୨୪ ଲିଟର ଅପମିଶ୍ରିତ ଦେଶୀ ମଦ ଜବତ; ୨ ଅଭିଯୁକ୍ତ କୋର୍ଟ ଚାଲାଣ

ଦିଗପହଣ୍ଡି,୧୧।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଅବକାରୀ ଥାନା ଅଧୀନରେ ଚଢ଼ାଉ କରାଯାଇ ମୋଟ ୨୪ ଲିଟର ଅପମିଶ୍ରିତ ଦେଶୀ ମଦ ଜବତ କରାଯାଇଛି। ଏହି ଘଟଣାରେ ଅବକାରୀ ବିଭାଗ ଦୁଇ ଜଣ ଅଭିଯୁକ୍ତଙ୍କୁ ଗିରଫ କରି ଗୁରୁବାର କୋର୍ଟ ଚାଲାଣ କରିଛି। ଦିଗପହଣ୍ଡି ଅବକାରୀ ଥାନା ଭାରପ୍ରାପ୍ତ ଓଆଇସି ଏନ୍. ତ୍ରିପତିଙ୍କ ନେତୃତ୍ୱରେ ବୁଧବାର ଅପରାହ୍ନରେ ଖମାରି ଗାଁ ଇଲାକାରେ ପାଟ୍ରୋଲିଂ କରାଯାଉଥିଲା।

ପାଟ୍ରୋଲିଂ ସମୟରେ ଖମାରି ଗାଁ ପଞ୍ଚାୟତ ବାରିତୋଳା ଗ୍ରାମର ସୁରେନ୍ କୁମାର ମହାନ୍ତି ଏକ ହିରୋହଣ୍ଡା ବାଇକ୍ (ନଂ.ଓ ଆର ୦୭ ଆର୍- ୦୦୩୬) ଯୋଗେ ଆସୁଥିବା ବେଳେ ଅବକାରୀ କର୍ମଚାରୀମାନେ ତାଙ୍କୁ ଅଟକାଇ ଯାଞ୍ଚ କରିଥିଲେ। ତାଙ୍କ ବ୍ୟାଗରୁ ଏକ ପ୍ଲାଷ୍ଟିକ୍ ଜାରକିନରେ ୯ ଲିଟର ଅପମିଶ୍ରିତ ଦେଶୀ ମଦ ଜବତ କରାଯାଇଥିଲା।

ସେହିପରି ଖମାରି ଗାଁ ଶ୍ରୀ ଉଜ୍ଜ୍ୱଳେଶ୍ୱର ଶୈବପୀଠ ନିକଟ ରାସ୍ତାରେ କଇଠଖଣ୍ଡି ପଞ୍ଚାୟତ ଦାମୋଦରପୁର ଗ୍ରାମର ଦଣ୍ଡାସି ନାୟକଙ୍କ ନିକଟରୁ ଏକ ପ୍ଲାଷ୍ଟିକ୍ ଜାରକିନରେ ଥିବା ୧୫ ଲିଟର ଅପମିଶ୍ରିତ ଦେଶୀ ମଦ ଜବତ କରାଯାଇଥିଲା।

ଉଭୟ ଅଭିଯୁକ୍ତଙ୍କୁ ଗିରଫ କରାଯିବା ସହ ବାଇକ୍‌ଟିକୁ ମଧ୍ୟ ଜବତ କରାଯାଇଥିଲା। ଅବକାରୀ ଥାନାରେ ପୃଥକ ଭାବେ ମାମଲା ନଂ.୧୬୨/୨୫-୨୬ ଏବଂ ୧୬୩/୨୫-୨୬ ଅନୁଯାୟୀ ମକଦ୍ଦମା ରୁଜୁ କରାଯାଇ ଅଭିଯୁକ୍ତ ସୁରେନ୍ କୁମାର ମହାନ୍ତି ଏବଂ ଦଣ୍ଡାସି ନାୟକଙ୍କୁ କୋର୍ଟ ଚାଲାଣ କରାଯାଇଛି। ଚଢ଼ାଉରେ ଅବକାରୀ କନେଷ୍ଟବଳ ଏସ୍‌କେ. ରାଜେଶ ଉଦ୍ଦିନ୍, ବଳରାମ ପାତ୍ର, ରାଜେଶ କୁମାର ଜେନା ପ୍ରମୁଖ ସାମିଲ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଚାମେଲୀ ଓଝାଙ୍କ ଭିଡିଓ ଉତ୍ତୋଳନ ବିବାଦରେ ନୂଆମୋଡ଼: ମହାକାଳପଡ଼ାରେ ଜାତୀୟ ମାନବାଧିକାର କମିଶନ ଟିମ୍‌

ମହାକାଳପଡ଼ା, ୬।୧୦: କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ବିଡିଓ କାର୍ଯ୍ୟାଳୟରେ ସରପଞ୍ଚଙ୍କ ଭିଡିଓ ଉତ୍ତୋଳନକୁ ନେଇ ହୋଇଥିବା ବିବାଦ ଏବେ ନୂଆମୋଡ଼ ନେଇଛି। ତିଖିରି ସରପଞ୍ଚ ଚାମେଲୀ…

କଣ୍ଟେନର ଖୋଲିଲା, ବାହାରିଲା ୨୦ କୁଇଣ୍ଟାଲ ଗୋମାଂସ”

ଖୋର୍ଦ୍ଧା, ୬ା୧୦ (ପ୍ରଭାତ ପାଣିଗ୍ରାହୀ): ଖୋର୍ଦ୍ଧା ସଦର ଥାନା ଅନ୍ତର୍ଗତ ତୋଟାପଡ଼ା-ଜରିପୁଟ ରାସ୍ତା ନିକଟସ୍ଥ ଜଙ୍ଗଲରେ ଚଢ଼ଉ କରି ପୁଲିସ ଏକ କଣ୍ଟେନରରୁ ପ୍ରାୟ ୨୦ କୁଇଣ୍ଟାଲ…

ଇନଷ୍ଟାଗ୍ରାମ ଆଇଡି ହ୍ୟାକ୍ କରି ଯୁବତୀଙ୍କ ଆପତ୍ତିଜନକ ଫଟୋ ଭାଇରାଲ, ଧରାପଡିବା ପରେ…..

ଆନନ୍ଦପୁର,୬ା୧୦(ସୁଶାନ୍ତ କୁମାର ସାହୁ ): ଇନଷ୍ଟାଗ୍ରାମ ଆଇଡି ହ୍ୟାକ କରି ଜଣେ ଯୁବତୀଙ୍କ ଆପତ୍ତିଜନକ ଫଟୋ ଭାଇରାଲ କରିବା ଅଭିଯୋଗରେ ଘଷିପୁରା ପୋଲିସ ଜଣେ ଯୁବକକୁ ଗିରଫ…

ମର୍ମନ୍ତୁଦ ସଡ଼କ ଦୁର୍ଘଟଣା; ଛୁଇବନ୍ଧରେ ଟ୍ରକକୁ ପିଟିଲା ପିକଅପ୍, ଦୁଇ ମୃତ

ବଲାଙ୍ଗୀର,୬।୧୦( ସୁନିଲ କୁମାର ମହାନ୍ତି): ବଲାଙ୍ଗୀର-ସମ୍ବଲପୁର ଏନ୍‌ଏଚ୍‌-୨୬ର ଛୁଇଁବନ୍ଧ ନିକଟରେ ମଙ୍ଗଳବାର ସକାଳୁ ଭୟଙ୍କର ଦୁର୍ଘଟଣା ହୋଇଛି । ପିକଅପ୍ ଗାଡ଼ି ଟ୍ରକକୁ ପଛରୁ ଧକ୍କା ଦେବା…

ଦଶହରା ପୂର୍ବରୁ କଫ ସିରପ୍‌ କାରବାର ଠାବ: ୩୧୫୬ ବୋତଲ କଫ୍‌ ସିରପ ସହ ଜଣଙ୍କୁ ମାଡ଼ିବସିଲା ପୋଲିସ

ବରଗଡ଼,୬।୧୦(ପ୍ରେମାନନ୍ଦ ଖମାରୀ):ବରଗଡ଼ ଗ୍ରାମାଞ୍ଚଳ ଥାନା ପୋଲିସ ସୋମବାର ସହର ଉପକଣ୍ଠ ତୋରା-ନାଗେନପାଲି ରାସ୍ତାରେ ବିପୁଳ ପରିମାଣରେ କଫ୍‌ ସିରପ୍‌ ଜବତ କରିଛି। କଫ୍‌ ସିରପ୍‌ ବୋଝେଇ ଏକ…

ଖୋଲିଲା ମା’ ତାରାତାରିଣୀଙ୍କ ଦାନହୁଣ୍ଡି; ସୁନା-ରୁପା ଅଳଙ୍କାର ସହ ମିଳିଲା…

ପୁରୁଷୋତ୍ତମପୁର,୬।୧୦(ସବିତା ମିଶ୍ର): ଗଞ୍ଜାମ ଜିଲାର ପ୍ରସିଦ୍ଧ ଇଷ୍ଟଦେବୀ ମା’ ତାରାତାରିଣୀଙ୍କ ମନ୍ଦିର ଦାନହୁଣ୍ଡି ସୋମବାର ଖୋଲାଯାଇଛି । ମନ୍ଦିର ନିର୍ବାହୀ ଅଧିକାରୀ ତଥା ପୁରୁଷୋତ୍ତମପୁର ତହସିଲଦାର ବିନୋଦ…

SCB ମେଡିକାଲ୍‌ କ୍ୟାମ୍ପସ୍‌ରେ ଯୁବକଙ୍କ ହାଇଡ୍ରାମା, ୫୦ ଫୁଟ ପାଣିଟାଙ୍କି ଉପରୁ ଡେଇଁ…

କଟକ,୬।୧୦(ପ୍ରଭୁକଲ୍ୟାଣ ପାଲ୍): କଟକ ବଡ ମେଡିକାଲରେ ଅଘଟଣ। ପାଣି ଟାଙ୍କି ଉପରୁ ଡେଇଁ ଆତ୍ମହତ୍ୟା ଉଦ୍ୟମ କଲେ ଯୁବକ। ଦୀର୍ଘ ସମୟଧରି ହାଇଡ୍ରାମା ପରେ ସେ ଟାଙ୍କି…

୫୩ ବର୍ଷ ପରେ ଏକାଠି ହେଲେ ୫ ଶିକ୍ଷକ ବନ୍ଧୁ: ମିଶିକି କଲେ ଏମିତି କାମ

ତାଳଚେର,୬ା୧୦(ମନୋଜ ନନ୍ଦ): ଶିକ୍ଷକତା ଜୀବନର ପ୍ରାରମ୍ଭରେ ପରସ୍ପର ସଂସ୍ପର୍ଶରେ ଆସିଥିଲେ। ତାଲିମ କେନ୍ଦ୍ରରେ ଚିହ୍ନା ପରିଚୟ ପରେ ସେମାନଙ୍କ ଭିତରେ ଗଢ଼ି ଉଠିଥିଲା ବନ୍ଧୁତା। ହେଲେ ସ୍କୁଲକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?