Posted inଜାତୀୟ

ଦିଦିଙ୍କ ହାତରୁ ଗଲା ଟିଏମସି? କାକୋଲି କହିଲେ, ‘ନୂଆ ଦଳ ପାଇଁ ବାଚସ୍ପତିଙ୍କୁ ଅନୁରୋଧ କରିବୁ’

କୋଲକାତା,୧୪।୬: ୧୫ ବର୍ଷ ଧରି ପଶ୍ଚିମବଙ୍ଗରେ ଶାସନ କରିଥିବା ପୂର୍ବତନ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ଏବେ ତାଙ୍କ ଦଳ ତୃଣମୂଳ କଂଗ୍ରେସକୁ ହରାଉଥିବା ଜଣାପଡ଼ିଛି। ୨୦ ରୁ ଅଧିକ ଟିଏମସି ଏମପି ଦଳ ଛାଡିବାକୁ ଯାଉଛନ୍ତି ଏବଂ ଭାରତୀୟ ଜନତା ପାର୍ଟି ନେତୃତ୍ୱାଧୀନ ଜାତୀୟ ଗଣତାନ୍ତ୍ରିକ ମେଣ୍ଟ (ଏନଡିଏ)ରେ ଯୋଗଦେବା ବିଷୟରେ ଆଲୋଚନା କରୁଛନ୍ତି। ବିଦ୍ରୋହୀ ଟିଏମସି ଏମପିମାନେ ରବିବାର (୧୪ ଜୁନ, ୨୦୨୬) କେନ୍ଦ୍ରମନ୍ତ୍ରୀ ଭୂପେନ୍ଦ୍ର ଯାଦବଙ୍କ ବାସଭବନରେ ଏକ ବୈଠକ କରିଥିଲେ। ଏହା ପରେ, ବିଦ୍ରୋହୀ ଟିଏମସି ଏମପିଙ୍କ ମଧ୍ୟରୁ ଜଣେ କାକୋଲି ଘୋଷ ଦସ୍ତିଦାର କହିଛନ୍ତି ଯେ ସେମାନେ ଆସନ୍ତାକାଲି (ସୋମବାର, ୧୫ ଜୁନ, ୨୦୨୬) ଲୋକ ସଭା ବାଚସ୍ପତି ଓମ ର୍ବିଲାଙ୍କୁ ଭେଟି ଏକ ପୃଥକ ଦଳ ଭାବରେ ମାନ୍ୟତା ଦାବି କରିବେ।
କେନ୍ଦ୍ର ମନ୍ତ୍ରୀ ଭୂପେନ୍ଦ୍ର ଯାଦବଙ୍କ ବାସଭବନରେ ଅନୁଷ୍ଠିତ ବୈଠକରେ ଚାରିରୁ ପନ୍ଦର ବିଦ୍ରୋହୀ ତୃଣମୂଳ କଂଗ୍ରେସ (ଟିଏମସି) ଏମପି ଉପସ୍ଥିତ ଥିବା ଜଣାପଡ଼ିଛି। ଏଥିରେ ଏମପି କାକୋଲି ଘୋଷ ଦସ୍ତିଦାର, ସାୟୋନି ଘୋଷ, ମାଲା ରାୟ, ଶତାବ୍ଦୀ ରାୟ, ଶର୍ମିଳା ସରକାର, ପ୍ରସୁନ ବାନାର୍ଜୀ, ସୁଦୀପ ବନ୍ଦୋପାଧ୍ୟାୟ, ଅରୂପ ଚକ୍ରବର୍ତ୍ତୀ, ପାର୍ଥ ଭୌମିକ, ଜଗଦୀଶ ବାସୁନିଆ ଏବଂ ଆହୁରି ଅନେକଙ୍କ ନାମ ଅନ୍ତର୍ଭୁକ୍ତ।
ଟିଏମସି ମୁଖ୍ୟ ମମତା ବାନାର୍ଜୀଙ୍କ ନିକଟତର ବୋଲି ବିବେଚନା କରାଯାଉଥିବା ଏମପି କାକୋଲି ଘୋଷ ଦସ୍ତିଦାର ଏବେ ବିଦ୍ରୋହୀ ଏମପିଙ୍କ ଗୋଷ୍ଠୀ ନେତା ହୋଇଛନ୍ତି। କେନ୍ଦ୍ରମନ୍ତ୍ରୀ ଭୂପେନ୍ଦ୍ର ଯାଦବଙ୍କ ସହ ସାକ୍ଷାତ ପରେ ସେ କହିଛନ୍ତି ଯେ ତାଙ୍କ ସହିତ ଏବେ ମୋଟ ୨୨ ଜଣ ଏମପି ଅଛନ୍ତି। ପୂର୍ବରୁ ସେ ୨୦ ଜଣ ଏମପିଙ୍କ ସମର୍ଥନ ଦାବି କରିଥିଲେ।
ତଥାପି, ସେ ଗୋଷ୍ଠୀରେ ଯୋଗ ଦେଇଥିବା ଦୁଇ ନୂତନ ଏମପିଙ୍କ ନାମ ପ୍ରକାଶ କରିନାହାଁନ୍ତି। ସେ କହିଛନ୍ତି ଯେ ସେମାନେ ଆନୁଷ୍ଠାନିକ ଭାବରେ ଯୋଗ ଦେବା ପରେ ହିଁ ସେମାନଙ୍କ ନାମ ସାର୍ବଜନୀନ କରାଯିବ।

Dharitri – Odisha’s No.1, Most Trusted Odia Daily

Enter your email to get our daily news in your inbox.

All Right Reserved By Dharitri.Com

କାଲି ଗଞ୍ଜାମ-ଗଜପତି ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ, ବନ୍ୟା ପ୍ରଭାବିତ ଅଞ୍ଚଳକୁ ଆକାଶମାର୍ଗରୁ….

ଭୁବନେଶ୍ୱର/ଛତ୍ରପୁର, ୨୯।୧୦(ସୁନିତ୍‌ ମିଶ୍ର/ଦିଲ୍ଲୀପ ସାମଲ): ସ୍ପେଶାଲ ରିଲିଫ କମିଶନର(ଏସ୍‌ଆର୍‌ସି)ଙ୍କ କାର୍ଯ୍ୟାଳୟସ୍ଥିତ ରାଜ୍ୟ ଜରୁରିକାଳୀନ ନିୟନ୍ତ୍ରଣ କକ୍ଷଠାରେ ଗୁରୁବାର ରାଜସ୍ବ ମନ୍ତ୍ରୀ ସୁରେଶ ପୂଜାରୀଙ୍କ ଅଧ୍ୟକ୍ଷତାରେ ବାତ୍ୟା ଅର୍ଣ୍ଣବକୁ…

କାଲି ମିଳିବ ୨୪ତମ ପିଏମ୍‌ କିଷାନ କିସ୍ତି, ରାଜ୍ୟର ୩୫.୩୯ ଲକ୍ଷ ଚାଷୀଙ୍କ…

ଭୁବନେଶ୍ୱର, ୨୯।୧୦(ସୁନିତ୍‌ ମିଶ୍ର): ପିଏମ୍‌ କିଷାନ ଉତ୍ସବ ଦିବସ ଅବସରରେ ଶୁକ୍ରବାର ପ୍ରଧାନମନ୍ତ୍ରୀ କିଷାନ ସମ୍ମାନ ନିଧି(ପିଏମ୍‌ କିଷାନ) ଯୋଜନାର ୨୪ତମ କିସ୍ତି ପ୍ରଦାନ କରାଯିବ। ଏହି…

ଜୁନାଗଡ଼ ହାତୀ ନଦୀ ପୋଲ ନିକଟରେ ଭୟଙ୍କର ଦୁର୍ଘଟଣା: ବ୍ୟାରିକେଡ଼ରେ ପିଟିହୋଇ ହୁତୁହୁତୁ ହୋଇ ଜଳିଗଲା କାର୍, ୨ ଯାତ୍ରୀ…

ଜୁନାଗଡ଼, ୨୯।୧୦ (ସୁନୀଲ କୁମାର ସିଂହ): କଳାହାଣ୍ଡି ଜିଲା ଜୁନାଗଡ଼ ହାତୀ ନଦୀ ପୋଲ ନିକଟରେ ଗୁରୁବାର ରାତିରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଯାଇଛି। ମୋଟର…

ଏସିଆନ ଚାମ୍ପିୟନ୍ସ ଟ୍ରଫି ହକି: ଚାଇନାକୁ ପରାସ୍ତ କରି ଭାରତର ବିଜୟ ଧାରା ଜାରି

ଜଳନ୍ଧର,୨୯ା୧୦: ଡିଫେଣ୍ଡିଂ ଚାମ୍ପିୟନ ଭାରତୀୟ ହକି ଦଳ ଚଳିତ ଏସିଆନ ଚାମ୍ପିୟନ୍ସ ଟ୍ରଫି ହକି ଟୁର୍ନାମେଣ୍ଟରେ ବିଜୟ ଧାରା ଜାରି ରଖିଛି। ଗୁରୁବାର ଅନୁଷ୍ଠିତ ମ୍ୟାଚ୍‌ରେ ଅଧିନାୟକ…

ଆମ୍ବୁଲାନ୍ସରେ ଭୟଙ୍କର ବିସ୍ଫୋରଣ: ୧୦ ମୃତ

କରାଚୀ, ୨୯ା୧୦ : ଦକ୍ଷିଣ ପାକିସ୍ତାନର ଏକ ସରକାରୀ ଚିକିତ୍ସାଳୟ ପରିସରରେ ଠିଆ ହୋଇଥିବା ଏକ ଆମ୍ବୁଲାନ୍ସ ଭିତରେ ଅକ୍ସିଜେନ ସିଲିଣ୍ଡର ବିସ୍ଫୋରଣ ଘଟି ଜଣେ ରୋଗୀଙ୍କ…

ଚିକେନ୍ କିଣିବାକୁ ଯାଇ ବିବାହିତ ଯୁବକ ନିଖୋଜ: ସୁଇଚ୍ ଅଫ୍ ଅଛି ମୋବାଇଲ୍ ଫୋନ୍, ପାଟଣା ଥାନାର ଦ୍ୱାରସ୍ଥ…

ପାଟଣା, ୨୯।୧୦ (ବୀର କିଶୋର ଦାଶ): କେନ୍ଦୁଝର ଜିଲ୍ଲା ପାଟଣା ଥାନା ଅନ୍ତର୍ଗତ ସାଧୁପଡ଼ାରେ ଭଡ଼ାଘରେ ରହୁଥିବା ଜଣେ ବିବାହିତ ଯୁବକ ଚିକେନ୍ କିଣିବାକୁ ବଜାରକୁ ଯାଇ…

ଡେରାବିଶ ବ୍ଲକରେ ୧.୦୬ କୋଟି ଟଙ୍କାର ସରକାରୀ ଅର୍ଥ ହଡ଼ପ: ସଦର ଥାନାରେ ବିଡ଼ିଓଙ୍କ ଏତଲା, ବରିଷ୍ଠ କିରାଣୀ ଫେରାର

ଡେରାବିଶ, ୨୯।୧୦ (ବେବର୍ତ୍ତା ଅଜୟ ଦାସ): କେନ୍ଦ୍ରାପଡ଼ା ଜିଲା ଡେରାବିଶ ବ୍ଲକରେ କାର୍ଯ୍ୟରତ ବରିଷ୍ଠ କିରାଣୀ ଶଶିକାନ୍ତ ରଣା ଚଞ୍ଚକତା କରି ୧ କୋଟି ୬ ଲକ୍ଷ…

ନୀତୀଶଙ୍କ ଘନିଷ୍ଠ ସହଯୋଗୀ ଏବେ ହୋଇପାରନ୍ତି ସମ୍ରାଟଙ୍କ ପ୍ରମୁଖ ସଚିବ; ବିହାରକୁ ଫେରିବାକୁ ଯାଉଛନ୍ତି ଓଡ଼ିଶା କ୍ୟାଡରର ଆଇଏଏସ!

ପାଟନା,୨୯।୧୦: ଓଡ଼ିଶା କ୍ୟାଡରର ଭାରତୀୟ ପ୍ରଶାସନିକ ସେବା (IAS) ଅଧିକାରୀ ସଞ୍ଜୟ କୁମାର ସିଂହ, ଯିଏ ମୂଳତଃ ବିହାରର ବାସିନ୍ଦା, ତାଙ୍କୁ ମୁଖ୍ୟମନ୍ତ୍ରୀ ସମ୍ରାଟ ଚୌଧୁରୀଙ୍କ ପ୍ରମୁଖ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?