ବିଜୁ ସେତୁ ନାମରେ ଲକ୍ଷାଧିକ ଟଙ୍କା ଚଳୁ, ସୁଇମିଂ ପୁଲ ଭଳି ଗର୍ତ୍ତ ଖୋଳି ଫେରାର

ରଗଡ଼ି, ୨୧ା୪(ଡି.ଏନ.ଏ.): କୋରେଇ ବ୍ଲକ ରଣପୁର ପଞ୍ଚାୟତ ରଣପୁର ଗ୍ରାମର ଗହନିଆ ନାଳ ଉପରେ ବିଜୁ ସେତୁ ନିର୍ମାଣ ନାମରେ ଲକ୍ଷାଧିକ ଟଙ୍କା ଚଳୁ ହୋଇଥିବା ଅଭିଯୋଗ ହୋଇଛି। ଠିକାଦାର ଏକ ସୁଇମିଂ ପୁଲ ଭଳି ଗର୍ତ୍ତ ଖୋଳି ଅଧାପନ୍ତରିଆ କାମ ସାରି ଫେରାର ହୋଇ ଯାଇଥିବା ସୂଚନା ମିଳିଛି।

ଏହି ଗ୍ରାମର ପୂର୍ତ୍ତ ବିଭାଗ ରାସ୍ତା ନିକଟରୁ ଗହାନିଆ ନାଳ ୧ କି.ମି.ମଧ୍ୟରେ ବିଜୁ ସେତୁ ପାଇଁ ଗ୍ରାମ୍ୟ ଉନ୍ନୟନ ବିଭାଗ ପକ୍ଷରୁ ୧ କୋଟି ୯୨ ଲକ୍ଷ ୮୮ ହଜାର ଟଙ୍କା ବ୍ୟୟ ବରାଦ ହୋଇଥିଲା। ଏହି କାର୍ଯ୍ୟର ଚୁକ୍ତିନାମା ନଂ. ୩୪-୧-୨୦୧୯-୨୦୨୦ ରହିଥିବାବେଳେ ୧୩ା୮ା୨୦୧୯ରୁ କାର୍ଯ୍ୟ ଆରମ୍ଭ ହୋଇ ୧୨ା୬ା୨୦୨୦ରେ ଶେଷ ହେବାକୁ ବିଭାଗ ପକ୍ଷରୁ ଅନୁମତି ହୋଇଥିଲା। ରଣପୁର, ଗୋପାଳପୁର, ମହୁଲିଆ, ତରନ୍ଦା, ତୁଳସୀପୁର, ଗୋରପୁର, ଇଚ୍ଛାପୁର, ରଘୁପୁର, ଅସନଝର ଆଦି ଗ୍ରାମର ୮ ହଜାରରୁ ଊର୍ଦ୍ଧ୍ୱ ଲୋକ ଏହି ସେତୁ ଉପରେ ନିର୍ଭର କରି ରହିଥିବା ବେଳେ ବିଭାଗୀୟ ଅଧିକାରୀ ଓ ଠିକାଦାରଙ୍କ ମଧୁଚନ୍ଦ୍ରିକା ଯୋଗୁ କାମ ଅଧାପନ୍ତରିଆ ହୋଇ ପଡ଼ି ରହିଛି। ଫଳରେ ଉକ୍ତ ସେତୁ ଉପରେ ନିର୍ଭର କରୁଥିବା ଲୋକଙ୍କ ଜୀବନ ଜୀବିକା ଉପରେ ପ୍ରଭାବ ପଡୁଛି। ବର୍ଷା ଦିନେ ଏହି ନାଳ ବାଟେ ଯିବା ଅସମ୍ଭବ ହୋଇ ପଡୁଛି। ବିଜୁ ସେତୁ ପାଇଁ ଅଧାପନ୍ତରିଆ ହୋଇ ପଡିଥିବା ଗର୍ତ୍ତରେ ଗାଇ ଗୋରୁ ଆଦି ଗୃହ ପାଳିତ ପଶୁ ପଡି ମୃତ୍ୟୁବରଣ କରୁଥିବା ଗ୍ରାମବାସୀ କହିଛନ୍ତି। କାମ ନ କରି ଠିକାଦାର ଅଧାରୁ ଅଧିକ ଅର୍ଥ ହରିଲୁଟ କରିଥିବା ସହ ଏଥିରୁ କିଛି ଅନୁଦାନ ବିଭାଗୀୟ ଅଧିକାରୀଙ୍କ ପକେଟ୍‌କୁ ଚାଲି ଯାଇଥିବା ଚର୍ଚ୍ଚା ହେଉଛି। ଜିଲା ପ୍ରଶାସନ ଏଥିପ୍ରତି ଦୃଷ୍ଟି ଦେଇ ଉକ୍ତ ବିଜୁ ସେତୁ କାର୍ଯ୍ୟକୁ ସମ୍ପୂର୍ଣ୍ଣ କରିବାକୁ ଲୋକମାନେ ଦାବି କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

‘ଓଡ଼ିଶାର ନେତା ଓଡ଼ିଆ ଲୋକ ହେବା ଦରକାର’

ଅନୁଗୋଳ,୨୮ା୪(ଅମିତ କୁମାର ସାମଲ)ଓଡ଼ିଆ ଭାଷା, ସଂସ୍କୃତି ଏବଂ ଓଡ଼ିଆ ଲୋକଙ୍କ ଭବିଷ୍ୟତ ଆଜି ଅନ୍ଧାରରେ। ଓଡ଼ିଶାର ନେତା ଓଡ଼ିଆ ଲୋକ ହେବା ଦରକାର। ଓଡ଼ିଶାରେ ଭ୍ରଷ୍ଟ,...

ଅରିନ୍ଦମ୍‌ଙ୍କୁ ଗ୍ରହଣ କରିପାରୁନାହାନ୍ତି ଦଳୀୟ କର୍ମୀ

ସାଲେପୁର,୨୮।୪(ଅରବିନ୍ଦ ଭୂୟାଁ)ବହୁ କଳ୍ପନାଜଳ୍ପନା ପରେ ଶେଷରେ ସାଲେପୁର ବିଧାନସଭା ଆସନର ଭାଜପା ପ୍ରାର୍ଥୀଭାବେ ଓଡ଼ିଆ ଚଳଚ୍ଚିତ୍ର ଅଭିନେତା ତଥା କଟକର ଯୁବନେତା ଅରିନ୍ଦମ ରାୟଙ୍କ ନାମ...

ଏଥର ଯୋଡ଼ା ପଦ୍ମ ଫୁଟିବ: ଜଗଦ୍ଦେବ

ଖୋର୍ଦ୍ଧା,୨୮ା୪(ପ୍ରଭାତ ପାଣିଗ୍ରାହୀ)ବିଜୁ ଜନତା ଦଳ (ବିଜେଡି) ପକ୍ଷରୁ ଶନିବାର ବିଧାନସଭା ଆସନ ପାଇଁ ଅଷ୍ଟମ ପର୍ଯ୍ୟାୟ ପ୍ରାର୍ଥୀ ତାଲିକା ଘୋଷଣା କରାଯାଇଛି। ୩ ଆସନ ମଧ୍ୟରୁ...

ମହାନଦୀକୁ ନେଇ ଭାଜପା-ବିଜେଡି ଦୋଷ ଲଦାଲଦି

ସମ୍ବଲପୁର,୨୮ା୪ (ଭବାନୀ ଶଙ୍କର ଭୋଇ/ପ୍ରମୋଦ ବହିଦାର)ଗ୍ରୀଷ୍ମଋତୁର ସୂର୍ଯ୍ୟ ତାପଠୁଁ ବଳିଗଲାଣି ସମ୍ବଲପୁରର ରାଜନୈତିକ ତାତି। ପ୍ରମୁଖ ରାଜନୈତିକ ଦଳ ବିଜେଡି ଓ ଭାଜପା ମଧ୍ୟରେ ଆରୋପ-ପ୍ରତ୍ୟାରୋପ...

ଚମ୍ପୁଆରୁ ମୁରଲୀ, ଫକୀରମୋହନ ତେଲକୋଇରୁ ଭାଜପା ବିଧାୟକ ପ୍ରାର୍ଥୀ

କେନ୍ଦୁଝର,୨୮ା୪(ନରେଶ ଚନ୍ଦ୍ର ପଟ୍ଟନାୟକ)ଦୀର୍ଘଦିନ ଧରି ଘୋଷଣା ହୋଇପାରୁ ନ ଥିବା ଚମ୍ପୁଆ ଓ ତେଲକୋଇ ନିର୍ବାଚନମଣ୍ଡଳୀ ପାଇଁ ଭାଜପା ଶନିବାର ପ୍ରାର୍ଥୀଙ୍କ ନାମ ଘୋଷଣା କରିିଛି।...

ଟୁକୁନୀଙ୍କ ମନ୍ତବ୍ୟକୁ ନେଇ ପଦ୍ମପୁରରେ ଝଡ଼

ପଦ୍ମପୁର, ୨୮ା୪(ପ୍ରଦୀପ୍ତ ଦାଶ)ବଲାଙ୍ଗୀର ଜିଲା ଟିଟିଲାଗଡ ସହରରେ ବରିଷ୍ଠ ନାଗରିକ ସମୂହଙ୍କ ପକ୍ଷରୁ ଆୟୋଜିତ ଏକ ନିର୍ବାଚନୀ ସଭାରେ ମନ୍ତ୍ରୀ ତଥା ଟିଟିଲାଗଡ଼ ବିଧାୟକ ପ୍ରାର୍ଥତ୍ନୀ...

ବରୀରେ ପ୍ରାର୍ଥୀ ଘୋଷଣା କରିପାରୁନି ଭାଜପା

ବରୀ,୨୮ା୪(ମହେନ୍ଦ୍ର ସ୍ବାଇଁ)ଯାଜପୁର ଜିଲାର ବରୀ ନିର୍ବାଚନମଣ୍ଡଳୀରେ ଭାଜପା ଏଯାଏ ପ୍ରାର୍ଥୀ ଦେଇପାରିନାହିଁ। ଏଠାରେ ବିଜେଡି ବିଶ୍ୱରଞ୍ଜନ ମଲ୍ଲିକ ଓ କଂଗ୍ରେସ ଆରତୀ ଦେଓଙ୍କୁ ପ୍ରାର୍ଥୀ କରିବା...

ଭାଜପା,ବିଜେଡି କଳହପ୍ରିୟ: ଅଜୟ କୁମାର

କଟକ, ୨୮ା୪(ଶିଳ୍ପା ପ୍ରିୟଦର୍ଶିନୀ)ବାରବାଟୀ-କଟକ କଂଗ୍ରେସ ପକ୍ଷରୁ କଂଗ୍ରେସ ସମାବେଶ କଟକସ୍ଥିତ ଖ୍ରୀଷ୍ଟିଆନ୍‌ ପଡିଆଠାରେ ଶନିବାର ଅନୁଷ୍ଠିତ ହୋଇଯାଇଛି। ବରିଷ୍ଠ କଂଗ୍ରେସ ନେତା ଇଂ. ମହମ୍ମଦ ମୋକିମଙ୍କ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri