୮: ରାଷ୍ଟ୍ରୀୟ ଅଧ୍ୟକ୍ଷ ନୀତିନ ନବୀନ ନୂଆ ଟିମ ଘୋଷଣା କରିଛନ୍ତି। ସ୍ମୃତି ଇରାନୀଙ୍କୁ ସାଧାରଣ ସମ୍ପାଦକ ଏବଂ ବସୁନ୍ଧରା ରାଜେଙ୍କୁ ଉପାଧ୍ୟକ୍ଷ ଭାବେ ନିଯୁକ୍ତ…

ଧାନମଣ୍ଡି ରେଜିଷ୍ଟ୍ରେଶନରେ ସମସ୍ୟା: ଗର୍ଲିଲା ଓଡ଼ିଶା କୃଷକ ସଭା

ଦିଗପହଣ୍ଡି,୧୭।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଅଞ୍ଚଳରେ ଥିବା ପ୍ରାଥମିକ ସେବା ସମବାୟ ସମିତିମାନଙ୍କରେ ଚଳିତବର୍ଷ ଧାନ ମଣ୍ଡି ରେ ଚାଷୀମାନଙ୍କ ନାଁ ରେଜିଷ୍ଟ୍ରେସନ ପାଇଁ…

ଭାଜପାର ନୂଆ ଟିମରୁ ଅମିତ ମାଲବ୍ୟ ବାଦ୍‌, ସୋସିଆଲ ମିଡିଆରେ ଲେଖିଲେ ଏଭଳି କଥା

ନୂଆଦିଲ୍ଲୀ, ୧୭।୮: ଭାରତୀୟ ଜନତା ପାର୍ଟି (BJP)ର ଜାତୀୟ ଅଧ୍ୟକ୍ଷ ନୀତିନ ନବୀନଙ୍କ ନୂଆ ଟିମରେ ଅମିତ ମାଲବ୍ୟଙ୍କୁ ସ୍ଥାନ ମିଳିନାହିଁ। ତାଙ୍କ ସ୍ଥାନରେ ଛତିଶଗଡ଼ର ଦୀପକ…

୨୦୨୭ ବିଜୟର ସ୍କ୍ରିପ୍ଟ ପ୍ରସ୍ତୁତ କଲାଣି ଭାଜପା: ଚକ୍ରବ୍ୟୁହରେ ଫସିବେ ବିରୋଧୀ

ନୂଆଦିଲ୍ଲୀ,୧୭।୮: ଭାରତୀୟ ଜନତା ପାର୍ଟି (ଭାଜପା) ସୋମବାର ନୂଆ ଟିମ୍‌ ଘୋଷଣା କରିଛି। ଏଥିରେ ଉତ୍ତର ପ୍ରଦେଶର ୮ ଜଣ ନେତା ପଦବୀ ପାଇଛନ୍ତି। ଏହା ମାଧ୍ୟମରେ…

ବଚ୍ଚନ ପରିବାରର ଭିତିରି କଥା କହିଦେଲେ ଅମିତାଭ: ଜାଣିଲେ ହେବେ ଆଶ୍ଚର୍ଯ୍ୟ

ମେଗାଷ୍ଟାର ଅମିତାଭ ବଚ୍ଚନ ଆଜିକାଲି ‘କୌନ ବନେଗା କରୋଡ଼ପତି ସିଜିନ ୧୮’ କୁଇଜ ଶୋ’ ମାଧ୍ୟମରେ ଦର୍ଶକଙ୍କୁ ମନୋରଞ୍ଜନ କରୁଛନ୍ତି। ଶୋ’ରେ ଅଭିନେତା ପ୍ରାୟତଃ ତାଙ୍କ ବ୍ୟକ୍ତିଗତ…

‘ଯାହାଙ୍କ ପାଖରେ ଆଧାରକାର୍ଡ ଅଛି, ତାଙ୍କୁ ମିଳିବ ସୁନା’, ଘୋଷଣା କଲେ PM ମୋଦି? ଜାଣନ୍ତୁ ଭାଇରାଲ ଦାବି ପଛର ସତ୍ୟ

ନୂଆଦିଲ୍ଲୀ, ୧୭।୮: ସୋସିଆଲ ମିଡିଆରେ ପ୍ରତିଦିନ ସରକାରଙ୍କ ସହ ଜଡ଼ିତ ଅନେକ ଯୋଜନା ବିଷୟରେ ସୂଚନା ଦିଆଯାଉଛି। କେତେବେଳେ ପ୍ରଧାନମନ୍ତ୍ରୀ ମୋଦିଙ୍କ ଭିଡିଓ ଭାଇରାଲ ହେଉଛି, ତ…

ସ୍ତ୍ରୀଙ୍କୁ ହତ୍ୟା କରି ହୋଇଥିଲେ ଫେରାର, ୪ ବର୍ଷ ପରେ ମିଳିଲା ଦଣ୍ଡ

ପାରଳାଖେମୁଣ୍ଡି,୧୭।୮(ଗିରିଧାରୀ ପରିଛା) : ଝିଅର ଚିକିତ୍ସାକୁ ନେଇ ପତ୍ନୀଙ୍କ ସହ ବଚସାରୁ ତାଙ୍କୁ ହତ୍ୟା କରିବା ମାମଲାରେ ସ୍ୱାମୀଙ୍କୁ ଆଜୀବନ କାରାଦଣ୍ଡ ହୋଇଛି । ଗଜପତି ଜିଲା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri