Posted inଖେଳ

୨୦୨୭ ଦିନିକିଆ ବିଶ୍ୱକପରେ ରୋହିତ,କୋହଲିଙ୍କ ଖେଳିବା ନେଇ ବଡ ବୟାନ ଦେଲେ ଅଜିତ ଅଗରକର

ନୂଆଦିଲ୍ଲୀ,୧୭।୧୦: ବିସିସିଆଇ ମୁଖ୍ୟ ଚୟନକର୍ତ୍ତା ଅଜିତ ଅଗରକର ଏକ କାର୍ଯ୍ୟକ୍ରମରେ କହିଛନ୍ତି ଯେ, ଷ୍ଟାର ବ୍ୟାଟ୍ସମ୍ୟାନ ରୋହିତ ଶର୍ମା ଓ ବିରାଟ କୋହଲିଙ୍କୁ ୨୦୨୭ ଦିନିକିଆ ବିଶ୍ୱକପ ଦଳରେ ସାମିଲ କରିବା ନେଇ ଚୂଡାନ୍ତ ନିଷ୍ପତ୍ତି ଏପର୍ଯ୍ୟନ୍ତ ନିଆଯାଇନାହିଁ। ରବିବାରଠାରୁ ଅଷ୍ଟ୍ରେଲିଆ ବିପକ୍ଷ ଦିନିକିଆ ସିରିଜ ପୂର୍ବରୁ ଶୁବମନ ଗିଲଙ୍କୁ ୫୦ ଓଭର ଫର୍ମାଟର ଅଧିନାୟକ କରାଯିବା ପରେ ଏହି ଦୁଇ ଦିଗଗଜ ଖେଳାଳିଙ୍କ ଭବିଷ୍ୟତ ନେଇ ଅନେକ ଚର୍ଚ୍ଚା ହେଉଛି।

ତେବେ ଅଗରକର ସ୍ପଷ୍ଟ କରିଛନ୍ତି ଯେ, ଉଭୟ ଖେଳାଳିଙ୍କ ଅବଦାନକୁ ଦୃଷ୍ଟିରେ ରଖି ପ୍ରତି ମ୍ୟାଚରେ ସେମାନଙ୍କୁ ‘ପରୀକ୍ଷା’ କରାଯିବ ନାହିଁ। ଆଗାମୀ ଅଷ୍ଟ୍ରେଲିଆ ବିପକ୍ଷ ଦିନିକିଆ ସିରିଜ ପାଇଁ ରୋହିତ ଓ କୋହଲି ଭାରତୀୟ ଦଳରେ ସାମିଲ ଅଛନ୍ତି। ଅଗରକର କହିଛନ୍ତି, “ବର୍ତ୍ତମାନ ଉଭୟେ ଅଷ୍ଟ୍ରେଲିଆ ସିରିଜ ଦଳରେ ଅଛନ୍ତି। ସେମାନେ ଅସାଧାରଣ ଖେଳାଳି, କିନ୍ତୁ ଦୁଇ ବର୍ଷ ପରେ ପରିସ୍ଥିତି କ’ଣ ହେବ ତାହା କହିବା କଷ୍ଟ। ହୁଏତ ନୂଆ ଖେଳାଳି ସୁଯୋଗ ପାଇପାରନ୍ତି। ଏହା କେବଳ ରନ୍‌ ସଂଗ୍ରହ ନୁହେଁ, ଟ୍ରଫି ଜିତିବା ଉପରେ ନିର୍ଭର କରେ। ଯଦି ସେମାନେ ଅଷ୍ଟ୍ରେଲିଆ ସିରିଜରେ ତିନୋଟି ଶତକ ମାରିଲେ ମଧ୍ୟ ସେମାନେ ୨୦୨୭ ବିଶ୍ୱକପ ଖେଳିବେ ବୋଲି ନିଶ୍ଚିତ ନୁହେଁ। ପରିସ୍ଥିତି ଅନୁଯାୟୀ ନିଷ୍ପତ୍ତି ନିଆଯିବ।”

ସେ ଦଳରେ ‘ପୁରାତନ ଖେଳାଳି’ଙ୍କ ଭୂମିକା ଉପରେ ମଧ୍ୟ ଆଲୋଚନା କରି କହିଛନ୍ତି, “ଏହି ଖେଳାଳିମାନେ ନିଜ ପାଇଁ ଏକ ଐତିହ୍ୟ ସୃଷ୍ଟି କରିଛନ୍ତି। ଅଭିଜ୍ଞ ଖେଳାଳିଙ୍କୁ ସମ୍ମାନ ଦେବା ଆବଶ୍ୟକ। ସେମାନଙ୍କ ସହ ଆଲୋଚନା ସର୍ବସାଧାରଣରେ ପ୍ରକାଶ ପାଏ ନାହିଁ, କିନ୍ତୁ ସେମାନଙ୍କ ପ୍ରତି ସମ୍ପୂର୍ଣ୍ଣ ସମ୍ମାନ ରହିଛି।” ସେ ଏହା ମଧ୍ୟ କହିଛନ୍ତି ଯେ, ଏହି ଖେଳାଳିମାନେ ଦଳକୁ ମଜବୁତ କରିବା ସହ ଯୁବ ଖେଳାଳିଙ୍କୁ ମାର୍ଗଦର୍ଶନ କରୁଛନ୍ତି।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଭାରତୀୟ ଏମପିଙ୍କ ଠୁ ଏତେ ଅଧିକ ଦରମା ପାଆନ୍ତି ପାକିସ୍ତାନୀ ଏମପି? ଜାଣନ୍ତୁ ସାଲାରୀ-ଭତ୍ତା ସବୁକିଛି…

ନୂଆଦିଲ୍ଲୀ,୩୦।୭: ଆଇନପ୍ରଣେତା ବା ସାଂସଦମାନଙ୍କ ସୁବିଧା ସୁଯୋଗକୁ ତୁଳନା କଲେ ଜଣାପଡ଼େ ଯେ, ପାକିସ୍ତାନୀ ଏବଂ ଭାରତୀୟ ସାଂସଦମାନେ ପ୍ରାୟ ସମାନ ମୂଳ ଦରମା ପାଇଥାନ୍ତି, କିନ୍ତୁ…

‘ଆପଣଙ୍କ ମୁହଁ ଖୋଲୁନାହିଁ, କିଏ ସିଲ୍ କରିଦେଇଛି…’, ଶାହାଙ୍କୁ ଖାର୍ଗେଙ୍କ କଡ଼ା ଟାର୍ଗେଟ

ନୂଆଦିଲ୍ଲୀ,୩୦।୭: ରାଜ୍ୟ ସଭାରେ ପେପର ଲିକ୍ ପ୍ରସଙ୍ଗକୁ ନେଇ ଆଲୋଚନା ସମୟରେ ମଲ୍ଲିକାର୍ଜୁନ ଖାର୍ଗେ କେନ୍ଦ୍ର ସରକାର ଏବଂ ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହାଙ୍କୁ କଡ଼ା ସମାଲୋଚନା…

ଭଞ୍ଜନଗରରେ ଖୁବ୍‌ଶୀଘ୍ର ‘ଘୁମୁସର ରେଡିଓ’, ୪୦ କିଲୋମିଟର ପରିଧିରେ ହେବ ପ୍ରସାରଣ

ଭଞ୍ଜନଗର,୩୦ା୭(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗରବାସୀଙ୍କ ପାଇଁ ଖୁସି ଖବର। ସ୍ଥାନୀୟ ଅଞ୍ଚଳର ଲୋକଙ୍କ ସ୍ବର, ସମସ୍ୟା ଓ ସଂସ୍କୃତିକୁ ନେଇ ଖୁବଶୀଘ୍ର ଆରମ୍ଭ ହେବାକୁ ଯାଉଛି…

ସରକାରୀ ଦେଶୀ ମଦଭାଟି ବନ୍ଦ ଦାବି ଜୋର୍‌ ଧରିଲା, ଜିଲାପାଳ-ଅବକାରୀ ଅଧୀକ୍ଷକଙ୍କୁ ଭେଟି…

ଛତ୍ରପୁର,୩୦ା୭(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଗଞ୍ଜାମ ଅବକାରୀ ଅଧୀନରେ ଥିବା ନୋଳିଆ ନୂଆଗାଁ ସରକାରୀ ଦେଶୀ ମଦଭାଟି ବନ୍ଦ କରିବା ଦାବି ନେଇ ଗୁରୁବାର ଛତ୍ରପୁର ବ୍ଲକ ଅଧ୍ୟକ୍ଷା…

ଗେରୁଆ ରଙ୍ଗର ଜର୍ସିକୁ ନେଇ ହକି ଇଣ୍ଡିଆର ସ୍ପଷ୍ଟୀକରଣ, କାହିଁକି ବଛାଗଲା ଏହି ରଙ୍ଗ କହିଲା କାରଣ

ନୂଆଦିଲ୍ଲୀ,୩୦।୭: ଭାରତୀୟ ହକି ଟିମ୍‌ ଉଭୟ ପୁରୁଷ ଓ ମହିଳା ଟିମର ଜର୍ସିର ରଙ୍ଗ ନୀଳରୁ ଗେରୁଆ କରିଛି । ଗେରୁଆ ଜର୍ସିରେ ୨୦୨୬ FIH ହକି…

Shukra Gochar: ୪ ରାଶିଙ୍କ ଅଯଥା ହେବ ଧନ ହାନୀ! ହଠାତ୍ ଚାକିରିରୁ ହେବେ ବିଦା..

ଜ୍ୟୋତିଷ ଶାସ୍ତ୍ର ଅନୁସାରେ, ଆଜି, ଶୁକ୍ର ଗ୍ରହ ଉତ୍ତରାଫାଲଗୁନି ନକ୍ଷତ୍ରରେ ପ୍ରବେଶ କରିଛନ୍ତି। ସକାଳ ୪:୫୬ ସମୟରେ ହୋଇଥିବା ଶୁକ୍ରଙ୍କ ଏହି ଗୋଚର ଶୁଭ, କିନ୍ତୁ ଏପରି…

ଲକ୍ଷ୍ମୀ ଯୋଜନା: ପ୍ରତିମାସରେ ମିଳିବ ୨୫୦୦ଟଙ୍କା, RD ରେ ଜମା କଲେ ସିଧା ୧ ଲକ୍ଷ! ଜାଣନ୍ତୁ ସମ୍ପୂର୍ଣ୍ଣ ହିସାବ…

ନୂଆଦିଲ୍ଲୀ,୩୦।୭: ସାଧାରଣତଃ ଆମକୁ ଟଙ୍କା ମିଳିଲେ ଆମେ ତାହା ଖର୍ଚ୍ଚ କରିଦେଇଥାଉ, କିନ୍ତୁ କିଛି ଟଙ୍କା ଯଦି ଆର.ଡି. (RD) ରେ ନିବେଶ କରାଯାଏ, ତେବେ ଅନେକ…

ବନ୍ୟା ପ୍ରଭାବିତ ଅଞ୍ଚଳ ବୁଲି ଦେଖିଲେ ଜିଲାପାଳ

ତୁଣ୍ଡଲା,୩୦ା୭(ପିରୋଜ କୁମାର ଦାଶ): ଦୀର୍ଘଦିନରୁ ଲଘୁଚାପ ଜନିତ ଲଗାଣ ବର୍ଷାରେ କଳାହାଣ୍ଡି ଜିଲାର ବିଭିନ୍ନ ଅଞ୍ଚଳ ବନ୍ୟାରେ ପ୍ରଭାବିତ ହୋଇଥିବା ଦେଖିବାକୁ ମିଳିଛି। କେସିଙ୍ଗା ବ୍ଲକର ବେଲଖଣ୍ଡି,…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri