Posted inଜାତୀୟ

ଜବତ ଟଙ୍କା ନେଇ ୩ ବିଧାୟକଙ୍କ ଭିନ୍ନ ଭିନ୍ନ ଉତ୍ତର, ତଦନ୍ତ ଜାରି..

କୋଲକାତା, ୩୧।୭ : କୋଲକାତାର ହାୱଡ଼ାରେ ନଗଦ ଟଙ୍କା ସହିତ ଗିରଫ ହୋଇଥିବା ଝାଡଖଣ୍ଡର ତିନି ଜଣ କଂଗ୍ରେସ ବିଧାୟକଙ୍କୁ ପଶ୍ଚିମବଙ୍ଗ ପୋଲିସ ପଚରାଉଚରା ଜାରି ରଖିଛି। ବିଳମ୍ବିତ ରାତି ପର୍ଯ୍ୟନ୍ତ କୋଲକାତା ପୋଲିସ, ହାୱଡ଼ା ପୋଲିସ ଏବଂ ସିଆଇଡି ଅଧିକାରୀଙ୍କ ଦ୍ୱାରା ବିଧାୟକମାନଙ୍କୁ ପଚରାଉଚରା କରାଯାଇଥିଲା। ଅପରପକ୍ଷରେ, ସେମାନଙ୍କଠାରୁ ପ୍ରାପ୍ତ ଟଙ୍କା ଗଣିବା କାର୍ଯ୍ୟ ବିଳମ୍ବିତ ରାତି ପର୍ଯ୍ୟନ୍ତ ଜାରି ରହିଥିଲା।

ଗଣମାଧ୍ୟମ ରିପୋର୍ଟ ଅନୁଯାୟୀ, ଜବତ ହୋଇଥିବା ଟଙ୍କାକୁ ନେଇ ତିନିଜଣ ବିଧାୟକ ଭିନ୍ନ ଭିନ୍ନ ଉତ୍ତର ଦେଇଛନ୍ତି। କିଏ ଶାଢ଼ି କିଣିବା କଇା କହୁଥିବାବେଳେ ଅନ୍ୟ କିଏ କାର କିଣିବା ପାଇଁ ଟଙ୍କା ନେଉଥିବା କହିଛନ୍ତି। ବିଧାୟକମାନେ ଟଙ୍କା ସମ୍ବନ୍ଧରେ ସନ୍ତୋଷଜନକ ଉତ୍ତର ଦେବାକୁ ଅସମର୍ଥ ହୋଇଛନ୍ତି। ସେମାନଙ୍କ ଡାକ୍ତରୀ ପରୀକ୍ଷା ବିଳମ୍ବିତ ରାତିରେ କରାଯାଇଥିଲା।

ଗଣମାଧ୍ୟମ ରିପୋର୍ଟରେ ପୋଲିସ କହିଛି ଯେ ବିଧାୟକଙ୍କ ଠାରୁ ୪୮ଲକ୍ଷ ଟଙ୍କା ଜବତ ହୋଇଛି। ଗଣମାଧ୍ୟମର ରିପୋର୍ଟ ଅନୁଯାୟୀ, ବିଧାୟକମାନେ ପୋଲିସକୁ କହିଥିଲେ ଯେ ଟଙ୍କା ନେଇ ମନ୍ଦାରମଣି ଯାଉଥିଲେ। ସେମାନେ କୋଲକାତାର ବଡ ବଜାରରେ ଶାଢ଼ି କିଣିଥାନ୍ତେ।

ବିଧାୟକମାନେ କହିଛନ୍ତି ଯେ ଅଗଷ୍ଟ ୯ ରେ ଝାଡଖଣ୍ଡର ଏକ କାର୍ଯ୍ୟକ୍ରମରେ ଲୋକଙ୍କ ମଧ୍ୟରେ ଶାଢ଼ି ବଣ୍ଟନ କରିବାର କାର୍ଯ୍ୟକ୍ରମ ରହିଛି। ସେଥିପାଇଁ ଟଙ୍କା ନେଇ କୋଲକାତା ଆସୁଥିଲେ। ଯେତେବେଳେ ତିନିଜଣ ବିଧାୟକଙ୍କୁ ପୃଥକ ଭାବରେ ପଚରାଗଲା, ସେମାନେ ସମସ୍ତେ ଭିନ୍ନ ଭିନ୍ନ କଥା କହିଥିଲେ। ବିଧାୟକଙ୍କ ବିବୃତ୍ତିରେ ପାର୍ଥକ୍ୟ ନେଇ ପୋଲିସ ସନ୍ତୁଷ୍ଟ ହୋଇ ପାରି ନଥିବା କୁହାଯାଉଛି।

 


Enter your email to get our daily news in your inbox.

All Right Reserved By Dharitri.Com

ବିଜୁ ପଟ୍ଟନାୟକଙ୍କ ଉପରେ ଅସମ୍ମାନଜନକ ମନ୍ତବ୍ୟକୁ ନେଇ ମୁହଁ ଖୋଲିଲେ ବୈଜୟନ୍ତ ପଣ୍ଡା: କହୁ କହୁ କହିଦେଲେ…

ଭୁବନେଶ୍ୱର,୩୦।୩: ଭାଜପା ଏମ୍‌ପି ନିଶିକାନ୍ତ ଦୁବେ ସ୍ବର୍ଗତଃ ବିଜୁ ପଟ୍ଟନାୟକଙ୍କୁ ଉପରେ ଦେଇଥିବା ମନ୍ତବ୍ୟକୁ ନେଇ ରାଜନୀତି ଜୋର ଧରିଛି। ବିଜୁ ବାବୁଙ୍କ ପ୍ରତି ମନ୍ତବ୍ୟ ନେଇ…

ନାବାଳିକାଙ୍କୁ ଅପହରଣ କରିନେଇଥିଲେ ଶୁଭମ, ବଳାତ୍କାର ପରେ…

ଦିଗପହଣ୍ଡି,୩୦।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଅଧିନ ଏକ ଗାଁରୁ ଆକସ୍ମିକ ଭାବେ ନିଖୋଜ ହୋଇଯାଇଥିବା ଜଣେ ୧୭ ବର୍ଷୀୟା ନାବାଳିକାଙ୍କୁ ପାଟପୁର ପୋଲିସ…

କେନ୍ଦ୍ର ସରକାରଙ୍କ ବଡ଼ ଘୋଷଣା: ଚାଷୀ ଶୁଣିଲେ ହୋଇଯିବେ ଖୁସି

ନୂଆଦିଲ୍ଲୀ,୩୦।୩: ଦେଶରେ ଆଗାମୀ ଖରିଫ ଋତୁକୁ ନେଇ ଚାଷୀମାନେ କିଛି ଆଶ୍ୱସ୍ତି ପାଇଛନ୍ତି। କେନ୍ଦ୍ର ସରକାର ସ୍ପଷ୍ଟ କରିଛନ୍ତି ଯେ ଦେଶରେ ପ୍ରଚୁର ପରିମାଣରେ ସାର ଗଚ୍ଛିତ…

ମୋଦିଙ୍କୁ ନେଇ ଏମିତି କହିଦେଲେ ଓମାର ଅବଦୁଲ୍ଲା: ରାଜନୀତିରେ ହଲଚଲ

ଶ୍ରୀନଗର,୩୦।୩: ଜମ୍ମୁ ଏବଂ କଶ୍ମୀର ମୁଖ୍ୟମନ୍ତ୍ରୀ ଓମାର ଅବଦୁଲ୍ଲା ଯୁଦ୍ଧକୁ ନେଇ ନିଜ ମତ ରଖିଛନ୍ତି। ସେ କହିଛନ୍ତି, ଆମେ ନିଶ୍ଚିତ ଭାବରେ ଆଶା କରୁଛୁ ଯେ…

ଦିଗପହଣ୍ଡିରେ ଅସାମାଜିକ ଯୁବକଙ୍କ ଆତଙ୍କ: ଦେଶୀମଦ ପାଇଁ କରୁଛନ୍ତି ଚୋରି

ଦିଗପହଣ୍ଡି,୩୦।୩(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ସହରରେ ଅସାମାଜିକ ଯୁବକଙ୍କ ଆତଙ୍କରାଜ ଦିନକୁ ଦିନ ବୃଦ୍ଧି ପାଇବାରେ ଲାଗିଛି। ପୁଞ୍ଜିକଂୟା ଛକ, ବଜାର ସାହି, ଜନତା ଲେନ, ମେଡିକାଲ…

ଏନ୍‌ଏଚ୍‌ଏଆଇର ବଡ଼ ଘୋଷଣା: ଏପ୍ରିଲ ୧ରୁ ବଢ଼ିବ…

ନୂଆଦିଲ୍ଲୀ,୩୦ା୩: ଏପ୍ରିଲ ୧ରୁ ଫାସ୍‌ଟାଗ୍‌ ବାର୍ଷିକ ଦେୟ ବଢ଼ିବ ବୋଲି ଭାରତର ଜାତୀୟ ରାଜପଥ କର୍ତ୍ତୃପକ୍ଷ (ଏନ୍‌ଏଚ୍‌ଏଆଇ) ପକ୍ଷରୁ ଘୋଷଣା କରାଯାଇଛି। ଗତବର୍ଷ ଆରମ୍ଭ ହୋଇଥିବା ଏହି…

ଲିଭ-ଇନ୍‌ରେ ରହୁଥିଲେ ମିଳିବ ବିବାହିତ ମାନ୍ୟତା, ଏଥର ଜନଗଣନାର ନୂଆ ନିୟମ ବିଷୟରେ ଜାଣନ୍ତୁ…

ନୂଆଦିଲ୍ଲୀ,୩୦।୩: ଦେଶର ସର୍ବବୃହତ ପ୍ରଶାସନିକ କାର୍ଯ୍ୟ, ଜନଗଣନା, ଏବେ ଗୁରୁତ୍ୱପୂର୍ଣ୍ଣ ପରିବର୍ତ୍ତନ ଦେଇ ଗତି କରୁଛି। ସରକାର ୨୦୨୭ ଜନଗଣନାକୁ ଦୁଇଟି ପର୍ଯ୍ୟାୟରେ କରିବାକୁ ନିଷ୍ପତ୍ତି ନେଇଛନ୍ତି,…

ଏଣିକି ଗୁଳିର ଜବାବ ଗୁଳିରେ ଦେବୁ: ଲୋକ ସଭାରେ କାହିଁକି ଏମିତି କହିଲେ ଅମିତ ଶାହା

ନୂଆଦିଲ୍ଲୀ,୩୦।୩: ଲୋକ ସଭାରେ ‘ନକ୍ସଲମୁକ୍ତ ଭାରତ’ ସମ୍ପର୍କରେ ଆଲୋଚନାରେ ଭାଗ ନେଇ କେନ୍ଦ୍ର ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହ କଂଗ୍ରେସକୁ ଟାର୍ଗେଟ୍‌ କରିଛନ୍ତି। ସେ କହିଛନ୍ତି ଯେ,…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri