୮୦ ଟଙ୍କା ଟପିଲା ଡିଜେଲ ଦର

ଭୁବନେଶ୍ୱର,୨୬।୭: କରୋନା ସଂକ୍ରମଣକୁ ନେଇ ବର୍ତ୍ତମାନ ଲୋକମାନେ ଚିନ୍ତାରେ ରହିଥିବା ବେଳେ ଡିଜେଲ ଦର ବୃଦ୍ଧିରେ ବିରତି ଲାଗି ପାରୁନାହିଁ। ଫଳରେ ତେଲ ଦର ବୃଦ୍ଧି ଲୋକଙ୍କୁ ଅତିଷ୍ଠ କରି ପକାଇଛି। ଶନିବାର ଭୁବନେଶ୍ୱରରେ ଡିଜେଲ ଦର ୧୫ ପଇସା ବୃଦ୍ଧି ଘଟିଥିଲା। ରବିବାର ଏଥିରେ ୧୪ ପଇସା ବଢି ଡିଜେଲ ଦର ୮୦.୦୨ ଟଙ୍କା ଛୁଇଁଛି। ଜୁନ ୨୯ରେ ଶେଷଥର ଲାଗି ପେଟ୍ରୋଲ ଦର ପରିବର୍ତ୍ତନ ହୋଇଥିଲା। ଏହା ପରଠାରୁ ପେଟ୍ରୋଲ ଦର ଅପରିବର୍ତ୍ତିତ ରହିଛି। ସେହିଭଳି ନୂଆଦିଲ୍ଲୀରେ ଡିଜେଲ ଲିଟର ପିଛା ୧୫ ପଇସା ବଢି ରେକର୍ଡ ୮୧.୯୪ ଟଙ୍କା ଛୁଇଁଛି। ଦେଶର ମେଟ୍ରୋ ସହରଗୁଡିକରେ ତେଲ ଦର ୧୩ରୁ ୧୫ ପଇସା ବୃଦ୍ଧି ଘଟିଥିବା ସୂଚନା ରହିଛି। ସ୍ଥାନୀୟ ଟିକସ ଏବଂ ଭାଟ୍‌ ଯୋଗୁ ବିଭିନ୍ନ ରାଜ୍ୟରେ ତେଲ ଦରରେ ଭିନ୍ନତା ଦେଖାଯାଉଛି। ସାରା ଦେଶରେ ଗତ ୪ ସପ୍ତାହ ହେବ ପେଟ୍ରୋଲ ଦରରେ କୌଣସି ପରିବର୍ତ୍ତନ ହୋଇ ନ ଥିବା ରାଷ୍ଟ୍ରାୟତ୍ତ ତୈଳ କମ୍ପାନୀଗୁଡିକ ପକ୍ଷରୁ ସୂଚନା ରହିଛି। ଜୁନ ୭ ପରଠାରୁ ତୈଳ ବିପଣନ କମ୍ପାନୀଗୁଡିକ ତେଲ ଦର ପରିବର୍ତ୍ତନ କରିବା ପରେ ପେଟ୍ରୋଲ ଦର ୨୧ ଥର ବୃଦ୍ଧି ଘଟିଛି। ଏହି ସମୟ ମଧ୍ୟରେ ପେଟ୍ରୋଲ ଲିଟର ପିଛା ଖାଉଟିଙ୍କୁ ୯.୧୭ ଟଙ୍କା ଅତିରିକ୍ତ ଦେୟ ଦେବାକୁ ପଡୁଛି। ଜୁଲାଇ ମାସରେ ଡିଜେଲ ଦର ଲଗାତର ବଢି ଚାଲିଛି। ଏହି ମାସରେ ମୋଟ ୧୦ ଥର ଡିଜେଲ ଦର ବଢିଲାଣି। ଜୁନ ୭ ପରଠାରୁ ଡିଜେଲ ଲିଟର ପିଛା ୧୨.୫୫ ଟଙ୍କା ବଢିଛି। ସେହିଭଳି ଦେଶର ଅନ୍ୟ ମେଟ୍ରୋ ସହରଗୁଡିକ କଥା ବିଚାରକୁ ନେଲେ ଚେନ୍ନାଇ, କଲିକତା ଏବଂ ମୁମ୍ବାଇରେ ଡିଜେଲ ଦର ଯଥାକ୍ରମେ ୭୮.୮୬ ଟଙ୍କା, ୭୭.୦୪ ଟଙ୍କା ଏବଂ ୮୧.୧୧ ଟଙ୍କା ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ଟ୍ରେନ୍ ଯାତ୍ରୀଙ୍କ ପାଇଁ IRCTC ର ‘ଡିଜିଟାଲ୍ ଢାବା’: ଏବେ ଗୋଟିଏ କ୍ଲିକରେ ସିଟ୍‌ରେ ପହଞ୍ଚିବ ଗରମାଗରମ ଖାଦ୍ୟ! ଜାଣନ୍ତୁ କେମିତି…

ନୂଆଦିଲ୍ଲୀ,୨।୪: ଭାରତୀୟ ରେଳରେ ଯାତ୍ରା କରୁଥିବା ଯାତ୍ରୀଙ୍କ ପାଇଁ ଏକ ବଡ଼ ସୁବିଧା ନେଇ ଆସିଛି IRCTC। ଏବେ ମେଲ କିମ୍ବା ଏକ୍ସପ୍ରେସ ଟ୍ରେନରେ ଯାତ୍ରା ସମୟରେ…

ହର୍ମୁଜ୍ ପ୍ରଣାଳୀ ନେଇ ଇରାନର ବଡ଼ ଘୋଷଣା, ଆମର ଭାରତୀୟ ବନ୍ଧୁମାନେ ସୁରକ୍ଷିତ…..

ନୂଆଦିଲ୍ଲୀ,୨ା୪: ପଶ୍ଚିମ ଏସିଆରେ ଚାଲିଥିବା ବିବାଦ ମଧ୍ୟରେ, ଇରାନ ଭାରତ ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ ବିବୃତ୍ତି ଜାରି କରିଛି। ଇରାନ କହିଛି ଯେ ଏହାର ଭାରତୀୟ ବନ୍ଧୁମାନଙ୍କୁ…

ଇନଷ୍ଟାଗ୍ରାମରୁ ପ୍ରେମ ପରେ ଛୁଆ ଜନ୍ମ ଦେଲେ ୨୦ ବର୍ଷୀୟ ଯୁବତୀ; ଭୟରେ ବାଲଟିରେ ସିଲ୍ କରି ମନ୍ଦିରରେ ଛାଡିଦେଲେ, ତାପରେ…

ନୂଆଦିଲ୍ଲୀ,୨ା୪: ଇନଷ୍ଟାଗ୍ରାମରୁ ସାଙ୍ଗ ହେବା ପରେ ଗଢ଼ି ଉଠିଥିଲା ପ୍ରେମ ସମ୍ପର୍କ । ପରେ ୨୦ ବର୍ଷୀୟ ଯୁବତୀ ଜଣକ ଏକ ଛୁଆକୁ ଜନ୍ମ ଦେଇଥିଲେ ।…

ବଡ଼ ଘୋଷଣା କଲେ ଉପମୁଖ୍ୟମନ୍ତ୍ରୀ, ଝିଅ ଜନ୍ମ ହେବାର ବର୍ଷକ ଭିତରେ ଟଙ୍କା ପଠାଇବେ ସରକାର

ଭୁବନେଶ୍ବର,୨ା୪: ଖୁଵ୍‌ ଶୀଘ୍ର ଆସିବ କନ୍ୟା ସୁମଙ୍ଗଳ ଯୋଜନାର ଏସ୍‌ଓପି । ସୂଚନା ଦେଲେ ଉପ ମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା । ଝିଅ ଜନ୍ମ ହେବାର ବର୍ଷକ…

ଚତୁର୍ଥ ଥର ପାଇଁ ସମ୍ବଲପୁର କୋର୍ଟକୁ ବୋମା ଧମକ, ନେଦରଲାଣ୍ଡ ଓ ଜର୍ମାନୀରେ ଆଇପି ଆଡ୍ରେସ ଚିହ୍ନଟ

ସମ୍ବଲପୁର,୨।୪(ପ୍ରମୋଦ ବହିଦାର): ସମ୍ବଲପୁର ସହରର ଗୁରୁତ୍ୱପୂର୍ଣ୍ଣ କୋର୍ଟ ପରିସରକୁ ବୋମା ବିସ୍ଫୋରଣ ଉଡ଼ାଇବାର ଧମକପୂର୍ଣ୍ଣ ଇ-ମେଲ ଜିଲା ପୋଲିସ ପ୍ରଶାସନ ପାଇଁ ମୁଣ୍ଡବିନ୍ଧାର କାରଣ ସାଜିଛି। ଏହା…

ନିଆଁ ସହ ଖେଳୁଛି ଭାଜପା, ପରିଣାମ ଭୟଙ୍କର ହେବ: ନିଆଁବାଣ ହେଲେ ମମତା

କୋଲକାତା,୨।୪: ପଶ୍ଚିମବଙ୍ଗର ମୁର୍ଶିଦାବାଦରେ ଏକ ରାଲିରେ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ସାମ୍ପ୍ରତିକ ମାଲଦା ଘଟଣା ଉପରେ କେନ୍ଦ୍ର ସରକାର ଏବଂ ଭାଜପାକୁ ଟାର୍ଗେଟ୍‌ କରିଛନ୍ତି। ରାଜ୍ୟର ପରିସ୍ଥିତି…

୧୬ ନଂ ଜାତୀୟ ରାଜପଥରେ ଜଳିଗଲା ହାଇୱା, ହୁତୁହୁତୁ….

ଭଦ୍ରକ,୨ା୪(ସନାତନ ରାଉତ): ୧୬ ନଂ ଜାତୀୟ ରାଜପଥର ଭଦ୍ରକ ନଳାଙ୍ଗ ନିକଟରେ ହୁତୁହୁତୁ ହୋଇ ଜଳିଲା ହାଇଓ୍ବା । ଏକ ହାଇୱା ଗୁରୁବାର ମଧ୍ୟାହ୍ନରେ ହୁତୁହୁତୁ ହୋଇ…

ଭୟରେ ଏମିତି କାମ କରିଦେଲେ ଅକ୍ଷୟ କୁମାର

ବହୁପ୍ରତୀକ୍ଷିତ ହରର କମେଡି ‘ଭୂତ ବଙ୍ଗଳା’ ଖୁବ୍‌ଶୀଘ୍ର ପରଦାକୁ ଆସିବ। ଦର୍ଶକ ମଧ୍ୟ ଫିଲ୍ମକୁ ନେଇ ବେଶ୍‌ ଉତ୍ସାହିତ ଅଛନ୍ତି। ‘ଭୂତ ବଙ୍ଗଳା’ର ଟିଜର ସାଉଁଟିଛି ଚର୍ଚ୍ଚା।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri