ଶୌଚ ପାଇଁ ଯାଇଥିବା ବେଳେ ଖସିଗଲା ଗୋଡ଼, ପୋଖରୀରେ ବୁଡ଼ି ଚାଲିଗଲା ଦିବ୍ୟାଙ୍ଗ ପଞ୍ଚାଙ୍କ ଜୀବନ

ଦିଗପହଣ୍ଡି/ପାଟପୁର,୨୧।୭(ଅଶେଷ ନାଥ ମିଶ୍ର/ସିମାଞ୍ଚଳ ସାହୁ): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପୋଡ଼ାମାରି  ଗ୍ରାମ ଅଙ୍ଗେଇତ ବନ୍ଧ ପୋଖରୀରେ ବୁଡ଼ି ଜଣେ ଦିବ୍ୟାଙ୍ଗ ଯୁବକ ମୃତ୍ୟୁବରଣ କରିଛନ୍ତି । ମୃତକ ଜଣଙ୍କ ହେଲେ ପୋଡ଼ାମାରି ଗ୍ରାମ କୁମ୍ଭାର ସାହିର  ପଞ୍ଚା ଜେନା(୫୧)। ମଙ୍ଗଳବାର ସକାଳେ ସେ  ପୋଖରୀକୁ ଶୌଚ ପାଇଁ ଯାଇଥିଲେ। ପୋଖରୀ ହିଡରେ ପ୍ୟାଣ୍ଟ ଖୋଲୁ ଥିବା ବେଳେ ନିୟନ୍ତ୍ରଣ ହରାଇ ଗଭୀର ପାଣି ଭିତରକୁ ଖସି ଯାଇଥବା ସନ୍ଦେହ କରାଯାଉଛି।

ପଞ୍ଚା ପୋଖରୀକୁ ଯାଇ  ନିଖୋଜ ହୋଇଯାଇଥିଲେ। ପରିବାରଲୋକେ ବହୁ ଖୋଜାଖୋଜି କରିବା ପରେ ମଧ୍ୟ ତାଙ୍କ ସନ୍ଧାନ ମିଳି ନ ଥିଲା। ସକାଳ ପ୍ରାୟ ୭ ଟାରେ ପୋଖରୀରେ କିଛି ବ୍ୟକ୍ତି ଗାଧୋଉଥିବା ବେଳେ ଜଣେ ଯୁବକ ପାଣି ରେ ଭାସୁଥିବା ଦେଖିଥିଲେ। ପରେ ତାଙ୍କୁ ପୋଖରୀ ହିଡ଼କୁ ଅଣାଯାଇ ଚିହ୍ନଟ କରାଯିବା ପରେ ପରିବାରଲୋକଙ୍କୁ ଖବର ଦିଆଯାଇଥିଲା। ସମ୍ପର୍କୀୟ  ଲୋକେ ତାଙ୍କୁ ଚେତାଶୂନ୍ୟ ଅବସ୍ଥାରେ  ଦିଗପହଣ୍ଡି ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରିଥିଲେ। ଉପସ୍ଥିତ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ । ଏନେଇ ପଞ୍ଚାଙ୍କ ପୁତୁରା ଶତ୍ରୁଘ୍ନ ଜେନା ଏତଲା ଦେବାପରେ ପାଟପୁର ଥାନା ଆଇଆଇସି ଦୀପ୍ତି ରଞ୍ଜନ ବେହେରା ଅପମୃତ୍ୟୁ ମାମଲା ନଂ.୧୪/୨୬ ଅନୁଯାୟୀ ମକଦ୍ଦମା ରୁଜୁ କରିଥିଲେ। ପୋଡ଼ାମାରି ଫାଣ୍ଡି ଏସଆଇ ପ୍ରଭାତ କୁମାର ବାଲିକାନା  ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ପହଞ୍ଚି ମୃତଦେହ ଜବତ କରି ବ୍ୟବଚ୍ଛେଦ ନିମନ୍ତେ ବ୍ରହ୍ମପୁର ବଡ଼ଡାକ୍ତରଖାନାକୁ ପଠାଇଥିଲେ। ସେଠାରେ ବ୍ୟବଚ୍ଛେଦ କରାଯିବା ପରେ ମୃତଦେହକୁ ପରିବାର ଲୋକଙ୍କୁ ହସ୍ତାନ୍ତର କରାଯାଇଥିଲା। ଅପରାହ୍ନରେ ଶୋକାକୁଳ ପରିବେଶ ମଧ୍ୟରେ ଗାଁ ଶ୍ମଶାନରେ ତାଙ୍କ ଶେଷକୃତ୍ୟ କରାଯାଇଛି। ପଞ୍ଚା ଜଣେ ଅସହାୟ ଓ ଗରିବ ଶ୍ରେଣୀର ବ୍ୟକ୍ତି ହୋଇଥିବାରୁ ତାଙ୍କୁ ସରକାରୀ ସହାୟତା ଯୋଗାଇ ଦେବାକୁ ଗ୍ରାମବାସୀ ଦାବି କରିଛନ୍ତି।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

କୋର୍ଟରେ ହୋଇ ନ ଥିଲେ ହାଜର, ୩ ୱାରେଣ୍ଟିଙ୍କୁ ବାନ୍ଧିଲା ପାଟପୁର ପୋଲିସ 

ଦିଗପହଣ୍ଡି,,୨୧।୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁର ଥାନା ପୋଲିସ ବିଭିନ୍ନ ମାମଲାରେ ଫେରାର ଥିବା ୩ ଜଣ ଜାମିନବିହୀନ ୱାରେଣ୍ଟିଙ୍କୁ ଗିରଫ କରି…

ଜାଗିରି ସମ୍ପତ୍ତିକୁ ନେଇ ବିବାଦ, ଚାରି କୋର୍ଟ ଚାଲାଣ

ବାଲିପାଟଣା ୨୨।୭(ଅଭିମନ୍ୟୁ ନାୟକ): ବାଲିପାଟଣା ଥାନା ଅନ୍ତର୍ଗତ ଗାରେଡିପାଞ୍ଚଣ ଗ୍ରାମରେ ଏକ ଜାଗିରି ଜମି ଦଖଲକୁ ନେଇ ଦୁଇ ପରିବାର ମଧ୍ୟରେ ଗଣ୍ଡଗୋଳ ହୋଇଛି। ଯେଉଁଥିରେ ଜଣେ…

ଦିଗପହଣ୍ଡିରେ ଖେମୁଣ୍ଡି ଲୋକ ମହୋତ୍ସବ ଉଦଯାପିତ: ଜିଲାପାଳ କହିଲେ- ସହରରେ ନିର୍ମାଣ ହେବ ସଂସ୍କୃତି ଭବନ

ଦିଗପହଣ୍ଡି,୨୧।୭(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ବଜାର ଗାନ୍ଧୀ ଛକଠାରେ ସୋମବାରଠାରୁ ଦୁଇ ଦିନ ଧରି ଚାଲିଥିବା ଖେମୁଣ୍ଡି ଲୋକ କଳା ମହୋତ୍ସବ ମଙ୍ଗଳବାର ରାତିରେ ସଫଳତାର ସହ…

ପୂଜା ସାରି ଫେରୁଥିବା ବେଳେ ମହିଳାଙ୍କୁ ମାଡ଼, ଚିକିତ୍ସାଧୀନ ଅବସ୍ଥାରେ ମୃତ୍ୟୁ, ଥାନାରେ ମାମଲା

ଧାମନଗର,୨୧।୭(କାଳନ୍ଦି ବେହେରା): ଭଦ୍ରକ ଜିଲା ଧାମନଗର ଥାନା ଅନ୍ତର୍ଗତ ବରଗଡ଼ା ଗ୍ରାମରେ ପୂଜା ସାରି ଘରକୁ ଫେରୁଥିବା ଜଣେ ମହିଳାଙ୍କୁ ଆକ୍ରମଣ କରାଯିବା ଏବଂ ଚିକିତ୍ସାଧୀନ ଅବସ୍ଥାରେ…

ଜୀବିତ ଥାଇ ବି ସରକାରୀ ରେକର୍ଡରେ ମୃତ! ଆଧାର ନିଷ୍କ୍ରିୟ; ଜିଲାପାଳଙ୍କ ଦ୍ୱାରସ୍ଥ ହେଲେ…

ମୋହନା,୨୧।୭(ମନ୍ମଥ ମିଶ୍ର): ଜୀବିତ ଥାଇ ବି ସରକାରୀ ରେକର୍ଡରେ ମୃତ! ଏଭଳି ଏକ ଆଶ୍ଚର୍ଯ୍ୟଜନକ ଘଟଣା ଗଜପତି ଜିଲା ଆର୍. ଉଦୟଗିରି ବ୍ଲକ ରଣାଲଇ ଗ୍ରାମରେ ଦେଖିବାକୁ…

ଦ୍ୱିତୀୟ ପ୍ରଚେଷ୍ଟାରେ NEETରେ ଚମକିଲେ ଅରୋଶିଷ: ପୂରଣ ହେବ ଡାକ୍ତର ହେବାର ସ୍ବପ୍ନ

ଅମରପାଲି,୨୧।୭(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲା ଉଲୁଣ୍ଡା ବ୍ଲକର ଯାଲୋଏ ଗ୍ରାମର ମେଧାବୀ ଛାତ୍ର ଅରୋଶିଷ ପଣ୍ଡା ଚଳିତ ବର୍ଷର ଏନଇଇଟି (NEET UG) ପ୍ରବେଶିକା ପରୀକ୍ଷାରେ ଉଲ୍ଲେଖନୀୟ…

ପେ-ଲେଭଲ୍ ବୃଦ୍ଧି ଓ କ୍ୟାଡ଼ର ପୁନର୍ଗଠନ ଦାବି: ଏଓବିଏସଏସଓଏ ପକ୍ଷରୁ କଳାହାଣ୍ଡି ଜିଲାପାଳଙ୍କୁ ଦାବିପତ୍ର

ଭବାନୀପାଟଣା,୨୧।୭(ଉତ୍ତମ କୁମାର ଦାଶ): ଅଲ ଓଡ଼ିଶା ବ୍ଲକ ସାମାଜିକ ସୁରକ୍ଷା ଅଧିକାରୀ ପରିଷଦ (ଏଓବିଏସଏସଓଏ) ପକ୍ଷରୁ ମଙ୍ଗଳବାର କଳାହାଣ୍ଡି ଜିଲାପାଳ ପାୱାର ସଚିନ ପ୍ରକାଶଙ୍କୁ ଏକ ୮…

ଚାଲି ଚାଲି ଯାଉଥିବା ବେଳେ ବୃଦ୍ଧଙ୍କୁ ଧକ୍କା ଦେଇ ଗଛରେ ପିଟି ହେଲା ମିନିଟ୍ରକ୍‌: ଚାଳକ ଫେରାର, ଗୁରୁତର…

ଦାରିଙ୍ଗବାଡ଼ି,୨୧।୭ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଥାନା ଅଞ୍ଚଳରେ ଏକ ମାଲବୋଝେଇ ମିନିଟ୍ରକ ଧକ୍କାରେ ଜଣେ ବୃଦ୍ଧ ଗୁରୁତର ଆହତ ହୋଇଛନ୍ତି। ଗୁରୁତର ବୃଦ୍ଧଜଣକ ହେଲେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri