ଅସ୍ବାସ୍ଥ୍ୟକର ପରିବେଶରେ ଚାଲିଛି ଡିଆଇଇଟି

ଖୋର୍ଦ୍ଧା ଅଫିସ,୩୧।୭: ଶିକ୍ଷାର ବିକାଶ ଏବଂ ଭିତ୍ତିଭୂମି ଲାଗି ରାଜ୍ୟ ସରକାର ଲକ୍ଷାଧିକ ଟଙ୍କା ଖର୍ଚ୍ଚ କରୁଛନ୍ତି। ୫-ଟି ଯୋଜନା ଅନ୍ତର୍ଗତ ସ୍କୁଲ ରୂପାନ୍ତରଣରେ ସ୍ମାର୍ଟ ସ୍କୁଲ ନିର୍ମାଣ ଚାଲିଛି। ତେବେ ଦୀପ ତଳ ଅନ୍ଧାର ଭଳି ଖୋର୍ଦ୍ଧା ଜିଲା ଶିକ୍ଷକ ପ୍ରଶିକ୍ଷଣ ପ୍ରତିଷ୍ଠାନ(ଡିଆଇଇଟି)ରେ ଅବ୍ୟବସ୍ଥା ଘେରରେ ପାଠପଢ଼ା ଚାଲିଥିବା ଦେଖିବାକୁ ମିଳିଛି। ଏକ ଅସ୍ବାସ୍ଥ୍ୟକର ପରିବେଶରେ ପିଲାମାନେ ପାଠ ପଢୁଥିବା ଜଣାପଡ଼ିଛି। ଚାରିଆଡ଼େ ଅନାବନା ଗଛଲତା ମାଡ଼ିଯାଇଛି। ଯେପରି କୃତ୍ରିମ ଜଙ୍ଗଲର ଭ୍ରମ ସୃଷ୍ଟି କରୁଛି। ମଶାଙ୍କ ଦୌରାତ୍ମ୍ୟ ସହ ସରୀସୃପଙ୍କ ଭୟ ମଧ୍ୟ ରହୁଛି। ଛାତ୍ରୀ ମାନଙ୍କ ପାଇଁ ଛାତ୍ରୀନିବାସ ନାହିଁ। ଫଳରେ ଦୂରରୁ ଆସୁଥିବା ଛାତ୍ରୀମାନେ ଭଡ଼ା ଘରେ ରହୁଛନ୍ତି। ଛାତ୍ରୀନିବାସ ନିର୍ମାଣ କରାଗଲେ ଅଧିକ ଖର୍ଚ୍ଚାନ୍ତରୁ ମୁକ୍ତି ମିଳିବ ବୋଲି ଏକାଧିକ ଛାତ୍ରୀ ଗଣମାଧ୍ୟମ ଆଗରେ କହିଛନ୍ତି। ୧୯୮୯ ମସିହାରେ ଖୋର୍ଦ୍ଧା ସହରରେ ଏହି ଶିକ୍ଷାନୁଷ୍ଠାନ ଗଢ଼ିଉଠିଥିଲା। ଶିକ୍ଷାର ବିକାଶ ଲାଗି ଏଠାରେ କାର୍ଯ୍ୟରତ ଶିକ୍ଷୟିତ୍ରୀ ଶିକ୍ଷକଙ୍କୁ ବିଭିନ୍ନ ପ୍ରସଙ୍ଗରେ ଟ୍ରେନିଂ ଦିଆଯିବା ସହ ସିଟି ଛାତ୍ରୀଛାତ୍ରମାନେ ପ୍ରଶିକ୍ଷଣ ନେଉଛନ୍ତି। ଏଠାରେ ୬୬ ଜଣ ଛାତ୍ରୀ ଏବଂ ୨୭ ଛାତ୍ର ରହିଛନ୍ତି। ଛାତ୍ରୀଙ୍କ ସୁରକ୍ଷା ଦୃଷ୍ଟିରୁ ଶିକ୍ଷାନୁଷ୍ଠାନ ପରିସରରେ ଛାତ୍ରୀନିବାସ, କ୍ୟାମ୍ପସ୍‌ ପରିସରରେ ଏକ ଉତ୍ତମ ବାତାବରଣ ଓ ସୌନ୍ଦର୍ଯ୍ୟକରଣ ଲାଗି ବୁଦ୍ଧିଜୀବୀଙ୍କ ମହଲରେ ଦାବି ହୋଇଛି। ଏ ନେଇ କଲେଜ ଅଧ୍ୟକ୍ଷ ତାପସ କୁମାର ନାୟକ କୁହନ୍ତି, ଛାତ୍ରୀନିବାସ ଲାଗି ଉପରିସ୍ଥ ଅଧିକାରୀଙ୍କ ସହ ଆଲୋଚନା କରାଯାଇଛି। କ୍ୟାମ୍ପସ୍‌ର ସୌନ୍ଦର୍ଯ୍ୟକରଣ ଲାଗି ଗୁରୁତ୍ୱ ଦିଆଯାଉଛି। ଆଗାମୀ ଦିନରେ ଏକ ସୁନ୍ଦର ବାତାବରଣ ମଧ୍ୟରେ କ୍ୟାମ୍ପସ୍‌ରେ ପିଲାଙ୍କ ପାଠପଢ଼ା ଲାଗି ପଦକ୍ଷେପ ନିଆଯିବ।


Enter your email to get our daily news in your inbox.

All Right Reserved By Dharitri.Com

ଅସ୍ତ ହେବେ ଶୁକ୍ରଦେବ; ୫ରାଶି ପାଇଁ ଅଶୁଭ, ଧନହାନି ସାଙ୍ଗକୁ….

ଜ୍ୟୋତିଷ ଶାସ୍ତ୍ରରେ ଶୁକ୍ରଦେବଙ୍କୁ ପ୍ରେମ, ଦାମ୍ପତ୍ୟ ଜୀବନ, ସମ୍ପର୍କ, ସୌନ୍ଦର୍ଯ୍ୟ, ଐଶ୍ୱର୍ଯ୍ୟ ଓ ଭୌତିକ ସୁଖର କାରକ ଭାବେ ବିବେଚନା କରାଯାଏ । ଜ୍ୟୋତିଷୀୟ ଗଣନା ଅନୁଯାୟୀ,…

ପୂର୍ବତନ ଭାଜପା ବିଧାୟକଙ୍କୁ ନିର୍ମମ ହତ୍ୟା; ୭୦-୮୦ ଜଣ ଲୋକ କ୍ରସର୍‌ ପ୍ଲାଣ୍ଟ ଉପରେ ଆକ୍ରମଣ କରି ନେଇଗଲେ ଜୀବନ…

ଜୟପୁର,୧୨।୧୦: ରାଜସ୍ତାନ ଭରତପୁରରେ ଖଣି କାର୍ଯ୍ୟକୁ ନେଇ ହୋଇଥିବା ବିବାଦ ମଧ୍ୟରେ ପୂର୍ବତନ ଭାଜପା ବିଧାୟକ ଅତର ସିଂହ ଭଦାନାଙ୍କୁ ନିର୍ମମ ଭାବେ ହତ୍ୟା କରାଯାଇଛି, ଯାହା…

ଆଖିରୁ ବହିଗଲା ଧାର ଧାର ଲୁହ…! ଶ୍ରେୟସ ଆୟରଙ୍କୁ ଏମିତି ପଡ଼ିଆରେ ଦେଖି ସହ୍ୟ କରିପାରିଲେ ନାହିଁ ଏହି ମହିଳା ପ୍ରଶଂସକ

ନୂଆଦିଲ୍ଲୀ,୧୨।୧୦: ଶ୍ରେୟସ ଆୟରଙ୍କ ଆଶ୍ଚର୍ଯ୍ୟଜନକ ପାଗଳାମି ଇନ୍ଦୋରରେ ଦେଖିବାକୁ ମିଳିଥିଲା। ୱେଷ୍ଟଇଣ୍ଡିଜ ବିପକ୍ଷରେ ଭାରତୀୟ ଅଧିନାୟକ ବାହାରକୁ ଯିବା ମାତ୍ରେ ତାଙ୍କର ଜଣେ ମହିଳା ପ୍ରଶଂସକ କାନ୍ଦିବାକୁ…

ବିଗ ବିଙ୍କ ଜନ୍ମଦିନରେ ସୋସିଆଲ ମିଡିଆରେ ଏଭଳି କହିଲେ ଐଶ୍ୱର୍ଯ୍ୟା, ଚାରିଆଡ଼େ ଚର୍ଚ୍ଚା

ମୁମ୍ବାଇ, ୧୨।୧୦: ବଲିଉଡ୍‌ର ମହାନାୟକ ଅମିତାଭ ବଚ୍ଚନଙ୍କ ଜନ୍ମଦିନ ତାଙ୍କ ପ୍ରଶଂସକଙ୍କ ପାଇଁ କୌଣସି ଉତ୍ସବଠାରୁ କମ୍ ନୁହେଁ। ପ୍ରତିବର୍ଷ ଅକ୍ଟୋବର ୧୧ ତାରିଖରେ ତାଙ୍କ ଜନ୍ମଦିନ…

ଘସିପୁରାରେ ମହିଳାଙ୍କୁ ହତ୍ୟା ଉଦ୍ୟମ : ବାପା-ପୁଅ ଗିରଫ

ହାଟଡିହୀ/ଆନନ୍ଦପୁର/ଛେନାପଦୀ,୧୨ା୧୦(ଶୁଭକାନ୍ତ ନାୟକ/ଶ୍ରୀଧର ମହାରଣା/ନିରାକାର ପରିଡା): କେନ୍ଦୁଝର ଜିଲା ଘସିପୁରା ଅଞ୍ଚଳର ଜଣେ ମହିଳାଙ୍କୁ କିଛି ଲୋକ ମିଳିମିଶି ଅଟକାଇବା, ଅଶ୍ଳୀଳ ଭାଷାରେ ଗାଳି ଦେବା ସହିତ ହତ୍ୟା…

ଖୁବ ଖୁସି ଅଛନ୍ତି ଅଧିନାୟକ ଶ୍ରେୟସ ଆୟର, ହେଲେ ଏହା ପଛର କାରଣ କ’ଣ ଜାଣନ୍ତୁ

ନୂଆଦିଲ୍ଲୀ,୧୨।୧୦: ରବିବାର ଭାରତ ୱେଷ୍ଟଇଣ୍ଡିଜକୁ ୧୪ ରନରେ ପରାସ୍ତ କରି ସିରିଜରେ ୨-୧ରେ ଅଗ୍ରଣୀ ହାସଲ କରିଛି। ଅଭିଷେକ ଶର୍ମାଙ୍କ ଅର୍ଦ୍ଧଶତକ ଏବଂ ଅନ୍ୟ ଖେଳାଳିଙ୍କ ଉପଯୋଗୀ…

ଏହି ଖେଳାଳିଙ୍କ ରେକର୍ଡ ଭାଙ୍ଗି ଇତିହାସ ରଚିଲେ ଅଭିଷେକ ଶର୍ମା,ସମସ୍ତେ କରୁଛନ୍ତି ଖୁବ ପ୍ରଶଂସା

ନୂଆଦିଲ୍ଲୀ,୧୨।୧୦: ଇନ୍ଦୋରରେ ୱେଷ୍ଟଇଣ୍ଡିଜ ବିପକ୍ଷ ମ୍ୟାଚରେ ଅଭିଷେକ ଶର୍ମା ୫ଟି ଛକା ଓ ୬ଟି ଚୌକା ସହାୟତାରେ ୬୯ ରନର ଏକ ଚମତ୍କାର ଇନିଂସ ଖେଳିଥିଲେ। ୨୩୦ର…

ଭୁବନେଶ୍ବରରେ ଚାଞ୍ଚଲ୍ୟ! ନେତ୍ରୀଙ୍କୁ ଯୌନ ନିର୍ଯାତନା; ହାବିଲ୍‌ଦାର ଗିରଫ, ଅଭିଯୋଗ ଚାପିଥିଲା ବଡ଼ଗଡ଼ ପୋଲିସ

ଭୁବନେଶ୍ୱର,୧୨ା୧୦(ତ୍ରିନାଥ ମହାନ୍ତି): ମହିଳାଙ୍କୁ ସୁରକ୍ଷା ବଦଳରେ ଇଜ୍ଜତ ଲୁଟୁଛି ପୋଲିସ। ଖୋଦ୍‌ ଜଣେ ରାଜନେତ୍ରୀଙ୍କୁ ୬ ମାସ ହେବ ଯୌନ ନିର୍ଯାତନା ଦେଉଥିଲେ ପୋଲିସ କର୍ମଚାରୀ। ରାତି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?