ଡିଆଇଜି ବ୍ରିଜେଶ ରାୟଙ୍କୁ ବଦଳି

ଭୁବନେଶ୍ୱର,୨୩ା୮(ଅନିଲ ଦାସ): ଜଣେ ମହିଳା ହୋମ୍‌ଗାର୍ଡଙ୍କୁ ନିର୍ଯାତନା ଦେବା ଅଭିଯୋଗରେ ଉତ୍ତର କେନ୍ଦ୍ରାଞ୍ଚଳ ଡିଆଇଜି ବ୍ରିଜେଶ କୁମାର ରାୟଙ୍କୁ ରାଜ୍ୟ ସରକାର କଟକସ୍ଥିତ ପୋଲିସ ମୁଖ୍ୟାଳୟକୁ ବଦଳି କରିଛନ୍ତି। ତାଙ୍କ ସ୍ତ୍ରୀ ଜଣେ ମହିଳା ହୋମ୍‌ଗାର୍ଡଙ୍କୁ ନିର୍ଯାତନା ଦେଇଥିବା ଅଭିଯୋଗ ଉପରେ ଏହି କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇଛି। ଡିଆଇଜିଙ୍କ ସ୍ତ୍ରୀଙ୍କ ନିର୍ଯାତନା ସହି ନ ପାରି ମହିଳା ହୋମ୍‌ଗାର୍ଡ ସୈରିଦ୍ରୀ ସାହୁ ଟ୍ରେନ୍‌ ଆଗକୁ ଡେଇଁ ଆତ୍ମହତ୍ୟା ଉଦ୍ୟମ କରିଛନ୍ତି। ତାଙ୍କର ଦୁଇଟି ଯାକ ଗୋଡ଼ କଟି ଯାଇଥିବା ବେଳେ ସେ ଏବେ ଚିକିତ୍ସାଧୀନ ଅଛନ୍ତି। ଏହି ଘଟଣା ସାରା ରାଜ୍ୟରେ ଚାଞ୍ଚଲ୍ୟ ସୃଷ୍ଟି କରିଥିବା ବେଳେ ଜାତୀୟ ମାନବାଧିକାର କମିଶନ (ଏନ୍‌ଏଚ୍‌ଆର୍‌ସି)ରେ ମାମଲା ରୁଜୁ ହୋଇଛି।
ଉତ୍ତର କେନ୍ଦ୍ରାଞ୍ଚଳ ଡିଆଇଜି ଭାବେ ଅନୁଗୋଳରେ ଅବସ୍ଥାପିତ ବ୍ରିଜେଶ ରାୟଙ୍କ ବାସଭବନରେ ହୋମ୍‌ଗାର୍ଡ ସୈରିଦ୍ରୀ ନିୟୋଜିତ ହୋଇଥିଲେ। ତେବେ ତାଙ୍କୁ ଡିଆଇଜିଙ୍କ ସ୍ତ୍ରୀ ସବୁବେଳେ ନିର୍ଯାତନ ଦେଉଥିଲେ। ଏପରି କି ଚାକିରି ନେଇଯିବାର ଧମକ ଦେଇ ଗତ ୪ ତାରିଖରେ ସୈରିଦ୍ରୀଙ୍କୁ ଧକ୍କା ଦେଇ ବାହାର କରି ଦେଇଥିବା ଅଭିଯୋଗ ହୋଇଛି। ଏହାପରେ ସେ ଟ୍ରେନ୍‌ ଆଗକୁ ଡେଇଁ ଆତ୍ମହତ୍ୟା ଉଦ୍ୟମ କରିଥିବା ବେଳେ ଦୁଇଟି ଯାକ ଗୋଡ଼ ହରାଇଛନ୍ତି। ଗୁରୁତର ଅବସ୍ଥାରେ ତାଙ୍କୁ କଟକର ଏକ ଘରୋଇ ମେଡିକାଲରେ ଚିକିତ୍ସା କରାଯାଉଛି।
ସୈରିଦ୍ରୀ ଅଗଷ୍ଟ ୧୩ରେ ତାଙ୍କ ଉପରେ ହୋଇଥିବା ନିର୍ଯାତନା ସମ୍ପର୍କରେ ଲିଖିତ ଭାବେ ହୋମ୍‌ଗାର୍ଡ ଡିଜିଙ୍କୁ ଜଣାଇଥିଲେ। ଅନ୍ୟପଟେ ନିର୍ଯାତନା ଅଭିଯୋଗକୁ ଉତ୍ତର କେନ୍ଦ୍ରାଞ୍ଚଳ ଡିଆଇଜି ବ୍ରିଜେଶ କୁମାର ରାୟ ଖଣ୍ଡନ କରିଛନ୍ତି। ସେ କହିଛନ୍ତି, ତାଙ୍କର (ସୈରିଦ୍ରୀ ସାହୁ) ପାରିବାରିକ ସମସ୍ୟା ଥିଲା। ସେ ଅନ୍ୟମନସ୍କ ରହୁଥିଲେ। ତାଙ୍କୁ କୌଣସି ନିର୍ଯାତନା ଦିଆଯାଇ ନାହିଁ ବୋଲି ରାୟ କହିଛନ୍ତି।
ସୈରିଦ୍ରୀଙ୍କ ସ୍ବାମୀଙ୍କର ପୂର୍ବରୁ ମୃତ୍ୟୁ ହୋଇସାରିଥିବା ବେଳେ ସେ ନିଜ ୨ ଝିଅଙ୍କ ସହ ରହୁଛନ୍ତି। ତାଙ୍କ ରୋଜଗାରରେ ପରିବାର ଚଳୁଥିବା ବେଳେ ଏବେ ସେ ଦୁଇଟି ଯାକ ଗୋଡ଼ ହରାଇଛନ୍ତି। ତେଣୁ ତାଙ୍କୁ ତୁରନ୍ତ ଆର୍ଥିକ ସହାୟତା ଦେବାକୁ ଦାବି ହୋଇଛି। ଏହି ଘଟଣାରେ ମାନବାଧିକାର କର୍ମୀ ଜୟନ୍ତ ଦାସଙ୍କ ପକ୍ଷରୁ ଏନଏଚଆରସିରେ ମାମଲା ରୁଜୁ ହୋଇଛି। ଏପରି ଅମାନୁଷିକ କାଣ୍ଡ ପାଇଁ ଡିଆଇଜି ଓ ତାଙ୍କ ସ୍ତ୍ରୀଙ୍କ ବିରୋଧରେ ଆଇନଗତ କାର୍ଯ୍ୟାନୁଷ୍ଠାନ ସହ ପୀଡ଼ିତା ହୋମ୍‌ଗାର୍ଡଙ୍କୁ ୩୦ ଲକ୍ଷ କ୍ଷତିପୂରଣ ଦେବାକୁ ଆବେଦନରେ ଉଲ୍ଲେଖ କରାଯାଇଛି। କ୍ଷତିପୂରଣ ରାଶି ଡିଆଇଜିଙ୍କ ଦରମାରୁ କାଟିବା ପାଇଁ ଏତଲାରେ ଦର୍ଶାଯାଇଛି।
ହୋମ୍‌ଗାର୍ଡମାନଙ୍କୁ ସରକାରୀ କାମରେ ଲଗାଇବା ବଦଳରେ ଘରୋଇ କାମରେ ନିୟୋଜିତ କରାଯାଉଥିବା ଅନେକ ସମୟରେ ଅଭିଯୋଗ ହେଉଛି। ସ୍ବଳ୍ପ ବେତନଭୋଗୀ ହୋମ୍‌ଗାର୍ଡମାନେ ଚାକିରି ବଞ୍ଚାଇବା ପାଇଁ ହାକିମଙ୍କ କାମ ବିନା ପ୍ରତିବାଦରେ କରୁଛନ୍ତି। ଚାକିରି ଚାଲିଯିବା ଭୟ ଥିବାରୁ ଅନେକେ ମୁହଁ ଖୋଲୁନାହାନ୍ତି। ଉଚ୍ଚ ପାହ୍ୟାର ଅଧିକାରୀଙ୍କ ଘରେ ବ୍ୟକ୍ତିଗତ କାମ ପାଇଁ ୨ରୁ ୪ ଜଣ ଲେଖାଏ ହୋମ୍‌ଗାର୍ଡଙ୍କୁ ନିୟୋଜିତ କରାଯାଉଛି। ଏଭଳି ପ୍ରଥାକୁ ବନ୍ଦ କରିବାକୁ ବିଭିନ୍ନ ମହଲରେ ଦାବି ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

୫କେଜି LPG ସିଲିଣ୍ଡରକୁ ନେଇ ସରକାରଙ୍କ ବଡ଼ ଘୋଷଣା, ଲକ୍ଷ ଲକ୍ଷ ଲୋକଙ୍କୁ…

ନୂଆଦିଲ୍ଲୀ,୭।୪: ଇରାନରେ ଜାରି ରହିଥିବା ଯୁଦ୍ଧ କାରଣରୁ ସାରା ବିଶ୍ୱରେ LPG ଯୋଗାଣ ପ୍ରଭାବିତ ହୋଇଛି। ଏହାର ପ୍ରଭାବ ଭାରତର ପ୍ରବାସୀ ଶ୍ରମିକ ଓ ଦୁର୍ବଳ ଶ୍ରେଣୀର…

ଯେଉଁଠି ଅଛନ୍ତି ସେଇଠି ଥାନ୍ତୁ, ୪୮ ଘଣ୍ଟା ଯାଏ ଘରୁ ବାହାରନ୍ତୁ ନାହିଁ; ଭାରତୀୟଙ୍କ ପାଇଁ Advisory ଜାରି କଲା…

ତେହେରାନ,୭।୪: ପଶ୍ଚିମ ଏସିଆରେ ଯୁଦ୍ଧ ପରିସ୍ଥିତି ଭୟଙ୍କର ରୂପ ନେବାରେ ଲାଗିଛି। ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ବିନାଶକାରୀ ଧମକ ଏବଂ ଇସ୍ରାଏଲର ଆକ୍ରମଣ ମଧ୍ୟରେ ଇରାନରେ…

ଭଡ଼ାଘରେ ଚଲାଇଥିଲେ ଦେହ ବ୍ୟବସାୟ, ଦମ୍ପତିଙ୍କୁ ବାନ୍ଧିଲା ଟାଉନ ଥାନା ପୋଲିସ, ମିଳିଲା ଆପତ୍ତିଜନକ…

ବରଗଡ଼,୭।୪(ପ୍ରେମାନନ୍ଦ ଖମାରୀ)-ବରଗଡ଼ ସହର ଉପକଣ୍ଠ ଶ୍ରୀଧାମ ସୋସାଇଟି ନିକଟ ଏକ ଭଡ଼ାଘରେ ଦେହ ବ୍ୟବସାୟ ଚଲାଉଥିବା ଅଭିଯୋଗରେ ସ୍ଥାନୀୟ ଟାଉନ ଥାନା ପୋଲିସ ଜଣେ ଦମ୍ପତିଙ୍କୁ ଗିରଫ…

ଫସିଗଲେ ଡେଭିଡ୍‌ ଓ୍ବାର୍ନର, ମଦ ପିଇ ଗାଡ଼ି ଚଳାଇବା ଅଭିଯୋଗରେ ସିଡନୀରେ ଗିରଫ

ସିଡନୀ,୭।୪: ଅଷ୍ଟ୍ରେଲିଆର ବିସ୍ଫୋରକ ବ୍ୟାଟ୍ସମ୍ୟାନ ଡେଭିଡ ୱାର୍ନରଙ୍କ ପାଇଁ ଅଡୁଆ ବଢ଼ିଛି। ମଦ୍ୟପାନ କରି ଗାଡ଼ି ଚଲାଉଥିବା ବେଳେ (Drink-driving) ସିଡନୀ ପୋଲିସ ତାଙ୍କୁ ଗିରଫ କରିଛି।…

ସାମିଆପଲ୍ଲୀରୁ ବିପୁଳ ପରିମାଣରେ ଶାଗୁଆନ କାଠ ଜବତ

ଛତ୍ରପୁର,୭।୪ (ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲା ଛତ୍ରପୁର ନିକଟ ସାମିଆପଲ୍ଲୀ ଗ୍ରାମ ନିକଟରୁ ଭିଜିଲାନ୍ସ, ବନବିଭାଗ ମୋବାଇଲ ଟିମ, ଛତ୍ରପୁର ବନ ବିଭାଗ ବିପୁଳ ପରିମାଣର ଶାଗୁଆନ…

ରାଜ୍ୟସଭା କ୍ରସ୍‌ ଭୋଟିଂ ପରେ ପ୍ରଥମ ଥର ମୋହନା ଆସିଲେ ବିଧାୟକ

ମୋହନା, ୭ା୪(ମନ୍ମଥ ମିଶ୍ର): ରାଜ୍ୟସଭା ନିର୍ବାଚନ ପରେ ଗଜପତି ଜିଲା କଂଗ୍ରେସରେ ହଟଚମଟ ଦେଖିବାକୁ ମିଳିଥିଲା। ମୋହନା ବିଧାୟକ ଦାଶରଥି ଗମାଙ୍ଗ ନିଜ ଦଳର କଥା ଅବମାନନା…

ଆମେରିକା ରେଡ୍‌ ଲାଇନ୍‌ ପାର କଲେ, ଆମର କ୍ଷେପଣାସ୍ତ୍ର ଟ୍ରମ୍ପଙ୍କୁ ଭୟଙ୍କର ଜବାବ ଦେବ; ଇରାନ ଦେଲା ପାଲଟା ଚେତାବନୀ

ତେହେରାନ,୭।୪: ମଧ୍ୟପ୍ରାଚ୍ୟରେ ଉତ୍ତେଜନା ଚରମ ସୀମାରେ ପହଞ୍ଚିଛି। ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ଦ୍ୱାରା ଦିଆଯାଇଥିବା ଡେଡ୍‌ଲାଇନ୍‌ ଶେଷ ହେବା ପୂର୍ବରୁ ଇରାନର ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ‘ଖାର୍ଗ…

ଏକା ବେଳେ ଜଳିଲା ଗୋଟିଏ ପରିବାରର ୪ ଜୁଇ: କାନ୍ଦ ବୋବାଳିରେ ଫାଟି ପଡ଼ୁଛି ଗାଁ  

କୋରାପୁଟ,୭।୪(ଅମିତାଭ ବେହେରା):ଏକା ବେଳକେ ଜଳିଲା ଗୋଟିଏ ପରିବାରର ୪ ଜୁଇ। ଦୁର୍ଘଟଣାରେ ଗୋଟିଏ ପରିବାରର ୪ ଜଣଙ୍କ  ଘଟିଲା ମୃତ୍ୟୁ। କୋରପୁଟ ଶ୍ମଶାନରେ ଜଳିଲା ଜୁଇ। ନବରଙ୍ଗପୁର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri