ଡିଜେଲ୨୮ ପଇସା ବୃଦ୍ଧି

ଭୁବନେଶ୍ୱର/ନୂଆଦିଲ୍ଲୀ,୨୭।୯: ଦିନକର ବିରତି ପରେ ପୁଣି ଥରେ ଡିଜେଲ ଦରରେ ପରିବର୍ତ୍ତନ ଘଟିଛି। ଦେଶର ପ୍ରମୁଖ ତୈଳ ବିପଣନ କମ୍ପାନୀ ଭାରତୀୟ ତୈଳ ନିଗମ (ଆଇଓସିଏଲ୍‌)ର ସୂଚନା ଅନୁସାରେ ରବିବାର ଭୁବନେଶ୍ୱରରେ ଡିଜେଲ ୨୮ ପଇସା ବୃଦ୍ଧି ପାଇଥିବାବେଳେ ପେଟ୍ରୋଲ ମୂଲ୍ୟ ପୂର୍ବପରି ସ୍ଥିର ରହିଛି। ଫଳରେ ଏଠାରେ ଡିଜେଲ ଲିଟର ପିଛା ୯୭.୧୨ ଟଙ୍କା ଏବଂ ପେଟ୍ରୋଲ ୧୦୨.୦୪ ଟଙ୍କାରେ ବିକ୍ରି ହେଉଛି। ସେହିଭଳି କଟକ ସହରରେ ଡିଜେଲ ଲିଟର ପିଛା ୯୭.୪୬ ଟଙ୍କା ଓ ପେଟ୍ରୋଲ ୧୦୨.୩୯ ଟଙ୍କା କାରବାର କରାଯାଉଛି।
ସେହିପରି ନୂଆଦିଲ୍ଲୀରେ ମଧ୍ୟ ଡିଜେଲ ୨୫ ପଇସା ବଢ଼ିଥିବା ବେଳେ ପେଟ୍ରୋଲ ମୂଲ୍ୟ ସ୍ଥିର ରହିଛି। ଏହି ଦର ବୃଦ୍ଧି ଫଳରେ ସେଠାରେ ଡିଜେଲ ଲିଟର ପିଛା ୮୯.୦୭ ଟଙ୍କା ଏବଂ ପେଟ୍ରୋଲ ୧୦୧.୧୯ ଟଙ୍କାରେ କାରବାର ହେଉଛି। ଅପରପକ୍ଷରେ ଦେଶର ପ୍ରମୁଖ ମେଟ୍ରୋ ସହର ଚେନ୍ନାଇ, କୋଲକାତା ଏବଂ ମୁମ୍ବାଇରେ ମଧ୍ୟ ଡିଜେଲ ଦର ୨୩ରୁ ୨୭ ପଇସା ବଢ଼ି ଯଥାକ୍ରମ ୯୩.୬୯ ଟଙ୍କା, ୯୨.୧୭ ଟଙ୍କା ଏବଂ ୯୬.୬୮ ଟଙ୍କାରେ ପହଞ୍ଚତ୍ଛି। ଏହିସବୁ ମେଟ୍ରୋ ସହରରେ ପେଟ୍ରୋଲ ଦର ଯଥାକ୍ରମେ ୯୮.୯୬ ଟଙ୍କା, ୧୦୧.୬୨ ଟଙ୍କା ଏବଂ ୧୦୭.୨୬ ଟଙ୍କାରେ ରହିଛି।
ଗତ କିଛିଦିନ ହେବ ଅନ୍ତର୍ଜାତୀୟ ବଜାରରେ ଅଶୋଧିତ ତୈଳ ଦର ଉଚ୍ଚା ରହିବା ଯୋଗୁ ତା’ର ପ୍ରଭାବ ଭାରତ ବଜାରରେ ଦେଖିବାକୁ ମିଳୁଛି ବୋଲି ତୈଳ କମ୍ପାନୀଗୁଡ଼ିକ ମତ ଦେଇଛନ୍ତି। କୋଭିଡ୍‌ ମାନ୍ଦାବସ୍ଥା ସମୟରେ ଡିଜେଲ ଦର ବୃଦ୍ଧି ଯୋଗୁ ପରିବହନ ବ୍ୟବସ୍ଥା ଓ ସମସ୍ତ ଅତ୍ୟାବଶ୍ୟକ ସାମଗ୍ରୀର ଦର ବୃଦ୍ଧି ପାଉଛି। ଫଳରେ ଏହାର ପ୍ରଭାବ ସାଧାରଣ ଖାଉଟିଙ୍କ ଉପରେ ପଡୁଛି ବୋଲି ବଜାର ବିଶେଷଜ୍ଞମାନେ ମତବ୍ୟକ୍ତ କରିଛନ୍ତି। ଶେଷ ଥର ପାଇଁ ସେପ୍ଟେମ୍ବର ୫ରେ ଉଭୟ ପେଟ୍ରୋଲ ଓ ଡିଜେଲର ମୂଲ୍ୟ ହ୍ରାସ ଘଟିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ଜଳ ପ୍ରପାତ

ସାନଘାଗରା ଜଳପ୍ରପାତ କେନ୍ଦୁଝର ସହରଠାରୁ ମାତ୍ର ୬ କି.ମି. ଦୂରରେ ରହିଛି ସାନଘାଘରା ଜଳପ୍ରପାତ। ସାନମାଛ କାନ୍ଦଣା ନଦୀର ଜଳ ଏଠାରେ ତଳକୁ ବିରାଟକାୟ ସ୍ରୋତରେ କଚାଡ଼ି…

ଭୁବନେଶ୍ୱର ଫୁଲ ଦୋକାନ

ଫର୍ନସ ଏନ୍‌ ପେଟାଲ୍‌ସ   ଏହା ରାଜଧାନୀର ଏକ ବଡ଼ ଫୁଲ ଦୋକାନ ଭାବେ ପରିଗଣିତ। ୧୧ବର୍ଷ ତଳେ ପ୍ରଥମ କରି ଶହୀଦନଗରରେ ଆରମ୍ଭ ହୋଇଥିଲା। ବର୍ତ୍ତମାନ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱର ଜିମ

କଳିଙ୍ଗ ଫିଟନେସ୍‌ ଜୟଦେବ ବିହାର ରୋଡ ବିଜୁ ପଟ୍ଟନାୟକ କଲେଜ ନିକଟରେ ରହିଛି କଳିଙ୍ଗ ଫିଟନେସ ଜିମ୍‌। ୪ବର୍ଷ ତଳେ ଖୋଲାଯାଇଥିବା ଏହି ଜିମ୍‌ରେ ସବୁ ପ୍ରକାର…

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ପର୍ଯ୍ୟଟନସ୍ଥଳ

ସପ୍ତଶଯ୍ୟା ଢେଙ୍କାନାଳ ଜିଲାରେ ଅବସ୍ଥିତ ସପ୍ତଶଯ୍ୟା ପର୍ଯ୍ୟଟନ ସ୍ଥଳ ସାତ ପାହାଡ଼, ଝରଣା ଏବଂ ଜଙ୍ଗଲରେ ପରିପୂର୍ଣ୍ଣ। ଏଠାରେ ରହିଛି ଶ୍ରୀରାମଙ୍କ ମନ୍ଦିର। ସପ୍ତଶଯ୍ୟାର ଶୀତଳ ପରିବେଶ…

କଟକ ଦହିବରା ଆଳୁଦମ

ବାରବାଟୀ ଷ୍ଟାଡିୟମର ରମେଶ ଗୋଛି ସକାଳ ୭ଟାରୁ ଆରମ୍ଭ କରି ରାତି ୧୦ଟା ଯାଏ ବାରବାଟୀ ଷ୍ଟାଡିୟମ ନିକଟରେ ରମେଶଙ୍କ ଷ୍ଟଲ ଖୋଲିଥାଏ। ପରିବାରର ସବୁ ସଦସ୍ୟ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱରର ପାର୍କ

ମହାତ୍ମା ଗାନ୍ଧୀ ପାର୍କ ପାର୍କଟି ଜୟଦେବ ବିହାରସ୍ଥିତ ନନ୍ଦନକାନନ ରୋଡ୍‌ର ଜନତା ମଇଦାନ ନିକଟରେ ଅବସ୍ଥିତ। ପାର୍କ ଭିତରେ ମହାତ୍ମା ଗାନ୍ଧୀଙ୍କ ପ୍ରାର୍ଥନା କରୁଥିବା ମୁଦ୍ରାରେ ମୂର୍ତ୍ତି…

ଶ୍ରେଷ୍ଠ ପାଞ୍ଚ ପୁରୀର ମଠ

ହାତୀ ଆଖଡ଼ା ମଠ ପୁରୀ ବଳଗଣ୍ଡି ନିକଟରେ ବଡ଼ଦାଣ୍ଡର ମୁଖ୍ୟ ରାସ୍ତାରେ ହାତୀ ଆଖଡା ମଠ ଅବସ୍ଥିତ। ଶ୍ରୀରାମାନନ୍ଦୀ ସମ୍ପ୍ରଦାୟର ନିର୍ବାଣୀ ଆଖଡା ରୂପେ ଏହା ପରିଚିତ।…

ଶ୍ରେଷ୍ଠ ପାଞ୍ଚ ଓଡ଼ିଶାର ପ୍ରସିଦ୍ଧ ଶୈବପୀଠ

ହରିଶଙ୍କର ବଲାଙ୍ଗୀରଠାରୁ ୮୦ କି.ମି. ଦୂରରେ ଗନ୍ଧମାର୍ଦ୍ଦନ ପର୍ବତ ପାଦଦେଶରେ ଅବସ୍ଥିତ ପ୍ରସିଦ୍ଧ ତୀର୍ଥ ତଥା ଶୈବପୀଠ ହରିଶଙ୍କର। ଏଠାକାର ମନ୍ଦିରର ପରିବେଶ ଏବଂ ଆକର୍ଷଣୀୟ ଝରଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?