ଅଟୋ ଚାଳକଙ୍କ ମହାନତା: ଯାତ୍ରୀଙ୍କୁ ଫେରାଇଲେ ୬୦ ହଜାର ଟଙ୍କା ଭର୍ତ୍ତି ବ୍ୟାଗ୍

ଦିଗପହଣ୍ଡି,୧।୧୨(ଅଶେଷ ନାଥ ମିଶ୍ର): ଜଣେ ଯାତ୍ରୀଙ୍କ ହଜିଯାଇଥିବା ଟଙ୍କା ଭର୍ତ୍ତି ବ୍ୟାଗକୁ ଫେରାଇ ସାନଖେମୁଣ୍ଡି ବ୍ଲକ ପାଟପୁର ଅନ୍ତର୍ଗତ ପଳାସପୁର ଗ୍ରାମର ଅଟୋ ଚାଳକ ଟୁକୁନା ସେଠୀ ନିଜର ମହାନତାର ନିଦର୍ଶନ ଦେଖାଇଛନ୍ତି, ଯାହା ସମଗ୍ର ଦିଗପହଣ୍ଡି ଅଞ୍ଚଳରେ ଚର୍ଚ୍ଚାର ବିଷୟ ପାଲଟିଛି।

ପାଟପୁର ଥାନା ଚିନ୍ତାଖାଳି ଗ୍ରାମର ଏମ୍. ସତ୍ୟନାରାୟଣ ଦୋରା ସୋମବାର ସନ୍ଧ୍ୟାରେ ବ୍ରହ୍ମପୁରରୁ ଦିଗପହଣ୍ଡି ଫେରି ଏକ ଯାତ୍ରୀବାହୀ ଅଟୋ ଯୋଗେ ଚୁଡୁଙ୍ଗପୁର ଗ୍ରାମରେ ଓହ୍ଲାଇଥିଲେ। ଅବତରଣ ସମୟରେ ସେ ତାଙ୍କର ୬୦,୦୦୦ ଟଙ୍କା ଥିବା ବ୍ୟାଗ୍‌ଟିକୁ ଅଟୋରେ ଛାଡ଼ି ଚାଲିଯାଇଥିଲେ।

ଘରେ ପହଞ୍ଚି ବ୍ୟାଗ ନ ଥିବା ଜାଣିବା ପରେ ସତ୍ୟନାରାୟଣ ବ୍ୟତିବ୍ୟସ୍ତ ହୋଇପଡ଼ିଥିଲେ ଏବଂ ଅଟୋର ଠିକଣା କିମ୍ବା ନମ୍ବର ଜାଣି ନଥିବାରୁ ଦିଗପହଣ୍ଡି ଥାନାରେ ପହଞ୍ଚିଥିଲେ।

ଅନ୍ୟପଟେ, ଅଟୋ ଚାଳକ ଟୁକୁନା ସେଠୀ ଘରେ ପହଞ୍ଚି ଅଟୋ ରଖିବା ସମୟରେ ବ୍ୟାଗଟିକୁ ଦେଖିଥିଲେ। ବ୍ୟାଗରେ ଟଙ୍କା ଥିବା ଦେଖି ସେ ତୁରନ୍ତ ତାହା ଫେରାଇବା ପାଇଁ ସିଧାସଳଖ ଥାନାରେ ପହଞ୍ଚିଥିଲେ।

ଦିଗପହଣ୍ଡି ଥାନାର ଏସ୍‌ଆଇ ସୋଫିଆ ମିଶ୍ରଙ୍କ ଉପସ୍ଥିତିରେ ଅଟୋ ଚାଳକ ଜଣକ ସମ୍ପୂର୍ଣ୍ଣ ଟଙ୍କା ଭର୍ତ୍ତି ବ୍ୟାଗକୁ ହଜିଥିବା ଯାତ୍ରୀଙ୍କୁ ହସ୍ତାନ୍ତର କରିଥିଲେ। ନିଜର ଟଙ୍କା ଫେରି ପାଇବା ପରେ ସତ୍ୟନାରାୟଣ ଦୋରା ଖୁସିରେ ଘରକୁ ଫେରିଥିଲେ। ଅଟୋ ଚାଳକ ଟୁକୁନା ସେଠୀଙ୍କ ଏହି ମହାନତାକୁ ବିଭିନ୍ନ ମହଲରେ ଉଚ୍ଚ ପ୍ରଶଂସା କରାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ଋଷିମାଳରେ କନ୍ଧମାଳ ଜିଲାପାଳ: ବ୍ରାହ୍ମଣୀଗାଁର ବିଭିନ୍ନ ଉନ୍ନୟନ କାର୍ଯ୍ୟ ଦେଖିଲେ

ଦାରିଙ୍ଗବାଡି,୩୦।୧(ଅରୁଣ ସାହୁ): କନ୍ଧମାଳ ଜିଲାପାଳ ବେଦ ଭୂଷଣ ଶୁକ୍ରବାର ଅପରାହ୍ନରେ ହଟାତ ଦାରିଙ୍ଗବାଡି ଗସ୍ତରେ ଆସିଥିଲେ। ସେ ଉକ୍ତ ବ୍ଲକର ଦୁର୍ଗମ ବ୍ରାହ୍ମଣୀଗାଁ ଥାନା ଅଞ୍ଚଳ ହାତୀମୁଣ୍ଡା…

ଗଲା ଗୋଟିଏ ପରେ ଗୋଟିଏ ଜୀବନ: ୫ ମଇଁଷି ମୃତ

ଖଜୁରିପଡ଼ା,୩୦ା୧ ( ବିଦୁର ବେହେରା): ଖଜୁରିପଡ଼ା ବ୍ଲକ୍‌ ଅନ୍ତର୍ଗତ ଚାରିପଡ଼ା ଗ୍ରାମରେ ବିଦ୍ୟୁତ୍‌ ସଂସ୍ପର୍ଶରେ ଆସି ୫ଟି ମଇଁଷିଙ୍କ ମୃତ୍ୟୁ ହୋଇଥିବା ଅଭିଯୋଗ ହୋଇଛି। ବିଦ୍ୟୁତ୍‌ ଖୁଣ୍ଟରୁ…

ପ୍ରବୋଧନ ତାଲିମ: ୨୯୪ ଶିକ୍ଷୟିତ୍ରୀ ଶିକ୍ଷକଙ୍କୁ…

ଦିଗପହଣ୍ଡି,୩୦ା୧(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ୍‌ ଗୋଷ୍ଠୀ ଶିକ୍ଷାଧିକାରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ଓଡିଶା ପାଠ୍ୟକ୍ରମ ଆଧାର ବିଦ୍ୟାଳୟ ଶିକ୍ଷା-୨୦୨୫ ଓ ୨୦୨୦ ଜାତୀୟ ଶିକ୍ଷା…

ବନୀକରଣ ପ୍ରକଳ୍ପରୁ ଲୁହାବାଡ଼ ଚୋରି: ବନ ବିଭାଗ ଜାଲରେ ୪ ଅନ୍ତଃଜିଲା ଚୋର

ଥୁଆମୂଳରାମପୁର,୩୦।୧(ଦୁର୍ଗା କୀର୍ତ୍ତି): ସରକାରୀ ସମ୍ପତ୍ତି ଲୁଟ କରିବା ଚୋରଙ୍କୁ ପଡ଼ଲା ମହଙ୍ଗା । କାଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ଗୋପାଳପୁର ପଞ୍ଚାୟତସ୍ଥିତ ପାଟଜୋର ଡଙ୍ଗର ବନୀକରଣ…

ଦିଗପହଣ୍ଡିରେ ମାତିଛି ଗୋଠଛଡ଼ା ହାତୀ: ଭୟଭୀତ ଅଞ୍ଚଳବାସୀ, ସନ୍ଧ୍ୟା ହେଲେ ପଡୁଛି ତାଟି କବାଟ…

ଦିଗପହଣ୍ଡି,୩୦।୧(ଅଶେଷ ନାଥ ମିଶ୍ର): ଗଞ୍ଜାମ – ଗଜପତି ଜିଲା ସୀମାନ୍ତରେ ଗତ ୪ ଦିନ ହେବ ଗୋଟିଏ ଗୋଠଛଡ଼ା ହାତୀ ଘୁରି ବୁଲୁଛି। ସା ହେଲେ ହାତୀଟି…

ବିଦ୍ୟୁତ୍‌ ନେଲା ୫ ମଇଁଷିଙ୍କ ଜୀବନ: ବିଭାଗୀୟ ଅବହେଳାକୁ ଦାୟୀ କଲେ ଗ୍ରାମବାସୀ

ଖଜୁରିପଡ଼ା,୩୦ା୧(ବିଦୁର ବେହେରା): କନ୍ଧମାଳ ଜିଲା ଖଜୁରିପଡ଼ା ବ୍ଲକ୍‌ ଅଧୀନ ଚାରିପଡ଼ା ଗ୍ରାମରେ ବିଦ୍ୟୁତ୍‌ ସଂସ୍ପର୍ଶରେ ଆସି ୫ ମଇଁଷିଙ୍କ ମୃତ୍ୟୁ ହୋଇଥିବା ଅଭିଯୋଗ ହୋଇଛି। ମିଳିଥିବା ସୂଚନା…

ବହୁ ଚର୍ଚ୍ଚିତ କ୍ଷୀର ବ୍ୟବସାୟୀ ହତ୍ୟା ମାମଲାର ରାୟ ପ୍ରକାଶ: ୫ ଅଭିଯୁକ୍ତଙ୍କୁ ଆଜୀବନ ଜେଲ

ବ୍ରହ୍ମପୁର,୩୦ା୧(ସୁବାସ ଚନ୍ଦ୍ର ପାଢ଼ୀ): ବ୍ରହ୍ମପୁର ଗୋଷାଣିନୂଆଗାଁ ଥାନା ଅନ୍ତର୍ଗତ ହିଲପାଟଣାରେ କ୍ଷୀର ବ୍ୟବସାୟୀ ଲମ୍ବୋଦର ମୁନି ହତ୍ୟା ମାମଲାର ରାୟ ଶୁକ୍ରବାର ପ୍ରକାଶ ପାଇଛି। ବ୍ରହ୍ମପୁର ଅତିରିକ୍ତ…

ୱାର୍ଡସଭ୍ୟଙ୍କୁ ଦୁର୍ବ୍ୟବହାର: କର୍ମଚାରୀ କଲେ ଆନ୍ଦୋଳନ

ଖଡ଼ିଆଳ, ୩୦ା୧ (ସୁଜିତ କୁମାର ପ୍ରଧାନ)- ନୂଆପଡ଼ା ଜିଲା ଖଡିଆଳ ଏନ୍‌ଏସିର ଜଣେ ୱାର୍ଡସଭ୍ୟ ଦୁର୍ବ୍ୟବହାର କରିଥିବା ଅଭିଯୋଗ କରି ଶୁକ୍ରବାର କର୍ମଚାରୀମାନେ କଲମ ଛାଡ ଆନ୍ଦୋଳନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri