କଟକଣାକୁ ମାନିଲେନି

ଭୋଗରାଇ, ୨୬ା୧୨(ଡି.ଏନ.ଏ.)   କରୋନା ବିପଦ ଟଳି ନ ଥିବା ବେଳେ ନୂଆ ଭାରିଆଣ୍ଟ ଓମିକ୍ରନ ସଂକ୍ରମଣକୁ ଦୃଷ୍ଟିରେ ରଖି ରାଜ୍ୟ ଓ କେନ୍ଦ୍ର ସ୍ବାସ୍ଥ୍ୟ ବିଭାଗ ପରାମର୍ଶକ୍ରମେ ରାଜ୍ୟ ସରକାର ବଡ଼ଦିନ ଏବଂ ନବବର୍ଷ ନିମନ୍ତେ କେତେକ ନିର୍ଦ୍ଦେଶନାମା ଜାରି କରିଛନ୍ତି। ହେଲେ ପର୍ଯ୍ୟଟକମାନେ କଟକଣାକୁ ଭୁଲି ବଡ଼ଦିନକୁ ଆନନ୍ଦ ଉଲ୍ଲାସରେ ବିତାଇଛନ୍ତି।
ବାଲେଶ୍ୱର ଜିଲା ଉଦୟପୁର, ତାଳସାରୀ, ବିଚିତ୍ରପୁର, ଇକୋ ଟୁରିଜିମ୍‌, କୀର୍ତ୍ତନିଆ, ଚୌମୁଖ, ଡଗରା, ବାହାବଳପୁର ଓ ଚାନ୍ଦିପୁର ବେଳାଭୂମିରେ ଅସଂଖ୍ୟ ପର୍ଯ୍ୟଟକ କରୋନା କଟକଣାକୁ ବେଖାତିର କରି ଭିଡ଼ ଜମାଇଥିଲେ। ଦୀଘା ବିସ୍ତୀର୍ଣ୍ଣ ଝାଉଁ ଜଙ୍ଗଲରେ ଦଳେ ଦଳେ ପିକନିକ୍‌ ପାର୍ଟି ଭୋଜିଭାତ ମସଗୁଲ୍‌ ରହିବା ସହ ସମୁଦ୍ରରେ ଗାଧୋଇବାର ମଜା ନେଇଥିଲେ। ବଡ଼ଦିନ ଉପଲକ୍ଷେ ଚର୍ଚ୍ଚଗୁଡିକରେ ପ୍ରଭୁ ଯୀଶୁଖ୍ରୀଷ୍ଟଙ୍କ ଜନ୍ମଦିନରେ ଖ୍ରୀଷ୍ଟାଧର୍ମାଲମ୍ବୀମାନେ ପ୍ରାର୍ଥନା କରିଥିଲେ। ଭୋଗରାଇ ସୀମାନ୍ତ ପଶ୍ଚିମବଙ୍ଗ ଦୀଘା, ଶଙ୍କରପୁର, ତାଜପୁର, ମନ୍ଦାରମଣୀ ପର୍ଯ୍ୟଟନସ୍ଥଳୀରେ ଥିବା ହୋଟେଲ ଓ ରେଷ୍ଟୁରାଣ୍ଟଗୁଡ଼ିକ ରଙ୍ଗୀନ ଆଲୋକମାଳାରେ ସଜ୍ଜିତ କରାଯାଇ ପର୍ଯ୍ୟଟକମାନଙ୍କୁ ଆକୃଷ୍ଟ କରାଯାଇଥିଲା। ଦୀଘାରେ ଲକ୍ଷାଧିକ ପର୍ଯ୍ୟଟକଙ୍କ ଭିଡ଼ ହୋଇଥିବା ବେଳେ ଚନ୍ଦନେଶ୍ୱର-ତାଳସାରୀ, ଚନ୍ଦନେଶ୍ୱର ବର୍ଡ଼ର ରାସ୍ତା ଚାରିଚକିଆ ଯାନର ଲମ୍ବାଲାଇନ ଲାଗିଥିବାରୁ ଭୋଗରାଇ ଥାନା, ତାଳସାରୀ ମେରାଇନ ଥାନା ଓ ଚନ୍ଦନେଶ୍ୱର ଫାଣ୍ଡି ପୋଲିସକୁ ନାକେଦମ୍‌ ହେବାକୁ ପଡ଼ିଥିଲା। ପ୍ରସିଦ୍ଧ ଶୈବପୀଠ ଚନ୍ଦନେଶ୍ୱର ଓ ଭୂଷଣ୍ଡେଶ୍ୱର ମହାଦେବଙ୍କଠାରେ ପର୍ଯ୍ୟଟକଙ୍କ ପ୍ରବଳ ଭିଡ଼ ହୋଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

IPL ୨୦୨୬: ଲକ୍ଷ୍ନୌକୁ ଲଗାତାର ୫ମ ଥର ପାଇଁ ହରାଇଲା ଦିଲ୍ଲୀ କ୍ୟାପିଟାଲ୍ସ; ଦଳକୁ ଦମ୍‌ଦାର ବିଜୟ ଦେଲେ ସମୀର ରିଜଭୀ…

ଲକ୍ଷ୍ନୌ, ୧ା୪: ଆଇପିଏଲ ୨୦୨୬ରେ ଦିଲ୍ଲୀ କ୍ୟାପିଟାଲ୍ସ ବିଜୟ ଅଭିଯାନ ଆରମ୍ଭ କରିଛି। ଲକ୍ଷ୍ନୌ ସୁପର ଜାଏଣ୍ଟସ (LSG) ବିପକ୍ଷ ମ୍ୟାଚରେ ଦିଲ୍ଲୀ ୧୪୨ ରନର ଲକ୍ଷ୍ୟକୁ…

ବଲାଙ୍ଗୀରରେ ଓଡ଼ିଶା ଦିବସ ପାଳନକୁ ବିରୋଧ: ସଂସ୍କୃତି ଭବନରେ କୋଶଲ ସମର୍ଥକଙ୍କ ହଙ୍ଗାମା, ୮ ଅଟକ

ବଲାଙ୍ଗୀର,୧।୪(ସୁନିଲ କୁମାର ମହାନ୍ତି): ଆଜି ସମଗ୍ର ରାଜ୍ୟରେ ଓଡ଼ିଶା ଦିବସ ବା ଉତ୍କଳ ଦିବସ ପାଳିତ ହେଉଥିବା ବେଳେ ବଲାଙ୍ଗୀରରେ ଏହାକୁ ନେଇ ଅଭାବନୀୟ ପରିସ୍ଥିତି ସୃଷ୍ଟି…

ଲଜ୍ଜା: ୧୩ ବର୍ଷର ନାବାଳିକାଙ୍କୁ ଗର୍ଭବତୀ କଲେ ଦୁଇ ସନ୍ତାନର ବାପା, ଅଭିଯୁକ୍ତଙ୍କୁ ପୋଲିସ ବାନ୍ଧି…

ପାତ୍ରପୁର, ୧।୪ (ଉମା ଚରଣ ନେପାକ): ବ୍ରହ୍ମପୁର ପୋଲିସ ଜିଲା ଅନ୍ତର୍ଗତ ଜରଡ଼ା ଥାନା ଅଞ୍ଚଳରେ ଏକ ଅଭାବନୀୟ ଘଟଣା ଘଟିଛି। ଆଙ୍କୁଲି ପଞ୍ଚାୟତର ଜଣେ ୧୩…

ମହିଳା ଚଲାଉଥିଲେ ନିଶା କାରବାର: ମାଡ଼ି ବସିଲା ପୋଲିସ, ୬ ଲକ୍ଷରୁ ଅଧିକ ଟଙ୍କା ସହ…

ବରଗଡ଼,୧।୪(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ବଢ଼ୁଥିବା ନିଶା କାରବାରକୁ ରୋକିବା ପାଇଁ ପୋଲିସ ନିଜର ଅଭିଯାନକୁ ଜୋରଦାର କରିଛି। ଏହି କ୍ରମରେ ଭଟଲି ଥାନା ପୋଲିସ ବୁଧବାର…

ସରକାର ଆସିବାର ୨ ବର୍ଷ ପରେ ପଦବୀ ପୁରଣ, ଧର୍ମଗଡ଼ ବିଧାୟକ ହେଲେ କଳାହାଣ୍ଡି ଯୋଜନା କମିଟିର ନୂତନ ଅଧ୍ୟକ୍ଷ

ଭବାନୀପାଟଣା,୧।୪(ଉତ୍ତମ କୁମାର ଦାଶ): ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ କଳାହାଣ୍ଡି ଜିଲା ଯୋଜନା କମିଟିର ନୂତନ ଅଧ୍ୟକ୍ଷ ଭାବେ ବୁଧବାର ଧର୍ମଗଡ଼ ବିଧାୟକ ସୁଧୀର ରଞ୍ଜନ ପଟ୍ଟଯୋଶୀଙ୍କୁ…

ଓଡ଼ିଆ ଭାଷା ସାହିତ୍ୟ ଓ ସାଂସ୍କୃତିକ ଅନୁଷ୍ଠାନ ପକ୍ଷରୁ ଉତ୍କଳ ଦିବସ-୨୦୨୬ ପାଳିତ

ଦାରିଙ୍ଗବାଡି,୧।୪(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ଜାଗୃତି ସଭାଗୃହ ପରିସରରେ ଉତ୍କଳ ଦିବସ-୨୦୨୬ ପାଳିତ ହୋଇଯାଇଛି । ବରିଷ୍ଠ ଶିକ୍ଷକ ପ୍ରଶାନ୍ତ କୁମାର ସାହୁଙ୍କ ସଂଯୋଜନାରେ ହୋଇଥିବା…

ଡେମିଙ୍ଗିଆ ଗ୍ରାମରେ ମହୁମାଛି ଆତଙ୍କ; ୧୦୦ରୁ ଉର୍ଦ୍ଧ୍ବ ଆହତ, ପ୍ରଶାସନ ନିରବ

ଦାରିଙ୍ଗବାଡି, ୧।୪(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ଦୁର୍ଗମ ତିଲୋରୀ ପଞ୍ଚାୟତ ଡେମିଙ୍ଗିଆ ଗ୍ରାମରେ ମହୁମାଛିଙ୍କ ଉପଦ୍ରଵ ବଢିବାରେ ଲାଗିଛି । ଗ୍ରାମବାସୀ ଏନେଇ ବାରମ୍ବାର…

କୋଟିଆ ସୀମାନ୍ତବାସୀଙ୍କୁ ନେଇ ୯୦ ତମ ଓଡ଼ିଶା ଦିବସ ପାଳନ କଲା ଜିଲା ପ୍ରଶାସନ

ପଟ୍ଟାଙ୍ଗି,୧।୪(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ୍ ଅଧିନରେ ରହିଥିବା ଦୁଇ ରାଜ୍ୟର ବିବାଦୀୟ କୋଟିଆ ପଞ୍ଚାୟତ କାର୍ଯ୍ୟାଳୟ ସମ୍ମୁଖରେ ଜିଲା ପ୍ରଶାସନ ପକ୍ଷରୁ ୯୦…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri