ଟଙ୍କା ନ ଥିବାରୁ ଘରଭଡ଼ା ଦେଇପାରୁ ନ ଥିଲେ ଅଭିନେତା

ନୂଆଦିଲ୍ଲୀ,୨୧।୫: ଟିଭିରେ ସୁଯୋଗ ମିଳିବା ପୂର୍ବରୁ ପାଖରେ ଟଙ୍କା ନ ଥିଲା। ଏପରି କି ଘରଭଡ଼ା ପାଇଁ ପ୍ରେମିକା ଟଙ୍କା ଦିଅନ୍ତି। ୨୦୦୮ରେ ଏଭଳି ଅବସ୍ଥା ଥିଲା ବୋଲି ଇନଷ୍ଟାଗ୍ରାମର ପୋଷ୍ଟ ଜରିଆରେ ସୂଚନା ଦେଇଛନ୍ତି ଟିଭିର ଜଣାଶୁଣା ଚେହେରା ମନୀଷ ପଲ।

୩୯ ବର୍ଷୀୟ ଆଙ୍କର ମନୀଷ ଶୁକ୍ରବାର ଏକ ଇନଷ୍ଟାଗ୍ରାମ ପୋଷ୍ଟରେ ଲେଖିଛନ୍ତି, ୨୦୦୮ରେ ମୋ ପାଖରେ କାମ ନ ଥିଲା। କିନ୍ତୁ ସ୍ତ୍ରୀ ତଥା ପ୍ରେମିକା ସବୁ କିଛି ସମ୍ଭାଳି ନେଇଥିଲେ। ଧୈର୍ଯ୍ୟର ସହ ଅପେକ୍ଷା କରିବାକୁ ବୁଝାଇଥିଲେ। ବର୍ଷକ ପରେ ଏକ ଟିଭି ସିରିଏଲରେ କାମ କରିବାକୁ ମିଳିଲା ସୁଯୋଗ। ତା’ ପରେ ରିଆଲିଟି ଶୋ ଓ ଆଓ୍ବାର୍ଡ ନାଇଟ୍ସରେ ମୋତେ ଆଙ୍କର ଭାବେ କାମ ମିଳିବା ଆରମ୍ଭ ହୋଇଥିଲା। ଆଉ ଏବେ ମୁଁ ସଂୟୁକ୍ତା ଓ ଛୁଆଙ୍କୁ ସମୟ ଦେଇପାରିବି। ଉଲ୍ଲେଖଯୋଗ୍ୟ, ମନୀଷ ବଲିଉଡ୍‌ରେ ମଧ୍ୟ ଭାଗ୍ୟ ପରୀକ୍ଷା କରିସାରିଛନ୍ତି। ତାଙ୍କ ଡେବ୍ୟୁ ଫିଲ୍ମ ଥିଲା ‘ମିକି ଭାଇରସ’।


Enter your email to get our daily news in your inbox.

All Right Reserved By Dharitri.Com

ଖୁବ ଶୀଘ୍ର ଆଈ ହେବାକୁ ଯାଉଛନ୍ତି ନୀନା ଗୁପ୍ତା

ମୁମ୍ବାଇ: ବଲିଉଡ ଅଭିନେତ୍ରୀ ନୀନା ଗୁପ୍ତାଙ୍କ ଘରକୁ କୁନି ଅତିଥି ଆସିବାକୁ ଆଉ ବେଶୀ ସମୟ ବାକି ନାହିଁ। ଅଭିନେତ୍ରୀଙ୍କ ଝିଅ ମାସାବା ଖୁବଶୀଘ୍ର ମା’...

ଶଳା ସଲମାନ୍‌ ନୁହେଁ, ବରଂ ଫିଲ୍ମ କରିବା ପୂର୍ବରୁ ପୋଷାକୁକୁର ସହ କଥା ହୁଅନ୍ତି ଆୟୁଷ  

ବମ୍ବେ: ବଲିଉଡର ଦବଙ୍ଗ ଖାନ୍‌ଙ୍କ ସାନ ଉଭଣୀ ଅର୍ପିତା ଖାନ୍‌ଙ୍କ ସ୍ବାମୀ ହେଉଛନ୍ତି ଆୟୁଷ ଶର୍ମା। ଖ୍ୟାତନାମା ଫିଲ୍ମନିର୍ମାତା ସଲୀମ ଖାନ୍‌ଙ୍କ ସେ ଜ୍ୱାଇଁ ହୋଇଥିବାରୁ...

ନୂଆ ରେକର୍ଡ କଲା ଅଲୁ ଅର୍ଜୁନଙ୍କ ପୁଷ୍ପା ୨, ଏହି ପ୍ଲାଟଫର୍ମକୁ ୨୭୫ କୋଟି ଟଙ୍କାରେ ବିକ୍ରୀ କଲା ଡିଜିଟାଲ୍ ରାଇଟ୍

ମୁମ୍ବାଇ: ଅଲୁ ଅର୍ଜୁନଙ୍କ ପୁଷ୍ପା ୨ ଟିଜର ଆସିବା ପରଠାରୁ ଏହା ହେଡଲାଇନରେ ରହିଛି। ଏବେ ଖବର ଆସିଛି ଯେ, ବହୁ ପ୍ରତୀକ୍ଷିତ ସୁକୁମାରଙ୍କ ନିର୍ଦ୍ଦେଶିତ...

ରାଜ କୁନ୍ଦ୍ରାଙ୍କ ୯୭.୭୯ କୋଟିର ସମ୍ପତ୍ତି ଜବତ କଲା ଇଡି, ଶିଳ୍ପାଙ୍କ ବଙ୍ଗଳା ବି ହେଲା ସିଜ୍‌

ମୁମ୍ବାଇ,୧୮।୪: ବଲିଉଡ୍‌ ଅଭିନେତ୍ରୀ ଶିଳ୍ପା ସେଟ୍ଟୀଙ୍କ ସ୍ବାମୀ ରାଜ କୁନ୍ଦ୍ରା ପୁଣି ଏକ ବଡ଼ ଅଡ଼ୁଆରେ ଫସିଛନ୍ତି। ଇଡି ତାଙ୍କର ୯୭.୭୯ କୋଟି ଟଙ୍କାର ସମ୍ପତ୍ତିକୁ...

ପରପାରିରେ ବିଶିଷ୍ଟ ଅଭିନେତା-ନିର୍ଦ୍ଦେଶକ ସଚ୍ଚି ଦାସ

ଭୁବନେଶ୍ୱର,୧୮।୪: ଆରପାରିରେ ବିଶିଷ୍ଟ ସିନେ କଳାକାର ଡ. ସଚ୍ଚି ଦାସ । ମୃତ୍ୟୁବେଳକୁ ତାଙ୍କୁ ୭୩ ବର୍ଷ ହୋଇଥିଲା । ସଚ୍ଚି ଦାସ, କବି ସମ୍ରାଟ...

ଗର୍ଭବତୀ ଥାଇ ବି ଆକ୍ସନ ସିନ୍‌ କରୁଛନ୍ତି ଦୀପିକା!

ମୁମ୍ବାଇ: ବଲିଉଡର ‘ମସ୍ତାନୀ’ ଅର୍ଥାତ୍‌ ଦୀପିକା ପାଦୁକୋନ ୨୦୨୪ ସେପ୍ଟେମ୍ବରରେ ମା’ ହେବାକୁ ଯାଉଛନ୍ତି। ଏହି ମୁହୂର୍ତ୍ତକୁ ଅନୁଭବ କରିବାକୁ ଉଭୟ ଅଭିନେତା ରଣବୀର ସିଂ...

କ୍ରିମନାଲ ଲୟର ହେବାକୁ ଚାହୁଁଥିଲେ ଏହି ଅଭିନେତ୍ରୀ

ମୁମ୍ବାଇ: ବଲିଉଡ ଷ୍ଟାର କିଡଙ୍କ କଥା ଯଦି ଆଲୋଚନାକୁ ନିଆଯାଏ, ତେବେ କୁହାଯାଏ ଯେ ଏମାନେ ପ୍ୟାରେଣ୍ଟସଙ୍କ ପଥ ଅନୁସରଣ କରି ମନୋରଞ୍ଜନ ଦୁନିଆରେ ନିଜର...

ସାଉଥରେ ଡେବ୍ୟୁ କରିବେ ଅକ୍ଷୟ

ହାଇଦ୍ରାବାଦ: ବଲିଉଡ୍‌ ଅଭିନେତା ଅକ୍ଷୟ କୁମାର ନିଜର ଆକ୍ସନ ଥ୍ରୀଲର ଫିଲ୍ମ ‘ବଡ଼େ ମିୟାଁ ଛୋଟେ ମିୟାଁ’ପରେ ଏବେ ତେଲୁଗୁ ଇଣ୍ଡଷ୍ଟ୍ରିରେ ଡେବ୍ୟୁ କରିବାକୁ ଯାଉଛନ୍ତି।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri