ବିବାହ ପାଇଁ ଆସିଲେନି ବିଧାୟକ: ଅପେକ୍ଷା କରି ଫେରିଲେ ସୁମାଲିକା

ଜଗତ୍‌ସିଂହପୁର ଅଫିସ, ୧୮ା୬: ତିର୍ତ୍ତୋଲ ବିଧାୟକ ବିଜୟ ଶଙ୍କର ଦାସ (୩୦) ଏବଂ ତାଙ୍କ ପ୍ରେମିକା ତଥା ସ୍ଥାନୀୟ ଦେଉଳି ଗ୍ରାମେଶ୍ୱର ଗ୍ରାମର ସଂଗ୍ରାମ କିଶୋର ଦାଶଙ୍କ ଝିଅ ସୁମାଲିକା ଦାଶ (୨୯) ପରସ୍ପରକୁ ବିବାହ କରିବାକୁ ଏକପ୍ରକାର ନିଷ୍ପତ୍ତି ନେଇଥିଲେ। ଏନେଇ ଉଭୟେ ଗତ ମେ’ ୧୭ରେ ଜଗତ୍‌ସିଂହପୁର ଜିଲା ସବ୍‌-ରେଜିଷ୍ଟ୍ରାର (ଡିଏସ୍‌ଆର୍‌)ଙ୍କ କାର୍ଯ୍ୟାଳୟରେ ପହଞ୍ଚତ୍ ଆବେଦନ କରିଥିଲେ। ଏହି ଆବେଦନ ପରେ ଆଇନ ଅନୁଯାୟୀ, କାହାର କୌଣସି ଆପତ୍ତି ଅଭିଯୋଗର ଶୁଣାଣି ପାଇଁ ୩୦ ଦିନ ପର୍ଯ୍ୟନ୍ତ ଅପେକ୍ଷା କରିବାକୁ ପଡ଼େ। ଅଭିଯୋଗ ନ ଥିଲେ ୩୧ରୁ ୯୦ ଦିନ ମଧ୍ୟରେ ବିବାହ କରାଯାଇପାରିବ ବୋଲି ଡିଏସ୍‌ଆର୍‌ଙ୍କ କାର୍ଯ୍ୟାଳୟର ହେଲ୍ପଡେସ୍କ ପକ୍ଷରୁ ସୂଚନା ଦିଆଯାଇଥିଲା।
ଶୁକ୍ରବାର ୩୧ ଦିନ ହୋଇଥିବାରୁ ବିବାହ ପାଇଁ ସୁମାଲିକା ତାଙ୍କ ସମ୍ପର୍କୀୟମାନଙ୍କ ସହ ଡିଏସ୍‌ଆର୍‌ଙ୍କ କାର୍ଯ୍ୟାଳୟରେ ପହଞ୍ଚତ୍ଥିଲେ। ସକାଳୁ ସେମାନେ ଅପରାହ୍ନ ୩ଟା ପର୍ଯ୍ୟନ୍ତ ବିଧାୟକ ଦାସଙ୍କୁ ଅପେକ୍ଷା କରି ନିରାଶ ହେଲା ପରେ ଫେରି ଯାଇଥିବା ସୁମାଲିକା ପ୍ରତିକ୍ରିୟାରେ କହିଛନ୍ତି। ତାଙ୍କ କହିବାନୁଯାୟୀ, କୋର୍ଟରେ ଆବେଦନ କରିବା ପରଠାରୁ ସେ ୪ରୁ ୫ ଥର ବିଧାୟକ ଦାସଙ୍କ ସହ କଥା ହୋଇଛନ୍ତି। ଏହାପରେ କୋର୍ଟରେ ବିବାହ ପାଇଁ ଶୁକ୍ରବାର ଦିନ ଧାର୍ଯ୍ୟ କରାଯାଇଥିଲା। ଗତ ୧୬ ତାରିଖରେ ମଧ୍ୟ ଏ ବାବଦରେ ଦାସଙ୍କ ପରିବାର ସଦସ୍ୟଙ୍କ ସହ ଆଲୋଚନା ହୋଇଥିଲା। ଏହି ଦିନ ବିବାହ ପରେ ରାତିରେ ରିଙ୍ଗ ସେରିମନି ହେବ ବୋଲି ସ୍ଥିର ହୋଇଥିଲା। କିନ୍ତୁ ବିଧାୟକ ଦାସ ଡିଏସ୍‌ଆର୍‌ଙ୍କ କାର୍ଯ୍ୟାଳୟରେ ପହଞ୍ଚତ୍ ନ ଥିଲେ। ଏପରି କି ତାଙ୍କ ସମ୍ପର୍କୀୟମାନଙ୍କ ସହ ମୋବାଇଲ ଯୋଗେ ଯୋଗାଯୋଗ କରିବାରୁ ସେମାନେ ଦୁର୍ବ୍ୟବହାର କରିଥିଲେ। ବିଧାୟକ ଦାସ ଫୋନ ଉଠାଉ ନ ଥିବାରୁ କେହି ତାଙ୍କୁ ଅପହରଣ କରି ଥାଇପାରନ୍ତି କିମ୍ବା ସେ ଜାଣିଶୁଣି ଠକିବାକୁ ଚେଷ୍ଟା କରୁଛନ୍ତି ବୋଲି ସୁମାଲିକା ଆଶଙ୍କା ପ୍ରକଟ କରିଛନ୍ତି। ଏପରି କି ଅନ୍ୟ କେଉଁଠି ଦାସଙ୍କ ପ୍ରେମସମ୍ପର୍କ ଥାଇପାରେ ବୋଲି ସେ ସନ୍ଦେହ କରୁଥିବା କହିଛନ୍ତି। ପୂର୍ବରୁ ସେ ବିଧାୟକଙ୍କ ନାଁରେ ଜଗତ୍‌ସିଂହପୁର ଥାନା ଓ ଏସ୍‌ପିଙ୍କ ନିକଟରେ ଅଭିଯୋଗ କରିଥିଲେ। ଏବେ ନ୍ୟାୟ ନ ମିଳିଲେ ପୁନର୍ବାର ଆଇନ୍‌ର ଆଶ୍ରୟ ନେବେ ବୋଲି ସୁମାଲିକା ପ୍ରକାଶ କରିଛନ୍ତି।
ଏ ସମ୍ପର୍କରେ ବିଧାୟକ ଦାସ ପ୍ରତିକ୍ରିୟାରେ କହିଛନ୍ତି, ବିବାହ ପାଇଁ ୯୦ଦିନ ସମୟ ରହିଛି। ସେଥିମଧ୍ୟରୁ ୩୦ ଦିନ ଯାଇଛି। ଅବଶିଷ୍ଟ ୬୦ଦିନ ମଧ୍ୟରେ ବିବାହ ହେବ। ଜରୁରୀ କାମ ଯୋଗୁ ଶୁକ୍ରବାର ସେ ବିବାହ ଅଧିକାରୀଙ୍କ କୋର୍ଟରେ ପହଞ୍ଚତ୍ ପାରି ନ ଥିବା କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

BJPରେ ସ୍ମୃତି ଇରାନୀଙ୍କୁ ବଡ଼ ଦାୟିତ୍ୱ: ସଂଗଠନକୁ ଫେରି କହିଲେ ଏହି ବଡ଼ କଥା, ରାଜନୀତିରେ ଚହଳ

ନୂଆଦିଲ୍ଲୀ, ୧୭।୮: ଭାରତୀୟ ଜନତା ପାର୍ଟି (BJP)ର ଜାତୀୟ ଅଧ୍ୟକ୍ଷ ନୀତିନ ନବୀନ ସୋମବାର ତାଙ୍କ ନୂଆ ଟିମର ଘୋଷଣା କରିଛନ୍ତି। ଏହି ଟିମରେ ଦଳକୁ ଆହୁରି…

ଭାଜପାର ନୂଆ ଟିମରେ ଓଡ଼ିଶାରୁ ୨: ସୋସିଆଲ ମିଡିଆରେ ଧର୍ମେନ୍ଦ୍ର ପ୍ରଧାନ କହିଲେ…

ନୂଆଦିଲ୍ଲୀ, ୧୭।୮: ରାଷ୍ଟ୍ରୀୟ ଅଧ୍ୟକ୍ଷ ନୀତିନ ନବୀନ ନୂଆ ଟିମ ଘୋଷଣା କରିଛନ୍ତି। ସ୍ମୃତି ଇରାନୀଙ୍କୁ ସାଧାରଣ ସମ୍ପାଦକ ଏବଂ ବସୁନ୍ଧରା ରାଜେଙ୍କୁ ଉପାଧ୍ୟକ୍ଷ ଭାବେ ନିଯୁକ୍ତ…

ଧାନମଣ୍ଡି ରେଜିଷ୍ଟ୍ରେଶନରେ ସମସ୍ୟା: ଗର୍ଲିଲା ଓଡ଼ିଶା କୃଷକ ସଭା

ଦିଗପହଣ୍ଡି,୧୭।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଅଞ୍ଚଳରେ ଥିବା ପ୍ରାଥମିକ ସେବା ସମବାୟ ସମିତିମାନଙ୍କରେ ଚଳିତବର୍ଷ ଧାନ ମଣ୍ଡି ରେ ଚାଷୀମାନଙ୍କ ନାଁ ରେଜିଷ୍ଟ୍ରେସନ ପାଇଁ…

ଭାଜପାର ନୂଆ ଟିମରୁ ଅମିତ ମାଲବ୍ୟ ବାଦ୍‌, ସୋସିଆଲ ମିଡିଆରେ ଲେଖିଲେ ଏଭଳି କଥା

ନୂଆଦିଲ୍ଲୀ, ୧୭।୮: ଭାରତୀୟ ଜନତା ପାର୍ଟି (BJP)ର ଜାତୀୟ ଅଧ୍ୟକ୍ଷ ନୀତିନ ନବୀନଙ୍କ ନୂଆ ଟିମରେ ଅମିତ ମାଲବ୍ୟଙ୍କୁ ସ୍ଥାନ ମିଳିନାହିଁ। ତାଙ୍କ ସ୍ଥାନରେ ଛତିଶଗଡ଼ର ଦୀପକ…

ଡବ୍ଲ୍ୟୁସିଏଲ୍‌ ପାଇଁ ବଡ଼ ଘୋଷଣା, ସିଜନ-୩ରେ ଖେଳିବେ ଏହି ଷ୍ଟାର ଖେଳାଳି, ଜାଣନ୍ତୁ…

ନୂଆଦିଲ୍ଲୀ,୧୭ା: ଅକ୍ଟୋବର ୩ରୁ ଆରମ୍ଭ ହେବଓ୍ବାଲର୍‌ଡ ଚାମ୍ପିୟନଶିପ୍‌ ଅଫ୍‌ ଲିଜେଣ୍ଡ୍ସ(ଡବ୍ଲ୍ୟୁସିଏଲ୍‌)। ଏଥିରେ ଯୁବରାଜ ସିଂ, ଡ୍ବେନ ବ୍ରାଭୋ ଓ ଏବି ଡି’ଭିଲର୍ସଙ୍କ ଭଳି ପୂର୍ବତନ ଷ୍ଟାର ଖେଳାଳିଙ୍କ…

ରାହୁ ନକ୍ଷତ୍ରରେ ମଙ୍ଗଳଙ୍କ ପ୍ରବେଶ: ମେଷ ସମେତ ୪ ରାଶିଙ୍କ ଉପରେ ମାଡ଼ି ଆସୁଛି ଭୟଙ୍କର ସଙ୍କଟ! ସତର୍କ ନ ରହିଲେ…

ଜ୍ୟୋତିଷ ଶାସ୍ତ୍ରରେ ଗ୍ରହମାନଙ୍କ ରାଶି ପରିବର୍ତ୍ତନ ସହିତ ସେମାନଙ୍କର ନକ୍ଷତ୍ର ପରିବର୍ତ୍ତନକୁ ମଧ୍ୟ ବେଶ ପ୍ରଭାବଶାଳୀ ବୋଲି ମନେ କରାଯାଏ। ମଙ୍ଗଳଙ୍କୁ ସାହସ, ଶକ୍ତି, ଆତ୍ମବିଶ୍ୱାସ ଏବଂ…

ଅସହାୟ ପରିବାର ପାଖରେ ପହଞ୍ଚିଲା ‘ଯୁବ ଶକ୍ତି ଥୁଆମୂଳ ରାମପୁର’

ଥୁଆମୂଳ ରାମପୁର,୧୭।୮ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ପାଡେପଦର ପଞ୍ଚାୟତ ଭାଟିଫାସ ଗ୍ରାମର ଦାଦନ ଶ୍ରମିକ ସ୍ବର୍ଗତ ସିବା ମାଝୀଙ୍କ ଅକାଳ ବିୟୋଗ…

ପଲିଥିନ୍ ତଳେ ଜୀବନ କଟୁଛି ଜୀବନ: ଜିଲା ପ୍ରଶାସନର ଦୃଷ୍ଟି ଦେବାକୁ ଦାବି

କେସିଙ୍ଗା, ୧୭।୮ (ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ କନ୍ତେଶିର ଗ୍ରାମ ପଞ୍ଚାୟତ ଅଧୀନ କୁର୍ଲୁପଡ଼ା ଗ୍ରାମ ନିକଟରେ ଥିବା କଲେକ୍ଟରପଡ଼ାରେ ବସବାସ କରୁଥିବା ପରମେଶ୍ୱର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri