ପଲିଥିନ ତଳେ ବିତୁଛି ଦିବ୍ୟାଙ୍ଗ ମହିଳାଙ୍କ ଜୀବନ

ମହାକାଳପଡ଼ା,୧୫ା୧୨ (ଡି.ଏନ.ଏ.): କେନ୍ଦ୍ର ଓ ରାଜ୍ୟ ସରକାରଙ୍କ ପକ୍ଷରୁ ଗ୍ରାମାଞ୍ଚଳରେ ବସବାସ କରୁଥିବା ଗରିବଙ୍କୁ ଆବାସ ଯୋଜନାରେ ଗୃହ ଯୋଗାଇ ଦେବାର ବ୍ୟବସ୍ଥା କରିଛନ୍ତି। ହେଲେ ଜଣେ ଦିବ୍ୟାଙ୍ଗ ମହିଳା ଛିଣ୍ଡା ପଲିଥିନ ତଳେ ଜୀବନ ବିତାଉଥିବାର କରୁଣ ଚିତ୍ର ଦେଖିବାକୁ ମିଳିଛି କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଉପକୂଳ ଅଞ୍ଚଳ ପେଟଛେଲା ପଞ୍ଚାୟତର ଲୁଣିମାଠିଆ ଶବରପଡ଼ା ଗଁାରେ। ଗଁାର ଶୈଳ ନାୟକ(୫୨)ଙ୍କ ସ୍ବାମୀ ଡବା ନାୟକ ୮ ବର୍ଷ ହେବ ଯକ୍ଷ୍ମା ରୋଗରେ ପୀଡ଼ିତ ହୋଇ ମୃତ୍ୟୁ ଘଟିଥିଲା। ସ୍ବାମୀଙ୍କ ମୃତ୍ୟୁ ପରେ ଶୈଳ ବହୁ କଷ୍ଟରେ ପରିବାର ପ୍ରତିପୋଷଣ କରୁଥିଲେ। ଭାଗ୍ୟର ବିଡମ୍ବନା ଶୈଳ ପକ୍ଷାଘାତ ରୋଗର ଶିକାର ହୋଇଗଲେ। ଆଗ ଭଳି ଆଉ କାମ ଧନ୍ଦା କରି ପାରୁନାହାନ୍ତି। ଏହି ଆଦିବାସୀ ଶବର ଜାତିର ଦିବ୍ୟାଙ୍ଗ ମହିଳା ମୁଣ୍ଡ ଗୁଞ୍ଜିବାକୁ ଅର୍ଥ ସାଜିଛି ବାଧକ। ଚାଷ ଜମି ନ ଥିବାରୁ ସରକାରୀ ଜଙ୍ଗଲ କିସମ ଜମିରେ ଖଣ୍ଡେ ଛିଣ୍ଡା ପଲିଥିନ ତଳେ ଜୀବନ ଅତିବାହିତ କରୁଛନ୍ତି। ଏହି ଶବରପଡ଼ାବାସୀଙ୍କୁ ଘର ଡିହ ପଟ୍ଟା ମିଳିନି ବୋଲି ଗ୍ରାମବାସୀ କହିଛନ୍ତି। ବାତ୍ୟା ଜୱାଦ ପ୍ରଭାବରେ ସ୍ଥାନୀୟ ପ୍ରଶାସନ ପକ୍ଷରୁ ଡାକବାଜି ଯନ୍ତ୍ର ମାଧ୍ୟମରେ ତଳିଆ ଅଞ୍ଚଳ କଚ୍ଚା ଘର ଛାଡ଼ି ପକ୍କା ଘରେ ଆଶ୍ରୟ ନିଅନ୍ତୁ ବୋଲି ପ୍ରଚାର ହୋଇଥିଲା। ସେତେବେଳେ ଏହି ଦିବ୍ୟାଙ୍ଗ ମହିଳା ଛିଣ୍ଡା ପଲିଥିନ ତଳେ ପବନର ଗର୍ଜନ ଓ ଭୀଷଣ ବର୍ଷାରେ ଭଗବାନ ଭରସାରେ ଜୀବନ ଜିଇବାକୁ ପଡ଼ିଥିଲା ବୋଲି କୋହ ଭରା କଣ୍ଠରେ ବଖାଣିଛନ୍ତି। ଏହି ଦିବ୍ୟାଙ୍ଗ ମହିଳାଙ୍କ ମୁଣ୍ଡ ଗୁଞ୍ଜିବାକୁ ଛାତ ଘର ପାଇଁ ସାତସପନ ପାଲଟିଛି। ତେବେ ଦିବ୍ୟାଙ୍ଗଙ୍କୁ ଆବାସ ଯୋଜନାରେ ପକ୍କା ଘର ଯୋଗାଇ ଦେବାକୁ ସାଧାରଣରେ ଦାବି ହେଉଛି।


Enter your email to get our daily news in your inbox.

All Right Reserved By Dharitri.Com

ଦେଓ ନଦୀ ପୋଲ ଉପରେ ଗୋ-ଚାଲାଣ ଗାଡ଼ି ସହ ଅଟୋର ମୁହାଁମୁହିଁ ଧକ୍କା: ଗୋଟିଏ ବଳଦ ମୃତ, ଗୋ-ମାଫିଆ…

ପାଟଣା, ୨ା୭ (ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା-କରଞ୍ଜିଆ ଦେଇଯାଇଥିବା ୨୨୦ ନମ୍ବର ଜାତୀୟ ରାଜପଥରେ ଏକ ବଡ଼ଧରଣର ସଡ଼କ ଦୁର୍ଘଟଣା ଘଟିଯାଇଛି। ସାହାରପଡା ସ୍ଥିତ…

ଡୋକରୀଦର ଝରଣା ନିକଟରେ ଅଜଣା ମୃତଦେହ: ଖବର ପାଇ ବି ପହଞ୍ଚିଲାନି ପୋଲିସ, ସ୍ଥାନୀୟ ଲୋକଙ୍କ ମଧ୍ୟରେ ଅସନ୍ତୋଷ

କୋକସରା, ୨ା୭ (ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ବ୍ଲକ ଖଲିଗଡ ପାଦଦେଶରେ ଥିବା ପ୍ରସିଦ୍ଧ ପର୍ଯ୍ୟଟନସ୍ଥଳୀ ଗୁଡହାଣ୍ଡି ଡୋକରୀ ଚଞ୍ଚରାର ‘ଡୋକରୀଦର’ ଝରଣା ନିକଟରେ…

ବଦଳିଲା ଭାରତ-ଇଂଲଣ୍ଡ ଟି-୨୦ ମ୍ୟାଚର ସମୟ, ଜାଣନ୍ତୁ କେତେବେଳେ ଆରମ୍ଭ ହେବ…

ନୂଆଦିଲ୍ଲୀ,୨।୭: ଭାରତୀୟ କ୍ରିକେଟ ଦଳ ବର୍ତ୍ତମାନ ଇଂଲଣ୍ଡ ଗସ୍ତରେ ଅଛି। ଟିମ ଇଣ୍ଡିଆ ଇଂଲଣ୍ଡ ବିପକ୍ଷରେ ପାଞ୍ଚ ମ୍ୟାଚ ବିଶିଷ୍ଟ ଟି-୨୦ ସିରିଜ ଖେଳୁଛି। ବର୍ଷା ଯୋଗୁ…

ବରଗଡ଼ ମଣ୍ଡିରୁ ଆସିଲା ଚିନ୍ତାଜନକ ଚିତ୍ର: ବିକ୍ରି ଧାନରୁ ବାହାରିଲାଣି ଗଜା, ଚାଷୀଙ୍କୁ ମିଳିନି ପ୍ରାପ୍ୟ; କଟନୀ-ଛଟନୀ…

ବରଗଡ଼,୨।୭(ପ୍ରେମାନନ୍ଦ ଖମାରୀ)- ବରଗଡ଼ ଜିଲାରେ ଗତମାସ ୩୦ତାରିଖରୁ ଖରିଫ୍‌ ଧାନ ସଂଗ୍ରହ ପ୍ରକ୍ରିୟା ସରିଯାଇଛି। କିନ୍ତୁ ବିଭାଗୀୟ ଅବ୍ୟବସ୍ଥା ଯୋଗୁ ଏପର୍ଯ୍ୟନ୍ତ ଧାନ କିଣାବିକାରେ ଚାଷୀଙ୍କ ଦୁଃଖ…

ସିଂହ ରାଶିରେ ଶୁକ୍ରଙ୍କ ଗୋଚର: ଜୁଲାଇ ୪ରୁ ଚମକିବ ଏହି ୪ ରାଶିର ଭାଗ୍ୟ, ଧନଲାଭ ସହ ମିଳିବ ସୁଖ-ସମୃଦ୍ଧି

ଜ୍ୟୋତିଷ ଶାସ୍ତ୍ରରେ ଶୁକ୍ର ଗ୍ରହଙ୍କୁ ସୁଖ, ସମୃଦ୍ଧି, ପ୍ରେମ, ସୌନ୍ଦର୍ଯ୍ୟ ଓ ଭୌତିକ ସୁଖ-ସୁବିଧାର କାରକ ବୋଲି କୁହାଯାଏ। ଯେତେବେଳେ ବି ଶୁକ୍ର ନିଜର ରାଶି ପରିବର୍ତ୍ତନ…

ଗଜପତି ଜିଲା ଭାରତୀୟ ଜନତା ପାର୍ଟି ଯୁବମୋର୍ଚ୍ଚାର ନୂଆ ଟିମ ଘୋଷିତ

ମୋହନା,୨।୭,( ମନ୍ମଥ ମିଶ୍ର ): ଭାରତୀୟ ଜନତା ପାର୍ଟିର ରାଜ୍ୟ ଯୁବ ମୋର୍ଚ୍ଚା ସଭାପତି ଅଭିଳାଷ ପଣ୍ଡାଙ୍କ ସୁପାରିଶ ଓ ଗଜପତି ଜିଲା ସଭାପତି ନବ କିଶୋର…

ଜୁଆ ଖେଳୁଥିବା ସମୟରେ ବାଲାଜୀ ରାଇସ ମିଲରେ ପୋଲିସର ଚଢ଼ାଉ

ରିଷିଡା, ୨।୭,(ସୁଶାନ୍ତ ମଲ୍ଲିକ): କଳାହାଣ୍ଡି ଜିଲା କର୍ଲାମୁଣ୍ତା ବ୍ଲକ ଅନ୍ତର୍ଗତ ଗଜବାହଲ ପଞ୍ଚାୟତ ସ୍ଥିତ ବାଲାଜୀ ରାଇସ ମିଲ ଭିତରେ ଗୁରୁବାର କୌଣସି ସୂତ୍ରରୁ ଖବର ପାଇ…

ଘରେ ପାଠ ପଢିବାକୁ କହିବାରୁ ରାଜି ନ ହୋଇ ଚରମ ପଦକ୍ଷେପ ନେଲେ ନାବାଳିକା

ଦାରିଙ୍ଗବାଡି, ୨।୭, (ଅରୁଣ ସାହୁ ): କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନା ଅଞ୍ଚଳରେ ଘଟିଯାଇଛି ବଡ଼ ଅଘଟଣ ଜଣେ ଯୁକ୍ତ ୨ ପଢୁଥିବା ଛାତ୍ରୀ ପାଠ ପଢିବାକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri