Posted inଜାତୀୟ

ଭାଜପାକୁ ଝଟ୍‌କା ଦେବାକୁ ଦିଦି ପ୍ରସ୍ତୁତ, ୨୪ ବିଧାୟକଙ୍କ ସହ ଯୋଗାଯୋଗ ସ୍ଥାପନ ଦାବି…

କୋଲକାତା,୭।୯: ଭାଜପା ବିଧାୟକ ସୋମେନ ରାୟ ତୃଣମୂଳ କଂଗ୍ରେସ( ଟିଏମସି)କୁ ଫେରିବାର କିଛି ଦିନ ବିତିଛି। ଏବେ ଦଳୀୟ ନେତା ମୁକୁଲ ରାୟ ଦାବି କରିଛନ୍ତି ଯେ ଆଗାମୀ ଦିନରେ ବହୁ ଭାଜପା ବିଧାୟକ ଟିଏମସିରେ ଯୋଗ ଦେଇପାରନ୍ତି। ସେ କହିଛନ୍ତି ମୁଖ୍ୟନ୍ତ୍ରୀ ମମତା ବାନାର୍ଜୀଙ୍କ ସହ କାମ କରିବାକୁ ଚାହୁଁଥିବା ୨୪ ଜଣ ଭାଜପା ବିଧାୟକ ତାଙ୍କ ସହ ଯୋଗାଯୋଗରେ ଅଛନ୍ତି। ଟିଏମସିରେ ଯୋଗଦେବାକୁ ଚାହୁଁଥିବା ବିଧାୟକ ଏବଂ ନେତାଙ୍କ ଲମ୍ବା ଧାଡି ରହିଛି ବୋଲି ସେ କହିଛନ୍ତି।

ଚଳିତ ବର୍ଷ ଜୁନରେ ମୁକୁଲ ରାୟ ନିଜେ ଭାଜପା ଛାଡି ଟିଏମସି ଫେରିଥିଲେ। ସେ ଚାରି ବର୍ଷ ପୂର୍ବେ ଟିଏମସିରୁ ଭାଜପାକୁ ଯାଇଥିଲେ। ତେବେ ବିଧାନସଭା ନିର୍ବାଚନରେ ବିଜେପିର ପରାଜୟ ପରେ ସେ ପୁଣି ଥରେ ମମତା ବାନାର୍ଜୀଙ୍କ ନେତୃତ୍ୱକୁ ଗ୍ରହଣ କରିଛନ୍ତି।

ଗତ ଚାରି ସପ୍ତାହ ମଧ୍ୟରେ ସୋମେନ ରାୟ, ବିଶ୍ୱଜିତ ଦାସ ଏବଂ ତନ୍ମୟ ଘୋଷଙ୍କ ସମେତ ଚାରିଜଣ ଭାଜପା ବିଧାୟକ ଟିଏମସିରେ ଯୋଗ ଦେଇଛନ୍ତି। ଏ ସମସ୍ତ ନେତା ମୁକୁଲ ରାୟଙ୍କ ନିକଟତର ବୋଲି ବିବେଚନା କରାଯାଏ।

ସୋମେନ ରାୟ ଗତ ସପ୍ତାହରେ ପାର୍ଥ ଚାଟାର୍ଜୀଙ୍କ ଉପସ୍ଥିତିରେ ପାର୍ଟିରେ ଯୋଗ ଦେଇଥିଲେ। ଏହାପୂର୍ବରୁ ଅଗଷ୍ଟ ୩୦ ରେ ବିଷ୍ଣୁପୁର ବିଧାୟକ ତନ୍ମୟ ଘୋଷ ଟିଏମସି ଫେରି ଆସିଥିଲେ। ଅଗଷ୍ଟ ୩୧ରେ ଉତ୍ତର ୨୪ ପ୍ରଗନା ଜିଲାର ବାଗଡା ବିଧାନସଭା ନିର୍ବାଚନମଣ୍ଡଳୀର ଭାଜପା ବିଧାୟକ ବିଶ୍ୱଜିତ ଦାସ ମଧ୍ୟ ଟିଏମସିରେ ଯୋଗ ଦେଇଥିଲେ।

ଏହାଦ୍ୱାରା ଏବେ ପଶ୍ଚିମବଙ୍ଗ ବିଧାନସଭାରେ ଭାଜପା ବିଧାୟକଙ୍କ ସଂଖ୍ୟା ୭୧ କୁ ହ୍ରାସ ପାଇଛି। ଏହାକୁ ନେଇ କେନ୍ଦ୍ରୀୟ ହାଇକମାଣ୍ଡଙ୍କ ଚିନ୍ତା ବଢ଼ିବାରେ ଲାଗିଛି। ରାଜ୍ୟରେ ଉପ ନିର୍ବାଚନ ପୂର୍ବରୁ ପୁଣି ବାଡ଼ ଡିଆଁ ଆରମ୍ଭ ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ରାତି ଅଧରେ ଭାଜପା ନେତାଙ୍କୁ ଟେକିନେଲା ପୋଲିସ, ପ୍ରତିବାଦରେ ରାସ୍ତାରୋକୋ

ଚାନ୍ଦବାଲି, ୧୮ା୨( କିଷାନ ପାତ୍ର/ଅଶୋକ ପଣ୍ଡା): ଭାଜପା ନେତାଙ୍କୁ ରାତି ଅଧିଆ ଗିରଫ ପ୍ରତିବାଦରେ ଚାନ୍ଦବାଲି-ଭଦ୍ରକ ମୁଖ୍ୟ ରାସ୍ତାର ଖେରଙ୍ଗ ବଜାରରେ ଉତ୍ତେଜନା ଦେଖାଦେଇଛି । ପୋଲିସର…

ରାଜ୍ୟ ସଭା ନିର୍ବାଚନ ତାରିଖ ଘୋଷଣା ପରେ ବଦ୍ରିଙ୍କ ପ୍ରତିକ୍ରିୟା, କହିଲେ ନବୀନ କି ନିଷ୍ପତ୍ତି ନେବେ…

ଭୁବନେଶ୍ୱର,୧୮ା୨: ରାଜ୍ୟ ସଭା ନିର୍ବାଚନ ତାରିଖ ଘୋଷଣା ପରେ ବଦ୍ରି ନାରାୟଣ ପାତ୍ର ପ୍ରତିକ୍ରିୟା ଦେଇଛନ୍ତି। ସେ ବରିଷ୍ଠମାନଙ୍କୁ ଗୁରୁତ୍ୱ ଦେଇ କହିଛନ୍ତି, ଦଳ ପାଇଁ କାମ…

ସମ୍ପୂର୍ଣ୍ଣ କାର୍ଯ୍ୟକ୍ଷମ ହୋଇପାରିନାହିଁ ଖାରିକୁଟି ପ୍ରକଳ୍ପ, ପୁନରୁଦ୍ଧାର ଅପେକ୍ଷାରେ…

ଗୁଡ଼ାରି,୧୮।୨ (ପ୍ରମୋଦ କୁମାର ପତି): ରାୟଗଡ଼ା ଜିଲା ଗୁଡ଼ାରି ବ୍ଲକ୍‌ର ଚାଷୀଙ୍କୁ ଜଳସେଚନ ସୁବିଧା ଯୋଗାଇଦେବାକୁ ଶିରିଗୁଡ଼ା ଗ୍ରାମପଞ୍ଚାୟତରେ ଗତ ୨୦ ବର୍ଷ ପୂର୍ବେ ଖାରିକୁଟି କ୍ଷୁଦ୍ର…

ବିଭିନ୍ନ ସମସ୍ୟାର ସମାଧାନ କରିବାକୁ ଜିଲାପାଳଙ୍କୁ ଭେଟିଲେ ଗ୍ରାମବାସୀ, ପ୍ରତିଶ୍ରୁତି ଦେଇ କହିଲେ…

ରାୟଗଡ଼ା/କଲ୍ୟାଣସିଂହପୁର,୧୮।୨(ଆଶିଷ ରଞ୍ଜନ ପଣ୍ଡା/ଦୀପକ କୁମାର ପରିଡ଼ା): ରାୟଗଡ଼ା ଜିଲା ନିୟମଗିରି ଅଞ୍ଚଳରେ ମୌଳିକ ସୁବିଧା ପହଞ୍ଚୁ ନ ଥିବା ଅଭିଯୋଗ ହୋଇଆସୁଥିଲା। ବିଶେଷକରି କଲ୍ୟାଣସିଂହପୁର ବ୍ଲକ ଅନ୍ତର୍ଗତ…

ରେଳ ଧାରଣାରୁ ମହିଳା ମେଡିକାଲ ଆଟେଣ୍ଡାଣ୍ଟ୍‌ଙ୍କ ମୃତଦେହ ଜବତ: ହତ୍ୟା ଅଭିଯୋଗ ଆଣିଲେ ପରିବାର

ବ୍ରହ୍ମପୁର,୧୮/୨(ସୁବାସ ଚନ୍ଦ୍ର ପାଢ଼ୀ): ସରକାରୀ ରେଳବାଇ ପୋଲିସ (ଜିଆରପି) ବୁଧବାର ବଢି ଭୋର ଜଣେ ମହିଳାଙ୍କ ମୃତଦେହ ରେଳଧାରଣା କରୁ ଜବତ କରିଛି। ମୃତକଙ୍କ ପରିଚୟ ପ୍ରଥମେ…

ମହାନଦୀକୁ ଡେଇଁଲେ ମହିଳା: ପଥଚାରୀ ଅଟକାଇବାକୁ ଚେଷ୍ଟା କରି…

ସମ୍ବଲପୁର,୧୮।୨(ପ୍ରମୋଦ ବହିଦାର): ମହାନଦୀକୁ ଡେଇଁ ବୁର୍ଲାର ଜଣେ ମହିଳା ଆତ୍ମହତ୍ୟା କରିଥିବା ଖବର ମିଳିଛି। ସେ ବୁର୍ଲା ମହତାବ ନଗରର ଅଞ୍ଜୁ କୁମ୍ଭାର(୨୨) ବୋଲି ପରିଚୟ ମିଳିଛି।…

ସୁପର-୮ରେ ୩ ମ୍ୟାଚ୍‌ ଖେଳିବ ଭାରତ: ଜାଣନ୍ତୁ କେଉଁଠି, କେତେବେଳେ ଖେଳାଯିବ ମ୍ୟାଚ୍‌

ନୂଆଦିଲ୍ଲୀ,୧୮।୨: ଟି୨୦ ବିଶ୍ୱକପରେ ଟିମ ଇଣ୍ଡିଆ ତା’ର ଶେଷ ଲିଗ ମ୍ୟାଚ ଖେଳିବ। ଭାରତୀୟ ଦଳ ଏପର୍ଯ୍ୟନ୍ତ ଟୁର୍ନାମେଣ୍ଟରେ ଅପରାଜିତ ରହିଛି। ଟିମ ଇଣ୍ଡିଆ ସୁପର ୮…

ଠାକୁରାଣୀ ଯାତ୍ରା ପାଇଁ ଜୋରଦାର ପ୍ରସ୍ତୁତି: ବିଧାୟକ,ଉପଜିଲାପାଳଙ୍କ ନୂଆ ହେବ ଅନୁଭୂତି

ଭଞ୍ଜନଗର,୧୮।୨(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର ଐତିହାସିକ ଠାକୁରାଣୀ ଯାତ୍ରାର ପ୍ରସ୍ତୁତି ବୈଠକ ଆଜି ସନ୍ଧ୍ୟାରେ ସ୍ଥାନୀୟ ରଘୁନାଥ ମନ୍ଦିର ପରିସରରେ ଅନୁଷ୍ଠିତ ହେବ। ଏନେଇ ସମସ୍ତ ବିଭାଗ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri