ହୋଟେଲ୍ ମାଲିକଙ୍କୁ ହତ୍ୟା ଉଦ୍ୟମ ଘଟଣା; ଜେଲ୍ ଗଲେ ଜଣେ ଅଭିଯୁକ୍ତ

ଦିଗପହଣ୍ଡି,୧୧।୧୧(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକର ଭ୍ରମରପୁର ଗ୍ରାମରେ ଜଳଖିଆ ହୋଟେଲ୍ ମାଲିକ ଭଗବାନ ମିଶ୍ର ଓ ତାଙ୍କ ଭାଇ ରବୀନ୍ଦ୍ର ମିଶ୍ରଙ୍କୁ ହତ୍ୟା ଉଦ୍ୟମ କରାଯିବା ଘଟଣାରେ ଜଣେ ଅଭିଯୁକ୍ତଙ୍କୁ ଗିରଫ କରାଯାଇ କୋର୍ଟ ଚାଲାଣ କରାଯାଇଛି। ଅଭିଯୁକ୍ତଙ୍କ ଜାମିନ ନାମଞ୍ଜୁର ହେବାରୁ ତାଙ୍କୁ ଦିଗପହଣ୍ଡି ସବ୍-ଜେଲ୍ ହାଜତକୁ ପଠାଇ ଦିଆଯାଇଛି।

ଗିରଫ ହୋଇଥିବା ଅଭିଯୁକ୍ତ ହେଲେ ଭ୍ରମରପୁର ଗ୍ରାମର ମୃତ୍ୟୁଞ୍ଜୟ ମହାରଣା ଏବଂ ବଜ୍ରଗୁମ୍ମା ଗ୍ରାମର ସନ୍ତୋଷ ମହାରଣା। କେ. ନୂଆଗାଁ ଥାନା ମାମଲା ନଂ ୩୮୭/୨୫ ଅନୁଯାୟୀ, ତଦନ୍ତକାରୀ ଅଧିକାରୀ ତଥା ନୂଆପଡ଼ା ଫାଣ୍ଡି ଏସ୍.ଆଇ. ଜଗବନ୍ଧୁ ବାର୍ଲା ଗିରଫ କରିଥିଲେ।

ରବିବାର ସକାଳ ପ୍ରାୟ ୧୦:୩୦ ବେଳେ ଗାଁ ବଜାର ରଥଦାଣ୍ଡ ବୁଲାଣିରେ ଦୁଇ ପରିବାର ମଧ୍ୟରେ ଲୁହାପାଇପ୍, କାଠଫଡ଼ା, ପଥରଖଣ୍ଡ ଧରି ପରସ୍ପରକୁ ଆକ୍ରମଣ କରାଯାଇଥିଲା।

ଏହି ଆକ୍ରମଣରେ ଭଗବାନ ମିଶ୍ର, ରବୀନ୍ଦ୍ର ମିଶ୍ର ଓ ନାରାୟଣ ମହାରଣା ଗୁରୁତର ଆହତ ହୋଇ ପ୍ରଥମେ ପାତ୍ରପୁର ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ର ଓ ପରେ ବ୍ରହ୍ମପୁର ବଡ଼ ଡାକ୍ତରଖାନାକୁ ସ୍ଥାନାନ୍ତରିତ ହୋଇ ଚିକିତ୍ସାଧୀନ ଅଛନ୍ତି।

ଏହି ବିବାଦ ଜବରଦଖଲ ଉଚ୍ଛେଦକୁ ନେଇ ଆରମ୍ଭ ହୋଇଥିଲା। ଜୁନ୍ ୨୪ ତାରିଖରେ ହାଇକୋର୍ଟଙ୍କ ନିର୍ଦ୍ଦେଶକ୍ରମେ ବଜାର ସାହି ରାସ୍ତା ପ୍ରଶସ୍ତିକରଣ ପାଇଁ ଜବରଦଖଲ ଉଚ୍ଛେଦ କରାଯାଇଥିଲା।

କିନ୍ତୁ ପରେ ଭଗବାନ ମିଶ୍ର ପୁଣି ଥରେ ରାସ୍ତା ଜବରଦଖଲ କରି ସିଡ଼ି ପାହାଚ ନିର୍ମାଣ କରିଥିଲେ। ଏହାକୁ ନେଇ ନାରାୟଣ ମହାରଣା ଓ ହୃଷୀକେଶ ମହାରଣା ପ୍ରତିବାଦ କରିବାରୁ ବିବାଦ ଆରମ୍ଭ ହୋଇଥିଲା। ଏହି ଘଟଣା ଶନିବାର ସନ୍ଧ୍ୟାରେ ମରଣାନ୍ତକ ଆକ୍ରମଣ ଏବଂ ରବିବାର ସକାଳେ ଉଭୟପକ୍ଷ ମଧ୍ୟରେ ସଂଘର୍ଷରେ ପରିଣତ ହୋଇଥିଲା।

ଉତ୍ତେଜନା ଓ ଅଭିଯୋଗ: ଗାଁରେ ଏହି ୨ ପରିବାର ମଧ୍ୟରେ ଚାପା ଉତ୍ତେଜନା ଲାଗିରହିଛି। ପ୍ରଶାସନର ପାତର ଅନ୍ତର ନୀତି ଯୋଗୁଁ ଜବରଦଖଲ ଉଚ୍ଛେଦ ପ୍ରକ୍ରିୟା ଠିକ୍ ଭାବେ କାର୍ଯ୍ୟକାରୀ ହୋଇନଥିବାରୁ ଗ୍ରାମରେ ଅଶାନ୍ତି ଲାଗି ରହିଥିବା ଅଭିଯୋଗ ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ପୋଖରୀରେ ବୁଡ଼ି ଚାଲିଗଲା ୨ ନାବାଳିକାଙ୍କ ଜୀବନ

ଉଦଳା,୭।୩: ମୟୂରଭଞ୍ଜ ଜିଲା କପ୍ତିପଦା ଥାନା ନଥିପୁର ଗାଁରେ ଶନିବାର ଏକ ଅଘଟଣ ଘଟିଛି। ପୋଖରୀରେ ବୁଡ଼ି ୨ ନାବାଳିକାଙ୍କ ମୃତ୍ୟୁ ଘଟିଛି। ଦୁଇ ନାବାଳିକାଙ୍କୁ ହରାଇ…

ପଟ୍ଟାଙ୍ଗିରେ ପହଞ୍ଚିଲା ଲୋକ ଅଧିକାର ଯାତ୍ରା : ବଞ୍ଚିବା ପାଇଁ ଲଢେଇ କର

ପଟ୍ଟାଙ୍ଗି,୭।୩(ଶରତ କୁମାର ଧଳ): ରାଜ୍ୟରେ ଭରି ରହିଥିବା ବକ୍ସାଇଟ ଖଣି, ପାହାଡ଼ ତଥା ପ୍ରାକୃତିକ ସମ୍ପଦର ସୁରକ୍ଷା ପାଇଁ ବାହାରିଥିବା ଲୋକ ଅଧିକାର ଯାତ୍ରା ଶନିବାର କୋରାପୁଟ…

ବିପଦକୁ ଡାକୁଛି ମୁକୁଳା ଟ୍ରାନ୍ସଫର୍ମର: ବାଡ଼ବନ୍ଦୀ କରିବାକୁ ଦାବି

ବୁଗୁଡ଼ା,୭ା୩ (କାଳିଚରଣ ଦାଶ): ଖୋଲାମେଲାରେ ରହିଛି ବିଦ୍ୟୁତ୍‌ ଟ୍ରାନ୍ସଫର୍ମର, ଯାହ ବିପଦକୁ ହାତ ଠାରି ଡାକୁଛି । ଏମିତି ଏକ ଦୃଶ୍ୟ ଦେଖିବାକୁ ମିଳିଛି ବୁଗୁଡ଼ା ବ୍ଲକ…

ଶ୍ରୀରାମକୃଷ୍ଣ ବିଦ୍ୟାମନ୍ଦିରରେ +୨ ଖୋଲିବାକୁ CBSEର ଅନୁମତି

କୋରାପୁଟ,୭ା୩(ଅମିତାଭ ବେହେରା): କୋରାପୁଟସ୍ଥିତ ଶ୍ରୀରାମକୃଷ୍ଣ ବିଦ୍ୟାମନ୍ଦିରରେ ଯୁକ୍ତ୨ ଶ୍ରେଣୀ ଖୋଲିବା ପାଇଁ CBSE ପକ୍ଷରୁ ଅନୁମତି ମିଳିଛି। ସିବିଏସ୍‌ଇ ବୋର୍ଡର ନିୟମାନୁଯାୟୀ ଏହି ବିଦ୍ୟାଳୟ ସମସ୍ତ ଆବଶ୍ୟକ…

‘ଛାତ୍ରୀଛାତ୍ରଙ୍କ ଭବିଷ୍ୟତ ଉଜ୍ବଳ ହେଲେ ପୃଥିବୀ ଉଜ୍ଜ୍ୱଳ ହେବ’

ପୁରୁଷୋତ୍ତମପୁର,୭।୩(ସବିିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ତାରାତାରିଣୀ କଲେଜର ବାର୍ଷିକ ଉତ୍ସବ ଅଧ୍ୟକ୍ଷ ଡ. ପ୍ରଦୀପ କୁମାର ସାହୁଙ୍କ ପୌରୋହିତ୍ୟରେ ଶନିବାର ଅନୁଷ୍ଠିତ ହୋଇଯାଇଛି। ଏଥିରେ ମୁଖ୍ୟ…

ଖେମୁଣ୍ଡି ଓକିଲ ସଂଘର ନିର୍ବାଚନ ପାଇଁ ପ୍ରାର୍ଥତ୍ପତ୍ର ଦାଖଲ

ଦିଗପହଣ୍ଡି,୭ା୩(ଅଶେଷ ନାଥ ମିଶ୍ର): ରାଜ୍ୟ ବାର୍‌ କାଉନସିଲ ପକ୍ଷରୁ ନିର୍ଦ୍ଧାରିତ କାର୍ଯ୍ୟସୂଚୀ ଅନୁଯାୟୀ ଗଞ୍ଜାମ ଜିଲା ଦିଗପହଣ୍ଡିସ୍ଥିତ ଖେମୁଣ୍ଡି ଓକିଲ ସଂଘର କାର୍ଯ୍ୟକର୍ତ୍ତା ନିର୍ବାଚନ ନିମନ୍ତେ ଶନିବାରଠାରୁ…

ଜିଲା ଉନ୍ନୟନ ସମନ୍ବୟ ଓ ନିରୀକ୍ଷଣ କମିଟି ବୈଠକ: ସମୀକ୍ଷା କଲେ ଆସିକା ଏମ୍‌ପି

ଛତ୍ରପୁର,୭ା୩(ଦିଲ୍ଲୀପ ସାମଲ): ସ୍ଥାନୀୟ ଋଷିକୂଲ୍ୟା ସମ୍ମିଳନୀ କକ୍ଷରେ ଜିଲା ଉନ୍ନୟନ ସମନ୍ବୟ ଓ ନିରୀକ୍ଷଣ କମିଟି ବୈଠକ(ଦିଶା) ଅନୁଷ୍ଠିତ ହୋଇଥିଲା। ବୈଠକରେ କମିଟିର ଅଧ୍ୟକ୍ଷା ତଥା ଆସିକା…

ପଙ୍ଖାରେ ଝୁଲୁଥିଲା ବୃଦ୍ଧଙ୍କ ମୃତଦେହ, ଘର ଆଗରେ ପଡ଼ିଛି କୁରାଢ଼ି, ବୋହୂଙ୍କ ମୁଣ୍ଡ ଫାଟିଛି, କହିଲେ ଶ୍ୱଶୁର…

ପାରାଦୀପ,୭ା୩(ଶରତ ରାଉତ): ଜଗତସିଂହପୁର ଜିଲା ପାରାଦୀପ ଲକ୍‌ ଥାନା ଅନ୍ତର୍ଗତ ଭୁତମୁଣ୍ଡାଇ ଗ୍ରାମରେ ଶନିବାର ସକାଳୁ ଜଣେ ଶତାୟୁ ବୃଦ୍ଧଙ୍କ ଝୁଲନ୍ତା ମୃତଦେହ ଦେଖିବାକୁ ମିଳିଥିଲା। ମୃତକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri