ଦିବ୍ୟାଙ୍ଗ ପିଲାମାନେ ଅସମ୍ଭବକୁ ସମ୍ଭବ କରି ଦେଖାନ୍ତି : ଧର୍ମେନ୍ଦ୍ର

ଭୁବନେଶ୍ୱର,୩ା୧୦(ଅନିଲ ଦାସ): ଦିବ୍ୟାଙ୍ଗ ପିଲାମାନଙ୍କ ପ୍ରତିଭା କାହା ଠାରୁ କୌଣସି ଗୁଣରେ କମ୍‌ ନୁହେଁ । ସେମାନେ ଯାଦୁଗର ଭଳି ଅସମ୍ଭବ କଥାକୁ ସମ୍ଭବ କରି ଦେଖାଇଥାନ୍ତି । ସୋମବାର ନୂଆଦିଲ୍ଲୀଠାରେ ଆୟୋଜିତ ‘ଦିବ୍ୟାଙ୍ଗଜନ ସ୍ବାଭିମାନ ସମ୍ମାନ ସମାରୋହ’ରେ ଯୋଗଦେଇ କେନ୍ଦ୍ର ଶିକ୍ଷା, ଦକ୍ଷତା ବିକାଶ ଓ ଉଦ୍ୟମିତା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଏହା କହିଛନ୍ତି ।
ଗାନ୍ଧୀ ଜୟନ୍ତୀ ଓ ଶାସ୍ତ୍ରୀ ଜୟନ୍ତୀ ଅବସରରେ ଲୋକସେବକ ମଣ୍ଡଳ ଏବଂ ଅନାମ ସ୍ନେହ ପରିବାର ଦ୍ୱାରା ଆୟୋଜିତ ଏହି କାର୍ଯ୍ୟକ୍ରମରେ ଯୋଗଦେଇ ଧର୍ମେନ୍ଦ୍ର କହିଛନ୍ତି ଯେ, ଦିବ୍ୟାଙ୍ଗ ଭାଇ ଭଉଣୀଙ୍କ ଜୀବନରେ ସକାରାତ୍ମକ ପରିବର୍ତ୍ତନ ଆଣିବା, ସେମାନଙ୍କ ଅଧିକାର ବିଷୟରେ ସଚେତନତା ସୃଷ୍ଟି କରିବା ଏବଂ ସେମାନେ ସମ୍ମୁଖୀନ ହେଉଥିବା ଆହ୍ବାନର ସମାଧାନ ପାଇଁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ସରକାର ନିରନ୍ତର ପ୍ରୟାସ କରୁଛନ୍ତି । ରାଷ୍ଟ୍ରୀୟ ଶିକ୍ଷା ନୀତି ଦିବ୍ୟାଙ୍ଗ ଛାତ୍ରୀଛାତ୍ରଙ୍କୁ ପ୍ରତିବନ୍ଧକ ମୁକ୍ତ ଶିକ୍ଷା ପ୍ରଦାନ କରିବା ଉପରେ ଗୁରୁତ୍ୱ ଦେଇଛି । ଦିବ୍ୟାଙ୍ଗ ପିଲାମାନେ ଅସାଧାରଣ ପ୍ରତିଭାର ଅଧିକାରୀ ହୋଇଥାନ୍ତି। ସେମାନେ ଯାଦୁଗର ଭଳି ଅସମ୍ଭବ କଥାକୁ ସମ୍ଭବ କରି ଦେଖାଇଥାନ୍ତି । ସେମାନେ ନବସୃଜନର ଅଧିକାରୀ। ସନ୍ଥକବି ଭୀମ ଭୋଇଙ୍କ ପଂକ୍ତି ମୋ ଜୀବନ ପଛେ ନର୍କେ ପଡ଼ିଥାଉ, ଜଗତ ଉଦ୍ଧାର ହେଉକୁ ଉଦ୍ଧୃତ କରି କେନ୍ଦ୍ରମନ୍ତ୍ରୀ କହିଥିଲେ, ଏହି ଦୃଷ୍ଟିବାଧିତ କବି ନିଜ ବାର୍ତ୍ତା ମାଧ୍ୟମରେ ବସୁଧୈବ କୁଟୁମ୍ବକମ୍‌ର ବାର୍ତ୍ତା ଦେଇଥିଲେ । ଦୁନିଆକୁ ମୋର ପରିବାର ବୋଲି ଅଭିହିତ କରିଥିଲେ। ଅମୃତ କାଳରେ ଆମକୁ ଏପରି ଏକ ବ୍ୟବସ୍ଥା ନିର୍ମାଣ କରିବାକୁ ହେବ, ଯେଉଁଥିରେ ଦିବ୍ୟାଙ୍ଗ ପିଲାଙ୍କ ପାଇଁ ସମାନ ସୁଯୋଗ ଏବଂ ସ୍ବାଭିମାନ ସହିତ ବଞ୍ଚିବାର ପଥ ପ୍ରଶସ୍ତ ହେବ । ଗାନ୍ଧିଜୀ, ଶାସ୍ତ୍ରିଜୀ, ଲାଲାଜୀ, ପଣ୍ଡିତ ଗୋପବନ୍ଧୁ ଦାସ ଏବଂ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଭଳି ଜନନାୟକଙ୍କ ସ୍ବପ୍ନର ଏକ ବିକଶିତ ଭାରତ ସେତେବେଳେ ହିଁ ଗଢ଼ି ଉଠିବ ଯେତେବେଳେ ଆମେ ଆମ ଦିବ୍ୟାଙ୍ଗ ଭାଇ ଭଉଣୀମାନଙ୍କୁ ସମାନ ଅଧିକାର ସହିତ ବଞ୍ଚିବାର ପରିବେଶ ସୃଷ୍ଟି କରିବା ବୋଲି ସେ କହିଛନ୍ତି ।
ଏହି ଅବସରରେ ପ୍ରଧାନ ଦିବ୍ୟାଙ୍ଗଙ୍କ ସଶକ୍ତୀକରଣ ଏବଂ ସେମାନଙ୍କ ଜୀବନରେ ଉନ୍ନତି ଆଣିବା ଦିଗରେ ସକ୍ରିୟ ଭାବରେ କାମ କରୁଥିବା ବ୍ୟକ୍ତିବିଶେଷ ଏବଂ ସଂଗଠନକୁ ସମ୍ମାନିତ କରିଥିଲେ। ଏହି କାର୍ଯ୍ୟକ୍ରମ ପୂର୍ବରୁ ଧର୍ମେନ୍ଦ୍ର ସମ୍ବିଧାନ ସଦନରେ ମହାତ୍ମା ଗାନ୍ଧୀ ଏବଂ ଲାଲବାହାଦୁର ଶାସ୍ତ୍ରୀଙ୍କ ଜୟନ୍ତୀ ଅବସରରେ ତାଙ୍କ ଫଟୋଚିତ୍ରରେ ଶ୍ରଦ୍ଧାଞ୍ଜଳି ଜ୍ଞାପନ କରିଥିଲେ ।


Enter your email to get our daily news in your inbox.

All Right Reserved By Dharitri.Com

ଅକ୍ଟୋବର ୪ରୁ ବଢ଼ିବ ଓମ୍‌ଫେଡ୍ କ୍ଷୀର ଦର, ଲିଟର ପିଛା….

ଭୁବନେଶ୍ୱର,୨।୧: ଅକ୍ଟୋବର ୪ରୁ ରାଜ୍ୟରେ ବଢ଼ିବ ଓମ୍‌ଫେଡ୍ କ୍ଷୀର ଦର । ଓଡ଼ିଶା ଷ୍ଟେଟ୍ କୋ-ଅପରେଟିଭ୍ ମିଲ୍କ ପ୍ରଡ୍ୟୁସର୍ସ ଫେଡେରେସନ୍ (ଓମ୍‌ଫେଡ୍) ପକ୍ଷରୁ ବିଭିନ୍ନ ପ୍ରକାର କ୍ଷୀରର…

ମୋହନ ସରକାରଙ୍କ ବଡ଼ ଘୋଷଣା: ୫.୧୨ଲକ୍ଷ ନୂଆ ହିତାଧିକାରୀଙ୍କୁ ମିଳିବ ଭତ୍ତା

ଭୁବନେଶ୍ୱର,୨।୧୦ (ରବିନାରାୟଣ ଜେନା):ଦୀର୍ଘଦିନ ଧରି ସରକାରଙ୍କୁ ଭତ୍ତା ଗଣ୍ଡିଏ ପାଇବା ପାଇଁ ଚାହିଁ ରହିଥିବା ବୃଦ୍ଧା/ବୃଦ୍ଧ ଓ ଅନ୍ୟାନ୍ୟ ବର୍ଗଙ୍କ ଅପେକ୍ଷାର ଅନ୍ତ ଘଟିଛି। ମୁଖ୍ୟମନ୍ତ୍ରୀ ମୋହନ…

ପାରିବାରିକ କଳହ: ବାପାଙ୍କ ତଣ୍ଟି କାଟିଲେ ପୁଅ

ଗୁଡାରି,୧।୧୦,(ପ୍ରମୋଦ କୁମାର ପତି ): ଗୁଡାରି ବ୍ଲକର ପେଣ୍ଡିଲି ଗ୍ରାମ ପଞ୍ଚାୟତ ଅନ୍ତର୍ଗତ ଡି ପେଣ୍ଡିଲି ଗ୍ରାମରେ ଗୁରୁବାର ଭୋରୁ ଦେଖିବାକୁ ମିଳିଥିଲା ଏକ ଅଭାବନୀୟ ଘଟଣା।…

କନିଷ୍ଠ ଶିକ୍ଷକଙ୍କୁ ନେଇ ସରକାରଙ୍କ ବଡ଼ ଘୋଷଣା, ୨୦୨୩-୨୪ ବର୍ଷରେ ନିୟୋଜିତ….

ଭୁବନେଶ୍ବର,୧ା୧୦: ଓଡ଼ିଶାର କନିଷ୍ଠ ଶିକ୍ଷକ (ସ୍କିମାଟିକ୍)ଙ୍କ ନିୟମିତକରଣ ନେଇ ବଡ଼ ଘୋଷଣା କରିଛନ୍ତି ରାଜ୍ୟ ସରକାର। ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ଏନେଇ ଅଧିକାରିକ ବିଜ୍ଞପ୍ତି…

ଅତିରିକ୍ତ ଗୋଷ୍ଠୀ ଶିକ୍ଷା ଅଧିକାରୀଙ୍କ ଅବସର: ପଟ୍ଟାଙ୍ଗିରେ ଶିକ୍ଷା ବ୍ୟବସ୍ଥା ସଙ୍କଟରେ, ପଦବୀ ପୂରଣ ପାଇଁ ଦାବି

ପଟ୍ଟାଙ୍ଗି,୧ା୧୦(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ଗୋଷ୍ଠୀ ଶିକ୍ଷା କାର୍ଯ୍ୟାଳୟରେ କାର୍ଯ୍ୟରତ ଅତିରିକ୍ତ ଗୋଷ୍ଠୀ ଶିକ୍ଷା ଅଧିକାରୀ ପ୍ରଭାକର ଖଟୁଆ ବୁଧବାର ଚାକିରିରୁ ଅବସର ଗ୍ରହଣ…

ଅଘୋଷିତ ବିଦ୍ୟୁତ୍ କାଟ: ଯନ୍ତ୍ରୀଙ୍କୁ ସ୍ମାରକପତ୍ର, ସୁଧାର ନ ଆସିଲେ ବଡ଼ ଆନ୍ଦୋଳନ ଚେତାବନୀ

ଦିଗପହଣ୍ଡି,୧।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ୍‌ ଅନ୍ତର୍ଗତ ଭୀଷ୍ମଗିରି ଗ୍ରାମ ସମେତ ଆଖପାଖ ଅଞ୍ଚଳରେ ଲଗାତର ଅଘୋଷିତ ବିଦ୍ୟୁତ୍‌ ବିଭ୍ରାଟକୁ ନେଇ ଉପଭୋକ୍ତାଙ୍କ ମଧ୍ୟରେ…

ହିଞ୍ଜିଳିରେ ହଲଚଲ! ଏହି ନେତାଙ୍କୁ ଚେତାବନୀ ଦେଲେ ନବୀନ, ‘ସବୁ ଜାଣିଛି, ଆକ୍ସନ ନେବି…’,

ଭୁବନେଶ୍ବର,୧ା୧୦: ହିଞ୍ଜିଳି ନିର୍ବାଚନ ମଣ୍ଡଳୀ ନେତାଙ୍କ ବାବଦରେ ବଡ଼ ବୟାନ ଦେଲେ ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ । ନବୀନ ନିବାସରେ ବୈଠକ ସମୟରେ ବିଶୃଙ୍ଖଳାକାରୀ ନେତାମାନଙ୍କୁ…

ବିଭିନ୍ନ ଦାବିରେ ଅବସରପ୍ରାପ୍ତ କର୍ମଚାରୀ ସଂଘର ବିକ୍ଷୋଭ

ଦିଗପହଣ୍ଡି,୧ା୧୦(ଅଶେଷ ନାଥ ମିଶ୍ର): ଜାତୀୟ ଦାବି ଦିବସ ଅବସରରେ ଗଞ୍ଜାମ ଜିଲା ଦିଗପହଣ୍ଡିସ୍ଥିତ ଅବସରପ୍ରାପ୍ତ ସରକାରୀ କର୍ମଚାରୀ ସଂଘ ପକ୍ଷରୁ ୧୨ ଦଫା ଦାବି ହାସଲ ପାଇଁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?