Posted inଜାତୀୟ

ଡିଜେଲରେ ପାଣି: ମୁଖ୍ୟମନ୍ତ୍ରୀଙ୍କ ସହ ଥିବା ୧୯ ଗାଡ଼ି ଅଚଳ

ଭୋପାଳ,୨୮ା୬:ମଧ୍ୟପ୍ରଦେଶର ରତଲାମ ଜିଲାରେ ଏକ ପେଟ୍ରୋଲ ପମ୍ପ୍‌ରେ ଭେଜାଲ ତେଲ ପାଇଁ ମୁଖ୍ୟମନ୍ତ୍ରୀ ମୋହନ ଯାଦବଙ୍କ ସହ ଥିବା ଗାଡ଼ିସମୂହ ମଧ୍ୟରୁ ୧୯ଟି ଗାଡ଼ି ଆଉ ଚାଲି ନ ଥିଲା। ଡିଜେଲରେ ପାଣି ମିଶାଯାଇଥିବା ଜଣାପଡ଼ିବା ପରେ ଉକ୍ତ ପେଟ୍ରୋଲ ପମ୍ପ୍‌କୁ ବନ୍ଦ କରିଦିଆଯାଇଛି। ଶୁକ୍ରବାର ଅପରାହ୍ନରେ ମୁଖ୍ୟମନ୍ତ୍ରୀ ରତଲାମ ଜିଲାରେ ଆଞ୍ଚଳିକ ଶିଳ୍ପ, ଦକ୍ଷତା ଏବଂ ନିଯୁକ୍ତି କନ୍‌କ୍ଲେଭ୍‌ ଉଦ୍‌ଘାଟନ କରିବା କାର୍ଯ୍ୟକ୍ରମ ଥିବାବେଳେ ଗୁରୁବାର ରାତିରେ ଏଭଳି ଘଟଣା ଘଟିଛି। ଇନ୍ଦୋରରୁ ଆସିଥିବା ଏହି କାର୍‌ଗୁଡ଼ିକ ଷ୍ଟାର୍ଟ ନ ହେବାରୁ ଡ୍ରାଇଭର ସେଗୁଡ଼ିକୁ ରାସ୍ତାରୁ ହଟାଇବାକୁ ବାଧ୍ୟ ହୋଇଥିଲେ। ସୂଚନା ଅନୁଯାୟୀ, ଏହି ଗାଡ଼ିଗୁଡ଼ିକରେ ସମ୍ପୃକ୍ତ ପେଟ୍ରୋଲ ପମ୍ପ୍‌ରୁ ୨୫୦ ଲିଟରରୁ ଊର୍ଦ୍ଧ୍ୱ ଡିଜେଲ ପକାଯାଇଥିଲା। ଭେଜାଲ ଅଭିଯୋଗକୁ ପେଟ୍ରୋଲ ପମ୍ପ୍‌ କର୍ମଚାରୀ ଖଣ୍ଡନ କରିଥିବାବେଳେ ବୋତଲରେ ପୂରାଇବାରୁ ସେଥିରେ ଡିଜେଲ ଓ ପାଣି ସ୍ତର ସ୍ପଷ୍ଟ ଦେଖାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

କ୍ଷତିପୂରଣ ସହାୟତା ପାଇଁ ଦାବି: ଜିଲାପାଳଙ୍କୁ ଫେରାଦ ହେଲେ ଚାଷୀ

ବରଗଡ଼, ୯ା୪(ପ୍ରେମାନନ୍ଦ ଖମାରୀ):କାଳବୈଶାଖୀ ପ୍ରଭାବରେ ଗତ ସୋମବାର ଅପରାହ୍ନରେ ହୋଇଥିବା ଝଡ଼ବର୍ଷା, କରାମାଡ଼ରେ ବରଗଡ଼ ଜିଲାର ବିଭିନ୍ନ ବ୍ଲକରେ ଚାଷୀଙ୍କ ଫସଲ କ୍ଷତି ହୋଇଛି। ପ୍ରାରମ୍ଭିକ ଭାବେ…

ଦୁର୍ଘଟଣାଗ୍ରସ୍ତ ଗାଡିରୁ ଚାଉଳ ଚୋରି: ଥାନାରେ ପହଞ୍ଚିଲା ମାମଲା

ଲୋଇସିଂହା,୯।୪(ସୁଶାନ୍ତ ବାରିକ):ବଲାଙ୍ଗୀର ଜିଲା ଲୋଇସିଂହା ଥାନା ଲୋଇସିଂହା ବ୍ଲକ ଛକ ଅଞ୍ଚଳରେ ଏକ ଦୁର୍ଘଟଣାଗ୍ରସ୍ତ ବୋଲେରୋ ପିକଅପ ଗାଡିରୁ ଚାଉଳ ଚୋରି ଘଟଣା ସାମ୍ନାକୁ ଆସିଛି। ସୂଚନା…

ଆହୁରି ବଢିିବ ପେଟ୍ରୋଲ-LPG ଦର! ସାରା ବିଶ୍ୱକୁ ବଡ଼ ଝଟ୍‌କା ଦେଲା ଇରାନ

ତେହରାନ,୯।୪: ଇରାନ ଏବଂ ଆମେରିକା ମଧ୍ୟରେ ଯୁଦ୍ଧବିରତି ପରେ, ଇରାନ ସମଗ୍ର ବିଶ୍ୱକୁ ଏକ ବଡ଼ ଝଟକା ଦେବାକୁ ପ୍ରସ୍ତୁତ ହେଉଛି। ଇରାନ ହର୍ମୁଜ ପ୍ରଣାଳୀ ଦେଇ…

ଜୀବନ୍ତ ମାଛ ଗିଳି ଦେଲେ ବର୍ଷକର ଶିଶୁ: ତା’ପରେ ଯାହା ଘଟିଲା, ଜାଣିଲେ ହେବେ ଆଶ୍ଚର୍ଯ୍ୟ

ଭୋପାଳ,୯।୨: ମଧ୍ୟପ୍ରଦେଶର ସର୍ବବୃହତ ସରକାରୀ ହସ୍ପିଟାଲ ମହାରାଜା ଯଶୱନ୍ତରାଓ ହସ୍ପିଟାଲ (MYH)ରେ ଡାକ୍ତରମାନେ ଏକ ଚିକିତ୍ସା ସଫଳତା ହାସଲ କରିଛନ୍ତି। ହସ୍ପିଟାଲର ENT ବିଭାଗର ବିଶେଷଜ୍ଞମାନେ ଜଣେ…

ଭାଣିଜୀଙ୍କୁ ମାରିଦେଲେ ମାଇଁ! ପାଇଖାନାରୁ ମିଳିଲା…

ଜଗନ୍ନାଥପ୍ରସାଦ,୯।୪(ବିଭୁପ୍ରସାଦ ପଟ୍ଟନାୟକ): ଗଞ୍ଜାମ ଜିଲା ଜଗନ୍ନାଥପ୍ରସାଦ ଥାନା ଅନ୍ତର୍ଗତ ଛାମୁଣ୍ଡା ଗ୍ରାମ ଲକ୍ଷ୍ମଣ ପଲ୍ଲୀ ଗ୍ରାମର ଗଣେଶ ମହାରଣାଙ୍କ ବାରିପଟେ ଥିବା ଅସ୍ଥାୟୀ ପାଇଖାନା ଭିତରୁ ତାଙ୍କ…

ଇରାନ ସହ ଯୁଦ୍ଧବିରତି ଭିତରେ ଟ୍ରମ୍ପଙ୍କ ଟାର୍ଗେଟରେ ଏହି ଦେଶ! ୬୭ ବର୍ଷର ଶତ୍ରୁତାର ନେବେ ପ୍ରତିଶୋଧ

ଓ଼୍ବାଶିଂଟନ,୯।୪: ଇରାନ ସହିତ ଯୁଦ୍ଧବିରତି ପରେ ତୁରନ୍ତ, ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ତାଙ୍କର ପରବର୍ତ୍ତୀ ମିଶନର ସଙ୍କେତ ଦେଇଛନ୍ତି। ଟ୍ରମ୍ପ ସ୍ପଷ୍ଟ ଭାବରେ କହିଛନ୍ତି ଯେ…

ଇରାନ ସହ ବଡ଼ ଡିଲ୍‌ କଲେ ଟ୍ରମ୍ପ! ସାରା ବିଶ୍ୱ ଦେଖି କାବା

ଓ଼୍ବାଶିଂଟନ,୯।୪: ଆମେରିକା ଏବଂ ଇରାନ ମଧ୍ୟରେ ଯୁଦ୍ଧବିରତି ଘୋଷଣାର କିଛି ଘଣ୍ଟା ପରେ, ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ କହିଛନ୍ତି ଯେ ସେ ହର୍ମୁଜ ପ୍ରଣାଳୀକୁ ସୁରକ୍ଷିତ…

ସ୍ମୃତି-ପଲାଶଙ୍କ ମଧ୍ୟରେ ହୋଇଗଲା ପ୍ୟାଚ୍‌ଅପ୍‌! ଖୁବ୍‌ଶୀଘ୍ର ହେବ ବିବାହ, ଏହି VIDEO ବଢାଉଛି ଚର୍ଚ୍ଚା

ମୁମ୍ବାଇ,୯।୪: ସଂଗୀତକାର ପଳାଶ ମୁଛଲ ଏବଂ ଭାରତୀୟ ମହିଳା କ୍ରିକେଟ ଦଳର ବ୍ୟାଟ୍ସମ୍ୟାନ ସ୍ମୃତି ମନ୍ଧାନାଙ୍କ ମଧ୍ୟ ପ୍ୟାଚ୍‌ଅପ୍‌ ହୋଇଯାଇଛି। ଉଭୟ ଖୁବ୍‌ଶୀଘ୍ର ବିବାହ କରିବେ ବୋଲି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri