ପୂର୍ବତନ ନାଏବ ସରପଞ୍ଚ ତଥା ସାମାଜିକ କର୍ମୀଙ୍କ ପରଲୋକ

ଦିଗପହଣ୍ଡି,୧୪।୧୨((ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ୍ ଅନ୍ତର୍ଗତ କଇଠଖଣ୍ଡି ପଞ୍ଚାୟତର ପୂର୍ବତନ ନାଏବ ସରପଞ୍ଚ ତଥା ସାମାଜିକ କର୍ମୀ ସନ୍ତୋଷ କୁମାର ପଣ୍ଡା (ଟିଙ୍କା)ଙ୍କ ରବିବାର ଅପରାହ୍ନରେ ପରଲୋକ ଘଟିଛି। ମୃତ୍ୟୁ ବେଳକୁ ତାଙ୍କୁ କିଛି ଦିନ ହେବ ଭୁବନେଶ୍ୱରର ଏକ ଘରୋଇ ଡାକ୍ତରଖାନାରେ ଚିକିତ୍ସା କରାଯାଉଥିଲା।

ଭୁବନେଶ୍ୱରରୁ ଆମ୍ବୁଲାନ୍ସ ଯୋଗେ ତାଙ୍କ ମରଶରୀରକୁ କଇଠଖଣ୍ଡି ଗ୍ରାମସ୍ଥିତ ବାସଭବନକୁ ଅଣାଯାଇଥିଲା। ତାଙ୍କ ପରଲୋକ ଖବର ଶୁଣି ବିଭିନ୍ନ ପଞ୍ଚାୟତର ବହୁ ସଂଖ୍ୟକ ଜନପ୍ରତିନିଧି ଏବଂ ମାନ୍ୟଗଣ୍ୟ ବ୍ୟକ୍ତି ତାଙ୍କ ବାସଭବନରେ ପହଞ୍ଚି ଶେଷ ଦର୍ଶନ କରିବା ସହ ଅମର ଆତ୍ମାର ସଦ୍‌ଗତି କାମନା କରିଥିଲେ।

ସ୍ୱର୍ଗତ ସନ୍ତୋଷ ପଣ୍ଡା ଜଣେ ମେଳାପି, ମିଷ୍ଟଭାଷୀ ଏବଂ ଜଣେ ଭଲ କଣ୍ଠଶିଳ୍ପୀ ଭାବେ ପରିଚିତ ଥିଲେ। ସେ ଅବିବାହିତ ରହିବା ସହ ସ୍ଥାନୀୟ ଭାଜପାର ଜଣେ ସକ୍ରିୟ ଯୁବନେତା ଭାବେ ଦଳୀୟ କାର୍ଯ୍ୟ କରୁଥିଲେ।

ଶୋକାକୁଳ ପରିବେଶ ମଧ୍ୟରେ ଗାଁ ଶ୍ମଶାନରେ ତାଙ୍କର ଅନ୍ତିମ ସଂସ୍କାର ସମ୍ପନ୍ନ ହୋଇଛି। ତାଙ୍କ ବିୟୋଗରେ ଦିଗପହଣ୍ଡି ବିଧାୟକ ସିଦ୍ଧାନ୍ତ ମହାପାତ୍ର, ସରପଞ୍ଚ ମନୋରଞ୍ଜନ ଗୌଡ଼, ନଳିନୀକାନ୍ତ ବିଷୋୟୀ ପ୍ରମୁଖ ଗଭୀର ଶୋକ ପ୍ରକାଶ କରିଛନ୍ତି। ମୃତ୍ୟୁ ସମୟରେ ତାଙ୍କ ପରିବାର ଓ ଅନ୍ୟ ଆତ୍ମୀୟ ସ୍ୱଜନ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଆନନ୍ଦପୁର ବିଧାନସଭା କ୍ଷେତ୍ର ପାଇଁ ଭାଜପା ନେତା ଆଲୋକଙ୍କୁ ମିଳିଲା ବଡ଼ ଦାୟିତ୍ୱ, ଦଳ ଆସ୍ଥା ପ୍ରକଟ କରି..

ହାଟଡିହୀ,୨୦ା୩(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ଆନନ୍ଦପୁର ବିଧାନସଭା କ୍ଷେତ୍ରର ଭାଜପା ନେତା ଆଲୋକ ସେଠୀଙ୍କୁ ଦଳ ତରଫରୁ ବଡ଼ ଦାୟିତ୍ୱ ମିଳିଛି।ରାଜନୀତି ମଇଦାନରେ ଦଳର ଜଣେ ଦକ୍ଷ…

ଭଞ୍ଜନଗର କେନ୍ଦ୍ରୀୟ ବିଦ୍ୟାଳୟକୁ ରାଜ୍ୟସ୍ତରୀୟ ପ୍ରଥମ ପୁରସ୍କାର, ଉତ୍କୃଷ୍ଟତା ପ୍ରମାଣ କରି ଛାତ୍ରୀଛାତ୍ର…

ଭଞ୍ଜନଗର,୨୦ା୩(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର କେନ୍ଦ୍ରୀୟ ବିଦ୍ୟାଳୟ ଛାତ୍ରୀଛାତ୍ର ପୁନର୍ବାର ବିଭିନ୍ନ କ୍ଷେତ୍ରରେ ବିଭିନ୍ନ ସମୟରେ ନିଜର ଉତ୍କୃଷ୍ଟତା ପ୍ରମାଣ କରିଛନ୍ତି। ଇତିମଧ୍ୟରେ ଭାରତ ସରକାରଙ୍କ…

ଗଞ୍ଜାମରେ ଗ୍ୟାସ୍‌ ସମସ୍ୟା: ଅଧିକାଂଶ ଫାଷ୍ଟଫୁଡ୍‌-ହୋଟେଲ ବନ୍ଦ, ଖାଉଟି ଅସନ୍ତୁଷ୍ଟ

ଗଞ୍ଜାମ,୨୦ା୩(ବିଦ୍ୟାଧର ସାହୁ): ଗଞ୍ଜାମ ସହରରେ କିଛିଦିନ ହେବ ଜାଳେଣି ଗ୍ୟାସ ସମସ୍ୟା ଦେଖାଦେଇଛ। ଲୋକଙ୍କୁ ମିଳୁନି ଗ୍ୟାସ୍‌। ଫଳରେ ଖାଉଟି ତଥା ଗ୍ୟାସ୍‌ ଉପଭୋକ୍ତାଙ୍କ ମଧ୍ୟରେ ଘୋର…

ଜିଲାପାଳଙ୍କ ଅଫିସ ଆଗରେ ଚାଷୀ ପାଳିଲେ ପଖାଳ ଦିବସ: ଧାନବିକ୍ରି ଦାବି ନେଇ…

ବରଗଡ଼,୨୦ା୩(ପ୍ରେମାନନ୍ଦ ଖମାରୀ): ଧାନବିକ୍ରି ଦାବି ନେଇ ବରଗଡ଼ ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଚାଷୀଙ୍କ ଆନ୍ଦୋଳନ ଜାରି ରହିଛି। ଗତ ୫ତାରିଖରୁ ଧାନବସ୍ତା ଗଦା କରି ବରଗଡ଼ ଜିଲା…

ତେଜିଲା ଆନ୍ଦୋଳନ: ତହସିଲଦାରଙ୍କ ଗାଡ଼ି ଆଗରେ ଶୋଇଲେ ଚାଷୀ

ଚାନ୍ଦବାଲି,୨୦।୩: ଭଦ୍ରକ ଜିଲା ତିହିଡି ବ୍ଲକ ଚାରିତରଫ ସୋସାଇଟରେ ଶୁକ୍ରବାର ଚାଷୀ ଅସନ୍ତୋଷ ଦେଖାଦେଇଛି। ମଣ୍ଡିରୁ ଧାନ ଉଠୁ ନ ଥିବା ଅଭିଯୋଗ କରି ଚାଷୀମାନେ ରାଜ…

ମେ’ ୪ରୁ ମା’ ରାମାୟାଣାମ୍ମା ଠାକୁରାଣୀଙ୍କ ଯାତ୍ରା: ଅନୁମତି ପାଇଁ କମିଟି ଜିଲାପାଳଙ୍କୁ ଭେଟି…

ଛତ୍ରପୁର,୨୦ା୩(ଦିଲ୍ଲୀପ ସାମଲ): ଚଳିତ ବର୍ଷ ଗଞ୍ଜାମ ଜିଲା ଛତ୍ରପୁର ସହରର ଆରାଧ୍ୟା ଦେବୀ ମା’ ରାମାୟାଣାମ୍ମାଙ୍କ ଠାକୁରାଣୀ ଯାତ୍ରା ଅନୁଷ୍ଠିତ ହେବ। ଏଥିପାଇଁ ଯାତ୍ରା କମିଟି ପକ୍ଷରୁ…

ଆଶଙ୍କାରେ ପେନ୍‌ସନ୍‌ଭୋଗୀଙ୍କ ଭବିଷ୍ୟତ, ସମସ୍ତେ ଏକାଠି ହୋଇ…

କେନ୍ଦୁଝର,୨୦ା୩(ନରେଶ ଚନ୍ଦ୍ର): କେନ୍ଦୁଝର ଜିଲା ଅବସରପ୍ରାପ୍ତ ମାଧ୍ୟମିକ ଶିକ୍ଷକ ଓ କର୍ମଚାରୀ ସଂଘର ଏକ ବୈଠକ ସଭାପତି ସଞ୍ଜୟ ବସନ୍ତ ଚକ୍ରଙ୍କ ଅଧ୍ୟକ୍ଷତାରେ ଶିକ୍ଷକ ଭବନ କେନ୍ଦୁଝରଠାରେ…

ବ୍ରହ୍ମଚାରିଣୀ ବେଶରେ ଦର୍ଶନ ଦେଲେ ମା’ କନକ ଦୁର୍ଗା

ଦେବଗଡ,୨୦।୩(ଶଶାଙ୍କ ଶେଖର ଝାଙ୍କର): ମଠ ସାହିସ୍ଥିତ ମା’ କନକ ଦୁର୍ଗା ମନ୍ଦିରରେ ବାସନ୍ତୀକ ନବରାତ୍ର ପୂଜା ଦ୍ୱିତୀୟ ଦିବସରେ ଦେବୀଙ୍କ ପୂଜାର୍ଚ୍ଚନା ଚାଲିଛି। ଶୁକ୍ରବାର ମା’ କନକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri