ଓଡ଼ିଶାର ବିରଳ ଭସାଣି

ରାଜନଗର, ୧୫।୧୦ଭାସ୍କର ରାଉତରାୟ): ରାଜନଗରର ଗଣପର୍ବ ଶାରଦୀୟ ଦୁର୍ଗାପୂଜା ଶେଷ ହୋଇଛି। ରାଜନଗର ଦେବୀ ଘରେ ମା’ ଦୁର୍ଗାଙ୍କର ରବିବାର ଜୟା, ବିଜୟା ଓ ଅପରାଜିତା ପୂଜା ସହ ବିସର୍ଜନ ପୂଜା ଅନୁଷ୍ଠିତ ହୋଇଥିଲା। ସମୂହ ପୁଷ୍ପାଞ୍ଜଳି ସହ ମା’ଙ୍କ ବିସର୍ଜନ ପୂଜା ସମାପନ ହୋଇଥିଲା। ସୋମବାର ମା’ଙ୍କୁ ହଂସୁଆ ନଦୀରେ ମେଲାଣି ଦିଆଯାଇଛି। ପରମ୍ପରା ଅନୁଯାୟୀ, ଗୋପାଳ ସମ୍ପ୍ରଦାୟର ଲୋକେ ମା’ଙ୍କୁ କାନ୍ଧରେ ବୋହି ରାଜନଗର ବଜାର ପରିକ୍ରମା କରି ହଂସୁଆ ନଦୀକୂଳରେ ପହଞ୍ଚାଇଥିଲେ। ଘଣ୍ଟଘଣ୍ଟା ଓ ପାରମ୍ପରିକ ବାଦ୍ୟ ସହ ହରିବୋଲ ହୁଳହୁଳି ଧ୍ୱନିରେ ମା’ଙ୍କୁ ମେଲାଣି ଦିଆଯାଇଛି। ହଂସୁଆ ନଦୀରେ ଥିବା ସୁସଜ୍ଜିତ ନୌକାରେ ମା’ ବସି ୭ ଘେରା ଚାପ ଖେଳିଥିଲେ। ୨ଟି ନୌକାକୁ ଯୋଡ଼ାଯାଇ ତାକୁ ସୁସଜ୍ଜିତ କରାଯାଇ ମା’ଙ୍କୁ ବସାଇ ନଦୀରେ ୭ ଘେରା ଚାପ ଖେଳିବା ପରେ ମେଲାଣି ନେଇଛନ୍ତି। ମା’ ଦୁର୍ଗାଙ୍କ ସହ ଗଳିଦାଣ୍ଡର ବନଦୁର୍ଗା, ସାନବଡ଼ଗୋପାଳପୁରର ମା’ଶାରଳା, ମାଛ ମାର୍କେଟର ମା’ ଗଙ୍ଗାମାତା ଓ ପୁରୁଣା ବଜାରର ହରଗୌରୀ, ଘାଟଗଳିର ସାଇବାବାଙ୍କ ମୃଣ୍ମୟ ମୂର୍ତ୍ତିକୁ ସୁସଜ୍ଜିତ ନୌକାରେ ଚାପଖେଳ ମାଧ୍ୟମରେ ମେଲାଣି ଦିଆଯାଇଛି। ସାରା ଓଡ଼ିଶାରେ ବିରଳ ଏହି ଜଳପଥରେ ଭସାଣି ଉତ୍ସବ ଦେଖିବାକୁ ହଜାର ହଜାର ଶ୍ରଦ୍ଧାଳୁଙ୍କ ଭିଡ଼ ହୋଇଥିଲା। ନଈ ମଧ୍ୟରେ ଭଜନ କୀର୍ତ୍ତନ, ପାରମ୍ପରିକ ବାଦ୍ୟ ସହ ମା’ ଓ ଦେବଦେବୀଙ୍କୁ ମେଲାଣି ଆଧ୍ୟାମତ୍ିକ ପରିବେଶ ସୃଷ୍ଟି କରିଥିଲା। ଦୀର୍ଘ ୨ କିମି ବ୍ୟାପୀ ନଈ ମଧ୍ୟରେ ୭ ଘେରା ଚାପ ଖେଳିବା ପରେ ମା’ଙ୍କୁ ମେଲାଣି ଦିଆଯାଇଛି। ଏହି ଭସାଣି ଶୋଭାଯାତ୍ରାରେ ଶ୍ରୀ ଶ୍ରୀ ଶାରଦୀୟ କମିଟିର ସ୍ଥାୟୀ ସଭାପତି ତଥା ରାଜନଗର ଆଇଆଇସି ଅଜୟ କୁମାର ଜେନା, ଶାନ୍ତି କମିଟିର ସଭାପତି ତଥା ତହସିଲଦାର ଅଜୟ କୁମାର ମହାନ୍ତି, ଶାରଦୀୟ ଦୁର୍ଗାପୂଜା କମିଟିର ସମ୍ପାଦକ ପ୍ରଭାତ ଚନ୍ଦ୍ର ମିଶ୍ର, ପଣ୍ଡିତ ଶଙ୍କର୍ଷଣ ମିଶ୍ର, ନାରାୟଣ ମାହୁନ୍ତ, ରମେଶ ଚନ୍ଦ୍ର ଲାଲ, ବିଜୟ କୁମାର ଗୁପ୍ତା, ଜୟଦୁର୍ଗା ବଣିକ ସଂଘ ସଭାପତି ବାଇଧର ସେଠୀ, ଚିତ୍ତ ରଞ୍ଜନ ଦାସ, ରବୀନ୍ଦ୍ର ନାଥ ନାୟକ ପ୍ରମୁଖ ସାମିଲ ଥିଲେ। ରାଜନଗରରେ ମା’ ଦୁର୍ଗାଙ୍କ ଭସାଣି ନିଆରା ଏବଂ ଓଡ଼ିଶା ପ୍ରସିଦ୍ଧ। ଭାରତରେ ଅନ୍ୟ କୌଣସି ସ୍ଥାନରେ ଜଳପଥରେ ମା’ଙ୍କ ଭସାଣି ଉତ୍ସବ ଏଭଳି ଅନୁଷ୍ଠିତ ହୋଇ ନ ଥାଏ। ସେହିପରି ବ୍ୟାଙ୍କ ଛକ ଶ୍ରୀଗଣପତିଙ୍କ ଭସାଣି ଉତ୍ସବ ପାରମ୍ପରିକ ବାଦ୍ୟ ଓ ନୃତ୍ୟ ସହ ଅନୁଷ୍ଠିତ ହୋଇଯାଇଛି। ମୃଦଙ୍ଗ, ଚାଙ୍ଗୁ ବାଦ୍ୟ ସହିତ ଷଣ୍ଢ ଲଢ଼େଇ ନୃତ୍ୟ ଆକର୍ଷଣର କେନ୍ଦ୍ରବିନ୍ଦୁ ପାଲଟିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ବିଧାୟକଙ୍କ ବଡ଼ ବୟାନ: ଏଣିକି ତଡ଼ିପାର୍‌ ହେବେ ସହରର…

ବରଗଡ଼,୧୪ା୨(ପ୍ରେମାନନ୍ଦ ଖମାରୀ): ବରଗଡ଼ ସହର ବିକାଶ ଆଡ଼କୁ ମୁହାଁଉଛି। ମାତ୍ର ଏଠାରେ ଆଇନଶୃଙ୍ଖଳା ତଥା ସୁରକ୍ଷା ବ୍ୟବସ୍ଥା ହୁଗୁଳା ହୋଇପଡ଼ିଛି। ସ୍ଥାନୀୟ ଯୁବପିଢ଼ି ନିଶାଖୋର୍‌ ହୋଇ ପଥଭ୍ରଷ୍ଟ…

ଜୀବିତ ବୃଦ୍ଧାଙ୍କୁ ମୃତ ସଜାଇ ୪ ବର୍ଷ ହେଲା ମୁହଁରୁ ଦାନା ଛଡ଼ାଇ ନେଇଛନ୍ତି, ଏଯାଏ ମିଳିନି ଆବାସ କି…

ଥୁଆମୂଳ ରାମପୁର,୧୪ା୨(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକର ଅଡ୍ରି ପଞ୍ଚାୟତସ୍ଥିତ ଦୋଲଗୁଡ଼ା (ଟଟା ପଡ଼ା) ଗ୍ରାମରେ ଯେଉଁ ଦୃଶ୍ୟ ଦେଖିବାକୁ ମିଳିଛି, ତାହା ବିକାଶର…

ମହାମୁକାବିଲା ପୂର୍ବରୁ ଭାରତକୁ ଖୋଲା ଚ୍ୟାଲେଞ୍ଜ୍‌ ଦେଲେ ପାକିସ୍ତାନ ଅଧିନାୟକ

କଲମ୍ବୋ,୧୪।୨:ଭାରତ-ପାକିସ୍ତାନ ମହାମୁକାବିଲା ପୂର୍ବରୁ ପାକିସ୍ତାନ ଅଧିନାୟକ ସଲମାନ ଅଲି ଆଗା ଟିମ୍‌ଇଣ୍ଡିଆକୁ ଖୋଲା ଚ୍ୟାଲେଞ୍ଜ ଦେଇଛନ୍ତି। ଟି୨୦ ବିଶ୍ୱକପରେ ସମସ୍ତେ ଏହି ମ୍ୟାଚକୁ ଉତ୍ସାହର ସହିତ ଅପେକ୍ଷା…

ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା: ନିଯୁକ୍ତି ସୁଯୋଗ ପାଇବେ ୧୨୦୦ ଯୁବତୀ-ଯୁବକ

କେନ୍ଦୁଝର,୧୪ା୨(ନରେଶ ଚନ୍ଦ୍ର ପଟ୍ଟନାୟକ): ଶନିବାର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଦିନିକିଆ କେନ୍ଦୁଝର ଜିଲା ଗସ୍ତରେ ଆସି ବିଭିନ୍ନ ପ୍ରକଳ୍ପର ଶିଳାନ୍ୟାସ କରି ଫେରିଛନ୍ତି। କେନ୍ଦୁଝର ଜିଲାରେ…

WHOର ଭୟଙ୍କର ଭବିଷ୍ୟବାଣୀ: ୨୦୫୦ ସୁଦ୍ଧା ବିଶ୍ୱରେ…

ଓ୍ବାଶିଂଟନ୍‌,୧୪।୨: ବିଶ୍ୱ ସ୍ବାସ୍ଥ୍ୟ ସଂଗଠନ(WHO)ର ଏକ ଚାଞ୍ଚଲ୍ୟକର ରିପୋର୍ଟ ପ୍ରକାଶ କରିଛି। ପ୍ରଥମ ଓ୍ବାଲର୍‌ଡ ରିପୋର୍ଟ ଅନ୍‌ ହିଅରିଂ ଅନୁଯାୟୀ, ୨୦୫୦ ସୁଦ୍ଧା ବିଶ୍ୱରେ ପ୍ରାୟ ୨.୫…

ସ୍ପଷ୍ଟ ଦିବାଲୋକରେ ଲୁଟିନେଲେ ଲକ୍ଷାଧିକ ଟଙ୍କାର ସୁନଗହଣା, ଘର ଆଗରେ କାର୍‌ ରଖି…

ମୋରଡ଼ା,୧୪ା୨(ସ୍ମାରକ ମାଜୀ): ମୟୂରଭଞ୍ଜ ଜିଲା ରାସଗୋବିନ୍ଦପୁର ଥାନା ଅଧୀନ ନଳଗଜାଠାରେ ଜଣଙ୍କ ଘରୁ ଦୁର୍ବୃତ୍ତମାନେ ଲୁଟ୍‌ କରିଥିବାର ଜଣାପଡ଼ିଛି। ସୂଚନା ମୁତାବକ, ଉକ୍ତ ଗ୍ରାମର ଆଲାଦି ଟୁଡୁ…

ବିଜେଡି କାହାକୁ କରିବ ରାଜ୍ୟ ସଭା ପ୍ରାର୍ଥୀ: ଏମିତି କିଛି କହିଲେ ଅଶୋକ ପଣ୍ଡା

ଭୁବନେଶ୍ୱର,୧୪।୨: ବିଜେଡିର ରାଜ୍ୟ ସଭା ପ୍ରାର୍ଥିତ୍ୱକୁ ନେଇ ମତ ରଖିଲେ ଅଶୋକ ପଣ୍ଡା। ସେ କହିଛନ୍ତି, ସାଙ୍ଗଠନିକ ଦକ୍ଷତା, ଅଭିଜ୍ଞତା, ଦଳ ପ୍ରତି ଆନୁଗତ୍ୟ ଓ ଅବଦାନ…

କେନ୍ଦୁଝରରେ ମୁଖ୍ୟମନ୍ତ୍ରୀ: ବିଭିନ୍ନ ପ୍ରକଳ୍ପର ଶିଳାନ୍ୟାସ, ଭିିତ୍ତିପ୍ରସ୍ତର କରି କହିଲେ…

କେନ୍ଦୁଝର,୧୪ା୨(ନରେଶ ଚନ୍ଦ୍ର ପଟ୍ଟନାୟକ): ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଶନିବାର କେନ୍ଦୁଝର ଜିଲାକୁ ଦିନିକିଆ ଗସ୍ତରେ ଆସି ବିଭିନ୍ନ ପ୍ରକଳ୍ପର ଶିଳାନ୍ୟାସ ଓ ଭିତ୍ତିପ୍ରସ୍ତର ସ୍ଥାପନ କରିଛନ୍ତି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri