ଡିଆଇଡି ସୁପର ମମର ବିଜେତା ହେଲେ ହରିୟାଣାର ଶ୍ରମିକ ବର୍ଷା ବୁମରା

ମୁମ୍ବାଇ,୨୬ ।୯: ଡିଆଇଡି ସୁପର ମମ ଟ୍ରଫି ଜିତି ବର୍ଷା ବୁମରା ପୁଣିଥରେ ପ୍ରମାଣ କରିଛନ୍ତି ଯେ ପରିସ୍ଥିତି ଯାହା ବି ହେଉ ସ୍ୱପ୍ନକୁ ପୂରା କରିବାକୁ ହେଲେ ସାହସ ଦରକାର । ତା’ହେଲେ ବଡ କାମ ବି ସହଜରେ କରିହୁଏ । ଶ୍ରମିକ ଭାବେ କାମ କରୁଥିବା ବର୍ଷା ଡିଆଇଡି ସୁପର ମମ ବିଜେତା ହୋଇ ସାଢେ ୭ ଲକ୍ଷ ଟଙ୍କା ସହ ଟ୍ରଫି ଜିତିଛନ୍ତି । ଏହାପରେ ବର୍ଷା କହିଛନ୍ତି ଜୀବନରେ ସେ କେବେ ଏତେ ଟଙ୍କା ଦେଖି ନ ଥିଲେ । ତେବେ ଯେଉଁମାନଙ୍କଠାରୁ ସେ କରଜ କରି ମୁମ୍ବାଇ ଆସିଥିଲେ ଫେରିଲେ ପ୍ରଥମେ ସେ ସେମାନଙ୍କ ଋଣ ସୁଝିବେ ଓ ଅବଶିଷ୍ଟ ଟଙ୍କାରେ ସେ ତାଙ୍କ ପୁଅ ପାଇଁ ଘରଟିଏ ତିଆରି କରିବେ ବୋଲି କହିଛନ୍ତି ।
ଟ୍ରଫି ଜିତିବା ପରେ ବର୍ଷା କହିଛନ୍ତି, ମୋତେ ବହୁତ ଖୁସି ଲାଗୁଛି । କାରଣ ମୁଁ ଏବେ ବି ବିଶ୍ୱାସ କରିପାରୁନାହିଁ ଯେ ମୁଁ ବିଜୟୀ ହୋଇଛି । ଏପର୍ଯ୍ୟନ୍ତ ମୋର ଜର୍ଣ୍ଣି ଖୁବ୍ ସୁନ୍ଦର ରହିଛି । ମୁମ୍ବାଇରେ କାଟିଥିବା ୩ ମାସ ମୋ ଜୀବନର ସବୁଠାରୁ ସୁନ୍ଦର ସମୟ । ସ୍ୱପ୍ନ ଦେଖିବାର କୌଣସି ବୟସ ନାହିଁ । ଯଦି ନିଜ ଭିତରେ କିଛି କ୍ୱାଲିଟି ଅଛି ତେବେ ପରିସ୍ଥିତି ବା ପରିବେଶର କୌଣସି ମାନେ ନାହିଁ । ତେବେ ବର୍ଷାଙ୍କର ଏହି ଯାତ୍ରାରେ ତାଙ୍କ ସ୍ୱାମୀ ତାଙ୍କୁ ବହୁତ ସହଯୋଗ କରିଥିବା ସେ କହିଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

T20 ବିଶ୍ୱକପ୍‌ରୁ ବାଦ୍ ପଡ଼ିବ କି ଅଷ୍ଟ୍ରେଲିଆ? ଦମଦାର ବିଜୟ ସହ ସୁପର-୮ରେ ଶ୍ରୀଲଙ୍କା

ନୂଆଦିଲ୍ଲୀ,୧୬।୨: ଚଳିତ T20 ବିଶ୍ୱକପ୍ ୨୦୨୬ରେ ଦେଖିବାକୁ ମିଳିଛି ଏକ ବଡ଼ ବିପର୍ଯ୍ୟୟ। ଓପନର ପଥୁମ ନିସାଙ୍କାଙ୍କ ବିଧ୍ୱଂସକାରୀ ଶତକ ବଳରେ ଶ୍ରୀଲଙ୍କା ୮ ୱିକେଟ୍‌ରେ ଅଷ୍ଟ୍ରେଲିଆକୁ…

ପୂର୍ବତନ ବିଧାୟିକା ଡା. ରାସେଶ୍ବରୀ ପାଣିଗ୍ରାହୀଙ୍କ ପରଲୋକ; ମୁଖ୍ୟମନ୍ତ୍ରୀଙ୍କ ଶୋକ

ଭୁବନେଶ୍ୱର,୧୬।୨: ସମ୍ବଲପୁରର ପୂର୍ବତନ ବିଧାୟିକା ତଥା ବିଶିଷ୍ଟ ଚିକିତ୍ସିକା ଡା. ରାସେଶ୍ବରୀ ପାଣିଗ୍ରାହୀଙ୍କର ଦେହାନ୍ତ ହୋଇଯାଇଛି। ମୃତ୍ୟୁ ବେଳକୁ ତାଙ୍କୁ ୭୯ ବର୍ଷ ବୟସ ହୋଇଥିଲା। ସମ୍ବଲପୁର…

ନକଲି ମାଓବାଦୀ ଆତ୍ମସମର୍ପଣ ଯୋଜନା ପଣ୍ଡ: ଖବରଦାତାଙ୍କ ସହ ୪ ଗିରଫ

ରାୟଗଡ଼ା,୧୬।୨(ଆଶିଷ ରଞ୍ଜନ ପଣ୍ଡା) ମାଓବାଦୀଙ୍କ ନାଁରେ ପୋଷ୍ଟର ମାରିବା ଏବଂ ନକଲି ମାଓବାଦୀଙ୍କୁ ଆତ୍ମସମର୍ପଣ କରାଇ ସରକାରୀ ଅର୍ଥ ଲୁଟ ପାଇଁ ଉଦ୍ୟମ କରିବା ଘଟଣାରେ ରାୟଗଡ଼ା…

ବଟେଶ୍ୱର ଜାଗର ମହୋତ୍ସବ: ମୋହିଲା ଛାତ୍ରୀଛାତ୍ରଙ୍କ ନୃତ୍ୟ

ଗଞ୍ଜାମ,୧୬ା୨(ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ପାଳିବନ୍ଧ ପଞ୍ଚାୟତର ପ୍ରସିଦ୍ଧ ବଟେଶ୍ୱର ମନ୍ଦିର ବାଲିଯାତ୍ରା ପଡିଆରେ ମହାଶିବରାତ୍ରି ଉପଲକ୍ଷେ ପ୍ରଥମଥର ପାଇଁ ଜାଗର ମହୋତ୍ସବ ଅନୁଷ୍ଠିତ ହୋଇଯାଇଛି।…

ଏହି ଷ୍ଟେସନର ବଦଳିବ କାୟାକଳ୍ପ: ଏତିକି କୋଟି ମଞ୍ଜୁର କଲେ କେନ୍ଦ୍ର ସରକାର

ଭୁବନେଶ୍ୱର,୧୬।୨: ଓଡ଼ିଶାର ରେଳ ଭିତ୍ତିଭୂମି ପାଇଁ ୯୩.୧୯ କୋଟି ଟଙ୍କା ଅନୁମୋଦନ କରିଛନ୍ତି କେନ୍ଦ୍ର ସରକାର। ଏହି ଟଙ୍କାରେ ବ୍ରହ୍ମପୁର ରେଳ ଷ୍ଟେସନର ପୁନଃ ବିକାଶ କରାଯିବ।…

ମହିଳାଙ୍କୁ ଗୋଡାଇ କାମୁଡ଼ିଲା ବିଲୁଆ

ଦିଗପହଣ୍ଡି,୧୬।୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସହର ୫ ନଂ ୱାର୍ଡ ପଠାଣ ଗଳି ବାସିନ୍ଦା କେ.ପାର୍ୱତୀ ଦୋରା(୪୦) ବିଲୁଆ କାମଡ଼ାରେ ଗୁରୁତର ଆହତ ହୋଇଛନ୍ତି।…

ତୃତୀୟ ଥର ବିବାହ ବନ୍ଧନରେ ବାନ୍ଧିହେଲେ IAS ଅଫିସର, ତିନି ସ୍ତ୍ରୀ IAS

ଭୋପାଳ,୧୬।୨: ଜଣେ IAS ଅଫିସର ଏବେ ନିଜର ବ୍ୟକ୍ତିଗତ ଜୀବନକୁ ନେଇ ଏବେ ଚର୍ଚ୍ଚାର ଶିଖରରେ ଅଛନ୍ତି। ସେ ନିକଟରେ ତୃତୀୟ ଥର ପାଇଁ ବିବାହ କରିଥିବା…

ଓଡ଼ିଆ ଭାଷା ସାହିତ୍ୟର ଜାତୀୟ ଆଲୋଚନା ଚକ୍ର

ଦିଗପହଣ୍ଡି,୧୬।୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ କଙ୍କୋରଡ଼ା ଗ୍ରାମସ୍ଥିତ ସ୍ନାତକ ବିଜ୍ଞାନ ମହାବିଦ୍ୟାଳୟ ଓଡ଼ିଆ ଭାଷା ସାହିତ୍ୟ ବିଭାଗ ପକ୍ଷରୁ ସୋମବାର ଏକ ଦିବସୀୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri