ଭ୍ୟାନ୍‌ରେ ଆସି ପୋଷା କୁକୁରକୁ ଲୁହାଛଡ଼ରେ ଆକ୍ରମଣ କରି ଚୋରି ଘଟଣାର ପର୍ଦ୍ଦାଫାଶ: ସିସିଟିଭି ଫୁଟେଜ୍‌ରୁ…

ଦିଗପହଣ୍ଡି,୨ା୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଗଡ଼ ଚୈତନ୍ୟପୁର ଶାସନ ସାହିସ୍ଥିତ ନୀଳମାଧବ ମିଶ୍ରଙ୍କ ଇଲେକ୍ଟ୍ରୋନିକ୍ସ ସାମଗ୍ରୀ ମରାମତି ଦୋକାନରୁ ହୋଇଥିବା ଚୋରି ଘଟଣାର ପର୍ଦ୍ଦାଫାଶ କରିଛି ଦିଗପହଣ୍ଡି ଥାନା ପୋଲିସ। ଚୋରି ସାମଗ୍ରୀ ଜବତ କରାଯିବା ସହ ମୁଖ୍ୟ ଅଭିଯୁକ୍ତଙ୍କୁ ଗିରଫ କରି କୋର୍ଟ ଚାଲାଣ କରାଯାଇଛି।

ସୂଚନା ଅନୁସାରେ, ଗତ ଅଗଷ୍ଟ ୨୮ ତାରିଖ ପୂର୍ବାହ୍ନ ପ୍ରାୟ ୧୧ଟାରେ ଏକ ଟାଟା ଏସ୍ ଭ୍ୟାନ୍ (ନଂ. OD 07 B 8536) ଯୋଗେ ଜଣେ ଯୁବକ ଓ ୪ ଜଣ ମହିଳା ନୀଳମାଧବଙ୍କ ଦୋକାନ ନିକଟରେ ପହଞ୍ଚିଥିଲେ। ସେଠାରେ କେହି ନଥିବାର ସୁଯୋଗ ନେଇ ସେମାନେ ଦୋକାନରୁ ୨୦ କିଲୋ ତମ୍ବା ତାର, ୪୦ କିଲୋ ରସ ସାମଗ୍ରୀ, ୬ଟି ଏସି (AC) ଇଣ୍ଡୋର୍ ବକ୍ସ ଏବଂ ୪ଟି ଏସି କମ୍ପ୍ରେସର ଚୋରି କରି ନେଇଥିଲେ। ଚୋରି ସମୟରେ ଦୋକାନ ମାଲିକଙ୍କ ପୋଷା କୁକୁର ‘ଉର୍ମି’ ଭୁକିବାରୁ ଦୁର୍ବୃତ୍ତମାନେ ଏକ ଧାରୁଆ ଲୁହାଛଡ଼ରେ ତା’ ମୁଣ୍ଡକୁ ପ୍ରହାର କରି ଗୁରୁତର ଆହତ କରିଥିଲେ।

ଏ ନେଇ ନୀଳମାଧବ ସୋମବାର ଦିଗପହଣ୍ଡି ଥାନାରେ ଏତଲା ଦେବା ପରେ ଆଇଆଇସି କିଶୋର କୁମାର ସାମଲ ମାମଲା ନଂ. ୩୬୫/୨୬ (BNS ର ଦଫା ୩୦୫(୩)/୩(୫)) ଅନୁଯାୟୀ ମକଦ୍ଦମା ରୁଜୁ କରି ତଦନ୍ତ ଆରମ୍ଭ କରିଥିଲେ। ପୋଲିସ ଗୁପ୍ତ ସୂଚନା ଏବଂ ସହରର ବିଭିନ୍ନ ଛକରେ NAC ପକ୍ଷରୁ ଲଗାଯାଇଥିବା ସିସିଟିଭି (CCTV) ଫୁଟେଜ୍‌କୁ ଆଧାର କରି ହିଞ୍ଜିଳି ଥାନା ଖରିଡ଼ା ଗ୍ରାମର ଅଭିଯୁକ୍ତ ଆକାଶ ଗୌଡ଼ (୨୩)ଙ୍କୁ ଗିରଫ କରିଥିଲା।

ହିଞ୍ଜିଳିକାଟୁର ସୁଶାନ୍ତ ଚୌଧୁରୀଙ୍କ କବାଡ଼ି ଦୋକାନରୁ ପୋଲିସ ସମସ୍ତ ଚୋରି ସାମଗ୍ରୀ ଜବତ କରିଛି। ଗିରଫ ଅଭିଯୁକ୍ତ ଆକାଶଙ୍କ ଜାମିନ ଆବେଦନ ଆଦାଲତରେ ଖାରଜ ହେବାରୁ ତାଙ୍କୁ ଦିଗପହଣ୍ଡି ସବ୍-ଜେଲ୍‌କୁ ପଠାଇ ଦିଆଯାଇଛି। ଘଟଣାରେ ସମ୍ପୃକ୍ତ ୪ ଜଣ ମହିଳାଙ୍କୁ ଚିହ୍ନଟ କରାଯାଇଛି। ଅନ୍ୟପଟେ, ଚୋରି ସାମଗ୍ରୀ କ୍ରୟ କରିଥିବା କବାଡ଼ି ଦୋକାନୀ ସୁଶାନ୍ତଙ୍କୁ ପୋଲିସ ଗିରଫ କରି ଭାରତୀୟ ନାଗରିକ ସୁରକ୍ଷା ସଂହିତା (BNSS) ର ଧାରା ୩୫(୩) ଅନୁଯାୟୀ ନୋଟିସ୍ ଦେଇ ସର୍ତ୍ତମୂଳକ ଜାମିନରେ ଛାଡ଼ିଥିବା ଜଣାପଡ଼ିଛି।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

କୋଟିଆରେ ଆନ୍ଧ୍ର ପୋଲିସକୁ କୋରାପୁଟ ବିଧାୟକଙ୍କ ବିରୋଧ: ‘ଆବଶ୍ୟକ ପଡ଼ିଲେ ଓଡ଼ିଶାର ଅନୁମତି ନେଇ ଆସ

ପଟ୍ଟାଙ୍ଗି, ୨୫ା୧୦ (ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ୍‌ ଅନ୍ତର୍ଗତ କୋଟିଆ ପଞ୍ଚାୟତକୁ ନେଇ ଦିନକୁ ଦିନ ସ୍ଥିତି ଜଟିଳ ହେବାରେ ଲାଗିଛି। ଏପରି…

ନବୀନଙ୍କୁ ଭେଟି ଆଶୀର୍ବାଦ ନେଲେ ବାୟାବାବା କଲେଜ ଛାତ୍ର ସଂସଦ ପ୍ରତିନିଧି , ସୁଜାତାଙ୍କ ସହ ସାକ୍ଷାତ କରି…

ମହାକାଳପଡ଼ା/କେନ୍ଦ୍ରାପଡ଼ା, ୨୫ା୧୦ (ପ୍ରତାପ ଚନ୍ଦ୍ର ସ୍ବାଇଁ/ଜଗନ୍ନାଥ ଧଳ): କେନ୍ଦ୍ରାପଡ଼ା ଜିଲା ମହାକାକପଡ଼ା ବ୍ଲକ ବାୟାବାବା କଲେଜ ଛାତ୍ର ସଂସଦ ନିର୍ବାଚନରେ ନିର୍ବାଚିତ ପ୍ରାର୍ଥୀମାନେ ଶନିବାର ନବୀନ ନିବାସରେ…

ଗଛରେ କଣ୍ଟା ପିଟି ବିଜ୍ଞାପନ, ନିରବ ବନ ବିଭାଗ: ବେଧଡ଼କ ଗଛରେ ପୋଷ୍ଟର, ବିପଦରେ ବୃକ୍ଷର ସୁରକ୍ଷା

ଦାରିଙ୍ଗବାଡ଼ି, ୨୫।୧୦ (ଅରୁଣ ସାହୁ): କନ୍ଧମାଳ ଜିଲାର ଦାରିଙ୍ଗବାଡ଼ି ବନାଞ୍ଚଳରେ ଜଙ୍ଗଲ ଓ ଗାଁ ମଧ୍ୟରେ ଥିବା ମୂଲ୍ୟବାନ ବୃକ୍ଷଗୁଡ଼ିକ ଏବେ ଅସୁରକ୍ଷିତ ହୋଇପଡ଼ିଛି। ଗଛରେ କଣ୍ଟା…

ବିଲ ହିଡ଼ଦେଇ ସ୍କୁଲ ଯାଉଛନ୍ତି ଛାତ୍ରୀଛାତ୍ର

ଖୋର୍ଦ୍ଧା,୨୫ା୧୦(ପ୍ରଭାତ ପାଣିଗ୍ରାହୀ): ହାତରେ ବହି, ଆଖିରେ ପଢ଼ିବାର ସ୍ୱପ୍ନ। ହେଲେ ସ୍କୁଲ ଯିବା ବାଟରେ ପାଦେ ପାଦେ ବିପଦ। କେଉଁଠି କାଦୁଅ ଓ ଖାଲଖମା ତ ଆଉ…

ଆଦିବାସୀଙ୍କ ସେବାରେ ନିୟୋଜିତ ଡାକ୍ତର ଏବେ ଜେଲରେ

ଭବାନୀପାଟଣା,୨୫ା୧୦(ଉତ୍ତମ କୁମାର ଦାଶ):ଆଦିବାସୀଙ୍କ ଚିକିତ୍ସା ସେବା ପାଇଁ ମୁମ୍ୱାଇ ଛାଡ଼ି କଳାହାଣ୍ଡିକୁ ଚାଲି ଆସିଥିଲେ ଡାକ୍ତର ରାଣ୍ଡାଲ ସେକ୍ୟୁରା। ଦୁର୍ଗମ ଅଞ୍ଚଳରେ ପହଞ୍ଚତ୍ ମ୍ୟାଲେରିଆ ଓ ଯକ୍ଷ୍ମା…

ବୋମା ଖାଇ ୨ ଗୋରୁ ଗୁରୁତର, ତଦନ୍ତ ନିର୍ଦ୍ଦେଶ

ଖମାର,୨୪।୧୦(ରଜନୀକାନ୍ତ ମହାରଣା): ଅନୁଗୋଳ ଜିଲା ଖମାର ଥାନା ଅନ୍ତର୍ଗତ ରଜଡ଼ଙ୍ଗ ଗାଁ ଜଙ୍ଗଲରେ ବନ୍ୟଜନ୍ତୁ ଶିକାର ପାଇଁ ଜଙ୍ଗଲରେ ବିଛାଯାଇଥିବା ବୋମା ଖାଇ ୨ଟି ଗୋରୁ ଶୁକ୍ରବାର…

ବରଗଡ଼ ମୁଖ୍ୟ କେନାଲରେ ୨ମାସ ଆସିବନି ପାଣି: ଏହି ଦିନଠାରୁ ଯୋଗାଣ ବନ୍ଦ, ଚିନ୍ତାରେ ଚାଷୀ

ବରଗଡ଼, ୨୪।୧୦ (ପ୍ରେମାନନ୍ଦ ଖମାରୀ): ବରଗଡ଼ ମୁଖ୍ୟ କେନାଲରେ ଆସନ୍ତା ନଭେମ୍ବର ମାସ ୧ ତାରିଖରୁ ଜଳ ଯୋଗାଣ ସମ୍ପୂର୍ଣ୍ଣ ବନ୍ଦ କରାଯିବ। ଦୀର୍ଘ ୨ ମାସ…

ଧର୍ମପରାୟଣ ଶିକ୍ଷକ ଏସ୍‌. ସୀମା ରେଡ୍ଡୀ ଆଉ ନାହାନ୍ତି: ଶୋକାକୁଳ ପରିବେଶରେ…

ଦିଗପହଣ୍ଡି, ୨୪।୧୦ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଓଡ଼ାସିଙ୍ଗି ଗ୍ରାମର ଜଣାଶୁଣା ଧର୍ମପରାୟଣ ବ୍ୟକ୍ତିତ୍ୱ ତଥା ଅବସରପ୍ରାପ୍ତ ହିନ୍ଦୀ ଶିକ୍ଷକ ଏସ୍‌. ସୀମା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?