Posted inଜାତୀୟ

୮ମାସର ଭାଇକୁ ପାଣି ଭାବି ଡିଜେଲ ପିଆଇଲେ ୪ବର୍ଷର ଭଉଣୀ

ନୋଏଡା,୨୪।୬: ଉତ୍ତରପ୍ରଦେଶ ନୋଏଡାରେ ଏକ ଅଭାବନୀୟ ଘଟଣା ଘଟିଛି। ଜଣେ ୪ବର୍ଷର ଭଉଣୀ ନିଜ ୮ମାସର ସାନ ଭାଇକୁ ପାଣି ଭାବି ଡିଜେଲ ପିଆଇଦେଇଥିବା ଘଟଣା ସାମ୍ନାକୁ ଆସିଛି। ଫଳରେ ଉକ୍ତ ଶିଶୁ ପୁତ୍ରଙ୍କର ମୃତ୍ୟୁ ଘଟିଛି। ଏହି ଘଟଣା ନୋଏଡା ସେକ୍ଟର-୬୩ ଅଞ୍ଚଳର ଛିଜାରସି ଗ୍ରାମରେ ଘଟିଛି। ସୂଚନାଯୋଗ୍ୟ, ଛିଜାରସି ଗାଁରେ ଲବକୁଶ ନାମକ ଜଣେ ବ୍ୟକ୍ତି ତାଙ୍କ ପରିବାର ସହ ରୁହନ୍ତି। ସୋମବାର ଘରେ ସମସ୍ତେ ଉପସ୍ଥିତ ଥିବା ବେଳେ ୮ମାସର ଶିଶୁ ହଠାତ୍‌ କାନ୍ଦିବାକୁ ଲାଗିଥିଲେ। ଭାଇକୁ କାନ୍ଦିବା ଦେଖି ୪ବର୍ଷର ଭଉଣୀ ପାଖରେ ଥିବା ବୋତଲକୁ ଆଣି ତାଙ୍କୁ ପିଆଇ ଦେଇଥିଲେ। ସେହି ସମୟରେ ଉକ୍ତ ଶିଶୁ ଜାଣି ନ ଥିଲେ ଯେ, ଏହା ପାଣି ନୁହେଁ ବରଂ ଡିଜେଲ। ତେବେ ପୁଅ ଆହୁରି ଜୋରରେ କାନ୍ଦିବା ଦେଖି ପରିବାର ଲୋକ ତାଙ୍କ ପାଖକୁ ଆସିଥିଲେ। ତେବେ ସେ ପାଣି ବଦଳରେ ଡିଜେଲ ପିଇଥିବା ଜାଣି ସଙ୍ଗେ ସଙ୍ଗେ ତାଙ୍କୁ ହସ୍ପିଟାଲକୁ ନେଇଥିଲେ। ହେଲେ ୩ଦିନ ପରେ ଚିକିତ୍ସାଧିନ ଅବସ୍ଥାରେ ଶୁକ୍ରବାର ତାଙ୍କର ମୃତ୍ୟୁ ଘଟିଛି। ଖବର ପାଇ ପୋଲିସ ଟିମ୍‌ କୋତଓ୍ବାଲି ସେକ୍ଟର-୬୩ରେ ପହଞ୍ଚି ମୃତଦେହକୁ ବ୍ୟବଚ୍ଛେଦ ପାଇଁ ପଠାଇବା ସହ ତଦନ୍ତ ଜାରି ରଖିଛି।


Enter your email to get our daily news in your inbox.

All Right Reserved By Dharitri.Com

ଲୋୟର ସୁକ୍‌ତେଲ ଜଳଭଣ୍ଡାର: ବଢୁଛି ଜଳସ୍ତର, ଲୋକେ ଅଟଳ

ବଲାଙ୍ଗୀର,୯ା୭(ବୀରେନ୍ଦ୍ର କୁମାର ଝାଙ୍କର):ଗତ କିଛି ଦିନର ଲଗାଣ ବର୍ଷା ଫଳରେ ବଲାଙ୍ଗୀର ଜିଲାର ଲୋୟର ସୁକ୍‌ତେଲ ଡ୍ୟାମ୍‌ରେ କ୍ଷୀପ୍ର ଗତିରେ ଜଳସ୍ତର ବଢ଼ିବାରେ ଲାଗିଛି। ଜଳସ୍ତର ବଢ଼ିବା…

ମାଙ୍କଡ଼ କାମୁଡାରେ ୫ ଆହତ: ବନବିଭାଗକୁ ଚିଠି ଲେଖିଲେ ସମିତି ସଭ୍ୟ ଧ୍ରୁବ

ଗଞ୍ଜାମ,୯।୭(ବିଦ୍ୟାଧର ସାହୁ ): ହୁମା ଓ ଆଖପାଖ ଅଞ୍ଚଳରେ ପାତି ମାଙ୍କଡ଼ଙ୍କ ଦୌରାତ୍ମ୍ୟ ଦିନକୁ ଦିନ ବୃଦ୍ଧି ପାଉଛି । ଘର ଉପକରଣ ପାଇଁ ଜଙ୍ଗଲ ସଫା…

ମଝି ଚିଲିକାରେ ଦୋହଲିଲା ଯାତ୍ରୀବାହୀ ଲଞ୍ଚ୍‌: ହୋହଲ୍ଲା ପରେ…

କୃଷ୍ଣପ୍ରସାଦ,୯।୭(କୈଳାଶ ଚନ୍ଦ୍ର ପଟ୍ଟନାୟକ):ଖୋର୍ଦ୍ଧା ଜିଲା ବାଲୁଗାଁଠାରୁ ପୁରୀ ଜିଲା କୃଷ୍ଣପ୍ରସାଦ ଗଡ଼ ଯାଏ ଓଡିଶା ବନ୍ଦର ଅନ୍ତରଦେଶୀୟ ଜଳପଥ ପରିବହନ ବିଭାଗ ତରଫରୁ ପ୍ରତିଦିନ ଯାତ୍ରୀବାହୀ ଲଞ୍ଚ…

ବିଦ୍ୟାଳୟର ନୂତନ ପରିଚାଳନା କମିଟି ଗଠନ: ସଭାପତି, ଉପସଭାନେତ୍ରୀ ଭାବେ ମନୋନୀତ ହେଲେ ଏମାନେ…

ଲାଞ୍ଜିଗଡ,୯।୭(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ ବ୍ଲକ ଲାଞ୍ଜିଗଡ ସ୍ଥିତ ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ପରିଚାଳନା କମିଟି ଗଠନ ବୁଧବାର ଅନୁଷ୍ଠିତ ହୋଇଯାଇଛିI ବିଦ୍ୟାଳୟର…

ପ୍ରଶାସନ-ଗ୍ରାମବାସୀ ମୁହାଁମୁହିଁ: ଉଭୟ ପକ୍ଷ ମଧ୍ୟରେ ମାଡ଼ ପିଟ

ମହାକାଳପଡ଼ା,୯ା୭(ପ୍ରତାପ ଚନ୍ଦ୍ର ସ୍ବାଇଁ):କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଜମ୍ବୁ ସାମୁଦ୍ରିକ ଥାନା ଅନ୍ତର୍ଗତ କଣ୍ଡରାପାଟିଆ ଗ୍ରାମର ୭୭ ପରିବାର ଦୀର୍ଘ ବର୍ଷ ଧରି ୧୭୦ ଏକର ସରକାରୀ…

ମରିବୁ ପଛେ ଛାଡିବୁ ନାହିଁ : ଆନ୍ଦୋଳନ ପାଇଁ ସଜବାଜ ହେଉଛନ୍ତି ମତ୍ସ୍ୟଜୀବୀ, ସମାଧାନ ନ ହେଲେ…

ଛତ୍ରପୁର,୯।୭ (ଦିଲ୍ଲୀପ ସାମଲ): ମରିବୁ ପଛେ ଛାଡିବୁ ନାହିଁ। ପ୍ରଶାସନ ଓ ପୋର୍ଟ କର୍ତ୍ତୃପକ୍ଷ ଆମକୁ ଦିନକୁ ଦିନ ଧୋକା ଦେବାରେ ଲାଗିଛନ୍ତି । ଏନେଇ ଆନ୍ଦୋଳନ…

ଇରାନ ଉପରେ ଆମେରିକାର ଜୋରଦାର ଆକ୍ରମଣ: ଚାରିଆଡ଼େ ଧୂଆଁଧୂଆଁ

ଓ୍ବାଶିଂଟନ୍‌,୯।୭: ପଶ୍ଚିମ ଏସିଆରେ ଉତ୍ତେଜନା ପୁଣି ଥରେ ବିପଜ୍ଜନକ ସ୍ତରରେ ପହଞ୍ଚିଛି। ଆମେରିକା ଇରାନ ଉପରେ ଘନ ଘନ ଆକ୍ରମଣ କରୁଛି। ଦକ୍ଷିଣପୂର୍ବ ଇରାନର ଇରାନଶାହରରେ ଅବସ୍ଥିତ…

ଏସ.ଆଇ.ଆର୍‌ ନେଇ ସଚେତନ ହେବା ଜରୁରୀ: ଛାତ୍ରୀଛାତ୍ରଙ୍କ ମଧ୍ୟରେ କୁଇଜ-ଚିତ୍ରାଙ୍କନ ପ୍ରତିଯୋଗିତା

ଭଞ୍ଜନଗର,୯।୭(ବାବୁଲା ପ୍ରଧାନ):ଗଞ୍ଜାମ ଜିଲା ଭଞ୍ଜନଗର ଉପଖଣ୍ଡ ପ୍ରଶାସନ ପକ୍ଷରୁ ଏସ.ଆଇ.ଆର୍‌ ୨୦୨୬ ଉପରେ ଅଧିକରୁ ଅଧିକ ସଚେତନତା କାର୍ଯ୍ୟକ୍ରମ କରାଯାଉଛି। ଏହାଦ୍ୱାରା ଲୋକେ ଭୋଟର ତାଲିକା ଉପରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri