ମହିଳା ହୋମଗାର୍ଡଙ୍କୁ ନିର୍ଯାତନା ମାମଲା: ପୋଲିସ ମୁଖ୍ୟାଳୟକୁ ଡିଆଇଜି ବ୍ରିଜେଶ ରାୟଙ୍କ ବଦଳି

ଭୁବନେଶ୍ୱର,୨୨ା୮(ଅନିଲ ଦାସ):   ଉତ୍ତର କେନ୍ଦ୍ରାଞ୍ଚଳ ଡିଆଇଜି ବ୍ରିଜେଶ କୁମାର ରାୟଙ୍କୁ ରାଜ୍ୟ ସରକାର କଟକ ସ୍ଥିତ ପୋଲିସ ମୁଖ୍ୟାଳୟକୁ ବଦଳି କରିଛନ୍ତି।  ତାଙ୍କ ସ୍ତ୍ରୀ ଜଣେ ମହିଳା ହୋମ୍‌ଗାର୍ଡଙ୍କୁ ନିର୍ଯାତନା  ଦେଇଥିବା ଅଭିଯୋଗ ଉପରେ ଏହି କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇଛି।
ଡିଆଇଜି ବ୍ରିଜେଶଙ୍କ ବାସଭବନରେ ନିୟୋଜିତ ହୋଇଥିଲେ ମହିଳା ହୋମ୍‌ଗାର୍ଡ ସୈରିଦ୍ରୀ ସାହୁ। ଡିଆଇଜିଙ୍କ ସ୍ତ୍ରୀଙ୍କ ନିର୍ଯାତନା ସହି ନ ପାରି ସୈରିଦ୍ରୀ ଟ୍ରେନ୍‌ ଆଗକୁ ଡେଇଁ ଆତ୍ମହତ୍ୟା ଉଦ୍ୟମ କରିଥିବା ଅଭିଯୋଗ ହୋଇଛି ।  ତାଙ୍କର ଦୁଇଟି ଯାକ ଗୋଡ଼ କଟି ଯାଇଥିବା ବେଳେ ସେ ଏବେ ଚିକିତ୍ସାଧୀନ ଅଛନ୍ତି।  ଏହି ଘଟଣା ସାରା ରାଜ୍ୟରେ ଚାଞ୍ଚଲ୍ୟ ସୃଷ୍ଟି କରିଥିବା ବେଳେ ଜାତୀୟ ମାନବାଧିକାର କମିଶନ (ଏନ୍‌ଏଚ୍‌ଆର୍‌ସି)ରେ ମାମଲା ରୁଜୁ ହୋଇଛି। ମାନବାଧିକାର କର୍ମୀ ଜୟନ୍ତ ଦାସଙ୍କ ପକ୍ଷରୁ ଏନ୍‌ଏଚ୍‌ଆର୍‌ସିରେ ଏହି ଏତଲା ଦିଆଯାଇଛି।
ସେହିପରି ଏହି ଘଟଣାରେ ରାଜ୍ୟ ମାନବାଧିକାର କମିଶନ ନିଜ ଆଡୁ ମାମଲା ରୁଜୁ କରିଛନ୍ତି । ମାମଲା ରୁଜୁ କରିବା ସହ ତଦନ୍ତ କରି ସେପ୍ଟେମ୍ବର ୧୫ ତାରିଖ ମଧ୍ୟରେ  ରିପୋର୍ଟ ଦେବାକୁ ପୋଲିସ ମହାନିର୍ଦ୍ଦେଶକ(ଡିଜିପି)ଙ୍କୁ ନିର୍ଦ୍ଦେଶ ଦେଇଛନ୍ତି।

Enter your email to get our daily news in your inbox.

All Right Reserved By Dharitri.Com

ଘୁମୁସର ସ୍ବର ଶୁଣିବେ ଶ୍ରୋତା, ‘ରେଡିଓ ଆଇନା’ର ଲୋକାର୍ପଣ କରି ବିଧାୟକ କହିଲେ…

ଭଞ୍ଜନଗର,୧୪ା୮(ବାବୁଲା ପ୍ରଧାନ): ରେଡିଓର ବିକାଶ ଓ ଏହାକୁ ଲୋକଙ୍କ ନିକଟତର କରିବା ଲକ୍ଷ୍ୟରେ ଭଞ୍ଜନଗର ମାଲସାହିଠାରେ ଶୁକ୍ରବାର ‘ରେଡିଓ ଆଇନା’ର ଲୋକାର୍ପଣ ହୋଇଛି। ଭଞ୍ଜନଗର ବିଧାୟକ ପ୍ରଦ୍ୟୁମ୍ନ…

କେମିତି ଅଛନ୍ତି ଜେପି ନଡ୍ଡା? ଏମ୍ସ ଜାରି କଲା ବୟାନ

ନୂଆଦିଲ୍ଲୀ,୧୪।୮: କେନ୍ଦ୍ର ସ୍ବାସ୍ଥ୍ୟମନ୍ତ୍ରୀ ଜେପି ନଡ୍ଡାଙ୍କ ସ୍ବାସ୍ଥ୍ୟାବସ୍ଥା ସମ୍ପର୍କରେ ଏମ୍ସ ଏକ ଅପଡେଟ ପ୍ରଦାନ କରିଛି। ହସ୍ପିଟାଲ ଅନୁଯାୟୀ, ତାଙ୍କ ଅବସ୍ଥା ବର୍ତ୍ତମାନ ସ୍ଥିର ଅଛି, ଏବଂ…

ବିଦ୍ୟୁତ୍‌ ଆଘାତରେ ନାବାଳିକାଙ୍କ ଜୀବନ ଗଲା, କ୍ଷତିପୂରଣ ଦାବିରେ…

କାଲିମେଳା,୧୪ା୮(ଜୀବନ କୃଷ୍ଣ ଦାସ): ମାଲକାନଗିରି ଜିଲା କାଲିମେଳା ଥାନା ଅନ୍ତର୍ଗତ କୁର୍ମାନୁର ପଞ୍ଚାୟତର ଗୁରାଲୁର ଗ୍ରାମରେ ବିଦ୍ୟୁତ୍‌ ଆଘାତରେ ଜଣେ ୧୩ ବର୍ଷୀୟା ନାବାଳିକାଙ୍କ ମୃତ୍ୟୁ ଘଟିଛି।…

ଅଭିଜିତ ଦୀପକେଙ୍କ ବଡ଼ ବୟାନ: ‘ସୌରଭଙ୍କ ଗୋଟିଏ ଭିଡିଓ ଯୋଗୁଁ…’

ନୂଆଦିଲ୍ଲୀ,୧୪।୮: ‘କକ୍ରୋଚ ଜନତା ପାର୍ଟି’ର ପ୍ରତିଷ୍ଠାତା ଅଭିଜିତ ଦୀପକେ ଶୁକ୍ରବାର (୧୪ ଅଗଷ୍ଟ) କହିଛନ୍ତି ଯେ ସୌରଭ ଦାସ ଯେଉଁ କାମ କରୁଛନ୍ତି ତାହା ଦେଶର ହିତ…

କାହିଁକି ଅପରେଶନ ସିନ୍ଦୂର କଥା ମନେ ପକାଇ ଦେଲେ ଅଜିତ ଡୋଭାଲ? ଜାଣନ୍ତୁ ଏହା ପଛର କାରଣ

ନୂଆଦିଲ୍ଲୀ,୧୪।୮: ଜାତୀୟ ସୁରକ୍ଷା ପରାମର୍ଶଦାତା ଅଜିତ ଡୋଭାଲ କହିଛନ୍ତି ଯେ ଭାରତର ଉଦାରତା ଏବଂ ସହନଶୀଳତାକୁ ଦୁର୍ବଳତା ଭାବିବା ଏକ ଗୁରୁତର ଭୁଲ ହେବ। ସେ ଦୃଢ଼ୋକ୍ତି…

ଗୁଣପୁରରେ ଅଖଣ୍ଡ ଭାରତ ଦିବସ: ତ୍ରିରଙ୍ଗା ଯାତ୍ରାରେ ବାହାରି ମହାପୁରୁଷଙ୍କ ବଳିଦାନକୁ ନେଇ…

ଗୁଣପୁର,୧୪ା୮(ସୁଜାତା ପାଢ଼ୀ): ରାୟଗଡ଼ା ଜିଲା ଗୁଣପୁର ପୁରୁଣା ବସ୍‌ଷ୍ଟାଣ୍ଡଠାରେ ଶୁକ୍ରବାର ଅଖଣ୍ଡ ଭାରତ ଦିବସ ପାଳନ ହୋଇଯାଇଛି। ଏହି ଅବସରରେ ଭାଜପା ଜିଲା ସଭାପତି ଗୋପୀ ଆନନ୍ଦ…

ସ୍ୱାଧୀନତା ଦିବସରେ ପାକିସ୍ତାନରେ ବଡ଼ ହଙ୍ଗାମା, ସରିଗଲା ସବୁ ପେଟ୍ରୋଲ…

ଇସଲାମାବାଦ୍‌,୧୪।୮: ପାକିସ୍ତାନୀ ସମ୍ବାଦପତ୍ର ‘ଡନ୍’ (DAWN) ର ରିପୋର୍ଟ ଅନୁଯାୟୀ, ପାକିସ୍ତାନ ସରକାର ପେଟ୍ରୋଲ ଏବଂ ହାଇ-ସ୍ପିଡ୍ ଡିଜେଲ (HSD) ର ଦର ବୃଦ୍ଧି କରିଛନ୍ତି। ଏହି…

Video: କିଏ କହିଲା ‘କମେଡିଆନ’ କିଏ କହିଲା ‘ମହିଳା ବିରୋଧୀ’ ରାହୁଲ ଗାନ୍ଧୀଙ୍କୁ ଟାର୍ଗେଟ କଲେ ଭାଜପା ନେତା

ନୂଆଦିଲ୍ଲୀ,୧୪।୮: କଂଗ୍ରେସ ନେତା ଏବଂ ଲୋକ ସଭାରେ ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀଙ୍କ ଏକ ବୟାନ ପୁଣି ଥରେ ବିବାଦ ସୃଷ୍ଟି କରିଛି। ଗୁରୁବାର ନୂଆଦିଲ୍ଲୀରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri