ଖରାରେ ସିଝିଲେ, ବର୍ଷାରେ ଭିଜିଲେ ଭିନ୍ନକ୍ଷମ

ହାଟଡିହୀ/ଛେନାପଦୀ,୧୧।୯ (ଶୁଭକାନ୍ତ ନାୟକ/ନିରାକାର ପରିଡ଼ା): କେନ୍ଦୁଝର ଜିଲା ହାଟଡିହୀ ବ୍ଲକ କାର୍ଯ୍ୟାଳୟ ପରିସରରେ ଶୁକ୍ରବାର ଅନୁଷ୍ଠିତ ଭୀମଭୋଇ ଭିନ୍ନକ୍ଷମ ସାମର୍ଥ୍ୟ ଶିବିରରେ ବ୍ୟାପକ ଅବ୍ୟବସ୍ଥା ପରିଲକ୍ଷିତ ହୋଇଛି। ଭିନ୍ନକ୍ଷମ ବ୍ୟକ୍ତିମାନଙ୍କ ସୁବିଧା ଓ ସୁରକ୍ଷା ପାଇଁ ଆୟୋଜିତ ଏହି ଶିବିରରେ ମୌଳିକ ବ୍ୟବସ୍ଥାର ଅଭାବ ଯୋଗୁ  ଦୂରଦୂରାନ୍ତରୁ ଆସିଥିବା ଭିନ୍ନକ୍ଷମ ଓ ସେମାନଙ୍କ ସମ୍ପର୍କୀୟମାନେ ନାନା ହଇରାଣହରକତର ସମ୍ମୁଖୀନ ହୋଇଥିବା ଦେଖାଯାଇଥିଲା।

ସୂଚନା ଅନୁଯାୟୀ, ଶିବିର ସକାଳ ୧୦ଟାରେ ଆରମ୍ଭ ହେବ ବୋଲି ସମୟ ଧାର୍ଯ୍ୟ ହୋଇଥିଲା। ଏହାକୁ ଲକ୍ଷ୍ୟ ରଖି ବହୁ ଭିନ୍ନକ୍ଷମ ବ୍ୟକ୍ତି ଓ ସେମାନଙ୍କ ସମ୍ପର୍କୀୟ ସକାଳ ପ୍ରାୟ ୮ଟାରୁ ବ୍ଲକ କାର୍ଯ୍ୟାଳୟ ପରିସରରେ ପହଞ୍ଚି ଯାଇଥିଲେ। ଦୂରଦୂରାନ୍ତରୁ ଆସିଥିବାରୁ ଶୀଘ୍ର ସ୍ୱାସ୍ଥ୍ୟ ପରୀକ୍ଷା କରାଇ ଘରକୁ ଫେରିବାକୁ ସେମାନେ ଆଶା ରଖିଥିଲେ। କିନ୍ତୁ ଧାର୍ଯ୍ୟ ସମୟରେ ଶିବିର ଆରମ୍ଭ ନ ହୋଇ ଦିନ ପ୍ରାୟ ୧୨ଟା ୩୦ ପରେ ଆରମ୍ଭ ହୋଇଥିଲା। ଫଳରେ ଭୋକଉପାସରେ ଦୀର୍ଘ ସମୟ ଧରି ଲୋକମାନଙ୍କୁ ଅପେକ୍ଷା କରିବାକୁ ପଡ଼ିଥିଲା।

ଅନ୍ୟପକ୍ଷରେ, ଶିବିର ପାଇଁ ଛାମୁଡ଼ା (ଟେଣ୍ଟ) ମରାଯାଇଥିବା ସ୍ଥାନରେ ବର୍ଷାଜଳ ଜମି ରହିଥିଲା। ଫଳରେ ଭିନ୍ନକ୍ଷମ ବ୍ୟକ୍ତିମାନେ ଛାମୁଡ଼ା ତଳେ ବସିବାର ସୁବିଧା ପାଇ ନ ଥିଲେ। ଅତ୍ୟଧିକ ଲୋକ ହୋଇଯିବାରୁ ଅନେକଙ୍କୁ ବାହାରେ ବସିବାକୁ ପଡ଼ିଥିଲା। ହେଲେ ପ୍ରଥମେ ଟାଣ ଖରା ଓ ପରେ ଜୋରଦାର ବର୍ଷା ହେବାରୁ ଭିନ୍ନକ୍ଷମମାନେ ଖରାରେ ସିଝୁଥିଲେ ଏବଂ ବର୍ଷାରେ ଭିଜୁଥିଲେ। କେହି କେହି ଚେୟାର ମୁଣ୍ଡାଇ ଠିଆ ହୋଇଥିଲେ। ଆଉ କେଉଁଠି ଗୋଟିଏ ଛତା ତଳେ ଏକାଧିକ ଲୋକ ମୁଣ୍ଡ ଗୁଞ୍ଜି ଠିଆ ହୋଇଥିବା ଦେଖିବାକୁ ମିଳିଥିଲା।

ସେହିପରି ଶିବିରରେ ବିଦ୍ୟୁତ୍‌ ବ୍ୟବସ୍ଥା ନ ଥିବା ମଧ୍ୟ ଅନ୍ୟତମ ଅବ୍ୟବସ୍ଥା ଭାବେ ଦେଖାଦେଇଥିଲା। ଅନ୍ଧାର ମଧ୍ୟରେ ଡାକ୍ତରମାନେ ଟର୍ଚ୍ଚଲାଇଟ୍‌ର ସାହାଯ୍ୟ ନେଇ ଭିନ୍ନକ୍ଷମ ବ୍ୟକ୍ତିଙ୍କୁ ପରୀକ୍ଷା କରୁଥିବା ଦେଖାଯାଇଥିଲା।

ସରକାର ଏଭଳି ଶିବିର ପାଇଁ ପର୍ଯ୍ୟାପ୍ତ ସହାୟତା ଓ ଅନୁଦାନ ଯୋଗାଇ ଦେଉଥିଲେ ମଧ୍ୟ ଏଠାରେ ତାହାକୁ ଠିକ୍‌ ଭାବେ ପରିଚାଳନା କରାଯାଉ ନ ଥିବାରୁ ଏପରି ଅସୁବିଧା ଉପୁଜୁଛି ବୋଲି ଅନେକ ଭିନ୍ନକ୍ଷମ ମତ ଦେଇଥିଲେ। ଏଭଳି ଅବ୍ୟବସ୍ଥାକୁ ନେଇ ଶିବିରକୁ ଆସିଥିବା ଭିନ୍ନକ୍ଷମ ବ୍ୟକ୍ତିଙ୍କ ସମ୍ପର୍କୀୟମାନେ ମଧ୍ୟ ଅସନ୍ତୋଷ ପ୍ରକାଶ କରିଥିଲେ।

ଏ ସମ୍ପର୍କରେ ବିଡିଓ ରଞ୍ଜନ କୁମାର ପରିଡ଼ା କହିଛନ୍ତି ଯେ, ପ୍ରତିକୂଳ ପାଗ ଯୋଗୁଁ ଏପରି ଅସୁବିଧା ଉପୁଜିଥିଲା।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଶାଗୁଆନ କାଠ ବୋଝେଇ ପିକ୍ଅପ ଭ୍ୟାନ ଜବତ: ମାମଲା ରୁଜୁ କଲା ବନ ବିଭାଗ               

ଦିଗପହଣ୍ଡି/ମୋହନା,୧୧|୯(ଅଶେଷ ନାଥ ମିଶ୍ର/ ମନ୍ମଥ ମିଶ୍ର) ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପୋଡ଼ାମାରି ଗ୍ରାମ ସ୍ଥିତ ବନ ବିଭାଗ ଚନ୍ଦ୍ରଗିରି ରେଞ୍ଜ କାର୍ଯ୍ୟାଳୟ କର୍ମଚାରୀ ବୃନ୍ଦ ଗଜପତି…

ଉପଅଧିନାୟକ ହୋଇଗଲେ ସିନା ଏବେ ଖେଳିବେ କେଉଁଠି? ତିଳକ ବର୍ମାଙ୍କ ବ୍ୟାଟିଂ ଅର୍ଡରଙ୍କୁ ନେଇ ପ୍ରଶ୍ନ

ନୂଆଦିଲ୍ଲୀ,୧୧।୯: ସେପ୍ଟେମ୍ବର ୧୩ରୁ ନୂଆଦିଲ୍ଲୀର ଅରୁଣ ଜେଟଲୀ ଷ୍ଟାଡିୟମ୍‌ରେ ଆଫଗାନିସ୍ତାନ ବିପକ୍ଷରେ ଆରମ୍ଭ ହେବାକୁ ଯାଉଛି ୩ ମ୍ୟାଚ୍‌ ବିଶିଷ୍ଟ ଟି-୨୦ ସିରିଜ୍‌। ଏହି ସିରିଜ୍‌ ପାଇଁ…

ଚଳିତ ବର୍ଷର ଅଧିକ ପାଣି ବଂଶଧାରାରେ

ଗୁଡ଼ାରି, ୧୧।୯ (ପ୍ରମୋଦ କୁମାର ପତି): ଗୁଡ଼ାରି ବଂଶଧାରା ନଦୀରେ ଶୁକ୍ରବାର ଚଳିତ ବର୍ଷର ସର୍ବାଧିକ ଜଳ ପ୍ରବାହ ଦେଖିବାକୁ ମିଳିଛି। ନଦୀର ଉପରମୁଣ୍ଡରେ ଲଘୁଚାପଜନିତ ବର୍ଷା…

ପୋଡ଼ାମାରି ସ୍ଥିତ ବନାଞ୍ଚଳ କାର୍ଯ୍ୟାଳୟରେ ୧୪ ତମ  ବନ ସହିଦ୍ ଦିବସ ପାଳିତ: ବଳିଦାନ ଦେଇଥିବା ବନ କର୍ମଚାରୀ ମାନଙ୍କ ଉଦ୍ଦେଶ୍ୟରେ …

ପୋଡ଼ାମାରି ସ୍ଥିତ ବନାଞ୍ଚଳ କାର୍ଯ୍ୟାଳୟ ରେ ୧୪ ତମ ବନ ସହିଦ୍ ଦିବସ ପାଳିତ ; * ବଳିଦାନ କରିଥିବା ବନ କର୍ମଚାରୀ ମାନଙ୍କ ଉଦ୍ଦେଶ୍ୟରେ କରାଗଲା…

ବିରେନ୍ଦ୍ର ସେହ୍ବାଗଙ୍କ ନୂଆ ଇନିଂସ, ଅଶନୀର ଗ୍ରୋଭରଙ୍କୁ ଆଉଟ୍‌ କରି ଚମକାଇଲେ, ଏଣିକି…

ମୁମ୍ବାଇ,୧୧।୯: ପ୍ରାଇମ୍ ଭିଡିଓର ସୁପରହିଟ୍ ରିଆଲିଟି ଶୋ’ ‘ରାଇଜ୍‌ ଆଣ୍ଡ୍‌ ଫଲ୍‌’ (Rise And Fall) ନିଜର ଦ୍ୱିତୀୟ ସିଜନ୍ ସହ ଫେରୁଛି। ଏଥର ଶୋ’କୁ ନେଇ…

ପ୍ରଧାନମନ୍ତ୍ରୀଙ୍କ ଜନ୍ମ ଦିନରୁ ସେବା ସଂକଳ୍ପ ଅଭିଯାନ: ୧୩ଟି କାର୍ଯ୍ୟକ୍ରମକୁ ନେଇଁ ଲୋକଙ୍କୁ ପାଖକୁ ଯିବ ଭାଜପା

ଭବାନୀପାଟଣା,୧୧।୯(ଉତ୍ତମ କୁମାର ଦାଶ): ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ମାସେ ବ୍ୟାପି ସେବା ସଂକଳ୍ପ ଅଭିଯାନ କରିବ ଭାଜପା । ଏଥିରେ ପ୍ରତ୍ୟେକ ମଣ୍ଡଳ, ବୁଥ ଏବଂ ଜିଲାରେ ସେବା…

ଶନିଙ୍କ ନକ୍ଷତ୍ର ପରିବର୍ତ୍ତନ, ଅକ୍ଟୋବରରୁ ୩ରାଶିଙ୍କ ଧନଲାଭ ଯୋଗ; ଚାକିରିରେ ବଡ଼ ପ୍ରମୋଶନ!

ବୈଦିକ ଜ୍ୟୋତିଷ ଶାସ୍ତ୍ରରେ, ଶନିଙ୍କୁ ସବୁଠାରୁ ଶକ୍ତିଶାଳୀ, ନିଷ୍ଠୁର ଗ୍ରହ ମଧ୍ୟରୁ ଗୋଟିଏ ବୋଲି ବିବେଚନା କରାଯାଏ । ଶନିଙ୍କ ସ୍ଥିତିର ପ୍ରଭାବ ୧୨ଟି ରାଶି ସହିତ…

ଦିବ୍ୟାଙ୍ଗଙ୍କୁ ସ୍ୱାବଲମ୍ବୀ କରାଇବା ପାଇଁ ପଦକ୍ଷେପ: ଏକାଧିକଙ୍କୁ ମିଳିଲା ସହାୟତା ରାଶି

ଦାରିଙ୍ଗବାଡ଼ି, ୧୧।୯ (ଅରୁଣ ସାହୁ): ଦିବ୍ୟାଙ୍ଗଙ୍କ ବିକାଶ ସହ ସେମାନଙ୍କୁ ସ୍ୱରୋଜଗାରକ୍ଷମ କରାଇ ସ୍ୱାବଲମ୍ବୀ କରିବା ପାଇଁ କନ୍ଧମାଳ ଜିଲା ଦାରିଙ୍ଗବାଡ଼ିରେ ପ୍ରୟାସ ଆରମ୍ଭ ହୋଇଛି। ପୂର୍ବରୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Trending

ଛୁଟିଦିନ
ପିଲାଙ୍କ ଧରିତ୍ରୀ
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?