Posted inଜାତୀୟ

ରାମ ମନ୍ଦିର ପ୍ରାଣ ପ୍ରତିଷ୍ଠା: ୫୭ବର୍ଷ ପୂର୍ବରୁ ଡାକ ଟିକେଟରେ ଲେଖାଯାଇଥିଲା ସମୟ!

ନୂଆଦିଲ୍ଲୀ,୧୭।୧: ରାମ ମନ୍ଦିରକୁ ନେଇ ନିକଟରେ ଅନେକ ରୋଚକ ତଥ୍ୟ ସାମ୍ନାକୁ ଆସିଛି। ରାମଲାଲାଙ୍କ ପ୍ରାଣ ପ୍ରତିଷ୍ଠା ନେଇ ତାରିଖ ଯେତେ ପାଖେଇ ଆସୁଛି ଲୋକଙ୍କ ମଧ୍ୟରେ ଆଶା ଉଦ୍ଦୀପନା ସେତିକି ବୃଦ୍ଧି ପାଉଛି। ଏହାରି ଭିତରେ ନେପାଳର ଏକ ଡାକ ଟିକେଟ ଭାଇରାଲ ହେବାରେ ଲାଗିଛି। ୫୦ବର୍ଷରୁ ଉର୍ଦ୍ଧ ଏହି ଟିକେଟ୍‌ରେ ରାମ ମନ୍ଦିର କେବେ ପ୍ରତିଷ୍ଠା ହେବ ତାହା ଉଲ୍ଲେଖ କରାଯାଇଛି। ଯାହା ସମସ୍ତଙ୍କୁ ତାଜୁବ କରିଛି।

ଭାଇରାଲ ଡାକ ଟିକେଟଟି ୧୯୬୭ରେ ଜାରି କରାଯାଇଥିଲା। ଏଥିରେ ୨୦୨୪ରେ ରାମଲାଲାଙ୍କ ପ୍ରାଣ ପ୍ରତିଷ୍ଠା ହେବ ବୋଲି ଲେଖା ଅଛି। ଅର୍ଥାତ୍‌ ୫୭ବର୍ଷ ପୂର୍ବରୁ ରାମ ମନ୍ଦିର ପ୍ରତିଷ୍ଠା ହେବ ବୋଲି ଦିନ ଧାର୍ଯ୍ୟ ଥିଲା। ଏହି ଟିକେଟ୍‌ ବର୍ତ୍ତମାନ ଲକ୍ଷ୍ନୌର ଅଶୋକ କୁମାରଙ୍କ ପାଖରେ ଅଛି। ଅଶୋକଙ୍କ ‘ଦି ଲିଟିଲ ମ୍ୟୁଜିୟମ’ରେ ଏହି ଟିକେଟ ରହିଛି।

ଏନେଇ ଅଶୋକ କହିଛନ୍ତି, ଏହି ଡାକ ଟିକେଟ ୧୯୬୭ ଏପ୍ରିଲ ୧୮ରେ ଜାରି କରାଯାଇଥିଲା। ଏହି ଟିକେଟ୍‌ ସେତେବେଳେ ୧୫ପଇସାର ଥିଲା। ଡାକ ଟିକେଟ୍‌ରେ ଶ୍ରୀରାମଙ୍କୁ ଧନୁତୀର ସହ ଦେଖିବାକୁ ମିଳିଛି। ଏହି ଟିକେଟକୁ ଜଣେ ବ୍ୟକ୍ତିଙ୍କ ଠାରୁ କିଣିଥିଲି।
ଭାଇରାଲ ନେପାଳୀ ଡାକ ଟିକେଟରେ ରାମ ନବମୀ ୨୦୨୪ ଲେଖା ଅଛି । ତାହା ଇଂରାଜୀ କ୍ୟାଲେଣ୍ଡର ନୁହେଁ, ବରଂ ବିକ୍ରମ ସଂବତ କ୍ୟାଲେଣ୍ଡର ଅନୁଯାୟୀ ତାରିଖ ଲେଖା ଅଛି । ବିକ୍ରମ ସଂବତ କ୍ୟାଲେଣ୍ଡର ଇଂରାଜୀ କ୍ୟାଲେଣ୍ଡରଠାରୁ ୫୭ ବର୍ଷ ଆଗୁଆ ଚାଲିଥାଏ ବୋଲି ଅଶୋକ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଗଞ୍ଜେଇ ଚୋରା ଚାଲାଣର ସାମ୍ରାଜ୍ୟ ଚଳାଇଥିଲେ, ୨ ଯୁବକଙ୍କୁ ଧରି..

ଦାରିଙ୍ଗବାଡ଼ି,୨୨ା୭(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଥାନା ପୋଲିସକୁ ଏକ ବଡ଼ ସଫଳତା ମିଳିଛି। ଗଞ୍ଜେଇ ପ୍ୟାକିଂ କରି ବାହାରକୁ ଚାଲାଣ କରୁଥିବା ୨ ଜଣିଆ ଟିମ୍‌କୁ…

ରାଜରାସ୍ତାରେ କଂଗ୍ରେସ-ଭାଜପାକର୍ମୀଙ୍କ ମଧ୍ୟରେ ସଂଘର୍ଷ; ମୁଣ୍ଡ ଫାଟିଲା, ଗାଡ଼ିର କାଚ…

ପାଟନା,୨୨।୭: ପ୍ରଧାନମନ୍ତ୍ରୀଙ୍କ ବାସଭବନ ବାହାରେ ରାହୁଲ ଗାନ୍ଧୀଙ୍କ ସମେତ ବିରୋଧୀ ନେତାମାନେ ଧାରଣାରେ ବସିଥିଲେ । ଏହାପରେ ବୁଧବାର ଭାଜପା ପକ୍ଷରୁ ପାଟନାରେ ଏକ ପ୍ରତିବାଦ ଶୋଭାଯାତ୍ରା…

ଓମ୍‌ ବିର୍ଲାଙ୍କୁ ଭେଟିଲେ ଧର୍ମେନ୍ଦ୍ର ପ୍ରଧାନ, କିଛି ବଡ଼ ହେବାକୁ ଯାଉଛି…

ନୂଆଦିଲ୍ଲୀ,୨୨।୭: ନିଟ୍-ୟୁଜି (NEET-UG) ପରୀକ୍ଷା ପେପର୍ ଲିକ୍‌କୁ ନେଇ ସଂସଦରେ ଚାଲିଥିବା ଗତିରୋଧ ମଧ୍ୟରେ ଏକ ବଡ଼ ଖବର ସାମ୍ନାକୁ ଆସିଛି। ଲୋକ ସଭାରେ ଏହି ଗୁରୁତ୍ୱପୂର୍ଣ୍ଣ…

ଜମ୍ମୁ-କାଶ୍ମୀରର ବଡ଼ ଆତଙ୍କବାଦୀ ଆକ୍ରମଣ: ଶହୀଦ ହୋଇଗଲେ…

ଶ୍ରୀନଗର,୨୨।୭: ଜମ୍ମୁ ଓ କାଶ୍ମୀରର ଅନନ୍ତନାଗରୁ ଏକ ବଡ଼ ଖବର ସାମ୍ନାକୁ ଆସିଛି। ଲାଲ ଚୌକ ନିକଟରେ ଆତଙ୍କବାଦୀ ଆକ୍ରମଣରେ ଜଣେ କନଷ୍ଟେବଳ ଶହୀଦ ହୋଇଛନ୍ତି। ଆକ୍ରମଣକାରୀ…

୬୩ ବର୍ଷ ବୟସରେ ୪୫ ବର୍ଷର ପୂରୁଣା ସ୍ବପ୍ନ ପୂରଣ କଲେ ସୁଶୀଳା ଦେବୀ

ଚଣ୍ଡିଗଡ,୨୨।୭:ଶିକ୍ଷା ପାଇଁ କୌଣସି ବୟସ ସୀମା ନାହିଁ ବୋଲି ଆପଣ ହୁଏତ ଏହି କଥାଟି ଶୁଣିଥିବେ। ହରିୟାଣାର ଜଣେ ୬୩ ବର୍ଷୀୟା ଜେଜେମା ଏହାକୁ ସତ୍ୟ ପ୍ରମାଣିତ…

ସୋନମ ୱାଙ୍ଗଚୁକଙ୍କୁ ଭାବୁକ ନିବେଦନ କଲେ ଅଭିଜିତ୍‌ ଦୀପକେ, କହିଲେ-ଆପଣଙ୍କ ଜୀବନ…

ନୂଆଦିଲ୍ଲୀ,୨୨।୭: କକ୍ରୋଚ ଜନତା ପାର୍ଟି (CJP) ର ଜନ୍ତର-ମନ୍ତରରେ ବିରୋଧ ପ୍ରଦର୍ଶନ ଜାରି ରହିଛି। ପ୍ରଦର୍ଶନକାରୀମାନେ ଧର୍ମେନ୍ଦ୍ର ପ୍ରଧାନଙ୍କ ଇସ୍ତଫା ଦାବି ନେଇ ଲଗାତାର ଧାରଣାରେ ଅଟଳ…

କେତେ ଟଙ୍କାର ମାଲିକ ଧର୍ମେନ୍ଦ୍ର ପ୍ରଧାନ? ମୋଟ ସମ୍ପତ୍ତି ଜାଣିଲେ…

ନୂଆଦିଲ୍ଲୀ,୨୨ା୭: ଦେଶବ୍ୟାପୀ ଛାତ୍ର ପ୍ରତିବାଦ ଜାରି ରହିଛି। ଛାତ୍ରମାନେ କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କୁ ତାଙ୍କ ପଦବୀରୁ ଇସ୍ତଫା ଦେବାକୁ ଦାବି କରୁଛନ୍ତି। ତେବେ ଏହାରି…

CJPକୁ ନବୀନଙ୍କ ସମର୍ଥନ ନେଇ ବର୍ଷିଲେ ଭର୍ତ୍ତୃହରି, କହିଲେ ତାଙ୍କ ମୁଖ୍ୟମନ୍ତ୍ରୀତ୍ୱ ସମୟରେ…

ଭୁବନେଶ୍ୱର,୨୨ା୭: ସିଜେପିକୁ ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକଙ୍କ ସମର୍ଥନ ମନ୍ତବ୍ୟକୁ ନାପସନ୍ଦ କରିଛି ଭାଜପା। ଏକ ପ୍ରେସମିଟ୍‌ କରି କଡ଼ା ଜବାବ ଦେଇଛନ୍ତି ଭାଜପାର ବରିଷ୍ଠ ଏମ୍‌ପି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri