ଡିକି ଭାଙ୍ଗି ଲୁଟି ନେଲେ ସାଢେ ୩ ଲକ୍ଷ ଟଙ୍କା: ସିସିଟିଭିରେ କଏଦ ହେଲା ଲୁଟର ଦୃଶ୍ୟ

ବଣାଇଁ,୨୪।୪(ପ୍ରଦୀପ ତ୍ରିପାଠୀ): ଜଣେ ଅବସରପ୍ରାପ୍ତ କର୍ମଚାରୀ ପୁଅ ବାହାଘର ପାଇଁ ଟଙ୍କା ରଖିଥିଲେ। ଗୁରୁବାର ବ୍ୟାଙ୍କରେ ରଖିଥିବା ସଞ୍ଚିତ ଟଙ୍କା ବାହାରି କରି ଏକ ବାଇକ୍‌ ଡିକରେ ରଖିଥିଲେ। ହେଲେ ଦୁର୍ବୃତ୍ତମାନେ ସ୍ପଷ୍ଟ ଦିବା ଲୋକରେ ଡିକି ଭାଙ୍ଗି ସାଢେ ଲକ୍ଷ ଟଙ୍କା ଲୁଟି ନେଇଥିବା ଜଣାପଡିଛି। ଏହି ଘଟଣା ଘଟିଛି ବଣାଇଁ ଅଞ୍ଚଳରେ। ଅପରପକ୍ଷେ ବଣାଇଁରେ ସାପ୍ତାହିକ ବଜାର ବସୁଥିବା ସୋମବାର ଏବଂ ଗୁରୁବାରକୁ ଦୁର୍ବୃତ୍ତମାନେ ଟାର୍ଗେଟ କରି ବାରମ୍ବାର ଏଭଳି ଲୁଟ କରୁଛନ୍ତି। ହେଲେ ପୋଲିସ ଲୁଟେରାଙ୍କ ସମ୍ପର୍କରେ କୌଣସି ଟେର ପାଇ ନ ପାରିବା ଘଟଣା ଅଞ୍ଚଳରେ ଆଇନ ଶୃଙ୍ଖଳା ପରିସ୍ଥିତି ଭୂଶୁଢି ପଡିଥିବା ସ୍ଥାନୀୟ ଲୋକେ ଅଭିଯୋଗ କରିଛନ୍ତି।

ମିଳିଥିବା ସୂଚନା ମୁତାବକ, ଅବସରପ୍ରାପ୍ତ କର୍ମଚାରୀ ଟେକ ସୁନ୍ଦର ପ୍ରଧାନ ପୁଅ ବାହାଘର ପାଇଁ ରଖିଥିବା ସଞ୍ଚିତ ଅର୍ଥ ଭାରତୀୟ ଷ୍ଟେଟ ବ୍ୟାଙ୍କ ବଣାଇଁ ଶାଖାରୁ ଉଠାଇବାକୁ ଆସିଥିଲେ । ଟେକ ସୁନ୍ଦରଙ୍କ ଘର ବାରକୋଟ ଥାନା ଅନ୍ତର୍ଗତ ସାଲେଇ ଗ୍ରାମରେ। ଗୁରୁବାର ସେ ପୁଅ ସହ ବାଇକରେ ବଣାଇଁ ଆସିଥିଲେ । ବ୍ୟାଙ୍କରୁ ୪ ଲକ୍ଷ ଟଙ୍କା ଉଠାଇ ନିଜେ ପଚାଶ ହଜାର ରଖିବା ପରେ ବାଇକ୍‌ ଡିକିରେ ଅବଶିଷ୍ଟ ୩ଲକ୍ଷ ପଚାଶ ହଜାର ଟଙ୍କା ରଖିଥିଲେ । ପରେ ବ୍ୟାଙ୍କରୁ ଅନତି ଦୂରରେ ଥିବା ଏକ କପଡ଼ା ଦୋକାନ ସମ୍ମୁଖରେ ବାଇକ ରଖି ଭିତରକୁ ଯାଇଥିଲେ।

ସେତିକିବେଳେ ପୂର୍ବରୁ ଅନୁସରଣ କରୁଥିବା ଦୁର୍ବୃତ୍ତମାନେ ଡିକି ଭାଙ୍ଗି ସାଢେ ୩ଲକ୍ଷ ଟଙ୍କା ଲୁଟି ନେଇ ଏକ ବାଇକ୍‌ ଯୋଗେ ଫେରାର ହୋଇଯାଇଥିଲେ। ଏହି ସଂକ୍ରାନ୍ତରେ ଟେକ ସୁନ୍ଦର ବଣାଇଁ ଥାନାରେ ଅଭିଯୋଗ କରିଛନ୍ତି। ଅଭିଯୋଗକୁ ଭିତ୍ତି କରି ପୋଲିସ ଏକ ଚୋରି ମାମଲା (ନଂ.୧୦୧/୨୫) ରୁଜୁ କରି କପଡ଼ା ଦୋକାନର ସିସି ଟିଭି ଫୁଟେଜ ଆଧାରରେ ତଦନ୍ତ ଆରମ୍ଭ କରିଛି। ଜୀବନର ସଞ୍ଚିତ ଅର୍ଥ ହରାଇ ଟେକ ସୁନ୍ଦର ସମ୍ପୂର୍ଣ୍ଣ ଭାଙ୍ଗି ପଡିଛନ୍ତି। ପୋଲିସ ଘଟଣାର ତଦନ୍ତ କରି ତୁରନ୍ତ ଅଭିଯୁକ୍ତମାନଙ୍କୁ ଗିରଫ କରିବାକୁ ସେ ଦାବି କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଇଂଲଣ୍ଡ ଗସ୍ତ ପାଇଁ ଭାରତୀୟ ଦିନିକିଆ ଦଳ ଘୋଷଣା: ବିରାଟଙ୍କ ପ୍ରତ୍ୟାବର୍ତ୍ତନ, ଯଶସ୍ୱୀ ବାଦ୍

ନୂଆଦିଲ୍ଲୀ,୨୧।୬: ଇଂଲଣ୍ଡ ଗସ୍ତ ପାଇଁ ଭାରତୀୟ କ୍ରିକେଟ୍ କଣ୍ଟ୍ରୋଲ ବୋର୍ଡ (BCCI) ରବିବାର, ୨୧ ଜୁନ୍‌ରେ ୧୫ ଜଣିଆ ଭାରତୀୟ ଦିନିକିଆ (ODI) ଦଳ ଘୋଷଣା କରିଛି।…

କେସିଙ୍ଗା -ଟିଟିଲାଗଡ ରାସ୍ତା, ତେଲନଦୀ ବ୍ରିଜର ସୁରକ୍ଷାକୁ ନେଇ ଉଠିଲା ପ୍ରଶ୍ନ, ଭାରୀଯାନ ଚଳାଚଳ ଯୋଗୁ ବ୍ରିଜ୍‌ ଭାଙ୍ଗିବାର…

କେସିଙ୍ଗା,୨୧।୬(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ସହର ସ୍ଥିତ ସିଟିଜେନ ଫୋରମ ପକ୍ଷରୁ କେସିଙ୍ଗା -ଟିଟିଲାଗଡ ରାସ୍ତା ଓ ତେଲନଦୀ ବ୍ରିଜ୍‌କୁ ନେଇ ଏକ ଖବରଦାତା ସମ୍ମିଳନୀ…

ଶରୀରକୁ ସୁସ୍ଥ, ମନକୁ ସନ୍ତୁଳିତ କରେ ଯୋଗ

ରାଇକିଆ,୨୧।୬(ପ୍ରଦୀପ ବେହେରା): କନ୍ଧମାଳ ଜିଲା ରାଇକିଆ ବ୍ଲକର ବିଭିନ୍ନ ସ୍ଥାନରେ ରବିବାର ଅନ୍ତର୍ଜାତୀୟ ଯୋଗ ଦିବସ ପାଳିତ ହୋଇଯାଇଛି । ଯୋଗ ଶରୀରକୁ ସୁସ୍ଥ ରଖେ। ଏଥିସହିତ…

ବ୍ଲକସ୍ତରୀୟ ସୁଭଦ୍ରା ଶକ୍ତି ସମାବେଶ: ଲକ୍ଷପତି ଦିଦିଙ୍କୁ କରାଗଲା ସମ୍ବର୍ଦ୍ଧିତ, ଅଙ୍ଗନଓ୍ବାଡି କର୍ମୀଙ୍କୁ ମିଳିଲା ସ୍ମାର୍ଟଫୋନ

ଥୁଆମୂଳ ରାମପୁର,୨୧।୬ (ଦୁର୍ଗା କୀର୍ତ୍ତି): ମହିଳା ଓ ଶିଶୁ ବିକାଶ ବିଭାଗ ଏବଂ ମିଶନ ଶକ୍ତି ବିଭାଗ ଆନୁକୂଲ୍ୟରେ ଥୁଆମୂଳ ରାମପୁର ଠାରେ ବ୍ଲକ ସ୍ତରୀୟ ‘ସୁଭଦ୍ରା…

ବରଗଡ଼ରେ ଅନ୍ତର୍ଜାତୀୟ ଯୋଗ ଦିବସ ପାଳନ: ସାମିଲ ହେଲେ ବିଧାୟକ-ଜିଲାପାଳ

ବରଗଡ଼,୨୧।୬(ପ୍ରେମାନନ୍ଦ ଖମାରୀ): ଅନ୍ତର୍ଜାତୀୟ ଯୋଗ ଦିବସ ରବିବାର ବରଗଡ଼ ଜିଲାର ସମସ୍ତ ବ୍ଲକ ଓ ଗ୍ରାମପଞ୍ଚାୟତ ମୁଖ୍ୟାଳୟ ତଥା ବିଭିନ୍ନ ସରକାରୀ ଓ ବେସରକାରୀ ଅନୁଷ୍ଠାନଗୁଡ଼ିକରେ ଉତ୍ସାହ…

ଦିଗପହଣ୍ଡି ମିନି ଷ୍ଟାଡିୟମରେ ଅନ୍ତର୍ଜାତୀୟ ଯୋଗ ଦିବସରେ ଯୋଗଦେଲେ ବିଧାୟକ ସିଦ୍ଧାନ୍ତ     

ଦିଗପହଣ୍ଡି,୨୧|୬(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ବିଜୁ ପଟ୍ଟନାୟକ ମିନି ଷ୍ଟାଡିୟମରେ ପ୍ରତିବର୍ଷ ଭଳି ଚଳିତ ବର୍ଷ ସ୍ଥାନୀୟ ଏନଏସି ପ୍ରଶାସନ ପକ୍ଷରୁ ଆୟୋଜିତ…

ଯୋଗ ଦିବସ,ସୁସ୍ଥ ରହିବା ପାଇଁ ଯୋଗ ନିହାତି ଆବଶ୍ୟକ : ବିଧାୟକ ପ୍ରଦ୍ୟୁମ୍ନ କୁମାର ନାୟକ

ଭଞ୍ଜନଗର, ୨୧।୬ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲାର ଭଞ୍ଜନଗରସ୍ଥିତ ବେଲେଶ୍ୱର ପୀଠରେ ରବିବାର ଅନ୍ତର୍ଜାତୀୟ ଯୋଗ ଦିବସ ପାଳିତ ହୋଇଯାଇଛି। ଭଞ୍ଜନଗର ବିଧାୟକ ପ୍ରଦ୍ୟୁମ୍ନ କୁମାର ନାୟକ…

କୁନା ମୁଣ୍ଡା ହତ୍ୟା ମାମଲା: ହତ୍ୟା ମାମଲାରେ ୫ ଅଭିଯୁକ୍ତ କୋର୍ଟ ଚାଲାଣ

ବଞ୍ଚୋ, ୨୧/୦୬ (ପ୍ରଦୋଷ ବିଶ୍ୱାଳ): ଘସିପୁରା ଥାନାରେ ରୁଜୁ ହୋଇଥିବା କେସ୍ ନଂ–୪୪ରେ ଭାରତୀୟ ନ୍ୟାୟ ସଂହିତା (ବିଏନ୍‌ଏସ୍‌)ର ହତ୍ୟା ସମ୍ବନ୍ଧୀୟ ଧାରା ଅନୁଯାୟୀ ତଦନ୍ତ ଚାଲିଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri