ବିବାହ ପାଇଁ ଆସିଲେନି ବିଧାୟକ: ଅପେକ୍ଷା କରି ଫେରିଲେ ସୁମାଲିକା

ଜଗତ୍‌ସିଂହପୁର ଅଫିସ, ୧୮ା୬: ତିର୍ତ୍ତୋଲ ବିଧାୟକ ବିଜୟ ଶଙ୍କର ଦାସ (୩୦) ଏବଂ ତାଙ୍କ ପ୍ରେମିକା ତଥା ସ୍ଥାନୀୟ ଦେଉଳି ଗ୍ରାମେଶ୍ୱର ଗ୍ରାମର ସଂଗ୍ରାମ କିଶୋର ଦାଶଙ୍କ ଝିଅ ସୁମାଲିକା ଦାଶ (୨୯) ପରସ୍ପରକୁ ବିବାହ କରିବାକୁ ଏକପ୍ରକାର ନିଷ୍ପତ୍ତି ନେଇଥିଲେ। ଏନେଇ ଉଭୟେ ଗତ ମେ’ ୧୭ରେ ଜଗତ୍‌ସିଂହପୁର ଜିଲା ସବ୍‌-ରେଜିଷ୍ଟ୍ରାର (ଡିଏସ୍‌ଆର୍‌)ଙ୍କ କାର୍ଯ୍ୟାଳୟରେ ପହଞ୍ଚତ୍ ଆବେଦନ କରିଥିଲେ। ଏହି ଆବେଦନ ପରେ ଆଇନ ଅନୁଯାୟୀ, କାହାର କୌଣସି ଆପତ୍ତି ଅଭିଯୋଗର ଶୁଣାଣି ପାଇଁ ୩୦ ଦିନ ପର୍ଯ୍ୟନ୍ତ ଅପେକ୍ଷା କରିବାକୁ ପଡ଼େ। ଅଭିଯୋଗ ନ ଥିଲେ ୩୧ରୁ ୯୦ ଦିନ ମଧ୍ୟରେ ବିବାହ କରାଯାଇପାରିବ ବୋଲି ଡିଏସ୍‌ଆର୍‌ଙ୍କ କାର୍ଯ୍ୟାଳୟର ହେଲ୍ପଡେସ୍କ ପକ୍ଷରୁ ସୂଚନା ଦିଆଯାଇଥିଲା।
ଶୁକ୍ରବାର ୩୧ ଦିନ ହୋଇଥିବାରୁ ବିବାହ ପାଇଁ ସୁମାଲିକା ତାଙ୍କ ସମ୍ପର୍କୀୟମାନଙ୍କ ସହ ଡିଏସ୍‌ଆର୍‌ଙ୍କ କାର୍ଯ୍ୟାଳୟରେ ପହଞ୍ଚତ୍ଥିଲେ। ସକାଳୁ ସେମାନେ ଅପରାହ୍ନ ୩ଟା ପର୍ଯ୍ୟନ୍ତ ବିଧାୟକ ଦାସଙ୍କୁ ଅପେକ୍ଷା କରି ନିରାଶ ହେଲା ପରେ ଫେରି ଯାଇଥିବା ସୁମାଲିକା ପ୍ରତିକ୍ରିୟାରେ କହିଛନ୍ତି। ତାଙ୍କ କହିବାନୁଯାୟୀ, କୋର୍ଟରେ ଆବେଦନ କରିବା ପରଠାରୁ ସେ ୪ରୁ ୫ ଥର ବିଧାୟକ ଦାସଙ୍କ ସହ କଥା ହୋଇଛନ୍ତି। ଏହାପରେ କୋର୍ଟରେ ବିବାହ ପାଇଁ ଶୁକ୍ରବାର ଦିନ ଧାର୍ଯ୍ୟ କରାଯାଇଥିଲା। ଗତ ୧୬ ତାରିଖରେ ମଧ୍ୟ ଏ ବାବଦରେ ଦାସଙ୍କ ପରିବାର ସଦସ୍ୟଙ୍କ ସହ ଆଲୋଚନା ହୋଇଥିଲା। ଏହି ଦିନ ବିବାହ ପରେ ରାତିରେ ରିଙ୍ଗ ସେରିମନି ହେବ ବୋଲି ସ୍ଥିର ହୋଇଥିଲା। କିନ୍ତୁ ବିଧାୟକ ଦାସ ଡିଏସ୍‌ଆର୍‌ଙ୍କ କାର୍ଯ୍ୟାଳୟରେ ପହଞ୍ଚତ୍ ନ ଥିଲେ। ଏପରି କି ତାଙ୍କ ସମ୍ପର୍କୀୟମାନଙ୍କ ସହ ମୋବାଇଲ ଯୋଗେ ଯୋଗାଯୋଗ କରିବାରୁ ସେମାନେ ଦୁର୍ବ୍ୟବହାର କରିଥିଲେ। ବିଧାୟକ ଦାସ ଫୋନ ଉଠାଉ ନ ଥିବାରୁ କେହି ତାଙ୍କୁ ଅପହରଣ କରି ଥାଇପାରନ୍ତି କିମ୍ବା ସେ ଜାଣିଶୁଣି ଠକିବାକୁ ଚେଷ୍ଟା କରୁଛନ୍ତି ବୋଲି ସୁମାଲିକା ଆଶଙ୍କା ପ୍ରକଟ କରିଛନ୍ତି। ଏପରି କି ଅନ୍ୟ କେଉଁଠି ଦାସଙ୍କ ପ୍ରେମସମ୍ପର୍କ ଥାଇପାରେ ବୋଲି ସେ ସନ୍ଦେହ କରୁଥିବା କହିଛନ୍ତି। ପୂର୍ବରୁ ସେ ବିଧାୟକଙ୍କ ନାଁରେ ଜଗତ୍‌ସିଂହପୁର ଥାନା ଓ ଏସ୍‌ପିଙ୍କ ନିକଟରେ ଅଭିଯୋଗ କରିଥିଲେ। ଏବେ ନ୍ୟାୟ ନ ମିଳିଲେ ପୁନର୍ବାର ଆଇନ୍‌ର ଆଶ୍ରୟ ନେବେ ବୋଲି ସୁମାଲିକା ପ୍ରକାଶ କରିଛନ୍ତି।
ଏ ସମ୍ପର୍କରେ ବିଧାୟକ ଦାସ ପ୍ରତିକ୍ରିୟାରେ କହିଛନ୍ତି, ବିବାହ ପାଇଁ ୯୦ଦିନ ସମୟ ରହିଛି। ସେଥିମଧ୍ୟରୁ ୩୦ ଦିନ ଯାଇଛି। ଅବଶିଷ୍ଟ ୬୦ଦିନ ମଧ୍ୟରେ ବିବାହ ହେବ। ଜରୁରୀ କାମ ଯୋଗୁ ଶୁକ୍ରବାର ସେ ବିବାହ ଅଧିକାରୀଙ୍କ କୋର୍ଟରେ ପହଞ୍ଚତ୍ ପାରି ନ ଥିବା କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଗଞ୍ଜେଇ ଚାଲାଣ କରୁଥିବା ଦୁଇ ମହିଳାଙ୍କୁ ୧୦ ବର୍ଷ ଜେଲ

ବ୍ରହ୍ମପୁର,୨୬।୪(ସୁବାସ ଚନ୍ଦ୍ର ପାଢ଼ୀ): ବ୍ରହ୍ମପୁର ଅତିରିକ୍ତ ଜିଲା ଦୌରା ଜଜ(ଏଡିଜେ)- ୧ ଡ଼.ଇନ୍ଦୁ ଶର୍ମା ଶୁକ୍ରବାର ଏକ ଗଞ୍ଜେଇ ଚାଲାଣ ମାମଲାର ଚୂଡ଼ାନ୍ତ ରାୟ ପ୍ରକାଶ...

ଧର୍ମେନ୍ଦ୍ରଙ୍କୁ ପାଣ୍ଡିଆନଙ୍କ ଡାଇରେକ୍ଟ ଆଟାକ୍‌, କହିଲେ…

ଭୁବନେଶ୍ୱର,୨୬।୪: ଉମରକୋଟ ଓ ଝରିଗାଁରେ ଜୋରଦାର ପ୍ରଚାର କରିଛନ୍ତି ବିଜୁ ଜନତା ଦଳର ନେତା କାର୍ତ୍ତିକ ପାଣ୍ଡିଆନ । ନବରଙ୍ଗପୁର ଲୋକ ସଭା ନିର୍ବାଚନ ମଣ୍ଡଳୀର...

ଭାଜପାରେ ମିଶିବା ପରେ ଏମିତି କହିଲେ ପର୍ଶୁରାମ ଧଡ଼ା

ଭୁବନେଶ୍ବର, ୨୬।୪: ଭାଜପାରେ ସାମିଲ ହେବା ପରେ ସୋର ବିଧାୟକ ପର୍ଶୁରାମ ଧଡ଼ା ପ୍ରତିକ୍ରିୟା ଦେଇଛନ୍ତି। ସେ କହିଛନ୍ତି, ମୋଦିଙ୍କ ନେତୃତ୍ୱରେ ଭାରତ ବିକଶିତ ରାଷ୍ଟ୍ର...

ଆହୁରି ୫ଦିନ ଅଣାୟତ ହେବ ତାତି, ଘରୁ ବାହାରିଲେ…

ଭୁବନେଶ୍ୱର,୨୬।୪: ସାରା ରାଜ୍ୟରେ ଜାରି ରହିଛି ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହ । ପ୍ରବଳ ଗରମ ଓ ଗୁଳୁଗୁଳିରେ ସାରା ରାଜ୍ୟ ସନ୍ତୁଳି ହେଉଥିବା ବେଳେ ଆହୁରି...

VIDEO: ଅଟୋ ଚଳାଇ, ଆଖୁ ପେଡ଼ି ପ୍ରଚାର କଲେ ବିଜେଡି ଏମ୍‌ପି ପ୍ରାର୍ଥୀ ମନ୍ମଥ

ଭୁବନେଶ୍ବର, ୨୬।୪: ବିଜେଡି ଟିକେଟ୍‌ରେ ଭୁବନେଶ୍ବର ଲୋକ ସଭା ଆସନରୁ ପ୍ରାର୍ଥୀ ହୋଇଥିବା ମନ୍ମଥ ରାଉତରାୟ ନିର୍ବାଚନ ପାଇଁ ଜେରଦାର ପ୍ରଚାର କରୁଛନ୍ତି। ଏହି ସମୟରେ...

ଜଙ୍ଗଲରେ ନିଆଁ ଲଗାଇ କରୁଥିଲେ ବନ୍ୟଜନ୍ତୁ ଶିକାର: ମାଡ଼ିବସିଲା ବନ ବିଭାଗ

ଦାରିଙ୍ଗବାଡି,୨୬।୪(ଅରୁଣ ସାହୁ): ଜଙ୍ଗଲରେ ନିଆଁ ଲଗାଇ ଧ୍ବଂସ କରିବା ଏବଂ ଗରମରେ ବନ୍ୟଜନ୍ତୁ ଆଉଟୁପାଉଟୁ ହୋଇ ପାଣି ପିଇବାକୁ ଆସିବା ବେଳେ ଶିକାର କରୁଥିବା ୩ଜଣ...

ସାନଖେମୁଣ୍ଡି ବିଧାନସଭା ପାଇଁ ନାମାଙ୍କନ ପତ୍ର ଦାଖଲ କଲେ ବିଜେଡି ପ୍ରାର୍ଥିନୀ ସୁଶ୍ରୀ

ଛତ୍ରପୁର ୨୬। ୪ (ଦିଲ୍ଲୀପ କୁମାର ସାମଲ) : ଗଞ୍ଜାମ ଜିଲାରେ ଦ୍ୱିତୀୟ ପର୍ଯ୍ୟାୟ ନିର୍ବାଚନ ଲାଗି ଆଜିଠାରୁ ନାମଙ୍କନ ପତ୍ର ଦାଖଲ ପ୍ରକ୍ରିୟା ଆରମ୍ଭ...

ମୁଖ୍ୟମନ୍ତ୍ରୀ ୨ଟି ଆସନରୁ ଲଢ଼ିବା ପ୍ରସଙ୍ଗରେ ଭାଜପା ନେତାଙ୍କ ଟାର୍ଗେଟ୍‌, କହିଲେ ପାଣ୍ଡିଆନଙ୍କୁ ପଛଦ୍ବାର ବାଟେ…

ଭୁବନେଶ୍ବର, ୨୬।୪: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଦୁଇଟି ଆସନରୁ ଲଢ଼ିବା ପ୍ରସଙ୍ଗରେ ଭାଜପା ନେତା ସମୀର ମହାନ୍ତି ଟାର୍ଗେଟ୍‌ କରିଛନ୍ତି। ସେ କହିଛନ୍ତି, ଗୁମାସ୍ତା, ରିମୋଟ୍‌...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri