Posted inଜାତୀୟ

ଜ୍ଞାନେଶ୍ୱରୀ ଟ୍ରେନ ଦୁର୍ଘଟଣାରେ ମମତା କ’ଣ ଇସ୍ତଫା ଦେଇଥିଲେ : ଶୁଭେନ୍ଦୁ 

କୋଲକାତା,୪।୬ :ଓଡିଶାର ବାହାନଗା ଟ୍ରେନ ଦୁର୍ଘଟଣାକୁ ନେଇ ବିରୋଧୀଦଳର ଆରୋପକୁ  ଭାଜପା  ସମାଲୋଚନା କରିଛି। ପଶ୍ଚିମବଙ୍ଗ ଭାଜପା ନେତା ଶୁଭେନ୍ଦୁ ଅଧିକାରୀ ଟିଏମ୍‌ସି ସୁପ୍ରିମୋ ତଥା ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀଙ୍କ ପୁତୁରା ଅଭିଷେକ ବାନାର୍ଜୀଙ୍କୁ କଡ଼ା ଜବାବ ଦେଇଛନ୍ତି। ୨୦୧୦ରେ ଜ୍ଞାନେଶ୍ୱରୀ ଟ୍ରେନ ଦୁର୍ଘଟଣାରେ ୧୫୦ ଲୋକଙ୍କ ଜୀବନ ଯାଇଥିଲା। ସେତେବେଳେ ରେଳମନ୍ତ୍ରୀ ଥିବା ମମତା ବାନାର୍ଜୀ ନିଜ ପଦରୁ ଇସ୍ତଫା ଦେଇଥିଲେ କି ବୋଲି ଶୁଭେନ୍ଦୁ ପ୍ରଶ୍ନ କରିଛନ୍ତି।
ଶୁଭେନ୍ଦୁ ଟୁଇଟ୍‌ କରି କହିଛନ୍ତି, କମ ଶିକ୍ଷିତ ବ୍ୟକ୍ତିଙ୍କଠାରୁ ଆଉ କ’ଣ ଆଶା କରାଯାଇପାରେ। ତେଣୁ ସେ ରେଳମନ୍ତ୍ରୀଙ୍କ ଇସ୍ତଫା ଦାବି କରୁଛନ୍ତି। ଅଭିଷେକ କେବଳ ରାଜନୀତିରେ ପ୍ରବେଶ କରିଥିଲେ କାରଣ ମମତା ଏହି ପାରିବାରିକ ବ୍ୟବସାୟର ମାଲିକ ଅଟନ୍ତି। ଅଭିଷେକ ଛୋଟ ରାଜନୀତି କରିବା ପୂର୍ବରୁ ୪୮ ଘଣ୍ଟା ଅପେକ୍ଷା କରିଥିଲେ ଭଲ ହୋଇଥାନ୍ତା। ଏଥି ସହିତ ଶୁଭେନ୍ଦୁ ରେଳ ମନ୍ତ୍ରୀଙ୍କୁ ପ୍ରଶଂସା କରି କହିଛନ୍ତି, ଅଶ୍ୱିନୀ ବୈଷ୍ଣବ ଜଣେ ଉଚ୍ଚ ଶିକ୍ଷିତ ଇଂଜିନିୟର ଏବଂ ପୂର୍ବତନ ଆଇଏଏସ ଅଧିକାରୀ। ଏହି ସଙ୍କଟ ସମୟରେ ପରିସ୍ଥିତିକୁ ନିୟନ୍ତ୍ରଣ କରିବା ପାଇଁ ସେ ସବୁଠାରୁ ଉପଯୁକ୍ତ ବ୍ୟକ୍ତି। ଏହି ଦୁର୍ଘଟଣା ଦୁର୍ଭାଗ୍ୟଜନକ । ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ନିଜେ ଦେଶକୁ ଆଶ୍ୱାସନା ଦେଇଛନ୍ତି, ଦୋଷୀମାନଙ୍କୁ ସୁରକ୍ଷା ଦିଆଯିବ ନାହିଁ।
ଅଭିଷେକ ନାମ ନ ନେଇ ଶୁଭେନ୍ଦୁ କହିଛନ୍ତି ମୁଁ ଆପଣଙ୍କୁ ମନେ ପକାଇବାକୁ ଚାହୁଁଛି ଜ୍ଞାନେଶ୍ୱରୀ ଟ୍ରେନ ଦୁର୍ଘଟଣା ପଛରେ ଅଭିଯୁକ୍ତଙ୍କ ବିରୋଧରେ ସିବିଆଇ ଏକ ଚାର୍ଜଶିଟ ଦାଖଲ କରିଛି। ଛତ୍ରଧର ମାହାତୋ ୨୦୨୦ରେ ଜେଲରୁ ବାହାରିବା ପରେ ଆପଣଙ୍କ ସମ୍ପର୍କୀୟ ମମତା ତାଙ୍କୁ ଟିଏମ୍‌ସି ରାଜ୍ୟ କମିଟିରେ ସ୍ଥାନ ଦେଇଥିଲେ।

Enter your email to get our daily news in your inbox.

All Right Reserved By Dharitri.Com

ନା ହର୍ମୁଜ ଖୋଲୁଛି ନା ଇରାନ ନଇଁବାକୁ ରାଜି….ଦିନକୁ ଦିନ ଭାଙ୍ଗୁଛି ଟ୍ରମ୍ପଙ୍କ ସୁପରପାଓ୍ବାର ଦମ୍ଭ?

ୱାଶିଂଟନ୍/ତେହେରାନ୍,୨।୪: ବିଶ୍ୱର ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ଜଳପଥ ‘ହର୍ମୁଜ ପ୍ରଣାଳୀ’କୁ ନେଇ ସୃଷ୍ଟି ହୋଇଥିବା ଯୁଦ୍ଧ ପରିସ୍ଥିତି ଏବେ ଅତି ଭୟଙ୍କର ରୂପ ଧାରଣ କରିଛି। ଗୋଟିଏ ପଟେ…

ଆସାମ ବିଧାନସଭା ନିର୍ବାଚନ: କଂଗ୍ରେସ ଇସ୍ତାହାରରେ ୧୧ ସଂକଳ୍ପ

ବୋକାଜାନ୍‌,୨ା୪: ଆସାମ ବିଧାନସଭା ନିର୍ବାଚନ ପାଇଁ କଂଗ୍ରେସ ନେତା ରାହୁଲ ଗାନ୍ଧୀ ଗୁରୁବାର ଦଳର ଇସ୍ତାହାର ଜାରି କରିଛନ୍ତି। ସେଥିରେ ୧୧ଟି ସଂକଳ୍ପନାମା ରହିଛି। ଶାସନ, ପରିଚୟ,…

ମୃତ୍ୟୁ ପରେ ବି ଅମର ରମେଶ: ଅଙ୍ଗଦାନ ପରେ ପ୍ରଶାସନ ପକ୍ଷରୁ ଦିଆଗଲା’ଗାର୍ଡ ଅଫ ଅନର’

ମୋହନା, ୨।୪( ମନ୍ମଥ ମିଶ୍ର ): ମଣିଷ ଚାଲିଗଲେ ମଧ୍ୟ ତାଙ୍କର ଅଙ୍ଗ ଅନ୍ୟ ଜଣଙ୍କ ଶରୀରରେ ଜୀବିତ ରହିପାରେ, ଏହାର ଏକ ଜ୍ୱଳନ୍ତ ଉଦାହରଣ ସାଜିଛନ୍ତି…

ରାଜ୍ୟରେ ସକାଳୁଆ ହେଲା ସ୍କୁଲ, ଗଣଶିକ୍ଷା ବିଭାଗର ନିର୍ଦ୍ଦେଶ ଅନୁଯାୟୀ ଏଣିକି…

ଭୁବନେଶ୍ୱର,୨।୪: ରାଜ୍ୟରେ  ପ୍ରବଳ ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନିଆଯାଇଛି। ଏଣିକି ରାଜ୍ୟର ସମସ୍ତ ସ୍କୁଲରେ…

ପୋଷ୍ଟ ଅଫିସକୁ ପଶି ଆସିଲା ବିରାଟକାୟ ଅହିରାଜ: ଆତଙ୍କିତ ହୋଇ ଟେକା ପଥର ମାରିଲେ ଲୋକେ, ପରେ…

ଆନନ୍ଦପୁର, ୨।୪(ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡ ହଦଗଡ଼ ଅଞ୍ଚଳରେ ଏକ ଅଭାବନୀୟ ଦୃଶ୍ୟ ଦେଖିବାକୁ ମିଳିଛି। ଗୁରୁବାର ଦିନ ହଦଗଡ଼ ରେଞ୍ଜ ଅଧୀନରେ…

ଟ୍ରେନ୍ ଯାତ୍ରୀଙ୍କ ପାଇଁ IRCTC ର ‘ଡିଜିଟାଲ୍ ଢାବା’: ଏବେ ଗୋଟିଏ କ୍ଲିକରେ ସିଟ୍‌ରେ ପହଞ୍ଚିବ ଗରମାଗରମ ଖାଦ୍ୟ! ଜାଣନ୍ତୁ କେମିତି…

ନୂଆଦିଲ୍ଲୀ,୨।୪: ଭାରତୀୟ ରେଳରେ ଯାତ୍ରା କରୁଥିବା ଯାତ୍ରୀଙ୍କ ପାଇଁ ଏକ ବଡ଼ ସୁବିଧା ନେଇ ଆସିଛି IRCTC। ଏବେ ମେଲ କିମ୍ବା ଏକ୍ସପ୍ରେସ ଟ୍ରେନରେ ଯାତ୍ରା ସମୟରେ…

ହର୍ମୁଜ୍ ପ୍ରଣାଳୀ ନେଇ ଇରାନର ବଡ଼ ଘୋଷଣା, ଆମର ଭାରତୀୟ ବନ୍ଧୁମାନେ ସୁରକ୍ଷିତ…..

ନୂଆଦିଲ୍ଲୀ,୨ା୪: ପଶ୍ଚିମ ଏସିଆରେ ଚାଲିଥିବା ବିବାଦ ମଧ୍ୟରେ, ଇରାନ ଭାରତ ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ ବିବୃତ୍ତି ଜାରି କରିଛି। ଇରାନ କହିଛି ଯେ ଏହାର ଭାରତୀୟ ବନ୍ଧୁମାନଙ୍କୁ…

ଇନଷ୍ଟାଗ୍ରାମରୁ ପ୍ରେମ ପରେ ଛୁଆ ଜନ୍ମ ଦେଲେ ୨୦ ବର୍ଷୀୟ ଯୁବତୀ; ଭୟରେ ବାଲଟିରେ ସିଲ୍ କରି ମନ୍ଦିରରେ ଛାଡିଦେଲେ, ତାପରେ…

ନୂଆଦିଲ୍ଲୀ,୨ା୪: ଇନଷ୍ଟାଗ୍ରାମରୁ ସାଙ୍ଗ ହେବା ପରେ ଗଢ଼ି ଉଠିଥିଲା ପ୍ରେମ ସମ୍ପର୍କ । ପରେ ୨୦ ବର୍ଷୀୟ ଯୁବତୀ ଜଣକ ଏକ ଛୁଆକୁ ଜନ୍ମ ଦେଇଥିଲେ ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri