ବିଜୁ ସେତୁ ନାମରେ ଲକ୍ଷାଧିକ ଟଙ୍କା ଚଳୁ, ସୁଇମିଂ ପୁଲ ଭଳି ଗର୍ତ୍ତ ଖୋଳି ଫେରାର

ରଗଡ଼ି, ୨୧ା୪(ଡି.ଏନ.ଏ.): କୋରେଇ ବ୍ଲକ ରଣପୁର ପଞ୍ଚାୟତ ରଣପୁର ଗ୍ରାମର ଗହନିଆ ନାଳ ଉପରେ ବିଜୁ ସେତୁ ନିର୍ମାଣ ନାମରେ ଲକ୍ଷାଧିକ ଟଙ୍କା ଚଳୁ ହୋଇଥିବା ଅଭିଯୋଗ ହୋଇଛି। ଠିକାଦାର ଏକ ସୁଇମିଂ ପୁଲ ଭଳି ଗର୍ତ୍ତ ଖୋଳି ଅଧାପନ୍ତରିଆ କାମ ସାରି ଫେରାର ହୋଇ ଯାଇଥିବା ସୂଚନା ମିଳିଛି।

ଏହି ଗ୍ରାମର ପୂର୍ତ୍ତ ବିଭାଗ ରାସ୍ତା ନିକଟରୁ ଗହାନିଆ ନାଳ ୧ କି.ମି.ମଧ୍ୟରେ ବିଜୁ ସେତୁ ପାଇଁ ଗ୍ରାମ୍ୟ ଉନ୍ନୟନ ବିଭାଗ ପକ୍ଷରୁ ୧ କୋଟି ୯୨ ଲକ୍ଷ ୮୮ ହଜାର ଟଙ୍କା ବ୍ୟୟ ବରାଦ ହୋଇଥିଲା। ଏହି କାର୍ଯ୍ୟର ଚୁକ୍ତିନାମା ନଂ. ୩୪-୧-୨୦୧୯-୨୦୨୦ ରହିଥିବାବେଳେ ୧୩ା୮ା୨୦୧୯ରୁ କାର୍ଯ୍ୟ ଆରମ୍ଭ ହୋଇ ୧୨ା୬ା୨୦୨୦ରେ ଶେଷ ହେବାକୁ ବିଭାଗ ପକ୍ଷରୁ ଅନୁମତି ହୋଇଥିଲା। ରଣପୁର, ଗୋପାଳପୁର, ମହୁଲିଆ, ତରନ୍ଦା, ତୁଳସୀପୁର, ଗୋରପୁର, ଇଚ୍ଛାପୁର, ରଘୁପୁର, ଅସନଝର ଆଦି ଗ୍ରାମର ୮ ହଜାରରୁ ଊର୍ଦ୍ଧ୍ୱ ଲୋକ ଏହି ସେତୁ ଉପରେ ନିର୍ଭର କରି ରହିଥିବା ବେଳେ ବିଭାଗୀୟ ଅଧିକାରୀ ଓ ଠିକାଦାରଙ୍କ ମଧୁଚନ୍ଦ୍ରିକା ଯୋଗୁ କାମ ଅଧାପନ୍ତରିଆ ହୋଇ ପଡ଼ି ରହିଛି। ଫଳରେ ଉକ୍ତ ସେତୁ ଉପରେ ନିର୍ଭର କରୁଥିବା ଲୋକଙ୍କ ଜୀବନ ଜୀବିକା ଉପରେ ପ୍ରଭାବ ପଡୁଛି। ବର୍ଷା ଦିନେ ଏହି ନାଳ ବାଟେ ଯିବା ଅସମ୍ଭବ ହୋଇ ପଡୁଛି। ବିଜୁ ସେତୁ ପାଇଁ ଅଧାପନ୍ତରିଆ ହୋଇ ପଡିଥିବା ଗର୍ତ୍ତରେ ଗାଇ ଗୋରୁ ଆଦି ଗୃହ ପାଳିତ ପଶୁ ପଡି ମୃତ୍ୟୁବରଣ କରୁଥିବା ଗ୍ରାମବାସୀ କହିଛନ୍ତି। କାମ ନ କରି ଠିକାଦାର ଅଧାରୁ ଅଧିକ ଅର୍ଥ ହରିଲୁଟ କରିଥିବା ସହ ଏଥିରୁ କିଛି ଅନୁଦାନ ବିଭାଗୀୟ ଅଧିକାରୀଙ୍କ ପକେଟ୍‌କୁ ଚାଲି ଯାଇଥିବା ଚର୍ଚ୍ଚା ହେଉଛି। ଜିଲା ପ୍ରଶାସନ ଏଥିପ୍ରତି ଦୃଷ୍ଟି ଦେଇ ଉକ୍ତ ବିଜୁ ସେତୁ କାର୍ଯ୍ୟକୁ ସମ୍ପୂର୍ଣ୍ଣ କରିବାକୁ ଲୋକମାନେ ଦାବି କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପାଠ୍ୟ ପୁସ୍ତକରେ ତ୍ରୁଟି, ତେଜୁଛି ଆନ୍ଦୋଳନ

ବରଗଡ଼,୨।୭(ପ୍ରେମାନନ୍ଦ ଖମାରୀ):ନୂତନଭାବେ ପ୍ରକାଶ ପାଇଥିବା ପ୍ରଥମରୁ ଅଷ୍ଟମ ଶ୍ରେଣୀ ପର୍ଯ୍ୟନ୍ତ ବିଭିନ୍ନ ପାଠ୍ୟ ପୁସ୍ତକରେ ରହିଥିବା ଅନେକ ତ୍ରୁଟିକୁ ନେଇ ରାଜ୍ୟରେ ଅସନ୍ତୋଷ ଥମିବାର ନାଁ ନେଉ…

୨ଦିନରେ ଧାନ ଉଠିବା ନେଇ ଆଶଙ୍କାରେ ଚାଷୀ: ମଣ୍ଡିରେ ଗଜା ହେଲାଣି ଧାନ

ନୂଆପଡ଼ା,୨ା୭ (ମକାରୁ ବେମାଲ):ନୂଆପଡ଼ା ଜିଲାରେ ରବି ମଣ୍ଡି ଧାନ ଉଠାଣ ଅବଧି ଜୁନ ୩୦ ରହିଥିଲା। ଜିଲାର ବିଭିନ୍ନ ମଣ୍ଡିରେ ପଡି ରହିଥିବା ଧାନକୁ ଦେଖି ରାଜ୍ୟ…

ପ୍ରମାଣପତ୍ର ପାଇଁ ଆସି ଦିବ୍ୟାଙ୍ଗ ହଟହଟା: ନିରାଶରେ ଘରକୁ ଫେରୁଛନ୍ତି

ବରଗଡ଼,୨।୭(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲାରେ ପ୍ରମାଣପତ୍ର ପାଇଁ ଦିବ୍ୟାଙ୍ଗମାନେ ହଟହଟା ହେବା ସାଧାରଣରେ ପରିଣତ ହୋଇଛି। କେତେବେଳେ ପ୍ରମାଣପତ୍ର ଇସ୍ୟୁ କରିବାକୁ ଡାକ୍ତର ନାହାନ୍ତି ତ ଆଉକେବେ ନିର୍ଦ୍ଧାରିତ…

ଡାକ୍ତରଙ୍କ କାର୍ଯ୍ୟବନ୍ଦ ଆନ୍ଦୋଳନ, ଭଞ୍ଜନଗରରେ ରୋଗୀ ସେବା ପ୍ରଭାବିତ, ମୃତଦେହ ବ୍ୟବଚ୍ଛେଦ ହୋଇ ନ ପାରିବାରୁ…

ଭଞ୍ଜନଗର,୧ା୭(ବାବୁଲା ପ୍ରଧାନ): ଓଡ଼ିଶା ମେଡିକାଲ ସର୍ଭିସେସ୍‌ ଆସୋସିଏଶନ (OMSA)ର ଆହ୍ବାନ କ୍ରମେ ବିଭିନ୍ନ ଦାବି ଏବଂ ଡାକ୍ତରମାନଙ୍କ ସୁରକ୍ଷା ପ୍ରସଙ୍ଗକୁ ନେଇ ଭଞ୍ଜନଗର ଉପଖଣ୍ଡ ଚିକିତ୍ସାଳୟର ଡାକ୍ତରମାନେ…

ପାରିବାରିକ କଳହ ହେଲା କାଳ, ଦିଅରର ଆକ୍ରମଣରେ ଚାଲିଗଲା ଭାଉଜଙ୍କ ଜୀବନ

ବେଲଗୁଣ୍ଠା,୧ା୭( କୃଷ୍ଣ ଚନ୍ଦ୍ର ପଟ୍ଟନାୟକ): ଘରୋଇ ଅଶାନ୍ତିରୁ ଚାଲିଗଲା ମହିଳାଙ୍କ ଜୀବନ। ଏହିଭଳି ଅଭାବନୀୟ ଘଟଣା ଦେଖିବାକୁ ମିଳିଛି ବେଲଗୁଣ୍ଠା ବ୍ଳକ୍ ତଥା ଗାଙ୍ଗପୁର ଥାନା ଅନ୍ତର୍ଗତ…

ଦୁର୍ଘଟଣାଗ୍ରସ୍ତଙ୍କୁ ଡାକ୍ତରଖାନା ନେଲେ ଭାଜପା ନେତା

ହାଟଡିହୀ,୧ା୭(ଶୁଭକାନ୍ତ ନାୟକ): ସାହାଯ୍ୟ ଏବଂ ମହାନତାର ପ୍ରମାଣ ଦେଖାଇଛନ୍ତି କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡର ଭାଜପା ନେତା ଆଲୋକ ସେଠୀ। ବୁଧବାର ଆଲୋକ ଏକ କାର୍ଯ୍ୟକ୍ରମରେ ଯୋଗ…

ଆଷାଢ଼ରେ ନାହିଁ ବର୍ଷା; ପୋଡ଼ିଗଲାଣି ଧାନ ତଳି, ଘୋଡ଼ାହାଡ଼ ଡ଼୍ୟାମକୁ ଦିଗପହଣ୍ଡି-ସାନଖେମୁଣ୍ଡି ଚାଷୀଙ୍କ ଭରସା  

ଦିଗପହଣ୍ଡି,୧ା୭(ଅଶେଷ ନାଥ ମିଶ୍ର): ଆଷାଢ଼ରେ ଗଞ୍ଜାମ ଜିଲା ଦିଗପହଣ୍ଡି ଓ ସାନଖେମୁଣ୍ଡି ବ୍ଲକ ଅଞ୍ଚଳରେ ବର୍ଷା ନାହିଁ ।ଚାଷୀ ବୃନ୍ଦ ଖରିଫ ଧାନ ଚାଷ ପାଇଁ ବିହନ…

ବିଜେଡିରୁ ଭାଜପା, ପୁଣି ବିଜେଡିକୁ ଆସିବା ପରେ ଏବେ ହରଡ଼ଘଣାରେ ବ୍ଲକ ଅଧ୍ୟକ୍ଷା

ଛତ୍ରପୁର,୧ା୭(ଦିଲ୍ଲୀପ ସାମଲ): ବିଜେଡିରୁ ଭାଜପା ଓ ପୁଣି ବିଜେଡିକୁ ଆସିବା ପରେ ଗଞ୍ଜାମ ଜିଲା ବୁଗୁଡା ବ୍ଲକ ଅଧ୍ୟକ୍ଷା କେ.ପ୍ରିୟଦର୍ଶିନୀ ଆଚାରୀ ଏବେ ହରଡ଼ଘଣାରେ ପଡ଼ିଯାଇଛନ୍ତି। ଅଧ୍ୟକ୍ଷାଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri