ଦିଗପହଣ୍ଡିରେ ଚାଞ୍ଚଲ୍ୟ: ପୋଖରୀରେ ମାଛଧରୁଥିବା ବେଳେ ଜାଲରେ କୁମ୍ଭୀର…

ଦିଗପହଣ୍ଡି,୩।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି-ଘୋଡ଼ାହାଡ଼ ଡ୍ୟାମ ରାସ୍ତାର ସନ୍ଥ ଅରକ୍ଷିତ ଛକରେ ଥିବା ପୋଖରୀରୁ କୈବର୍ତ୍ତମାନେ ଶୁକ୍ରବାର ସକାଳେ ମାଛ ଧରୁଥିବା ବେଳେ ଜାଲରେ ମାଛ ସହ ଏକ କୁମ୍ଭୀର ଛୁଆ ମିଳିଥିଲା। ଏ ନେଇ ଦିଗପହଣ୍ଡି ବନ ବିଭାଗକୁ ସୂଚନା ମିଳିବା ପରେ ରେଞ୍ଜର ଦିବ୍ୟ ରଞ୍ଜନ ସାହୁଙ୍କ ନିର୍ଦ୍ଦେଶକ୍ରମେ ଫରେଷ୍ଟର ସନ୍ତୋଷ ବିଷୋୟୀ ରତ୍ନ, ଫରେଷ୍ଟାଗାର୍ଡ ପ୍ରଦୀପ ସ୍ବାଇଁ ଘଟଣାସ୍ଥଳରେ ପହଞ୍ଚି କୁମ୍ଭୀର ଛୁଆକୁ ସୁରକ୍ଷିତ ଅବସ୍ଥାରେ ଉଦ୍ଧାର କରି ଘୋଡ଼ାହାଡ଼ ଡ଼୍ୟାମରେ ଛାଡିଥିବା ଜଣାପଡ଼ିଛି। ରବି ଫସଲ ପାଇଁ କିଛିଦିନ ପୂର୍ବେ ଡ୍ୟାମରୁ କେନାଲ ଯୋଗେ ପାଣି ଛଡାଯାଇଥିଲା। କୁମ୍ଭୀର ଛୁଆଟି ଡ୍ୟାମରୁ କେନାଲ ପାଣିରେ ଭାସି ଆସି ପୋଖରୀକୁ ଆସିଥିବା ସନ୍ଦେହ କରାଯାଇଛି। ଉଦ୍ଧାର କୁମ୍ଭୀରର ବୟସ ୪/୫ ମାସ ହେବ ବୋଲି ଫରେଷ୍ଟର କହିଛନ୍ତି। ଚଳିତବର୍ଷ ଘୋଡ଼ାହାଡ଼ ଡ଼୍ୟାମରେ ଭରପୁର ପାଣି ମହଜୁଦ ଥିବା କାରଣରୁ କୁମ୍ଭୀର ପ୍ରଜନନ ସଂଖ୍ୟା ଦ୍ରୁତଗତିରେ ବୃଦ୍ଧି ପାଉଛି। ଗତ ଜାନୁୟାରୀ ୧୦ ତାରିଖରେ ବନବିଭାଗ ପକ୍ଷରୁ କୁମ୍ଭୀର ଗଣନା କରାଯାଇଥିଲା। ଡ଼୍ୟାମରେ ପୂର୍ବବର୍ଷ ମାନଙ୍କ ତୁଳନାରେ ଚଳିତବର୍ଷ ୬୩ କୁମ୍ଭୀର ଥିବା ଗଣନା ରିପୋର୍ଟରୁ ଜଣାପଡ଼ିଛି। ବିଗତ ୪ ବର୍ଷରେ ବ୍ରହ୍ମପୁର ବନଖଣ୍ଡ ଅଧୀନ ଏହି ଡ୍ୟାମ ଓ ଡ୍ୟାମ ସଂଲଗ୍ନ ବିଭିନ୍ନ ଗ୍ରାମର ପୋଖରୀମାନଙ୍କରେ କୁମ୍ଭୀରଙ୍କ ସଂଖ୍ୟା ୭୬ରୁ ବୃଦ୍ଧି ପାଇ ୯୫ରେ ପହଞ୍ଚିଥିବା ଜଣାପଡ଼ିଛି । ରାଜ୍ୟ ସରକାରଙ୍କ ଜଙ୍ଗଲ ପରିବେଶ ଓ ଜଳବାୟୁ ପରିବର୍ତ୍ତନ ବିଭାଗ ବ୍ରହ୍ମପୁର ବନଖଣ୍ଡ ଅଧୀନ ଦିଗପହଣ୍ଡି ବନବିଭାଗ ରେଞ୍ଜ କାର୍ଯ୍ୟାଳୟ ପକ୍ଷରୁ ନିୟମିତ ଏହାର ସୁରକ୍ଷା ପାଇଁ ନିଆଯାଉଥିବା ପଦକ୍ଷେପ କାରଣରୁ କ୍ରମଶଃ ଏଠାରେ କୁମ୍ଭୀରଙ୍କ ସଂଖ୍ୟା ବୃଦ୍ଧି ପାଉଥିବା ଜଣାପଡ଼ିଛି।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ରାଜଧାନୀରେ ୨୪ଘଣ୍ଟାରେ ୫ଜଣଙ୍କୁ ହତ୍ୟା, ଘର ଭିତରେ ପଶି ମା’ପୁଅଙ୍କୁ ମାରିଦେଲେ

ନୂଆଦିଲ୍ଲୀ,୨୧।୫: ଜୀତାୟ ରାଜଧାନୀରେ ଅପରାଧ ବଢିବାରେ ଲାଗିଛି । ଗତ ୨୪ ଘଣ୍ଟା ମଧ୍ୟରେ ଦିଲ୍ଲୀରେ ପାଞ୍ଚ ଜଣଙ୍କ ମୃତ୍ୟୁ ଘଟିଥିବା ରିପୋର୍ଟ ହୋଇଛି । ଏବେ ଦିଲ୍ଲୀର…

ICC ବିଶ୍ୱକପରୁ ବାଦ ପଡ଼ିବେ ରୋହିତ ଶର୍ମା ! ସାମ୍‌ନାକୁ ଆସିଲା ବଡ଼ ଖବର, ଚିନ୍ତାରେ BCCI

ନୂଆଦିଲ୍ଲୀ,୨୧।୫: ICC ODI ବିଶ୍ୱକପରେ ପୂର୍ବତନ ଭାରତୀୟ ଅଧିନାୟକ ରୋହିତ ଶର୍ମା ଏବଂ ଅଲରାଉଣ୍ଡର ହାର୍ଦ୍ଦିକ ପାଣ୍ଡ୍ୟାଙ୍କ ଅଂଶଗ୍ରହଣକୁ ନେଇ ପ୍ରଶ୍ନ ଉଠିଛି। ଚୟନକର୍ତ୍ତାମାନେ ଆସନ୍ତା ବର୍ଷ…

ଓଡ଼ିଶାକୁ ଅବହେଳା: ଖୋର୍ଦ୍ଧା-ନୟାଗଡ଼ ୪ ଲେନ୍‌ ପ୍ରସ୍ତାବ ଖାରଜ କଲେ ସରକାର

ଖୋର୍ଦ୍ଧା,୨୧ା୫: ଓଡ଼ିଶା ପ୍ରତି କେନ୍ଦ୍ର ସରକାରଙ୍କ ଅବହେଳା। ଖୋର୍ଦ୍ଧା-ନୟାଗଡ଼ ୪ ଲେନ୍‌ ଜାତୀୟ ରାଜପଥ ପ୍ରକଳ୍ପ ପ୍ରସ୍ତାବକୁ ଖାରଜ କରିଦେଇଛନ୍ତି କେନ୍ଦ୍ର ସରକାର। ରାସ୍ତାକୁ ୨ରୁ ୪-ଲେନ୍‌…

ଇବୋଲାକୁ ନେଇ ଆଡଭାଇଜରୀ ଜାରି କଲେ କେନ୍ଦ୍ର ସରକାର, ଲକ୍ଷଣ ଦେଖାଗଲେ….

ନୂଆଦିଲ୍ଲୀ,୨୧।୫: ଆଫ୍ରିକାରେ ଇବୋଲା ଭାଇରସ ପ୍ରକୋପ ସମ୍ପର୍କରେ କେନ୍ଦ୍ର ସ୍ୱାସ୍ଥ୍ୟ ଏବଂ ପରିବାର କଲ୍ୟାଣ ମନ୍ତ୍ରଣାଳୟ ଏବେ ସତର୍କତା ବୃଦ୍ଧି କରିଛି । ବିଶ୍ୱ ସ୍ୱାସ୍ଥ୍ୟ ସଂଗଠନ (WHO)…

SBI ଆକାଉଣ୍ଟଧାରୀଙ୍କ ପାଇଁ ବଡ଼ ଖବର; ଲଗାତାର ୬ ଦିନ ବନ୍ଦ ରହିବ..

ନୂଆଦିଲ୍ଲୀ,୨୧।୫: ଦେଶ ସବୁଠାରୁ ନାମୀଦାମୀ ବ୍ୟଙ୍କରେ ୬ ଦିନ ଝୁଲିବ ତାଲା । ପାଖାପାଖି ୨୩୨୭୦ ଶାଖା, ୬୩୦୦୦ରୁ ଅଧିକ ATM ୫୦ କୋଟିରୁ ଅଧିକ ଗ୍ରାହକଙ୍କ…

ସ୍ୱାସ୍ଥ୍ୟକର୍ମଚାରୀ ଅଭାବକୁ ନେଇ ତାତିଲେ ଗ୍ରାମବାସୀ, ଦୋକାନ ବନ୍ଦ କରି ରାସ୍ତାରେ ବସିଲେ

ଗଜପତି,୨୧।୫(ଗିରିଧାରୀ ପରିଛା): ଡାକ୍ତର, ଫାର୍ମାସିଷ୍ଟ ଓ ସ୍ୱାସ୍ଥ୍ୟକର୍ମଚାରୀ ଅଭାବ ହେତୁ ଗୋଶାଣି ବ୍ଲକ ଗାରାବନ୍ଧ ଗ୍ରାମରେ ରାଜରାସ୍ତାକୁ ଓହ୍ଲାଇଲେ ଲୋକେ । ଦୋକାନ ବନ୍ଦ କରିବା ସହିତ…

ଘରୋଇ ହଷ୍ଟେଲର ୩ ମହଲା ଛାତରୁ ପଡି ସ୍କୁଲ ଛାତ୍ର ଗୁରୁତର, କଟକ ମେଡିକାଲରେ ଭର୍ତ୍ତିି

ନୀଳଗିରି, ୨୧।୫(ପ୍ରଶାନ୍ତ କୁମାର ବିଶ୍ବାଳ): ଘରୋଇ ମେସର ୩ ମହଲା ଛାତରୁ ଖସି ଛାତ୍ର ଗୁରୁତର ହୋଇ କଟକ ମେଡିକାଲକୁ ସ୍ଥାନାନ୍ତର ହୋଇଛନ୍ତି। ଛାତତ୍ର ଜଣଙ୍କ ନୀଳଗିରି…

ବିଜ୍ଞାନରେ ଏତିକି ନମ୍ବର ରଖି ଦୁଇ ଜଣ ହେଲେ ବ୍ଲକ ଟପ୍ପର : ସଫଳତା ପାଇଁ ଅଧ୍ୟାପକ, ପରିବାରଙ୍କୁ ଦେଲେ ଶ୍ରେୟ

ଛତ୍ରପୁର,୨୧।୫(ଦିଲ୍ଲୀପ ସାମଲ): ପ୍ରକାଶ ପାଇଛି ଯୁକ୍ତ୨ ରେଜଲ୍ଟ । ଏହି ଅବସରରେ ବିଜ୍ଞାନ ବିଭାଗରେ ଦୁଇ ଛାତ୍ର ଛତ୍ରପୁର ବ୍ଲକ ଟପ୍ପର ହୋଇଛନ୍ତି । ଗୋବିନ୍ଦପୁର ସ୍ଥିତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri