ଇସ୍ରାଏଲ ମହିଳାଙ୍କ କରୁଣ ଚିତ୍କାର ଆପଣଙ୍କ କାନକୁ ଶୁଭୁ ନ ଥିଲା କି: ନେତାନ୍ୟାହୁଙ୍କ ପ୍ରଶ୍ନ…

ଜେରୁଜେଲମ,୬।୧୨ : ଅସ୍ତ୍ରବିରତି ପରେ ଇସ୍ରାଏଲ ଦକ୍ଷିଣ ଗାଜାରେ ହମାସ ବିରୁଦ୍ଧରେ ଆକ୍ରମଣକୁ ତୀବ୍ର କରିଛି। ମଙ୍ଗଳବାର ପଖାନ ୟୁନିସ ସହରର ପୂର୍ବ ଅଞ୍ଚଳରେ ଇସ୍ରାଏଲର ଟ୍ୟାଙ୍କଗୁଡ଼ିକ ପ୍ରବଳ ଗୁଳି ଚଳାଇଛନ୍ତି। ଏହି ଯୁଦ୍ଧରେ ହଜାର ହଜାର ମହିଳା ଏବଂ ନିରୀହ ଶିଶୁଙ୍କର ମୃତ୍ୟୁ ହୋଇଛି। ଇସ୍ରାଏଲ ସେନା ଦ୍ୱାରା ହୋଇଥିବା ଆକ୍ରମଣରେ ମହିଳା ଓ ଶିଶୁମାନଙ୍କୁ ହତ୍ୟା କରାଯାଉଛି ବୋଲି ଅନ୍ତର୍ଜାତୀୟ ମାନବାଧିକାର ସଂଗଠନ ଦାବି କରିଛନ୍ତି।

ଅନ୍ତର୍ଜାତୀୟ ମାନବ ଅଧିକାର ସଂଗଠନର ଏହି ଦାବି ଉପରେ ଇସ୍ରାଏଲ ପ୍ରଧାନମନ୍ତ୍ରୀ ବେଞ୍ଜାମିନ ନେତାନ୍ୟାହୁ ତୀବ୍ର ପ୍ରତିକ୍ରିୟା ପ୍ରକାଶ କରିଛନ୍ତି। ସେ ଏକପାଖିଆ ଭାବେ ଅନ୍ତର୍ଜାତୀୟ ମାନବ ଅଧିକାର ସଂଗଠନକୁ ଦାୟୀ କରିବା ବିଷୟରେ କହିଛନ୍ତି।

ଇସ୍ରାଏଲ ବିରୋଧରେ ମନ୍ତବ୍ୟ ଦେଉଥିବା ଅନ୍ତର୍ଜାତିକ ମାନବାଧିକାର ସଂଗଠନଗୁଡ଼ିକ ଉପରେ ମନ୍ତବ୍ୟ ଦେଇ ସେ କହିଛନ୍ତି, ଯେତେବେଳେ ହମାସ ଯୋଦ୍ଧାମାନେ ଇସ୍ରାଏଲ ମହିଳାମାନଙ୍କୁ ନିର୍ଯାତନା ଦେଉଥିଲେ, ଏହି ଅନ୍ତର୍ଜାତୀୟ ମାନବ ଅଧିକାର ସଂଗଠନଗୁଡ଼ିକ କାହିଁକି ଚୁପ ରହିଥିଲେ? ଇସ୍ରାଏଲ ମହିଳାଙ୍କ କରୁଣ ଚିତ୍କାର ସେମାନଙ୍କ କାନକୁ ଶୁଭୁ ନ ଥିଲା କି ବୋଲି ସେ ପଶ୍ନ କରିଛନ୍ତି। ସେମାନେ ଇହୁଦୀ ମହିଳା ଥିଲେ ବୋଲି ସଂଗଠନଗୁଡିକ କ’ଣ ନୀରବ ଥିଲେ କି ?

ମୁଁ ଆଶା କରୁଛି ଯେ ସମସ୍ତ ନେତା, ସରକାର, ଦେଶ ଏବେ ଏହି ଅତ୍ୟାଚାର ବିରୋଧରେ କହିବେ।

 


Enter your email to get our daily news in your inbox.

All Right Reserved By Dharitri.Com

ଦୁଃସାହସ! ଯୁଦ୍ଧ ଭିତରେ ଟ୍ରମ୍ପଙ୍କ ଭାଷା କହିଲାଣି ପାକିସ୍ତାନ! ଇସାକ ଦାରଙ୍କ ବୟାନକୁ ନେଇ ନିଆଁବାଣ ଇରାନ

ଇସଲାମାବାଦ,୨୬।୩: ପାକିସ୍ତାନର ବୈଦେଶିକ ମନ୍ତ୍ରୀ ଇସାକ ଦାର ଗୁରୁବାର (୨୬ ମାର୍ଚ୍ଚ, ୨୦୨୬) କହିଛନ୍ତି ଯେ ଆମେରିକା ଏବଂ ଇରାନ ମଧ୍ୟରେ ପରୋକ୍ଷ ଶାନ୍ତି ଆଲୋଚନା ଚାଲିଛି।…

ପଟ୍ଟାମୁଣ୍ଡାଇରେ ଚାଞ୍ଚଲ୍ୟ: କଳିଙ୍ଗାଘାଟ ନଦୀପଠାରୁ ଅଖାରେ ଭର୍ତ୍ତି ମଣିଷ କଙ୍କାଳ ଉଦ୍ଧାର, ହତ୍ୟା କରି ଫିଙ୍ଗି ଦେଇଥିବା ସନ୍ଦେହ…

ପଟ୍ଟାମୁଣ୍ଡାଇ,୨୬।୩(କଳ୍ପତରୁ ନାୟକ): କେନ୍ଦ୍ରାପଡ଼ା ଜିଲା ପଟ୍ଟାମୁଣ୍ଡାଇ ଗ୍ରାମାଞ୍ଚଳ ଥାନା ଅନ୍ତର୍ଗତ ଗୁଣୁପୁର କଳିଙ୍ଗାଘାଟ ନଦୀପଠାରେ ଏକ ଅଭାବନୀୟ ଦୃଶ୍ୟ ଦେଖିବାକୁ ମିଳିଛି। ନଦୀପଠାରୁ ମଣିଷ ଖପୁରୀ ଓ…

ରୋହିତ ଶର୍ମା-ବିରାଟ କୋହଲି ଆଗାମୀ ଗୋଟିଏ ବର୍ଷ ମଧ୍ୟରେ କେତେ ମ୍ୟାଚ ଖେଳିବେ, ସିଡ୍ୟୁଲ ଜାରିକଲା BCCI

ନୂଆଦିଲ୍ଲୀ,୨୬।୩: ଆଗାମୀ ବର୍ଷ ପାଇଁ ଟିମ ଇଣ୍ଡିଆର ଘରୋଇ ସିରିଜ ସୂଚୀ ପ୍ରକାଶ ପାଇଛି। ଅଷ୍ଟ୍ରେଲିଆ, ୱେଷ୍ଟଇଣ୍ଡିଜ, ଶ୍ରୀଲଙ୍କା ଏବଂ ଜିମ୍ବାୱେ ଆଗାମୀ ୧୨ ମାସ ବା…

IPL 2026: ସମ୍ପୂର୍ଣ୍ଣ କାର୍ଯ୍ୟସୂଚୀ ଘୋଷଣା କଲା BCCI, ୧୨ ସହରରେ ମୁକାବିଲା, ମାର୍ଚ୍ଚ ୨୮ରୁ ଆରମ୍ଭ ହେବ…

ନୂଆଦିଲ୍ଲୀ,୨୬।୩: କ୍ରିକେଟ ପ୍ରେମୀଙ୍କ ଅପେକ୍ଷାର ଅନ୍ତ। ବିସିସିଆଇ (BCCI) ପକ୍ଷରୁ ଆଇପିଏଲ ୨୦୨୬ (IPL 19th Season)ର ସମ୍ପୂର୍ଣ୍ଣ କାର୍ଯ୍ୟସୂଚୀ ଘୋଷଣା କରାଯାଇଛି। ଆସନ୍ତାମାର୍ଚ୍ଚ ୨୮ ତାରିଖରୁ…

ଦୂଷିତ ପାଣି ବ୍ୟବହାର କରି ସେବାଶ୍ରମ ବିଦ୍ୟାଳୟର ଛାତ୍ରୀଛାତ୍ର ଅସୁସ୍ଥ, ମେଡିକାଲ ଟିମ୍‌ ପହଞ୍ଚି…

ବାଙ୍କୀ,୨୬ା୩(ଶୁଭେନ୍ଦୁ ମହାପାତ୍ର): ବାଙ୍କୀ ବ୍ଲକ ଅନ୍ତର୍ଗତ କଦଳୀବାଡ଼ି ପଞ୍ଚାୟତସ୍ଥିତ ସେବାଶ୍ରମ ସରକାରୀ ବିଦ୍ୟାଳୟର ଛାତ୍ରୀଛାତ୍ର ଜଣ୍ଡିସ୍‌ ରୋଗରେ ଆକ୍ରାନ୍ତ ଥିବା ଅଭିଭାବକ ଓ ଗ୍ରାମବାସୀ ଅଭିଯୋଗ କରିଛନ୍ତି।…

ବ୍ରିଜ୍‌ ଉପରେ ହଠାତ୍‌ ଫାଟିଲା ପାନୀଳ ଜଳ ପାଇପ୍‌, ଆଉ ତା’ ପରେ…

ଗୁଣପୁର,୨୬ା୩(ସଂକେତ ପାତ୍ର): ସ୍ଥାନୀୟ ଗୁଣପୁର-ବିକ୍ରମପୁରକୁ ସଂଯୋଗ କରୁଥିବା ବ୍ରିଜ୍‌ ଉପରେ ଥିବା ପାନୀୟଜଳ ପାଇପ୍‌ ଫାଟିଯାଇ ଅଧିକ ସମୟ ଧରି ପାଣି ବହୁଥିବା ଦେଖାଯାଇଛି। ସୂଚନାନୁସାରେ, କେନ୍ଦ୍ର…

ଯୁଦ୍ଧ ଭିତରେ ଚାଇନା ଯିବେ ଟ୍ରମ୍ପ, ତାରିଖ ଘୋଷଣା କଲା ହ୍ବାଇଟ ହାଉସ

ଓ୍ବାଶିଂଟନ,୨୬।୩: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ମେ ୧୪ ରୁ ୧୫ ମଧ୍ୟରେ ଚାଇନା ଗସ୍ତ କରିବେ ଏବଂ ଚାଇନା ରାଷ୍ଟ୍ରପତି ସି ଜିନପିଙ୍ଗଙ୍କ ସହ ସାକ୍ଷାତ…

ଇରାନକୁ ନୂଆ ଧମକ ଦେଲେ ଟ୍ରମ୍ପ, ଇରାନୀ କୋଠରୀ ଭିତରେ ନିବେଦନ କରନ୍ତି କିନ୍ତୁ…

ନୂଆଦିଲ୍ଲୀ,୨୬ା୩: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏବେ ଅତ୍ୟନ୍ତ ଆକ୍ରମଣାତ୍ମକ ହୋଇଯାଇଛନ୍ତି। ତାଙ୍କ ପ୍ଲାଟଫର୍ମ, ଟ୍ରୁଥ୍ ସୋସିଆଲରେ, ସେ ଇରାନକୁ ଏକ ନୂତନ ଧମକ ଦେଇଛନ୍ତି। ସେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri