ଅଟୋ ଚାଳକଙ୍କ ମହାନତା: ଯାତ୍ରୀଙ୍କୁ ଫେରାଇଲେ ୬୦ ହଜାର ଟଙ୍କା ଭର୍ତ୍ତି ବ୍ୟାଗ୍

ଦିଗପହଣ୍ଡି,୧।୧୨(ଅଶେଷ ନାଥ ମିଶ୍ର): ଜଣେ ଯାତ୍ରୀଙ୍କ ହଜିଯାଇଥିବା ଟଙ୍କା ଭର୍ତ୍ତି ବ୍ୟାଗକୁ ଫେରାଇ ସାନଖେମୁଣ୍ଡି ବ୍ଲକ ପାଟପୁର ଅନ୍ତର୍ଗତ ପଳାସପୁର ଗ୍ରାମର ଅଟୋ ଚାଳକ ଟୁକୁନା ସେଠୀ ନିଜର ମହାନତାର ନିଦର୍ଶନ ଦେଖାଇଛନ୍ତି, ଯାହା ସମଗ୍ର ଦିଗପହଣ୍ଡି ଅଞ୍ଚଳରେ ଚର୍ଚ୍ଚାର ବିଷୟ ପାଲଟିଛି।

ପାଟପୁର ଥାନା ଚିନ୍ତାଖାଳି ଗ୍ରାମର ଏମ୍. ସତ୍ୟନାରାୟଣ ଦୋରା ସୋମବାର ସନ୍ଧ୍ୟାରେ ବ୍ରହ୍ମପୁରରୁ ଦିଗପହଣ୍ଡି ଫେରି ଏକ ଯାତ୍ରୀବାହୀ ଅଟୋ ଯୋଗେ ଚୁଡୁଙ୍ଗପୁର ଗ୍ରାମରେ ଓହ୍ଲାଇଥିଲେ। ଅବତରଣ ସମୟରେ ସେ ତାଙ୍କର ୬୦,୦୦୦ ଟଙ୍କା ଥିବା ବ୍ୟାଗ୍‌ଟିକୁ ଅଟୋରେ ଛାଡ଼ି ଚାଲିଯାଇଥିଲେ।

ଘରେ ପହଞ୍ଚି ବ୍ୟାଗ ନ ଥିବା ଜାଣିବା ପରେ ସତ୍ୟନାରାୟଣ ବ୍ୟତିବ୍ୟସ୍ତ ହୋଇପଡ଼ିଥିଲେ ଏବଂ ଅଟୋର ଠିକଣା କିମ୍ବା ନମ୍ବର ଜାଣି ନଥିବାରୁ ଦିଗପହଣ୍ଡି ଥାନାରେ ପହଞ୍ଚିଥିଲେ।

ଅନ୍ୟପଟେ, ଅଟୋ ଚାଳକ ଟୁକୁନା ସେଠୀ ଘରେ ପହଞ୍ଚି ଅଟୋ ରଖିବା ସମୟରେ ବ୍ୟାଗଟିକୁ ଦେଖିଥିଲେ। ବ୍ୟାଗରେ ଟଙ୍କା ଥିବା ଦେଖି ସେ ତୁରନ୍ତ ତାହା ଫେରାଇବା ପାଇଁ ସିଧାସଳଖ ଥାନାରେ ପହଞ୍ଚିଥିଲେ।

ଦିଗପହଣ୍ଡି ଥାନାର ଏସ୍‌ଆଇ ସୋଫିଆ ମିଶ୍ରଙ୍କ ଉପସ୍ଥିତିରେ ଅଟୋ ଚାଳକ ଜଣକ ସମ୍ପୂର୍ଣ୍ଣ ଟଙ୍କା ଭର୍ତ୍ତି ବ୍ୟାଗକୁ ହଜିଥିବା ଯାତ୍ରୀଙ୍କୁ ହସ୍ତାନ୍ତର କରିଥିଲେ। ନିଜର ଟଙ୍କା ଫେରି ପାଇବା ପରେ ସତ୍ୟନାରାୟଣ ଦୋରା ଖୁସିରେ ଘରକୁ ଫେରିଥିଲେ। ଅଟୋ ଚାଳକ ଟୁକୁନା ସେଠୀଙ୍କ ଏହି ମହାନତାକୁ ବିଭିନ୍ନ ମହଲରେ ଉଚ୍ଚ ପ୍ରଶଂସା କରାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ଛୁରୀ ଭୁଶି ଯୁବକଙ୍କୁ ହତ୍ୟା: ପୂର୍ବ ଶତ୍ରୁତାରୁ ଆକ୍ରମଣ, ଦୁଇ ଯୁବକ ଫେରାର

ଖଲ୍ଲିକୋଟ, ୧୫।୯ (ପ୍ରଶାନ୍ତ କୁମାର ମିଶ୍ର): ଖଲ୍ଲିକୋଟ ଥାନା ଅନ୍ତର୍ଗତ ଖୋଜାପଲ୍ଲୀ ଗ୍ରାମରେ ଜଣେ ଯୁବକଙ୍କୁ ଛୁରୀ ଭୁଶି ହତ୍ୟା କରାଯାଇଛି। ମୃତକ ହେଲେ ଖୋଜାପଲ୍ଲୀ ଗ୍ରାମର…

ପଞ୍ଚାୟତ ନିର୍ବାଚନ ପାଇଁ ରଣନୀତି : ବୁଥ୍‌ରୁ ଗାଁ ଯାଏ ସଂଗଠନ ମଜବୁତ କରିବ ଭାଜପା

ଭଞ୍ଜନଗର, ୧୫/୯ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବିଡେକା ସମ୍ମିଳନୀ କକ୍ଷରେ ମଙ୍ଗଳବାର ଭାଜପା ଭଞ୍ଜନଗର ସାଂଗଠନିକ ଜିଲା କାର୍ଯ୍ୟକାରିଣୀ ବୈଠକ ଅନୁଷ୍ଠିତ ହୋଇଯାଇଛି। ଜିଲା…

ରହସ୍ୟଜନକ ପାରା ଥାନାରେ ଅଟକ: ବାଂଲାଦେଶରୁ ଆସିଥିବା ସନ୍ଦେହ

ବୈଶିଙ୍ଗା, ୧୫/୯ (ରତନ ଦାଶ): ମୟୂରଭଞ୍ଜ ଜିଲା ବୈଶିଙ୍ଗା ଥାନା ଅନ୍ତର୍ଗତ କଷିପଦା ଗ୍ରାମରୁ ମଙ୍ଗଳବାର ଦ୍ୱିପ୍ରହର ସମୟରେ ଏକ ରହସ୍ୟଜନକ ପାରା ଉଦ୍ଧାର କରାଯାଇଛି। ଗ୍ରାମର…

କଳାହାଣ୍ଡିରେ ଧୁମ୍‌ଧାମ୍‌ରେ ପାଳିତ ହେଲା ନୂଆଁଖାଇ, ଖିରି, ପିଠାରେ ମହକିଲା ଗାଁ ଦାଣ୍ଡ

ଭବାନୀପାଟଣା,୧୫ା୯(ଉତ୍ତମ କୁମାର ଦାଶ): ପଶ୍ଚିମ ଓଡ଼ିଶାର ଗଣପର୍ବ ନୂଆଁଖାଇ ମଙ୍ଗଳବାର କଳାହାଣ୍ଡି ଜିଲାରେ ଧୁମ୍‌ଧାମରେ ପାଳିତ ହୋଇଯାଇଛି। ଜିଲାର ସର୍ବପୁରାତନ ଜୁନାଗଡ଼ ସହରସ୍ଥିତ ଦଧିବାମନ ମନ୍ଦିରରେ ସକାଳ…

ମଦ ବିକ୍ରିକୁ ନେଇ ତାତିଲେ ମହିଳା, ପ୍ରଶାସନ ନିକଟରେ ଦାବି

ପାଟଣା, ୧୪/୯ (ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ଅନ୍ତର୍ଗତ ବଡ଼ପାଟଣା ପଞ୍ଚାୟତ ମଙ୍ଗଳପୁର, କୁଆପଶି, ଲେଖେନା ଓ ଡିଆନାଳି ଅଞ୍ଚଳରେ ବେଆଇନ ଭାବେ…

୧୯ ବର୍ଷ ହେଲା ବଜାୟ ରହିଛି ପରମ୍ପରା: ନୂଆଁଖାଇରେ ଶିରାବାହାଲ ଗ୍ରାମବାସୀ ଏକାଠି ଖାଇଲେ

ବଲାଙ୍ଗୀର ଅଫିସ, ୧୫।୯ (ସୁନିଲ କୁମାର ମହାନ୍ତି): ଯେଉଁ ମହାନ ଉଦ୍ଦେଶ୍ୟ ନେଇ ନୂଆଁଖାଇ ତିହାରର ପରିକଳ୍ପନା କରାଯାଇଥିଲା, ତାହାକୁ ସାକାର ରୂପ ଦେଉଛନ୍ତି ବଲାଙ୍ଗୀର ଜିଲା…

ବିଜ୍ଞାନକୁ ବାଦ୍‌ ଦେଇ ଦେଶର ପ୍ରଗତି ପରିକଳ୍ପନା ଅସମ୍ଭବ

ଦିଗପହଣ୍ଡି, ୧୫।୯ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡିସ୍ଥିତ ଜ୍ଞାନଶ୍ରୀ ପବ୍ଲିକ୍‌ ସ୍କୁଲର ଷଷ୍ଠତମ ଜ୍ଞାନବିଜ୍ଞାନ ମେଳା ମଙ୍ଗଳବାର ଅନୁଷ୍ଠିତ ହୋଇଯାଇଛି। ହରିବନ୍ଧୁ ଦୋରା, କାଳୁଚରଣ…

ଗାଁକୁ ଯାଇପାରିଲାନି ଆମ୍ବୁଲାନ୍ସ: ଖଟିଆରେ ବୁହାହେଲା ୨ ଭାଇଙ୍କ ମୃତଦେହ

ପରଜଙ୍ଗ,୧୫।୯(ନିଗମାନନ୍ଦ ଦଳବେହେରା): ଦୁର୍ଘଟଣାରେ ୨ ଭାଇଙ୍କ ଜୀବନ ଚାଲିଗଲା। ହେଲେ ମୃତଦେହ ଘରକୁ ନେବାବେଳେ ଯେଉଁ ଦୃଶ୍ୟ ସାମ୍ନାକୁ ଆସିଲା, ତାହା ସମସ୍ତଙ୍କୁ ବିଚଳିତ କରିଛି। ରାସ୍ତା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?