ଦିବ୍ୟାଂଶୁ ମଲ୍ଲୁ ରାଜ୍ୟ ଟପ୍ପର

ଭୁବନେଶ୍ୱର, ୧୨ା୭(ବ୍ୟୁରୋ):ନ୍ୟାଶନାଲ ଟେଷ୍ଟିଂ ଏଜେନ୍ସିଂ (ଏନ୍‌ଟିଏ) ପକ୍ଷରୁ ସୋମବାର ଜେଇଇ(ମେନ୍‌) ସେସନ-୧ ରେଜଲ୍ଟ ପ୍ରକାଶ ପାଇଛି। ୧୪ଜଣ ଛାତ୍ରୀଛାତ୍ର ୧୦୦ ପର୍ସେଣ୍ଟାଇଲ ସ୍କୋର୍‌ ରଖିଥିବାବେଳେ ଓଡ଼ିଶାର ଦିବ୍ୟାଂଶୁ ମଲ୍ଲୁ ୯୯.୯୮୯ ପର୍ସେଣ୍ଟାଲ୍‌ ସହ ରାଜ୍ୟ ଟପ୍ପର ହୋଇଛନ୍ତି। ଏହି ପରୀକ୍ଷା ଜୁନ୍‌ ୨୪ରୁ ୩୦ ପର୍ଯ୍ୟନ୍ତ ଅନୁଷ୍ଠିତ ହୋଇଥିଲା। ଦେଶ ବିଦେଶରୁ ୭,୬୯,୫୮୯ଜଣ ଛାତ୍ରୀଛାତ୍ର ପରୀକ୍ଷା ଦେଇଥିଲେ। ଦେଶ ବାହାରର ୧୭ ସହର ସମେତ ଓଡ଼ିଶା ତଥା ଦେଶର ମୋଟ ୪୦୭ ସହରରେ ୫୮୮ ପରୀକ୍ଷା କେନ୍ଦ୍ର କରାଯାଇଥିଲା। ଓଡ଼ିଆ ସମେତ ୧୩ଟି ଭାଷାରେ ପରୀକ୍ଷା ହୋଇଥିଲା। ଛାତ୍ରୀଛାତ୍ର ସେମାନଙ୍କ ସ୍କୋର୍‌କାର୍ଡ jeemain.nta.nic.inରୁ ଡାଉନଲୋଡ୍‌ କରିପାରିବେ। ଦ୍ୱିତୀୟ ପର୍ଯ୍ୟାୟ (ସେସନ-୨) ଜେଇଇ ମେନ୍‌ ଆସନ୍ତା ୨୧ରୁ ୩୦ ତାରିଖ ମଧ୍ୟରେ ହେବ। ଛାତ୍ରୀଛାତ୍ର ଉଭୟ ପରୀକ୍ଷା ଦେଇପାରିବେ। ଫାଇନାଲ୍‌ ମେରିଟ୍‌ ଲିଷ୍ଟ ପାଇଁ ସର୍ବାଧିକ ମାର୍କକୁ ବିଚାରକୁ ନିଆଯିବ ବୋଲି ଏନ୍‌ଟିଏ ପକ୍ଷରୁ ସୂଚନା ଦିଆଯାଇଛି।
ଅନ୍ୟପକ୍ଷରେ ରାଜ୍ୟ ଟପ୍ପର ଦିବ୍ୟାଂଶୁଙ୍କ ପାଖକୁ ଶୁଭେଚ୍ଛାର ସୁଅ ଛୁଟୁଛି। ସେ କିଟ୍‌ ଇଣ୍ଟରନ୍ୟାଶନାଲ ସ୍କୁଲରେ ପଢ଼ିବା ସହିତ ଜେଇଇ ପାଇଁ ଆଲେନ୍‌ କ୍ୟାରିୟରରେ କୋଚିଂ ନେଉଥିଲେ। ବର୍ତ୍ତମାନ ସେ ମୁମ୍ବାଇରେ ରହି ଜେଇଇ(ଆଡ୍‌ଭାନ୍ସଡ) ପାଇଁ ପ୍ରସ୍ତୁତ ହେଉଛନ୍ତି। ଦିବ୍ୟାଂଶୁଙ୍କ ଏହି ସଫଳତାରେ ଖୁସିବ୍ୟକ୍ତ କରି କିଟ୍‌ ଓ କିସ୍‌ ପ୍ରତିଷ୍ଠାତା ଅଚ୍ୟୁତ ସାମନ୍ତ ତାଙ୍କୁ ଶୁଭେଚ୍ଛା ଜଣାଇବା ସହ ଉଜ୍ଜ୍ୱଳ ଭବିଷ୍ୟତ କାମନା କରିଛନ୍ତି। ସେ କହିଛନ୍ତି, ଦିବ୍ୟାଂଶୁ କିଟ୍‌ ଇଣ୍ଟରନ୍ୟାଶନାଲ ସ୍କୁଲ ସହ ସମଗ୍ର ଓଡ଼ିଶାକୁ ଗୌରବାନ୍ବିିତ କରିଛନ୍ତି। ଏଥିସହ ସ୍କୁଲ୍‌ର ଆଉ ୧୦ରୁ ଊର୍ଦ୍ଧ୍ୱ ଛାତ୍ରୀଛାତ୍ର ଜେଇଇ ମେନ୍‌ରେ କୃତକାର୍ଯ୍ୟ ହୋଇଛନ୍ତି। ଏହି ସ୍କୁଲ ପ୍ରତିଷ୍ଠାଠାରୁ ଗୁଣାତ୍ମକ ଶିକ୍ଷାଦାନ ଉପରେ ଗୁରୁତ୍ୱ ଦେଇଆସିଛି। ଫଳରେ ଏହାର ଛାତ୍ରୀଛାତ୍ର କେବଳ ଶିକ୍ଷା ନୁହେଁ, ଅନ୍ୟ ସମସ୍ତ କ୍ଷେତ୍ରରେ ସଫଳତା ହାସଲ କରିଆସୁଛନ୍ତି। ଏ ଦିଗରେ ନିରନ୍ତର ଉଦ୍ୟମ ଜାରି ରଖିଥିବା ସ୍କୁଲର ଚେୟାରପର୍ସନ ଡ. ମୋନାଲିସା ବଳ ଓ ଅଧ୍ୟକ୍ଷ ଡ. ସଞ୍ଜୟ ସୁଆରଙ୍କୁ ସାମନ୍ତ ଧନ୍ୟବାଦ ଜଣାଛନ୍ତି। ଅପରପକ୍ଷରେ ଦିବ୍ୟାଂଶୁ ଓ ତାଙ୍କ ଅଭିଭାବକ କିଟ୍‌ ଇଣ୍ଟରନ୍ୟାଶନାଲ ସ୍କୁଲ ଓ ଏହାର ପ୍ରତିଷ୍ଠାତା ଅଚ୍ୟୁତ ସାମନ୍ତଙ୍କୁ କୃତଜ୍ଞତା ଜଣାଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଦିଲ୍ଲୀ ହାଇକୋର୍ଟରେ ହାଜର ହେବେ ଅମିତାଭ, ବଢ଼ିଲା ଚର୍ଚ୍ଚା…

ନୂଆଦିଲ୍ଲୀ: ବଲିଉଡ଼ର ମହାନାୟକ ଅମିତାଭ ବଚ୍ଚନ ନିଜର ନାମ, ଫଟୋ ଏବଂ କଣ୍ଠସ୍ୱରର ଅନଧିକୃତ ବ୍ୟବହାରକୁ ରୋକିବା ପାଇଁ ଦୀର୍ଘ ଦିନ ହେବ ଆଇନଗତ ଲଢ଼େଇ ଜାରି…

ମୁମ୍ବାଇ ପୋଲିସ ଦ୍ୱାରା ବଲିଉଡ୍ ଅଭିନେତା ଇମ୍ରାନ୍ ଅଟକ; ଭିଡିଓ ଭାଇରାଲ୍

ମୁମ୍ବାଇ: ବଲିଉଡ୍ ଅଭିନେତା ଇମ୍ରାନ୍ ଖାନ୍‌ଙ୍କୁ ଶନିବାର ମୁମ୍ବାଇ ପୋଲିସ ହେପାଜତକୁ ନେଇଛି। ମୁଖ୍ୟ ନିର୍ବାଚନ ଆୟୋଗ (CEC) ଜ୍ଞାନେଶ କୁମାରଙ୍କ ବିରୋଧରେ ଦିଲ୍ଲୀରେ ହେବାକୁ ଥିବା…

ଫେରୁଛି ମୌସୁମୀ: କାଲି ଗୁଳୁଗୁଳି ସହ ଝଡ଼ବର୍ଷା ନେଇ ୧୩ ଜିଲାକୁ ଓ୍ବାର୍ନିଂ, ଉପକୂଳ ଜିଲାରେ…

ଭୁବନେଶ୍ୱର, ୧୦ା୧୦(ବନ୍ଦନା ସେଠୀ) – ରାଜ୍ୟରେ ଏବେ ମୌସୁମୀ ଫେରିବା ପ୍ରକ୍ରିୟା ଜାରି ରହିଥିବାବେଳେ ଓଡ଼ିଶା ଦେଇ ଏକ ଟ୍ରଫ୍‌ ଲାଇନ୍‌ (ମୌସୁମୀ ରେଖା) ବଙ୍ଗୋପସାଗର ପର୍ଯ୍ୟନ୍ତ…

ବଲାଙ୍ଗୀର ପାଇଁ ଗର୍ବ: କର୍ଣ୍ଣେଲ ସି.କେ. ନାଇଡୁ ଟ୍ରଫି ପାଇଁ ଓଡ଼ିଶା ଅଣ୍ଡର-୨୩ ଦଳରେ ସ୍ଥାନ ପାଇଲେ ଓମକାର ମହାନ୍ତି

ବଲାଙ୍ଗୀର,୧୦ା୧୦(ସୁନିଲ କୁମାର ମହାନ୍ତି) : ବଲାଙ୍ଗୀରର ଯୁବ କ୍ରିକେଟ ଖେଳାଳି ଓମକାର ମହାନ୍ତି କର୍ଣ୍ଣେଲ ସି.କେ. ନାଇଡୁ ଟ୍ରଫି ପାଇଁ ଓଡ଼ିଶାର ୨୩ ବର୍ଷରୁ କମ୍ ବାଳକ…

ପ୍ରଥମେ କାଟିଲେ, ପରେ ଯୋଡ଼ିଲେ

ଭବାନୀପାଟଣା,୧୦ା୧୦(ଉତ୍ତମ କୁମାର ଦାଶ)- କଳାହାଣ୍ଡି ଜିଲା ଭବାନୀପାଟଣାସ୍ଥିତ ମା’ମାଣିକେଶ୍ୱରୀ ବିଶ୍ୱବିଦ୍ୟାଳୟରେ ଛାତ୍ରସଂସଦ ନିର୍ବାଚନ ପାଇଁ ଶୁକ୍ରବାର ନାମାଙ୍କନ ହୋଇଥିଲା। ଏଥିରେ ବିଭିନ୍ନ ସଂଗଠନ ଯଥା ଅଖିଳ ଭାରତୀୟ…

ମୃତ୍ୟୁର ଏକ ମାସ ପରେ ହତ୍ୟା ଅଭିଯୋଗ: ମାଟିତଳୁ ଗଳିତ ମୃତଦେହ ଉଦ୍ଧାର କଲା ସୋହେଲା ପୋଲିସ, ୩ ଗିରଫ

ସୋହେଲା,୧୦ା୧୦ (ଅଶ୍ୱିନୀ କୁମାର ପାତ୍ର): ବରଗଡ଼ ଜିଲା ସୋହେଲା ଥାନା ଅନ୍ତର୍ଗତ ପାଣ୍ଡକିପାଲି ଗ୍ରାମରେ ଜଣେ ଶ୍ରମିକଙ୍କ ମୃତ୍ୟୁର ଠିକ୍‌ ଏକ ମାସ ପରେ ଏକ ସାଂଘାତିକ…

ବିଜେଡି ସମର୍ଥିତ ଛାତ୍ରନେତାଙ୍କ ନାମାଙ୍କନ ନାକଚକୁ ନେଇ ଥାନାର ଦ୍ୱାରସ୍ଥ ହେଲା ବିଜେଡି

କେସିଙ୍ଗା, ୧୦/୧୦ (ତୁମେଶ୍ୱର ସାହୁ): ରାଜ୍ୟର ସମସ୍ତ ମହାବିଦ୍ୟାଳୟରେ ଛାତ୍ର ସଂସଦ ନିର୍ବାଚନ ପାଇଁ ଗତକାଲି ନାମାଙ୍କନ ପ୍ରକ୍ରିୟା ଶେଷ ହୋଇଛି। ଏହି କ୍ରମରେ କଳାହାଣ୍ଡି ଜିଲାର…

ସଂଗଠନ ସୁଦୃଢ଼ କରିବାକୁ ଭାଜପାର ଆହ୍ୱାନ: ଚିନାମାଳିପଶି ହାଟ ପଡ଼ିଆରେ …

ପାଟଣା, ୧୦।୧୦ (ବୀର କିଶୋର ଦାଶ): କେନ୍ଦୁଝର ଜିଲାର ପାଟଣା ବ୍ଲକ୍‌ ଅନ୍ତର୍ଗତ ଚିନାମାଳିପଶି ହାଟ ପଡ଼ିଆଠାରେ ଶନିବାର ଭାରତୀୟ ଜନତା ପାର୍ଟି ( ଭାଜପା)ର ପାଟଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?