ମମିତା ରାୟପୁର ଯିବା ନେଇ ପୋଲିସକୁ ପ୍ରମାଣ ମିଳିନାହିଁ କହିଲେ ଡିଆଇଜି

ସମ୍ବଲପୁର,୧୩ା୧୧(ବ୍ୟୁରୋ): ମମିତା ମେହେର ହତ୍ୟା ଘଟଣାରେ ପୋଲିସ କାର୍ଯ୍ୟ ସମ୍ପାଦନାରେ ଅବହେଳା କରିନାହିଁ। ଅଭିଯୋଗ ପରେ ମାମଲା ରୁଜୁ ହୋଇଥିଲା। ଅଭିଯୁକ୍ତଙ୍କ କ୍ରାଇମ୍‌ ସିନ କରିବା, କୋର୍ଟଙ୍କୁ ସୂଚନା ଦେବା, ଅଭିଯୁକ୍ତଙ୍କୁ ଗିରଫ କରି କୋର୍ଟ ଚାଲାଣ କରିବା ସବୁ ସମୟ ଅନୁସାରେ କରାଯାଇଛି। ବିଭିନ୍ନ ଦିଗକୁ ନେଇ ତଦନ୍ତ କରିବା ସହ ସାଇଣ୍ଟିଫିକ ଟିମ୍‌, ଫରେନ୍‌ସିକ୍‌ ଟିମ୍‌ ଯାଞ୍ଚ କରିଛି। ଘଟଣାରେ ୧୦ଜଣଙ୍କ ୧୬୪ରେ ଏବଂ ୧୧୦ରୁ ଊର୍ଦ୍ଧ୍ୱ ବ୍ୟକ୍ତିଙ୍କ ୧୬୧ ଧାରାରେ ବୟାନ ରେକର୍ଡ ହୋଇଛି। ଘଟଣାସ୍ଥଳରୁ ପ୍ରାମାଣ ସଂଗ୍ରହ ସହ ୨ ଅଭିଯୁକ୍ତଙ୍କୁ ଗିରଫ କରାଯାଇଛି। ଏପର୍ଯ୍ୟନ୍ତ ଅନ୍ୟ କାହାର ସମ୍ପୃକ୍ତି ଥିବା ନେଇ ପୋଲିସ ପାଖରେ ପ୍ରମାଣ ନାହିଁ। ହେଲେ କୋର୍ଟରେ ଅଭିଯୁକ୍ତମାନଙ୍କୁ ଦୋଷୀ ସାବ୍ୟସ୍ତ କରିବା ପାଇଁ ପୋଲିସ ପାଖରେ ଯଥେଷ୍ଟ ପ୍ରମାଣ ରହିଛି ବୋଲି ଶନିବାର ସମ୍ବଲପୁରଠାରେ ଅନୁଷ୍ଠିତ ଖବରଦାତା ସମ୍ମିଳନୀରେ ଉତ୍ତରାଞ୍ଚଳ ପୋଲିସ ଡିଆଇଜି ଡ. ଦୀପକ କୁମାର କହିଛନ୍ତି।
ସେ ଆହୁରି କହିଥିଲେ, ଘଟଣାକୁ ନେଇ ବିଭିନ୍ନ ଗଣମାଧ୍ୟମ ଓ କେତେଜଣ ବ୍ୟକ୍ତି ପୋଲିସ କାର୍ଯ୍ୟରେ ଅବହେଳା କରୁଥିବା କହୁଛନ୍ତି। ହେଲେ ଘଟଣା ଦିନ ଅର୍ଥାତ୍‌ ଅକ୍ଟୋବର ୧୩ ତାରିଖ ମଧ୍ୟାହ୍ନ ୧୨.୫୦ ମିନିଟରେ ଅଭିଯୋଗ ହୋଇଥିଲା। ମାମଲା ରୁଜୁ କରି ଅଭିଯୋଗକାରୀଙ୍କୁ ଏକ କପି ମଧ୍ୟ ଦିଆଯାଇଥିଲା। ଏହା ସହ ପୋଲିସ ବିଭାଗର ଉଚ୍ଚପଦସ୍ଥ ଅଧିକାରୀଙ୍କୁ ଜଣାଇ ଦିଆଯାଇଥିଲା। ସୁପ୍ରିମକୋର୍ଟଙ୍କ ନିୟମ ଅନୁସାରେ ସବୁ କାର୍ଯ୍ୟ କରାଯାଇଥିଲା। ୧୩ରୁ ୧୫ ତାରିଖ ଦଶହରା ଛୁଟି ଥିବାରୁ କୋର୍ଟରେ ୧୬ ତାରିଖରେ ସିଡି ଦାଖଲ ହୋଇଥିଲା। ଅଭିଯୁକ୍ତମାନଙ୍କୁ ରିମାଣ୍ଡରେ ଆଣି ଆକ୍ଟୋବର ୨୦ରୁ ୨୫ ତାରିଖ ଭିତରେ କ୍ରାଇମ୍‌ ସିନ୍‌ ରି-କ୍ରିଏଶନ କରାଯାଇଥିଲା, ଯାହା କୋର୍ଟରେ ଦାଖଲ ହୋଇଛି। ପୋଲିସ ଘଟଣାକୁ ଗୁରୁତ୍ୱର ସହ ନେଇଛି। ଆଇନ ଅନୁସାରେ କିଭଳି ଶୀଘ୍ର ଦୋଷୀଙ୍କୁ ଦଣ୍ଡ ମିଳିବ ସେ ନେଇ ସବୁପ୍ରକାର ଉଦ୍ୟମ କରିଛି ବୋଲି କହିଥିଲେ। ପରେ ଗଣମାଧ୍ୟମ ପ୍ରଶ୍ନ ଉପରେ ସେ କହିଥିଲେ, ଅନେକ ଚର୍ଚ୍ଚା ହେଉଛି। ହେଲେ ମମିତା ରାୟପୁର ଯିବା ନେଇ ପୋଲିସକୁ କୌଣସି ପ୍ରମାଣ ମିଳିନାହିଁ। ଅଭିଯୁକ୍ତ ପୋଲିସ ହେପାଜତରୁ ଫେରାର ଘଟଣାରେ କାର୍ଯ୍ୟାନୁଷ୍ଠାନ ବାବଦରେ ସେ ଉତ୍ତର ଦେଇ ନ ଥିଲେ। ଖବରଦାତା ସମ୍ମିଳନୀରେ ଏସ୍‌ପି ବାତୁଲା ଗଙ୍ଗାଧର ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶା ଜଙ୍ଗଲରେ ବୁଲୁଛି ବିରଳ କଲରା ପତରିଆ ବାଘ, କ୍ୟାମେରାରେ କଏଦ୍ ହେଲା ଦୃଶ୍ୟ

ଭୁବନେଶ୍ୱର,୨୯।୧୧: ଓଡିଶାରେ ଜଙ୍ଗଲରେ ବୁଲୁଛି ବିରଳ କଲରା ପତରିଆ ବାଘ। ରାଜ୍ୟରେ ଏବେ ବାଘ ଜନଗଣନା ଚାଲିଥିବା ବେଳେ କଲରା ପତରିଆ ବାଘର ରୋମାଞ୍ଚକର ଦୃଶ୍ୟ...

ସରକାରଙ୍କ ସହ ଆଲୋଚନା ସଫଳ, ବସ୍ ଧର୍ମଘଟ ପ୍ରତ୍ୟାହାର

ଭୁବନେଶ୍ୱର,୨୯।୧୧: ରାଜ୍ୟ ସରକାରଙ୍କ ସହ ଆଲୋଚନା ସଫଳ ହେବା ପରେ ବସ୍ ଧର୍ମଘଟ ପ୍ରତ୍ୟାହାର କରିଛନ୍ତି ଅଲ ଓଡିଶା ଘରୋଇ ବସ ସଂଘ। ବୁଧବାର ସନ୍ଧ୍ୟାରେ...

ଶ୍ରୀଜିଉଙ୍କ ବନକଲାଗି ନୀତି: ୪ଘଣ୍ଟା ସର୍ବସାଧାରଣ ଦର୍ଶନ ବନ୍ଦ

ପୁରୀ ,୨୯।୧୧: ବୁଧବାର ଶ୍ରୀମନ୍ଦିରରେ ଶ୍ରୀଜିଉଙ୍କ ବନକଲାଗି ନୀତି । ଦତ୍ତମହାପାତ୍ର ସେବାୟତ ଶ୍ରୀମୁଖ ଶୃଙ୍ଖାର କରିବେ । ଏ ନେଇ ସା ୫ଟାରୁ ରାତି...

ବନ୍ଧୁକ ଦେଖାଇ ସୁନା ଦୋକାନୀଙ୍କ ଘରୁ ଲୁଟ

ହାଟଡିହୀ,୨୯।୧୧(ଶୁଭକାନ୍ତ ନାୟକ) କେନ୍ଦୁଝର ଜିଲା ନନ୍ଦିପଦା ଥାନା ଅଞ୍ଚଳରେ ଜଣେ ସୁନା ଦୋକାନୀ ଙ୍କ ଘରୁ ମଙ୍ଗଳବାର ବିଳମ୍ବିତ ରାତିରେ ଲୁଟପାଟ ହୋଇଛି। ଥାନା ଅଧୀନ...

ରସୁଲଗଡ଼ରେ ଦୁର୍ଘଟଣା: ଜଣେ ମୃତ

ଭୁବନେଶ୍ବର,୨୯।୧୧: ଭୁବନେଶ୍ୱରର ରସୁଲଗଡ଼ ଛକ ନିକଟରେ ବୁଧବାର ଦୁର୍ଘଟଣା ଘଟିଛି। ଟ୍ରକ୍‌ ଚଢ଼ିଯିବାରୁ ଜଣେ ସ୍କୁଟି ଚାଳକଙ୍କ ମୃତ୍ୟୁ ଘଟିଛି। ମୃତକଙ୍କ ପରିଚୟ ମିଳିପାରି ନାହିଁ।...

ସମ୍ଭାବ୍ୟ ବାତ୍ୟା ନେଇ ୭ ଜିଲାପାଳଙ୍କୁ ଏସ୍‌ଆରସିଙ୍କ ଚିଠି 

ଭୁବନେଶ୍ବର,୨୯।୧୧: ଆଣ୍ଡାମାନ ସାଗରର ଲଘୁଚାପ କ୍ଷେତ୍ର ୱେଲ ମାର୍କଡ ଲୋ ପ୍ରେସରରେ ପରିଣତ ହୋଇଛି। ଦକ୍ଷିଣ ପୂର୍ବ ବଙ୍ଗୋପସାଗର ପାର୍ଶ୍ୱବର୍ତ୍ତୀ ଦକ୍ଷିଣ ଆଣ୍ଡାମାନ ସାଗରରେ ମଙ୍ଗଳବାର...

ଆଜି ଜଗତ୍‌ସିଂହପୁର ପୌର ପରିଷଦ ୬ନଂ. ୱାର୍ଡ ଉପନିର୍ବାଚନ

ଜଗତ୍‌ସିଂହପୁର, ୨୯।୧୧(ପ୍ରମୋଦ କୁମାର ନାୟକ): ଜଗତ୍‌ସିଂହପୁର ପୌର ପରିଷଦ ଅନ୍ତର୍ଗତ ୬ନଂ. ୱାର୍ଡରେ ବୁଧବାର ଉପନିର୍ବାଚନ ଅନୁଷ୍ଠିତ ହେବ। ସୁଜଙ୍ଗସ୍ଥିତ ପ୍ରାଥମିକ ବିଦ୍ୟାଳୟ ପରିସର ୧ନଂ....

ନଦୀ ପାଉଛି ଡ୍ରେନେଜ୍‌ର ଆଖ୍ୟା

ଯାଜପୁର,୨୯।୧୧(ହର୍ଷବର୍ଦ୍ଧନ ବେହେରା): ରାଜ୍ୟର ସମସ୍ତ ନଦୀ ଡ୍ରେନେଜ୍‌ର ଆଖ୍ୟା ନ ପାଉ। ଅଧିକାଂଶ ନଦୀ ଜଳ ଗୁରୁତର ଭାବେ ପ୍ରଦୂଷିତ ହେଉଥିବାରୁ ଓଡ଼ିଶା ନଦୀ ସୁରକ୍ଷା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri