ସ୍ତ୍ରୀଙ୍କ ହାତରୁ ପାଣି ପିଇ ହୃଦ୍‌ଘାତରେ ଚାଲିଗଲା ସ୍ବାମୀଙ୍କ ଜୀବନ

ଦିଗପହଣ୍ଡି,୬ା୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ପଦ୍ମନାଭପୁର ପଞ୍ଚାୟତର ପୂର୍ବତନ ସରପଞ୍ଚ ବି.କ୍ରିଷ୍ଣା ରାଓ ସୁବୁଦ୍ଧିଙ୍କ ରବିବାର ସକାଳେ ହୃଦ୍‌ଘାତରେ ପରଲୋକ ଘଟିଛି। ତାଙ୍କ ସ୍ତ୍ରୀ ବି.ସନ୍ଧ୍ୟାରାଣୀ ସୁବୁଦ୍ଧି ବର୍ତ୍ତମାନ ସରପଞ୍ଚ ଅଛନ୍ତି।

କ୍ରିଷ୍ଣା ସକାଳେ ପ୍ରାତଃ ଭ୍ରମଣ ସାରି ସ୍ଥାନୀୟ ବଜାରରେ ପହଞ୍ଚିଥିଲେ। ସେଠାରେ ଉପସ୍ଥିତ ଗ୍ରାମର କିଛି ବ୍ୟକ୍ତିଙ୍କ ସହ ବିଭିନ୍ନ ପ୍ରସଙ୍ଗରେ ଆଲୋଚନା କରି ଘରକୁ ଫେରିଥିଲେ। ଘରେ ପହଞ୍ଚିବା ପରେ ଛାତିରେ ଯନ୍ତ୍ରଣା ହେଉଥିବା କହି ସ୍ତ୍ରୀଙ୍କୁ ଗରମ ପାଣି ଆଣିଦେବାକୁ କହିଥିଲେ। ପାଣି ପିଇବା ପରେ ତାଙ୍କ ଉପରେ ଟଳି ପଡ଼ିଥିଲେ। ତାଙ୍କୁ ସାହି ପଡ଼ୋଶୀ ଅଚେତ୍‌ ଅବସ୍ଥାରେ ଉଦ୍ଧାର କରି ଦିଗପହଣ୍ଡି ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରିଥିଲେ। ସେଠାରେ ଉପସ୍ଥିତ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ। ଖବର ପ୍ରଚାରିତ ପରେ ସ୍ବାସ୍ଥ୍ୟକେନ୍ଦ୍ରରେ ଦିଗପହଣ୍ଡି ସହର ସମେତ ଆଖପାଖ ଗ୍ରାମାଞ୍ଚଳରୁ ସହସ୍ରାଧିକ ଲୋକ ପହଞ୍ଚିଥିଲେ। ପରେ ତାଙ୍କୁ ପଦ୍ମନାଭପୁରସ୍ଥିତ ବାସଭବନକୁ ନିଆଯାଇଥିଲା। ଖବରପାଇ ବ୍ଲକ ସମେତ ଜିଲାର ବିଭିନ୍ନ ଅଞ୍ଚଳରୁ ବହୁ ମାନ୍ୟଗଣ୍ୟ ବ୍ୟକ୍ତି ତାଙ୍କ ବାସଭବନରେ ପହଞ୍ଚି ଶେଷ ଦର୍ଶନ କରିବା ସହ ଶ୍ରଦ୍ଧାସୁମନ ଅର୍ପଣ କରିଥିଲେ।

ଦିଗପହଣ୍ଡି ବିଧାୟକ ସିଦ୍ଧାନ୍ତ ମହାପାତ୍ର ପହଞ୍ଚି ତାଙ୍କ ଅମର ଆତ୍ମାର ସଦ୍‌ଗତି କାମନା କରି ଶୋକସନ୍ତପ୍ତ ପରିବାରବର୍ଗଙ୍କୁ ସମବେଦନା ଜଣାଇଥିଲେ। ପରେ ମରଶରୀରକୁ ଏକ ସୁସଜ୍ଜିତ ଶୋଭାଯାତ୍ରାରେ ଗ୍ରାମର ସମସ୍ତ ସାହି ବସ୍ତି ପରିକ୍ରମା କରାଯିବା ପରେ ଗାଁ ଶ୍ମଶାନରେ ଅନ୍ତିମ ସଂସ୍କାର କରାଯାଇଛି। ସେ ପୂର୍ବରୁ ଜିଲା ପରିଷଦ ସଦସ୍ୟ ଭାବେ ନିର୍ବାଚିତ ହେବା ସହ ପୂର୍ବରୁ ୩ଥର ସରପଞ୍ଚ ଥିଲେ। ତାଙ୍କୁ ବିଜେଡି ଗଞ୍ଜାମ ଜିଲା କମିଟିର ଉପସଭାପତି ଭାବେ ନିଯୁକ୍ତ କରାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ପରୀକ୍ଷା ସରିବା ପରେ ତିନି ସାଙ୍ଗ ଯାଇଥିଲେ ଜଳଭଣ୍ଡର, ଫେରିଲା…

କୋରାପୁଟ,୭।୩(ଅମିତାଭ ବେହେରା ): କୋଲାବ ଜଳଭଣ୍ଡରରେ ବୁଡ଼ି ୩ ଛାତ୍ରଙ୍କ ମୃତ୍ୟୁ। ପରୀକ୍ଷା ସରିବା ପରେ ୩ ସାଙ୍ଗ ଗାଧେଇବା ପାଇଁ ଜଳଭଣ୍ଡର ଯାଇଥିଲେ। ତିନି ଛାତ୍ର…

ପୋଖରୀରେ ବୁଡ଼ି ଚାଲିଗଲା ୨ ନାବାଳିକାଙ୍କ ଜୀବନ

ଉଦଳା,୭।୩: ମୟୂରଭଞ୍ଜ ଜିଲା କପ୍ତିପଦା ଥାନା ନଥିପୁର ଗାଁରେ ଶନିବାର ଏକ ଅଘଟଣ ଘଟିଛି। ପୋଖରୀରେ ବୁଡ଼ି ୨ ନାବାଳିକାଙ୍କ ମୃତ୍ୟୁ ଘଟିଛି। ଦୁଇ ନାବାଳିକାଙ୍କୁ ହରାଇ…

ପଟ୍ଟାଙ୍ଗିରେ ପହଞ୍ଚିଲା ଲୋକ ଅଧିକାର ଯାତ୍ରା : ବଞ୍ଚିବା ପାଇଁ ଲଢେଇ କର

ପଟ୍ଟାଙ୍ଗି,୭।୩(ଶରତ କୁମାର ଧଳ): ରାଜ୍ୟରେ ଭରି ରହିଥିବା ବକ୍ସାଇଟ ଖଣି, ପାହାଡ଼ ତଥା ପ୍ରାକୃତିକ ସମ୍ପଦର ସୁରକ୍ଷା ପାଇଁ ବାହାରିଥିବା ଲୋକ ଅଧିକାର ଯାତ୍ରା ଶନିବାର କୋରାପୁଟ…

ବିପଦକୁ ଡାକୁଛି ମୁକୁଳା ଟ୍ରାନ୍ସଫର୍ମର: ବାଡ଼ବନ୍ଦୀ କରିବାକୁ ଦାବି

ବୁଗୁଡ଼ା,୭ା୩ (କାଳିଚରଣ ଦାଶ): ଖୋଲାମେଲାରେ ରହିଛି ବିଦ୍ୟୁତ୍‌ ଟ୍ରାନ୍ସଫର୍ମର, ଯାହ ବିପଦକୁ ହାତ ଠାରି ଡାକୁଛି । ଏମିତି ଏକ ଦୃଶ୍ୟ ଦେଖିବାକୁ ମିଳିଛି ବୁଗୁଡ଼ା ବ୍ଲକ…

ଶ୍ରୀରାମକୃଷ୍ଣ ବିଦ୍ୟାମନ୍ଦିରରେ +୨ ଖୋଲିବାକୁ CBSEର ଅନୁମତି

କୋରାପୁଟ,୭ା୩(ଅମିତାଭ ବେହେରା): କୋରାପୁଟସ୍ଥିତ ଶ୍ରୀରାମକୃଷ୍ଣ ବିଦ୍ୟାମନ୍ଦିରରେ ଯୁକ୍ତ୨ ଶ୍ରେଣୀ ଖୋଲିବା ପାଇଁ CBSE ପକ୍ଷରୁ ଅନୁମତି ମିଳିଛି। ସିବିଏସ୍‌ଇ ବୋର୍ଡର ନିୟମାନୁଯାୟୀ ଏହି ବିଦ୍ୟାଳୟ ସମସ୍ତ ଆବଶ୍ୟକ…

‘ଛାତ୍ରୀଛାତ୍ରଙ୍କ ଭବିଷ୍ୟତ ଉଜ୍ବଳ ହେଲେ ପୃଥିବୀ ଉଜ୍ଜ୍ୱଳ ହେବ’

ପୁରୁଷୋତ୍ତମପୁର,୭।୩(ସବିିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ତାରାତାରିଣୀ କଲେଜର ବାର୍ଷିକ ଉତ୍ସବ ଅଧ୍ୟକ୍ଷ ଡ. ପ୍ରଦୀପ କୁମାର ସାହୁଙ୍କ ପୌରୋହିତ୍ୟରେ ଶନିବାର ଅନୁଷ୍ଠିତ ହୋଇଯାଇଛି। ଏଥିରେ ମୁଖ୍ୟ…

ଖେମୁଣ୍ଡି ଓକିଲ ସଂଘର ନିର୍ବାଚନ ପାଇଁ ପ୍ରାର୍ଥତ୍ପତ୍ର ଦାଖଲ

ଦିଗପହଣ୍ଡି,୭ା୩(ଅଶେଷ ନାଥ ମିଶ୍ର): ରାଜ୍ୟ ବାର୍‌ କାଉନସିଲ ପକ୍ଷରୁ ନିର୍ଦ୍ଧାରିତ କାର୍ଯ୍ୟସୂଚୀ ଅନୁଯାୟୀ ଗଞ୍ଜାମ ଜିଲା ଦିଗପହଣ୍ଡିସ୍ଥିତ ଖେମୁଣ୍ଡି ଓକିଲ ସଂଘର କାର୍ଯ୍ୟକର୍ତ୍ତା ନିର୍ବାଚନ ନିମନ୍ତେ ଶନିବାରଠାରୁ…

‘ଆମେ ଯାହା କରିଛୁ ଠିକ୍‌ କରିଛୁ’, କାହିଁକି ଏମିତି କହିଲେ ଜୟଶଙ୍କର? ଜାଣନ୍ତୁ ଇରାନ ଯୁଦ୍ଧ ସହ କ’ଣ ରହିଛି ସମ୍ପର୍କ

ନୂଆଦିଲ୍ଲୀ,୭।୩: ରାଇସିନା ଡାଏଲଗ ୨୦୨୬ରେ ମଧ୍ୟପ୍ରାଚ୍ୟ ଉତ୍ତେଜନା ମଧ୍ୟରେ ଭାରତର ବୈଦେଶିକ ମନ୍ତ୍ରୀ ଏସ. ଜୟଶଙ୍କର କୋଚିରେ ଏକ ଇରାନୀ ନୌସେନା ଜାହାଜକୁ ଡକିଂ କରିବାକୁ ଅନୁମତି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri