ବିଜେଡି ନେତାଙ୍କ ପାଇଁ ଭିନ୍ନ ଆଇନ: ଭାଜପା

ଭୁବନେଶ୍ୱର,୨୧ା୧(ବ୍ୟୁରୋ):ରାଜ୍ୟ ଇସ୍ପାତ ଓ ଖଣି ମନ୍ତ୍ରୀ ପ୍ରଫୁଲ୍ଲ ମଲ୍ଲିକଙ୍କ ଅଧ୍ୟାପିକା ବୋହୂ ପ୍ରାୟ ୨ବର୍ଷ କାଳ କଲେଜ ନ ଆସି ଦରମା ନେଇଛନ୍ତି। ସାଧାରଣ ଲୋକଙ୍କ ପାଇଁ ଗୋଟେ ଆଇନ ଥିବାବେଳେ ବିଜେଡିର ନେତା, ମନ୍ତ୍ରୀ, ଏମ୍‌ପିଙ୍କ ପରିବାର ଲାଗି ଭିନ୍ନ ନିୟମ। ବିଜେଡିର ଏଭଳି ଭିନ୍ନ ଚରିତ୍ରଙ୍କୁ ଲୋକେ ଲକ୍ଷ୍ୟ କରୁଛନ୍ତି, ଖୁବ୍‌ଶୀଘ୍ର ସେମାନଙ୍କ ବିରୋଧରେ ନିର୍ଣ୍ଣାୟକ ନିଷ୍ପତ୍ତି ନେବେ ବୋଲି ଭାଜପା ନେତ୍ରୀ ଲେଖାଶ୍ରୀ ସାମନ୍ତସିଂହାର ଏକ ଖବରଦାତା ସମ୍ମିଳନୀରେ ବୁଧବାର କହିଛନ୍ତି। ଭାଜପାର ଏଭଳି ଅଭିଯୋଗକୁ ଜବାବ ଦେଇ ମନ୍ତ୍ରୀ ମଲ୍ଲିକ କହିଛନ୍ତି, ଅଭିଯୋଗ ଭିତ୍ତିହୀନ ଏବଂ କପୋଳକଳ୍ପିତ। ବୋହୂ ଲିପ୍‌ସା ନିୟମିତଭାବେ କଲେଜରେ ଯୋଗ ଦେଇଛନ୍ତି, ଏପରି କି ଖାତା ମଧ୍ୟ ମୂଲ୍ୟାଙ୍କନ କରିଛନ୍ତି। ଖାତା ମୂଲ୍ୟାଙ୍କନ ତଥ୍ୟ କେବେ ମିଥ୍ୟା ହୋଇ ନ ପାରେ ବୋଲି ଖଣି ମନ୍ତ୍ରୀ କହିଛନ୍ତି।
ପ୍ରକାଶ ଯେ, ସୂଚନା ଅଧିକାର କର୍ମୀ ଜୟକୃଷ୍ଣ ବେହେରା ଲୋକାୟୁକ୍ତଙ୍କ ନିକଟରେ କରିଥିବା ଅଭିଯୋଗ ଅନୁସାରେ ମନ୍ତ୍ରୀ ମଲ୍ଲିକଙ୍କ ବୋହୂ ଲିପ୍‌ସା ପ୍ରଧାନ କାମାକ୍ଷାନଗର କଲେଜର ପ୍ରାଣୀ ବିଭାଗରେ ଅଧ୍ୟାପିକା ଭାବେ କାର୍ଯ୍ୟ କରନ୍ତି। ସେ ୨୦୧୬ରୁ ୨୦୧୮ ପର୍ଯ୍ୟନ୍ତ କାର୍ଯ୍ୟରେ ଯୋଗ ନ ଦେଇ ମଧ୍ୟ ନିୟମିତ ଭାବେ ଦରମା ପାଇ ଆସିଛନ୍ତି। ଏପରି କି ଉକ୍ତ ସମୟରେ ଲିପ୍‌ସା ଉତ୍କଳ ବିଶ୍ୱବିଦ୍ୟାଳୟରେ ପିଏଚ୍‌ଡି କରୁଥିବା ଦର୍ଶାଇ ଛୁଟିରେ ଥିଲେ। ହେଲେ ଆର୍‌ଟିଆଇରୁ ମିଳିଥିବା ତଥ୍ୟ ଅନୁସାରେ ୨୦୧୫-୧୬ ଏବଂ ୨୦୧୬-୧୭ ଶିକ୍ଷା ବର୍ଷରେ ଉତ୍କଳ ବିଶ୍ୱବିଦ୍ୟାଳୟର ପ୍ରାଣୀ ବିଜ୍ଞାନ ବିଭାଗରେ ଲିପ୍‌ସା ପ୍ରଧାନ ନାମରେ କେହି ପିଏଚ୍‌ଡି କରି ନାହାନ୍ତି ବୋଲି ଜଣାପଡ଼ିଛି। ଏଭଳିସ୍ଥିତିରେ କଲେଜ କର୍ତ୍ତୃପକ୍ଷ ଲିପ୍‌ସାଙ୍କୁ ପିଏଚ୍‌ଡି ନାଁରେ ସବେତନ ଛୁଟି ଦର୍ଶାଇବା ଏକ ବଡ଼ କେଳେଙ୍କାରୀକୁ ଅଙ୍ଗୁଳି ନିର୍ଦ୍ଦେଶ କରୁଛି ବୋଲି ଭାଜପା ଅଭିଯୋଗ କରିଛି।


Enter your email to get our daily news in your inbox.

All Right Reserved By Dharitri.Com

ଜଙ୍ଗଲରେ ଚାଲିଥିଲା ଜୁଆ ଖେଳ, ମାଡ଼ି ବସିଲା ବରପାଲି ପୋଲିସ: ୧୬ ଗିରଫ ସହ ଲକ୍ଷାଧିକ …

ବରପାଲି, ୮ ।୪(ଚିତ୍ତରଞ୍ଜନ ସାହୁ): ବରଗଡ଼ ଜିଲା ବରପାଲି ଥାନା ଅନ୍ତର୍ଗତ ବରମକେଲା ଗ୍ରୀଣ୍ଡୋଲା ଜଙ୍ଗଲରେ ଚାଲିଥିବା ଏକ ବଡ଼ ଧରଣର ଜୁଆ ଆଡ୍ଡା ଉପରେ ପୋଲିସ…

ହର୍ମୁଜ୍ ପ୍ରଣାଳୀରେ ତେଲ ଚ୍ୟାଙ୍କରକୁ ଅଟକାଇଲା ଇରାନ, ଯୁଦ୍ଧବିରତି ଭଙ୍ଗ କରିବାକୁ ଧମକ ଦେଲା…

ତେହେରାନ,୮।୪: ଆମେରିକା ଏବଂ ଇରାନ ମଧ୍ୟରେ ଯୁଦ୍ଧବିରତି ସତ୍ତ୍ବେ ଉତ୍ତେଜନା ଜାରି ରହିଛି । ବୁଧବାର ସକାଳେ ଯୁଦ୍ଧବିରତି ଘୋଷଣା ହେବା ପରେ ମଧ୍ୟ ଆକ୍ରମଣର ରିପୋର୍ଟ…

ଦିଗପହଣ୍ଡିରେ ଆଇନ ମନ୍ତ୍ରୀଙ୍କୁ ସମ୍ବର୍ଦ୍ଧନା, ଉନ୍ନତିକରଣ କାର୍ଯ୍ୟ…

ଦିଗପହଣ୍ଡି,୮।୪(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ଗସ୍ତରେ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ । ଗଞ୍ଜାମ ଜିଲା ଦିଗପହଣ୍ଡି ଠାରେ ବୁଧବାର ରାଜ୍ୟ ଆଇନ, ପୂର୍ତ୍ତ ଓ ଅବକାରୀ ମନ୍ତ୍ରୀ…

ବଚସା ହେଲା କାଳ….ଏୟାର ଗନ୍ ବ୍ୟବହାର କରି ବ୍ୟକ୍ତିଙ୍କ ଗୁପ୍ତାଙ୍ଗରେ ଭରିଦେଲେ ପବନ, ତାପରେ….

ଚଣ୍ଡିଗଡ଼,୮ା୪: ହରିୟାଣାର ଗୁରୁଗ୍ରାମରେ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି । ଏୟାର ଗନ୍ ବ୍ୟବହାର କରି ଜଣେ ବ୍ୟକ୍ତିଙ୍କ ଗୁପ୍ତାଙ୍ଗରେ ବାୟୁ ପ୍ରବେଶ କରିବାରୁ ତାଙ୍କର…

ଦିଗପହଣ୍ଡି ଏନଏସି କାଉନସିଲ ପକ୍ଷରୁ ପରିବର୍ଦ୍ଧିତ ସଭାରେ ଯୋଗଦେଲେ ବିଧାୟକ, ବିଦ୍ୟୁତ-ପାନୀୟ….

ଦିଗପହଣ୍ଡି,୮।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏନଏସି କାଉନସିଲର ୨୨ ତମ ପରିବର୍ଦ୍ଧିତ ଆଲୋଚନା ସଭା ବୁଧବାର ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟାଳୟ ସମ୍ମିଳନୀ କକ୍ଷରେ…

ଗ୍ୟାସ କଳାବଜାର ନେଇ ଅସୁରାଳିରେ ଚଢ଼ାଉ, ୧୭ ସିଲିଣ୍ଡର ଜବତ

ଧାମନଗର,୮।୪( ସନ୍ତୋଷ କୁମାର ମହାପାତ୍ର): ବେଆଇନ ଗ୍ୟାସ ସିଲିଣ୍ଡର କଳାବଜାରୀ ବିରୋଧରେ ବ୍ଲକ ପ୍ରଶାସନ ପକ୍ଷରୁ ଚଡାଉ କରି ୧୭ ଟି ଗ୍ୟାସ ସିଲିଣ୍ଡର ଜବତ କରାଯାଇଛି…

ଯୋଗାଣ ମନ୍ତ୍ରୀଙ୍କ ବଡ଼ ଘୋଷଣା, ପେଟ୍ରୋଲ ପମ୍ପରେ ମିଳିବ ୫ କେଜିଆ LPG ଗ୍ୟାସ, କେତେ ଟଙ୍କା?

ଭୁବନେଶ୍ବର,୮।୪: ୫ କେଜିଆ ଗ୍ୟାସ ସିଲିଣ୍ଡର ନେଇ ଯୋଗାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର ବଡ଼ ଘୋଷଣା କରିଛନ୍ତି । ପେଟ୍ରୋଲ ପମ୍ପରେ ମିଳିବ ୫ କେଜିଆ ଏଲ୍‌ପିଜି…

ବନ୍ତରେ କାଳବୈଶାଖୀର ତାଣ୍ଡବ; ଉଜୁଡ଼ିଲା ଫସଲ, ମୁଣ୍ଡରେ ହାତଦେଲେ ଚାଷୀ

ବନ୍ତ,୮।୪(କିଶୋର କୁମାର ସେଠୀ ): ଗତ ମଙ୍ଗଳବାର ଦିନ କାଳବୈଶାଖୀ ପ୍ରଭାବରେରେ ଭଦ୍ରକ ଜିଲା ବନ୍ତ ବ୍ଲକର ବିଭିନ୍ନ ପଞ୍ଚାୟତରେ ବ୍ୟାପକ ପନି ପରିବା ଏବଂ ଡାଲି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri