ମୋଦିଙ୍କ ପ୍ରଶଂସାରେ ଶତମୁଖ ସିଦ୍ଧାନ୍ତ: କହିଲେ, ତାଙ୍କ ସହ ପଦେ କଥା ହେଲେ…

ଭୁବନେଶ୍ୱର,୩୦।୧୧: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ନିର୍ବାଚନ ପରେ ପ୍ରଥମ ଥର ଦଳୀୟ କାର୍ଯ୍ୟାଳୟ ଯାଇ ଦଳର ବିଧାୟକ, ମନ୍ତ୍ରୀ, ଏମ୍‌ପି ଏବଂ ପଦାଧିକାରୀଙ୍କ ସହ ଦୀର୍ଘ ସମୟ ଧରି ବୈଠକ କରିଥିଲେ। ଏହି ସମୟରେ ସେ ନେତାଙ୍କୁ ଗୁରୁମନ୍ତ୍ର ଦେଇଥିଲେ। ଏହି ବୈଠକ ପରେ ଦିଗପହଣ୍ଡି ବିଧାୟକ ସିଦ୍ଧାନ୍ତ ମହାପାତ୍ର ପ୍ରଧାନମନ୍ତ୍ରୀ ମୋଦିଙ୍କୁ ପ୍ରଶଂସା କରିଛନ୍ତି।
ସିଦ୍ଧାନ୍ତ କହିଛନ୍ତି, ଅତ୍ୟନ୍ତ ସାଧାରଣ ଭାବେ କଥାବାର୍ତ୍ତା ହୋଇଥିଲେ। ଏଭଳି ଜଣେ ବ୍ୟକ୍ତିତ୍ୱ ଯାହାଙ୍କ ସହ ପଦେ କଥା ହେଲେ ଆତ୍ମସନ୍ତୋଷ ମିଳେ। ଅନେକ କଥା ତାଙ୍କ ଠାରୁ ଜାଣିବାକୁ ଓ ଶିଖିବାକୁ ମିଳେ। ଲୋକଙ୍କ ବିଶ୍ୱାସଭାଜନ ହେଲେ ଲମ୍ବା ସମୟ ଧରି ସରକାରରେ ରହିହେବ। ସେଥିଲାଗି କ’ଣ କରିବା ଦରକାର ତାହା ଉପରେ ଚର୍ଚ୍ଚା ହେଲା। ବହୁ ରିଲାକ୍ସ ମୁଡ୍‌ରେ କଥାବାର୍ତ୍ତା ହେଲେ। ସାର୍ବଜନୀନ ଜୀବନରେ ଆଚରଣ ଉଚ୍ଚାରଣ କିଭଳି ହେବା ଦରକାର ସେନେଇ ପ୍ରଧାନମନ୍ତ୍ରୀ ପରାମର୍ଶ ଦେଲେ ବୋଲି ସେ କହିଛନ୍ତି।

ବିଧାୟକ ଲକ୍ଷ୍ମଣ ବାଗ୍‌ କହିଛନ୍ତି, ଲୋକଙ୍କ ପାଇଁ କିଭଳି କାମ କରିବାକୁ ହୁଏ ସେ ବିଷୟରେ ମୋଦି କହିଲେ। ଜଣେ ଦଳୀୟ କର୍ମକର୍ତ୍ତା ଭଳି ଆମମାନଙ୍କ ସହ ମିଶିଲେ। ଯେଭଳି ମନ୍‌ କି ବାତ୍‌ କାର୍ଯ୍ୟକ୍ରମରେ ପ୍ରଧାନମନ୍ତ୍ରୀ କଥା ହୁଅନ୍ତି ସେପରି ଆଜି କଥା ହେଲେ ବୋଲି ସେ କହିଛନ୍ତି। ଶେଷରେ ପ୍ରଧାନମନ୍ତ୍ରୀ ସମସ୍ତଙ୍କ ସହ ମିଶି ରାତ୍ରିଭୋଜନ କରିଛନ୍ତି। ଓଡ଼ିଆ ଖାଦ୍ୟର ଆୟୋଜନ କରାଯାଇଥିଲା। ରାତି ପ୍ରାୟ ୧୦ଟା ବେଳକୁ ପ୍ରଧାନମନ୍ତ୍ରୀ ରାଜଭବନ ଅଭିମୁଖେ ବାହାରିଯାଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ସ୍କାଉଟ୍‌ସ ଓ ଗାଇଡ୍‌ସ ଶିବିର ଉଦ୍‌ଘାଟିତ: ସନ୍ଧ୍ୟାରେ ସାଂସ୍କୃତିକ କାର୍ଯ୍ୟକ୍ରମରେ ଦୁଲୁକିଲା ମଞ୍ଚ

ଦାରିଙ୍ଗବାଡି, ୫ ।୨ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ସିମନବାଡି ସରକାରୀ ଉନ୍ନୀତ ଉଚ୍ଚ ବିଦ୍ୟାଳୟ ପରିସରରେ ଗୁରୁବାର ୩ ଦିନିଆ ସ୍କାଉଟ୍‌ସ ଓ…

ପାଟଣାବାସୀଙ୍କ ଦୀର୍ଘଦିନର ଦାବି ହେଲା ପୂରଣ, ମୁଖ୍ୟମନ୍ତ୍ରୀ ଲୋକାର୍ପଣ କଲେ…

ପାଟଣା,୫।୨(ବୀର କିଶୋର ଦାଶ): ଓଡ଼ିଶାରେ ଗୁରୁବାର ୫୭ଟି ନୂତନ ସବ ରେଜିଷ୍ଟ୍ରର କାର୍ଯ୍ୟାଳୟ ଓ “ଆମ ସାଥୀ “ୟୁନିଫାଏଡ ହ୍ବାଟସ ଆପକୁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ…

‘ମୋଦି, ତୁମର କବର ଖୋଳାଯିବ’, କାହିଁକି ଏପରି ସ୍ଲୋଗାନ ଦେଉଛି କଂଗ୍ରେସ? ରାଜ୍ୟ ସଭାରେ ପ୍ରଧାନମନ୍ତ୍ରୀ ମୋଦି ଦେଲେ…

ନୂଆଦିଲ୍ଲୀ,୫।୨: ରାଜ୍ୟ ସଭାରେ ରାଷ୍ଟ୍ରପତିଙ୍କ ଅଭିଭାଷଣ ଉପରେ ଧନ୍ୟବାଦ ପ୍ରସ୍ତାବ ଉପରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ତାଙ୍କ ବିବୃତ୍ତିରେ କଂଗ୍ରେସକୁ କଡ଼ା ଟାର୍ଗେଟ କରିଥିଲେ। ସେ କହିଥିଲେ…

ଏସିଆନ ଶୁଟିଂରେ ଭରତର ଆଧିପତ୍ୟ ଜାରି: ସୁରୁଚି-ରାଣାଙ୍କୁ ମିଳିଲା ରୌପ୍ୟ

ନୂଆଦିଲ୍ଲୀ,୫ା୨: ଭାରତ ନୂଆଦିଲ୍ଲୀଠାରେ ଚାଲିଥିବା ଏସିଆନ ଶୁଟିଂ ଚାମ୍ପିୟନଶିପ୍‌ରେ ନିଜ ଆଧିପତ୍ୟ ଜାରି ରଖିଛି। ବିଶ୍ୱ ଚାମ୍ପିୟନ ସମ୍ରାଟ ରାଣା ଓ ବିଶ୍ୱ କପ୍‌ ଫାଇନାଲ ବିଜେତା…

ଘରେ କେହି ନଥିବାର ସୁଯୋଗ ନେଇ ଘରେ କଳାକନା ବୁଲାଇଲେ ଚୋର, ନେଇଗଲେ ୧୦ ଭରି ସୁନା ଗହଣା ସହ…

କୋକସରା,୫।୨(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା ଆମପାଣି ଥାନା ଆମପାଣି ଗ୍ରାମର ବ୍ୟବସାୟୀ ସନ୍ତୋଷ କୁମାର ସାହୁ ତାଙ୍କ ପରିବାର ଲୋକଙ୍କ ସହିତ ବୁଧବାର ଘରେ ନ…

ବିବାହ ଚର୍ଚ୍ଚା ଭିତରେ ବେବି ବମ୍ପ ସହ ନଜର ଆସିଲେ ଅଭିନେତ୍ରୀ, ସାଥିରେ ଥିଲେ ବିବାହିତ ଅଭିନେତା

ମୁମ୍ବାଇ: ବଲିଉଡ ଅଭିନେତ୍ରୀ ମୃଣାଲ ଠାକୁର ବର୍ତ୍ତମାନ ଅଭିନେତା ଧନୁଷଙ୍କ ସହ ତାଙ୍କ ସମ୍ପର୍କ ଏବଂ ତାଙ୍କ ବିବାହ ଯୋଜନା ପାଇଁ ଖବରରେ ଅଛନ୍ତି। ଅଭିନେତ୍ରୀ ସମ୍ପ୍ରତି…

ଫେବୃୟାରୀ ୯ ରେ ହେବ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି 

ଭୁବନେଶ୍ୱର,୫।୨: ଆସନ୍ତା ସୋମବାର ଫେବୃଆରୀ ୯ ତାରିଖରେ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି ଅନୁଷ୍ଠିତ ହେବ । ମାନ୍ୟବର ମୁଖ୍ୟମନ୍ତ୍ରୀ ପୂର୍ବାହ୍ନ ୧୦ ଘଟିକାରୁ ୟୁନିଟ-୨, ଅଶୋକ…

ମେଘାଳୟରେ ଭୟଙ୍କର ଖଣି ବିସ୍ଫୋରଣ: ୧୬ ଶ୍ରମିକଙ୍କ ମୃତ୍ୟୁ, ଅନେକ ଫସି ରହିଥିବା ଆଶଙ୍କା

ନୂଆଦିଲ୍ଲୀ,୫।୨: ମେଘାଳୟର ଏକ ବେଆଇନ ଖଣିରେ ବିସ୍ଫୋରଣ ଘଟି ୧୬ ଶ୍ରମିକ ମୃତ୍ୟୁବରଣ କରିଛନ୍ତି। ଗୁରୁବାର ସକାଳେ ଥାଙ୍ଗସ୍କୁ ଅଞ୍ଚଳରେ ଘଟିଥିବା ଏହି ଦୁର୍ଘଟଣାରେ ଏବେ ମଧ୍ୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri