ଡିଜେଲ ୨୫ପଇସା କମିଲା

ଭୁବନେଶ୍ୱର,୨୦।୮: ଲଗାତର ୨ୟ ଦିନ ପାଇଁ ଡିଜେଲ ଦରରେ ସାମାନ୍ୟ ହ୍ରାସ ଘଟିଛି। ବୁଧବାର ୨୨ ପଇସା ହ୍ରାସ ହୋଇଥିବାବେଳେ ଗୁରୁବାର ୨୫ ପଇସା କମିଛି। ଫଳରେ ଭୁବନେଶ୍ୱରରେ ଡିଜେଲ ଲିଟର ପିଛା ୯୭.୪୮ ଟଙ୍କାରେ ବିକ୍ରି ହେଉଛି। ଅପରପକ୍ଷରେ ଗତ ୩୪ ଦିନ ହେବ ପେଟ୍ରୋଲ୍‌ ମୂଲ୍ୟ ଅପରିବର୍ତ୍ତିତ ରହିଛି। ଭୁବନେଶ୍ୱରରେ ପେଟ୍ରୋଲ ଲିଟର ପିଛା ୧୦୨.୬୬ ଟଙ୍କାରେ କାରବାର ହେଉଛି। ସେହିପରି ନୂଆଦିଲ୍ଲୀରେ ମଧ୍ୟ ଡିଜେଲ ଉପରେ ୨୦ ପଇସା ହ୍ରାସ ପାଇଥିବା ଜଣାପଡିଛି। ଏହି ଦର ହ୍ରାସ ଫଳରେ ସେଠାରେ ଡିଜେଲ ଲିଟର ପିଛା ୮୯.୪୭ ଟଙ୍କା ରହିଛି। ଦିଲ୍ଲୀରେ ମଧ୍ୟ ବୁଧବାର ଡିଜେଲ ୨୦ ପଇସା କମିଥିବା ସୂଚନା ମିଳିଛି। ସେହିପରି ନୂଆଦିଲ୍ଲୀରେ ପେଟ୍ରୋଲ ଦର ସ୍ଥିର ରହିବା ସହ ଲିଟର ପିଛା ୧୦୧.୮୪ ଟଙ୍କାରେ ବିକ୍ରି ହେଉଛି।
ପ୍ରକାଶ ଯେ, କୋଭିଡ୍‌ ମହାମାରୀ ସମୟରେ କ୍ରମାଗତ ତୈଳ ଦର ବୃଦ୍ଧିକୁ ନେଇ ପଲ୍ଲୀରୁ ପାର୍ଲାମେଣ୍ଟ ପର୍ଯ୍ୟନ୍ତ ଏହାକୁ ନେଇ ଚର୍ଚ୍ଚା ହେଉଥିଲା। ଏପରିକି ମହାମାରୀର ମାନ୍ଦାବସ୍ଥା ସମୟରେ ଡିଜେଲ ଦର ରେର୍କଡସ୍ତର ଛୁଇଁବା ଯୋଗୁ ତା’ର ପ୍ରଭାବ ସବୁ କ୍ଷେତ୍ର ଉପରେ ପଡ଼ିଛି। ଏହାକୁ ନେଇ ବିରୋଧୀ ଓ ଖାଉଟି ଏପରିକି ବିଭିନ୍ନ ସଙ୍ଗଠନ ପକ୍ଷରୁ ମଧ୍ୟ କେନ୍ଦ୍ର ସରକାରଙ୍କ ବିରୋଧରେ ଅସନ୍ତୋଷ ପ୍ରକାଶ ସହ ବିରୋଧ ପ୍ରଦର୍ଶନ କରାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଘରପଟ୍ଟା ପାଇଁ ତହସିଲଦାରଙ୍କ ଦ୍ୱାରସ୍ଥ ହେଲେ ବଳଦିଆଡ଼ିହ ଗ୍ରାମବାସୀ

ଗଞ୍ଜାମ,୨୧ା୮(ବିଦ୍ୟାଧର ସାହୁ): ଗଞ୍ଚାମ ବ୍ଲକ୍‌ ହୁମା ପଞ୍ଚାୟତ ଅନ୍ତର୍ଗତ ବଳଦିଆଡ଼ିହ ଗ୍ରାମର ଗ୍ରାମବାସୀମାନେ ହୁମା ପଞ୍ଚାୟତର ସମିତି ସଭ୍ୟ ଧ୍ରୁବ ଚରଣ ସାହୁଙ୍କ ନେତୃତ୍ୱରେ ଗଞ୍ଜାମ ତହସିଲଦାର…

ପ୍ରଧାନ ଶିକ୍ଷକଙ୍କ ବାଇକରେ ଥିବା ମଦ ବୋତଲ ଭାଇରାଲ: ପ୍ରଧନଶିକ୍ଷକ ନିଲମ୍ବିତ

ପାତ୍ରପୁର,୨୧ା୮(ଉମା ଚରଣ ନେପାକ): ଗଞ୍ଜାମ ଜିଲା ପାତ୍ରପୁର ବ୍ଲକ ତୁରୁବୁଡି ପଞ୍ଚାୟତ ନୂଆଗଡ଼ ପ୍ରାଥମିକ ବିଦ୍ୟାଳୟ ଛାତ୍ରୀଛାତ୍ରଙ୍କୁ ଗତ ଦୁଇ ଦିନ ହେଲା ମଧ୍ୟାହ୍ନ ଭୋଜନ ମିଳୁ…

ଦୁଇଟି ସନ୍ତାନର ବାପା ହେବା ପରେ ଶେଷରେ ପ୍ରେମିକାଙ୍କ ହାତ ଧରିଲେ ଅର୍ଜୁନ ରାମପାଲ, ଛୁଟୁଛି ଶୁଭେଚ୍ଛାର ସୁଅ

ମୁମ୍ବାଇ: ବିବାହ କରି ଚର୍ଚ୍ଚାକୁ ଆସିଛନ୍ତି ଆଉଜଣେ ଅଭିନେତା । ସେ ହେଲେ ବଲିଉଡ ଅଭିନେତା ଅର୍ଜୁନ ରାମପାଲ। ପ୍ରେମିକା ତଥା ସାଉଥ ଆଫ୍ରିକାନ ମଡେଲ ଫ୍ୟାଶନ…

ଭଡା ଘରୁ ମିଳିଲା ପୋଲିସ କର୍ମଚାରୀଙ୍କ ମୃତଦେହ: ୩ ବର୍ଷ ହେଲା…

ଭବାନୀପାଟଣା,୨୧।୮(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣା ସହର ପୁରୁଣାପଡାର ଏକ ଭଡା ଘରୁ ଶୁକ୍ରବାର ଜଣେ ଡିଭିଏଫ(ଜିଲା ସ୍ୱେଚ୍ଛାସେବୀ ବାହିନୀ)ପୋଲିସ କର୍ମଚାରୀଙ୍କ ଝୁଲନ୍ତା ମୃତ ଦେହ…

ହୀରାକୁଦରେ ବନ୍ଦ ହେଲା ୮ ଗେଟ୍‌, ୭ ଗେଟ୍‌ରେ ହେଉଛି ବନ୍ୟାଜଳ ନିଷ୍କାସନ

ସମ୍ବଲପୁର,୨୧ା୮(ପ୍ରମୋଦ ବହିଦାର): ହୀରାକୁଦ ଜଳଭଣ୍ଡାରକୁ କ୍ରମଶଃ ବନ୍ୟାଜଳ ପ୍ରବେଶ ପରିମାଣ ହ୍ରାସ ପାଇବାରେ ଲାଗିଛି। ଏହାକୁ ଦୃଷ୍ଟିରେ ରଖି ଶୁକ୍ରବାର ଜଳଭଣ୍ଡାରର ୨ ପର୍ଯ୍ୟାୟରେ ୮ ସ୍ଲୁଇସ୍‌…

ଚାଷ କାମ ଚାଲିଥିବା ବେଳେ ବଜ୍ରପାତ: ଜଣେ ମୃତ ଜଣେ ଗୁରୁତର

ମହାକାଳପଡ଼ା, ୨୧।୮ (ପ୍ରତାପ ଚନ୍ଦ୍ର ସ୍ୱାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଅଧୀନ ଯଦୁପୁର ପଞ୍ଚାୟତର ଯଦୁପୁର ଖସାଡ଼ି ଗ୍ରାମ ନିକଟରେ ଚାଷ ଜମିରେ ବେଉଷଣ କାମ…

ସେପ୍ଟେମ୍ବରରୁ ବଦଳିଯିବ ନିୟମ! ଅଗଷ୍ଟ ଶେଷ ପୂର୍ବରୁ କରିନିଅନ୍ତୁ ଏହି ୪ କାମ…

ନୂଆଦିଲ୍ଲୀ,୨୧ା୮: ଅଗଷ୍ଟ ମାସ ଶେଷ ହେବାକୁ ଯାଉଛି। ଏହା ସହ କିଛି ଜରୁରୀ ଆର୍ଥିକ କାମର ସମୟସୀମା ମଧ୍ୟ ଶେଷ ହେଉଛି। ଯଦି ଆପଣ ଏହି କାମଗୁଡ଼ିକ…

ତପ୍ତପାଣି ରେ ମା ‘ କନ୍ଧୁଣୀ ଦେବୀ ଙ୍କୁ ଦର୍ଶନ କଲେ ବିଧାନସଭା ଗୃହ କମିଟି

ଦିଗପହଣ୍ଡି,୨୧|୮(ଅଶେଷ ନାଥ ମିଶ୍ର): ରାଜ୍ୟ ବିଧାନସଭା ଗୃହ କମିଟି(ଉପସ୍ଥାପନ) ବ୍ରହ୍ମପୁର ଠାରୁ ଭାୟା ଦିଗପହଣ୍ଡି ଦେଇ ଶୁକ୍ରବାର ପୂର୍ବାହ୍ନ ପ୍ରାୟ ୧୧ ଟାରେ ଗଞ୍ଜାମ – ଗଜପତି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri