ମମିତା ରାୟପୁର ଯିବା ନେଇ ପୋଲିସକୁ ପ୍ରମାଣ ମିଳିନାହିଁ କହିଲେ ଡିଆଇଜି

ସମ୍ବଲପୁର,୧୩ା୧୧(ବ୍ୟୁରୋ): ମମିତା ମେହେର ହତ୍ୟା ଘଟଣାରେ ପୋଲିସ କାର୍ଯ୍ୟ ସମ୍ପାଦନାରେ ଅବହେଳା କରିନାହିଁ। ଅଭିଯୋଗ ପରେ ମାମଲା ରୁଜୁ ହୋଇଥିଲା। ଅଭିଯୁକ୍ତଙ୍କ କ୍ରାଇମ୍‌ ସିନ କରିବା, କୋର୍ଟଙ୍କୁ ସୂଚନା ଦେବା, ଅଭିଯୁକ୍ତଙ୍କୁ ଗିରଫ କରି କୋର୍ଟ ଚାଲାଣ କରିବା ସବୁ ସମୟ ଅନୁସାରେ କରାଯାଇଛି। ବିଭିନ୍ନ ଦିଗକୁ ନେଇ ତଦନ୍ତ କରିବା ସହ ସାଇଣ୍ଟିଫିକ ଟିମ୍‌, ଫରେନ୍‌ସିକ୍‌ ଟିମ୍‌ ଯାଞ୍ଚ କରିଛି। ଘଟଣାରେ ୧୦ଜଣଙ୍କ ୧୬୪ରେ ଏବଂ ୧୧୦ରୁ ଊର୍ଦ୍ଧ୍ୱ ବ୍ୟକ୍ତିଙ୍କ ୧୬୧ ଧାରାରେ ବୟାନ ରେକର୍ଡ ହୋଇଛି। ଘଟଣାସ୍ଥଳରୁ ପ୍ରାମାଣ ସଂଗ୍ରହ ସହ ୨ ଅଭିଯୁକ୍ତଙ୍କୁ ଗିରଫ କରାଯାଇଛି। ଏପର୍ଯ୍ୟନ୍ତ ଅନ୍ୟ କାହାର ସମ୍ପୃକ୍ତି ଥିବା ନେଇ ପୋଲିସ ପାଖରେ ପ୍ରମାଣ ନାହିଁ। ହେଲେ କୋର୍ଟରେ ଅଭିଯୁକ୍ତମାନଙ୍କୁ ଦୋଷୀ ସାବ୍ୟସ୍ତ କରିବା ପାଇଁ ପୋଲିସ ପାଖରେ ଯଥେଷ୍ଟ ପ୍ରମାଣ ରହିଛି ବୋଲି ଶନିବାର ସମ୍ବଲପୁରଠାରେ ଅନୁଷ୍ଠିତ ଖବରଦାତା ସମ୍ମିଳନୀରେ ଉତ୍ତରାଞ୍ଚଳ ପୋଲିସ ଡିଆଇଜି ଡ. ଦୀପକ କୁମାର କହିଛନ୍ତି।
ସେ ଆହୁରି କହିଥିଲେ, ଘଟଣାକୁ ନେଇ ବିଭିନ୍ନ ଗଣମାଧ୍ୟମ ଓ କେତେଜଣ ବ୍ୟକ୍ତି ପୋଲିସ କାର୍ଯ୍ୟରେ ଅବହେଳା କରୁଥିବା କହୁଛନ୍ତି। ହେଲେ ଘଟଣା ଦିନ ଅର୍ଥାତ୍‌ ଅକ୍ଟୋବର ୧୩ ତାରିଖ ମଧ୍ୟାହ୍ନ ୧୨.୫୦ ମିନିଟରେ ଅଭିଯୋଗ ହୋଇଥିଲା। ମାମଲା ରୁଜୁ କରି ଅଭିଯୋଗକାରୀଙ୍କୁ ଏକ କପି ମଧ୍ୟ ଦିଆଯାଇଥିଲା। ଏହା ସହ ପୋଲିସ ବିଭାଗର ଉଚ୍ଚପଦସ୍ଥ ଅଧିକାରୀଙ୍କୁ ଜଣାଇ ଦିଆଯାଇଥିଲା। ସୁପ୍ରିମକୋର୍ଟଙ୍କ ନିୟମ ଅନୁସାରେ ସବୁ କାର୍ଯ୍ୟ କରାଯାଇଥିଲା। ୧୩ରୁ ୧୫ ତାରିଖ ଦଶହରା ଛୁଟି ଥିବାରୁ କୋର୍ଟରେ ୧୬ ତାରିଖରେ ସିଡି ଦାଖଲ ହୋଇଥିଲା। ଅଭିଯୁକ୍ତମାନଙ୍କୁ ରିମାଣ୍ଡରେ ଆଣି ଆକ୍ଟୋବର ୨୦ରୁ ୨୫ ତାରିଖ ଭିତରେ କ୍ରାଇମ୍‌ ସିନ୍‌ ରି-କ୍ରିଏଶନ କରାଯାଇଥିଲା, ଯାହା କୋର୍ଟରେ ଦାଖଲ ହୋଇଛି। ପୋଲିସ ଘଟଣାକୁ ଗୁରୁତ୍ୱର ସହ ନେଇଛି। ଆଇନ ଅନୁସାରେ କିଭଳି ଶୀଘ୍ର ଦୋଷୀଙ୍କୁ ଦଣ୍ଡ ମିଳିବ ସେ ନେଇ ସବୁପ୍ରକାର ଉଦ୍ୟମ କରିଛି ବୋଲି କହିଥିଲେ। ପରେ ଗଣମାଧ୍ୟମ ପ୍ରଶ୍ନ ଉପରେ ସେ କହିଥିଲେ, ଅନେକ ଚର୍ଚ୍ଚା ହେଉଛି। ହେଲେ ମମିତା ରାୟପୁର ଯିବା ନେଇ ପୋଲିସକୁ କୌଣସି ପ୍ରମାଣ ମିଳିନାହିଁ। ଅଭିଯୁକ୍ତ ପୋଲିସ ହେପାଜତରୁ ଫେରାର ଘଟଣାରେ କାର୍ଯ୍ୟାନୁଷ୍ଠାନ ବାବଦରେ ସେ ଉତ୍ତର ଦେଇ ନ ଥିଲେ। ଖବରଦାତା ସମ୍ମିଳନୀରେ ଏସ୍‌ପି ବାତୁଲା ଗଙ୍ଗାଧର ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ମାଡ଼ ମାରି ଭାଉଜଙ୍କ ହାତ ଭାଙ୍ଗିଦେଲେ ଦିଅର, ଆଉ ତା’ପରେ…

ଦିଗପହଣ୍ଡି,୧୩।୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଖଣ୍ଡଦେଉଳି ଗ୍ରାମର ବନିତା ପ୍ରଧାନଙ୍କୁ ରବିବାର ତାଙ୍କ ଦିଅର ପଦ୍ମ ଲୋଚନ ପ୍ରଧାନ ଆକ୍ରମଣ କରି ବାମ…

ପ୍ରଧାନମନ୍ତ୍ରୀ ମୋଦିଙ୍କୁ ଭେଟିଲେ ବାଲ୍ୟବନ୍ଧୁ, BJP ବିଧାୟକଙ୍କୁ ନେଇ ଆଣିଲେ ବଡ଼ ଅଭିଯୋଗ! ଛାନିଆ ହୋଇଗଲେ….

ମୁମ୍ବାଇ,୧୩।୯: ମହାରାଷ୍ଟ୍ରର ଭାୟନ୍ଦରରେ ଜମି ବିବାଦକୁ ନେଇ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ବାଲ୍ୟବନ୍ଧୁ ଅସଗରଅଲି ଭୋରା ତାଙ୍କୁ ଭେଟିଛନ୍ତି । ୮ ସେପ୍ଟେମ୍ବରରେ ୮୧ ବର୍ଷୀୟ ଭୋରା…

ପଶ୍ଚିମବଙ୍ଗରେ ବନ୍ଦ ହେଲା ୨୫୨ ମଦ୍ରାସା

କୋଲକାତା,୧୩ା୯: ପଶ୍ଚିମବଙ୍ଗ ସରକାର ରାଜ୍ୟରେ ଚାଲୁଥିବା ଇସ୍‌ଲାମୀୟ ଶିକ୍ଷାନୁଷ୍ଠାନଗୁଡ଼ିକର ସମୀକ୍ଷା କରିବା ପରେ ୨୫୨ ମଦ୍ରାସାକୁ ବନ୍ଦ କରିବା ପାଇଁ ନୋଟିସ ଜାରି କରିଛନ୍ତି। ଯାଞ୍ଚ ପ୍ରକ୍ରିୟାର…

ବ୍ୟବସାୟିକ ଜାହାଜ ଉପରେ ଆକ୍ରମଣ: ଭାରତୀୟ ନାବିକ ନିଖୋଜ

ନୂଆଦିଲ୍ଲୀ,୧୩ା୯: ଓମାନ ଉପକୂଳରେ ବ୍ୟବସାୟିକ ଜାହାଜ ଏମ୍‌ଟି ଏଲ୍‌ ଗାଇଆ ଉପରେ ଆକ୍ରମଣ ହେବାରୁ ଜଣେ ଭାରତୀୟ ନାବିକ ନିଖୋଜ ହୋଇଥିବା ବହିର୍ବ୍ୟାପାର ମନ୍ତ୍ରଣାଳୟ ରବିବାର ସ୍ପଷ୍ଟ…

ଖଟିଆରେ ଗର୍ଭବତୀଙ୍କୁ ବୁହାହେବା ଘଟଣା, ନବଜାତ ଶିଶୁ-ମା’ଙ୍କୁ ଭେଟିଲେ ସିଡିପିଓ

ଗୁଡାରି,୧୩।୯(ପ୍ରମୋଦ କୁମାର ପତି): ଶନିବାର ଦିନ ବ୍ଳକର ଶିରିଗୁଡା ଗ୍ରାମପଂଚାୟତ ଅନ୍ତର୍ଗତ ସାଡାକଣା ଗ୍ରାମର ଗର୍ଭବତୀ ମହିଳାଙ୍କୁ ଖଟିଆରେ ୩ କିଲୋମିଟର ବୋହିବା ପରେ ଆମ୍ବୁଲାନ୍ସ ଯୋଗେ…

ତାତିଲେ ମହିଳା, ଭାଙ୍ଗିଲେ ମଦ ଭାଟି

ମୋହନ,୧୩।୯(ମନ୍ମଥ ମିଶ୍ର): ଗାଁରେ ଚାଲିଥିଲା ମଦ ଭାଟି। ଏନେଇ ଗାଁରେ ଅଶାନ୍ତ ପରିବେଶ ସୃଷ୍ଟି ହେବା ଯୁବପିଢୀ ପଥଭ୍ରଷ୍ଟ ହେଉଥିଲେ। ବାରମ୍ବାର ଅଭିଯୋଗ ପରେ ବି କାହାର…

ସନତ ସଭାପତି, ଉମାକାନ୍ତ ସାଧାରଣ ସମ୍ପାଦକ ନିର୍ବାଚିତ

ବରଗଡ଼,୧୩।୯(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ହାବିଲଦାର, କନେଷ୍ଟବଲ ଆସୋସିଏଶନ ନିର୍ବାଚନ ଫଳାଫଳ ରବିବାର ଘୋଷଣା ହୋଇଛି। ଏଥିରେ ସଭାପତି ସନତ କୁମାର ହୋତା ସଭାପତି ନିର୍ବାଚିତ ହୋଇଛନ୍ତି।…

ମୋଟାପଣ, ଅଣସଂକ୍ରାମକ ରୋଗ ବଡ଼ ସ୍ବାସ୍ଥ୍ୟ ସମସ୍ୟା; BRICS ନେତା କହିଲେ…

ନୂଆଦିଲ୍ଲୀ, ୧୩ା୯ : ମୋଟାପଣ ଏବଂ ଅଣସଂକ୍ରାମକ ରୋଗ (ଏନ୍‌ସିଡି) ବର୍ତ୍ତମାନ ବିଶ୍ୱବ୍ୟାପୀ ଏକ ବଡ଼ ସ୍ବାସ୍ଥ୍ୟ ସମସ୍ୟାରେ ପରିଣତ ହୋଇଛି । ଏହାକୁ ନେଇ ବ୍ରିକ୍ସ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?