ପାଇପ୍‌ଲାଇନ କାଟି କରୁଥିଲେ ଡିଜେଲ ଚୋରି: ପେଟ୍ରୋଲପମ୍ପ୍‌ ମାଲିକଙ୍କ ସମେତ ୬ ଗିରଫ

ସମ୍ବଲପୁର,୨୬ା୨(ବ୍ୟୁରୋ): ସମ୍ବଲପୁର ଜିଲା ଯୁଯୁମୁରା ଥାନା ଅଧୀନ ହାତିବାରୀଠାରେ ପାରାଦୀପ-ରାୟପୁର ପାଇପ୍‌ଲାଇନ କାଟି ତେଲ ଚୋରି ଘଟଣାର ପୋଲିସ ପର୍ଦ୍ଦାଫାଶ କରିଛି। ଘଟଣାରେ ସମ୍ପୃକ୍ତ କଳାହାଣ୍ଡି ଜିଲା ଏମ୍‌ ରାମପୁରସ୍ଥିତ ପେଟ୍ରୋଲପମ୍ପ୍‌ ମାଲିକ ଅଟଳ ବିହାରୀ ସାହୁଙ୍କୁ ଚୋରି ତେଲ କିଣିବା ଅଭିଯୋଗରେ ଗିରଫ କରାଯାଇଛି। ଏହାସହ ଚୋରି ଅଭିଯୋଗରେ ଅବଦୁଲ ଅମିନ, ମହମ୍ମଦ ସୁଲତାନ, ଶେଖ ଅଜମଦ, କିଶୋର ସିଂ, ଚନ୍ଦ୍ରଶେଖର ଚାନ୍ଦ ଓ ସୁନୀଲ ପଣ୍ଡାଙ୍କୁ ଗିରଫ କରାଯାଇଛି। ଘଟଣାରେ ବ୍ୟବହୃତ ଟ୍ୟାଙ୍କର (ଓଡି-୦୫ୟୁ-୦୫୫୩), କାର୍‌ (ଓଡି୦୮କ୍ୟୁ-୯୦୪୧) ସହ ପାଇପ୍‌ ମଧ୍ୟ ଜବତ ହୋଇଛି। ଏ ନେଇ ଥାନାରେ ଏକ ମାମଲା (ନଂ.୧୬/୨୩) ରୁଜୁ କରାଯାଇ ଅଭିଯୁକ୍ତମାନଙ୍କୁ କୋର୍ଟ ଚାଲାଣ କରାଯାଇଛି।

ଏସ୍‌ପି ବାତୁଲା ଗଙ୍ଗାଧର କହିଛନ୍ତି, ଜାନୁୟାରୀ ୨୭ ତାରିଖରେ ପ୍ରଥମେ ତେଲ ଚୋରି ହୋଇଥିଲା। ହେଲେ କମ୍ପାନୀ ପକ୍ଷରୁ ଲିଖିତ ଅଭିଯୋଗ କରା ନ ଯାଇ କେବଳ ସୂଚନା ଦିଆଯାଇଥିଲା। ପୋଲିସ ସୂଚନା ପାଇବା ପରେ ଉକ୍ତ ଅଞ୍ଚଳରେ ନଜର ରଖିଥିଲା। ଅଭିଯୁକ୍ତମାନେ ପୁଣି ଫେବୃୟାରୀ ୧୦ ତାରିଖରେ ସମାନ ସ୍ଥାନରୁ ତେଲ ଚୋରି କରିଥିଲେ। ଏହାକୁ ନେଇ କମ୍ପାନୀ ଅଧିକାରୀ ନରେନ୍ଦ୍ର ବେହେରା ଅଭିଯୋଗ କରିଥିଲେ। ପ୍ରାୟ ୨୬ ଲକ୍ଷ ଟଙ୍କାର ଡିଜେଲ ଚୋରି ହୋଇଥିବା ନେଇ ଅଭିଯୋଗ ହୋଇଥିଲା। ରେଢ଼ାଖୋଲ ଏସ୍‌ଡିପିଓ ପ୍ରଶାନ୍ତ ମେହେରଙ୍କ ନେତୃତ୍ୱରେ ଥାନା ଅଧିକାରୀ ରାଜକୁମାର ବିଶ୍ୱାଳଙ୍କୁ ନେଇ ଟିମ୍‌ ଗଠନ କରାଯାଇଥିଲା। ପୋଲିସ ସାଇବର ଟିମ୍‌ର ସହାୟତା ନେଇ ସୁରାକ ପାଇଥିଲା। ବିଭିନ୍ନ ସ୍ଥାନରେ ଚଢାଉ କରି ପୋଲିସ ଅଭିଯୁକ୍ତଙ୍କୁ ଗିରଫ କରିଥିଲା। ଏହି ଘଟଣାରେ ସମ୍ପୃକ୍ତ ଥିବା ଅନ୍ୟ ଅଭିଯୁକ୍ତଙ୍କୁ ଖୁବ୍‌ଶୀଘ୍ର ଗିରଫ କରାଯିବ।

ମିଳିଥିବା ରିପୋର୍ଟ ଅନୁସାରେ ପାଇପ୍‌ଲାଇନ କାଟିବା ପାଇଁ ସ୍ବତନ୍ତ୍ର ଟେକ୍‌ନିସିଆନ୍‌ ଉତ୍ତରପ୍ରଦେଶରୁ ଆସିଥିଲେ। ତେଲ ଯାଉଥିବା ସମୟରେ ପାଇପ୍‌ କାଟି ଭାଲ୍‌ବ ଲଗାଇ ଦେଉଥିଲେ। ସମୟର ସୁଯୋଗ ନେଇ ଉକ୍ତ ଭାଲ୍‌ବ ଖୋଲି ଟାଙ୍କିରେ ତେଲ ଲୋଡ୍‌ କରୁଥିଲେ। ଗୋଟିଏ ଟ୍ୟାଙ୍କର ଲୋଡ୍‌ କରିବାକୁ ୧୫ ମିନିଟ ସମୟ ଲାଗୁଥିଲା। ଟ୍ୟାଙ୍କର ଲୋଡ୍‌ହେବା ପରେ ସେମାନେ ଫେରାର ହୋଇଯାଉଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ମହିଳା ହେବେ ସଶକ୍ତ: ମିଶନ ଶକ୍ତି କାଫେ ଉଦଘାଟିତ

ତୁମୁଡିବନ୍ଧ,୨୬।୧୨(ଦୀପକ କୁମାର ପରାସେଠ): କନ୍ଧମାଳ ଜିଲା ତୁମୁଡିବନ୍ଧ ବ୍ଲକ ପରିସରରେ ଥିବା ମିଶନ ଶକ୍ତି କାଫେକୁ କନ୍ଧମାଳ ଏମ୍‌ପି ସୁକାନ୍ତ କୁମାର ପାଣିଗ୍ରାହୀ ଆଜି ଶୁକ୍ରବାର...

ଘର ନିର୍ମାଣ କରିବାକୁ କହି ମହିଳାଙ୍କଠାରୁ ଟଙ୍କା ଠକେଇ

ବ୍ରହ୍ମପୁର,୨୬।୧୨(ସୁବାସ ଚନ୍ଦ୍ର ପାଢ଼ୀ): ଘର ନିର୍ମାଣ କରିବାକୁ କହି ଜଣେ ଠିକାଦାର ସୌନ୍ଦର୍ଯ୍ୟନଗର ଅଞ୍ଚଳର ଜଣେ ମହିଳାଙ୍କଠାରୁ ୮୦ ହଜାର ଟଙ୍କା ଠକି ନେଇଛନ୍ତି। ଏ...

ପ୍ରତିଶ୍ରୁତି ଭୁଲିଯାଇଛି ଭାଜପା: ପ୍ରତିଷ୍ଠା ଦିବସରେ ଗର୍ଜିଲା ବିଜେଡି

ଭଞ୍ଜନଗର,୨୬।୧୨(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲ୍ଲା ଭଞ୍ଜନଗର ବ୍ଲକ ବାଉଁଶଲୁଣ୍ଡି ବିଜୁ ସ୍ମୃତି ଭବନ ଠାରେ ଶୁକ୍ରବାର ବିଜେଡିର ପ୍ରତିଷ୍ଠା ଦିବସ ପାଳିତ ହୋଇଯାଇଛି। ଏଥିରେ ବିଜେଡି ବ୍ଲକ...

ନିଖିଳ ଉତ୍କଳ କୁର୍ମିକ୍ଷତ୍ରିୟ ପ୍ରଦେଶ ମହାସଭା ଉଦଘାଟିତ: ଯୋଗଦେବେ ୫୦ ହଜାରରୁ ଉର୍ଦ୍ଧ୍ୱ କର୍ମକର୍ତ୍ତା

ଭଞ୍ଜନଗର,୨୬/୧୨(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର ବ୍ଲକ ତିଳିସିଙ୍ଗୀ ଠାରେ ଶୁକ୍ରବାର ନିଖିଳ ଉତ୍କଳ କୁର୍ମିକ୍ଷତ୍ରିୟ ପ୍ରଦେଶ ମହାସଭା ଉଦଘାଟିତ ହୋଇଯାଇଛି । ଏହା ରବିବାର ପର୍ଯ୍ୟନ୍ତ...

ଖୁବଶୀଘ୍ର BSNL ବନ୍ଦ କରିଦେବ ଏହି ସର୍ଭିସ, ଲକ୍ଷଲକ୍ଷ ୟୁଜର୍ସଙ୍କ ଉପରେ ପଡିବ ପ୍ରଭାବ

ନୂଆଦିଲ୍ଲୀ,୨୬।୧୨: ଦେଶର ସରକାରୀ ଟେଲିକମ କମ୍ପାନୀ ଭାରତ ସଞ୍ଚାର ନିଗମ ଲିମିଟେଡ (BSNL) ଏହାର 3G ସେବା ବନ୍ଦ କରିବାକୁ ନିଷ୍ପତ୍ତି ନେଇଛି। ଆଗାମୀ କିଛି...

ସ୍କୁଲ୍‌ ପିଲାଙ୍କ ପାଇଁ ଖୁସିଖବର: ଏଣିକି ଆଉ ଦେବାକୁ ପଡିବନି ବସ୍‌ ଭଡ଼ା

ଭୁବନେଶ୍ୱର,୨୬।୧୨: ରାଜ୍ୟରେ ସ୍କୁଲ ପିଲାଙ୍କ ପାଇଁ ଆରମ୍ଭ ହେବ ମାଗଣା ବସ୍‌ ସେବା। ମୁଖ୍ୟମନ୍ତ୍ରୀ ବସ ସେବା ଯୋଜନାରେ ପିଲାଙ୍କୁ ମାଗଣା ବସ ସେବା ଯୋଗାଇ...

ମାତ୍ର ୫୬ ବଲରେ କମାଲ୍‌ କରିଦେଲେ ରିଙ୍କୁ ସିଂ: ଟି-୨୦ ବିଶ୍ୱକପ୍‌ ପୂର୍ବରୁ…

ନୂଆଦିଲ୍ଲୀ,୨୬।୧୨: ବିଜୟ ହଜାରେ ଟ୍ରଫିରେ ଚଣ୍ଡିଗଡ଼ ବିପକ୍ଷରେ ଉତ୍ତର ପ୍ରଦେଶର ଅଧିନାୟକ ରିଙ୍କୁ ସିଂହ ଏକ ଚମତ୍କାର ଶତକ ହାସଲ କରିଥିଲେ। ଏହା ପୂର୍ବରୁ, ୟୁପି...

୨୦୨୬ରେ ତୁଳା ରାଶିରେ ଶନିଙ୍କ ଗୋଚରରେ ହେବ ଧନହାନୀ, ସିଂହ ରାଶି ପାଇବେ ଚାକିରି, ମିଳିବ ବଡ଼ ପଦବୀ!

୨୦୨୬ ତୁଳା ରାଶି ପାଇଁ ସନ୍ତୁଳିତ, ବିଚକ୍ଷଣ ଏବଂ ଜ୍ଞାନୀ ନିଷ୍ପତ୍ତିର ବର୍ଷ ହେବ। ଏହି ବର୍ଷ ଆପଣଙ୍କୁ ଶିଖାଇବ ଯେ ସବୁବେଳେ ଶୀଘ୍ର ନିଷ୍ପତ୍ତି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri