ଦିଗପହଣ୍ଡି ବସ୍‌ ଦୁର୍ଘଟଣା: ଶୋକ ପ୍ରକାଶ କଲେ ରାଷ୍ଟ୍ରପତି

ନୂଆଦିଲ୍ଲୀ,୨୬ା୬: ଓଡ଼ିଶାର ଗଞ୍ଜାମ ଜିଲା ଦିଗପହଣ୍ଡିଠାରେ ହୋଇଥିବା ମର୍ମନ୍ତୁଦ ବସ୍‌ ଦୁର୍ଘଟଣାରେ ଲୋକଙ୍କ ମୃତ୍ୟୁ ଘଟଣାରେ ରାଷ୍ଟ୍ରପତି ଶ୍ରୀମତୀ ଦ୍ରୌପଦୀ ମୁର୍ମୁ ଗଭୀର ଶୋକ ପ୍ରକାଶ କରିଛନ୍ତି।

ରାଷ୍ଟ୍ରପତି ଟୁଇଟ୍‌ କରି କହିଛନ୍ତି, ଗଞ୍ଜାମରେ ଏକ ସଡ଼କ ଦୁର୍ଘଟଣାରେ ଲୋକେ ପ୍ରାଣ ହରାଇଥିବା ଖବର ଶୁଣି ମୁଁ ଗଭୀର ଭାବରେ ଦୁଃଖିତ। ଶୋକସନ୍ତପ୍ତ ପରିବାରବର୍ଗଙ୍କୁ ମୁଁ ସମବେଦନା ଜଣାଉଛି ଏବଂ ଆହତଙ୍କ ଆଶୁ ଆରୋଗ୍ୟ କାମନା କରୁଛି।

Share