ଅସହାୟ ପରିବାରର କରୁଣ କାହାଣୀ: ବାପାଙ୍କ ଦଶାହ କାର୍ଯ୍ୟ ପାଇଁ ଭିକ୍ଷା ମାଗୁଛନ୍ତି ଦୁଇ ଝିଅ-ପୁଅ

ଦିଗପହଣ୍ଡି,୨୦ା୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଗୌଡ଼ଗାଁ ନୂଆସାହିର ଗୋବିନ୍ଦ ମହାରଣା (୪୯)ଙ୍କ ଗତ ୧୫ ତାରିଖ ବିଳମ୍ବିତ ରାତିରେ ଆକସ୍ମିକ ମୃତ୍ୟୁ ଘଟିଛି। ଗୋବିନ୍ଦଙ୍କ ଅକାଳ ବିୟୋଗ ପରେ ପରିବାର ଉପରେ ଦୁଃଖର ପାହାଡ଼ ଭାଙ୍ଗିପଡ଼ିଛି। ଶୁଦ୍ଧିକ୍ରିୟା ପାଇଁ ଅର୍ଥ ନ ଥିବାରୁ ନିକଟସ୍ଥ ନୂଆପଡ଼ା କଲେଜରେ ଯୁକ୍ତ ଦୁଇ (+2) ପଢ଼ୁଥିବା ବଡ଼ ଝିଅ ହେପି ବାପାଙ୍କ ଦଶାହ କାର୍ଯ୍ୟ ପାଇଁ ଛୋଟ ଭଉଣୀ ଓ ଭାଇଙ୍କୁ ସାଙ୍ଗରେ ନେଇ ଗାଁରେ ଭିକ୍ଷା ମାଗୁଥିବା ଏକ ହୃଦୟବିଦାରକ ଦୃଶ୍ୟ ସାମ୍ନାକୁ ଆସିଛି।

ଏହି ଖବର ପ୍ରଚାରିତ ହେବା ପରେ ଗ୍ରାମବାସୀ ସହାୟତାର ହାତ ବଢ଼ାଇଛନ୍ତି। ଗ୍ରାମର ପୂର୍ବତନ ସରପଞ୍ଚ କୃଷ୍ଣଚନ୍ଦ୍ର ସାହୁଙ୍କ ନେତୃତ୍ୱରେ ବଣିକ ସଂଘ ୧୦ ହଜାର ଟଙ୍କା ସମେତ ଆନୁଷଙ୍ଗିକ ସାମଗ୍ରୀ ଯୋଗାଇ ଦେଇଛି। ଦେଶ-ବିଦେଶରେ କାମ କରୁଥିବା କିଛି ସ୍ଥାନୀୟ ଯୁବକଙ୍କ ସହ ଯୋଗାଯୋଗ କରି ଆର୍ଥିକ ସହାୟତା ପାଇଁ ଉଦ୍ୟମ ଚାଲିଥିବା ସେ କହିଛନ୍ତି।

ଗୋବିନ୍ଦ କାଠମିସ୍ତ୍ରୀ ଭାବେ କାମ କରି ୭୫ ବର୍ଷୀୟା ବୃଦ୍ଧା ମା’ ଶଶୀ ମହାରଣା, ମାନସିକ ବିକୃତ ସ୍ତ୍ରୀ ଛବିରାଣୀ, ଦୁଇ ଝିଅ ଓ ଛୋଟ ପୁଅଙ୍କ ପ୍ରତିପୋଷଣ କରୁଥିଲେ। ମାତ୍ର ସେ ଯକ୍ଷ୍ମା ରୋଗରେ ଆକ୍ରାନ୍ତ ହୋଇ ଗୁରୁତର ଅସୁସ୍ଥ ହୋଇପଡ଼ିଥିଲେ। ବର୍ତ୍ତମାନ ସ୍ୱାମୀପରିତ୍ୟକ୍ତା ଭଉଣୀ ହାରାବତୀ ସ୍ଥାନୀୟ ଶ୍ରୀରାମ ମନ୍ଦିରରେ କାମ କରି ଆଣୁଥିବା ଅନ୍ନଭୋଗରେ ଏହି ପରିବାର ପ୍ରତିପୋଷିତ ହେଉଛନ୍ତି।

ଗରିବ ଓ ଅସହାୟଙ୍କ ପାଇଁ ସରକାରଙ୍କ ଅନେକ ଯୋଜନା ଥିଲେ ସୁଦ୍ଧା ଗୋବିନ୍ଦଙ୍କ ପରିବାର ଆଜି ଯାଏ ଆବାସ ଯୋଜନାରୁ ବଞ୍ଚିତ ହୋଇଛନ୍ତି। ବର୍ଷା ଦିନେ ଭଙ୍ଗାଘର ଉପରେ ଜରିପାଲ ଟାଣି ଦୟନୀୟ ଅବସ୍ଥାରେ ଜୀବନ ବିତାଉଛନ୍ତି। ବାରମ୍ବାର ନିବେଦନ ସତ୍ତ୍ୱେ ପ୍ରଶାସନ ପକ୍ଷରୁ କୌଣସି ପଦକ୍ଷେପ ନିଆଯାଇ ନ ଥିବା ଗ୍ରାମବାସୀ ଦୁଷ୍ମନ୍ତ ସାହୁ ଅଭିଯୋଗ କରିଛନ୍ତି। ସ୍ୱର୍ଗତ ଗୋବିନ୍ଦଙ୍କ ଅସହାୟ ପରିବାରକୁ ତୁରନ୍ତ ସରକାରୀ ସହାୟତା ଯୋଗାଇଦେବାକୁ ଗ୍ରାମବାସୀ ଦାବି କରିଛନ୍ତି।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ହାଇଜମ୍ପରେ ସ୍ବର୍ଣ୍ଣପଦକ ଜିତିଲେ ରୁକ୍ମିଣୀ: ଛୁଟୁଛି ଶୁଭେଚ୍ଛାର ସୁଅ

ଭଞ୍ଜନଗର,୬।୧୦ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ଲକ ଅନ୍ତର୍ଗତ ବାହାଡ଼ାପଦର ଉଚ୍ଚ ବିଦ୍ୟାଳୟର ନବମ ଶ୍ରେଣୀ ଛାତ୍ରୀ ରୁକ୍ମିଣୀ ବିଷୋୟୀ ରାଜ୍ୟସ୍ତରୀୟ ହାଇଜମ୍ପ ପ୍ରତିଯୋଗିତାରେ ସ୍ବର୍ଣ୍ଣପଦକ…

ସେଣ୍ଟ୍ରାଲ ମୁମ୍ବାଇର ବସ୍‌ ଡିପୋରେ ଭୟଙ୍କର ଅଗ୍ନିକାଣ୍ଡ

ମୁମ୍ବାଇ,୧୦।୫: ସେଣ୍ଟ୍ରାଲ ମୁମ୍ବାଇର ଏକ ବସ୍‌ ଡିପୋରେ ସୋମବାର ଏକ ଭୟଙ୍କର ଅଗ୍ନିକାଣ୍ଡ ଘଟିଛି। ଅଗ୍ନିକାଣ୍ଡlରେ ଗୋଟିଏ କି ଦୁଇଟି ନୁହେଁ, ୧୦ଟି ବସ୍‌ ପୋଡ଼ି ପାଉଁଶ…

ହୋଟେଲରୁ ଫିଲ୍ମ ନିର୍ଦ୍ଦେଶକଙ୍କ ମୃତଦେହ ଜବତ, ପୋଲିସର ତଦନ୍ତ ଜାରି

ଭୁବନେଶ୍ୱର,୫।୧୦(ତ୍ରିନାଥ ମହାନ୍ତି): ଭରତପୁର ଥାନା ଅଧୀନ କଳିଙ୍ଗ ବିହାର ଅଞ୍ଚଳରେ ଥିବା ଏକ ହୋଟେଲ୍‌ରୁ ଫିଲ୍ମ ନିର୍ଦ୍ଦେଶକ ଏସ୍‌.କେ. ମୂରଲୀଧରନଙ୍କ ସନ୍ଦେହଜନକ ଅବସ୍ଥାରେ ମୃତ୍ୟୁ ଘଟିଛି। ଖବର…

ଥାଇଲାଣ୍ଡରେ ବନ୍ୟା, ୩୧ରେ ପହଞ୍ଚିଲା ମୃତ୍ୟୁସଂଖ୍ୟା

ବ୍ୟାଙ୍କକ୍‌, ୫।୧୦: ଥାଇଲାଣ୍ଡରେ ପ୍ରବଳ ବର୍ଷା ଏବଂ ଆକସ୍ମିକ ବନ୍ୟା ଆସିବା ନେଇ ଚେତାବନୀ ଜାରି କରାଯାଇଛି। ସେପ୍ଟେମ୍ବର ୧୬ରୁ ଦେଶବ୍ୟାପୀ ବନ୍ୟା ଯୋଗୁ ମୃତ୍ୟୁସଂଖ୍ୟା ୩୧କୁ…

ବଡ଼ ସଫଳତା:୫ ଶାବକ ଜନ୍ମଦେଲା ଭାରତରେ ଜନ୍ମିତ ଚିତା

ନୂଆଦିଲ୍ଲୀ,୫ା୧୦:ଭାରତରେ ଜନ୍ମିତ ଚିତା ସୋମବାର ମଧ୍ୟପ୍ରଦେଶର କୁନୋ ଜାତୀୟ ଉଦ୍ୟାନରେ ୫ଟି ଶାବକ ଜନ୍ମ ଦେଇଛି, ଯାହାକି ପ୍ରୋଜେକ୍ଟ ଚିତା ପାଇଁ ଏକ ବଡ଼ ସଫଳତା। ଶାବକମାନଙ୍କ…

ଛାତ୍ର ସଂସଦ ନିର୍ବାଚନ ଘୋଷଣା: ମା’ ମାଣିକେଶ୍ୱରୀ ବିଶ୍ୱବିଦ୍ୟାଳୟରେ ଉତ୍ସବର ମାହୋଲ

ଭବାନୀପାଟଣା, ୫।୧୦ (ଉତ୍ତମ କୁମାର ଦାଶ): ଦୀର୍ଘ ୮ ବର୍ଷର ଅପେକ୍ଷାର ଅନ୍ତ ଘଟାଇ ରାଜ୍ୟରେ ଛାତ୍ର ସଂସଦ ନିର୍ବାଚନ ପାଇଁ ଆନୁଷ୍ଠାନିକ ଘୋଷଣା ହେବା ପରେ…

ମୋବାଇଲ୍‌ଠାରୁ ଦୂରେଇ ରହିବାକୁ ଛାତ୍ରୀଛାତ୍ରଙ୍କୁ ପରାମର୍ଶ ଦେଲେ ସିଦ୍ଧାନ୍ତ ମହାପାତ୍ର

ଦିଗପହଣ୍ଡି, ୫।୧୦ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡିସ୍ଥିତ ଖେମୁଣ୍ଡି ଡିଗ୍ରୀ କଲେଜ ପରିସରରେ ସେବା ସଂକଳ୍ପ ଅଭିଯାନ ଆନୁକୂଲ୍ୟରେ ଯୁକ୍ତ ୩ ଛାତ୍ରୀଛାତ୍ରଙ୍କୁ ନେଇ…

ଟିମ ଇଣ୍ଡିଆରୁ ବାଦ ପଡ଼ିବା ପରେ ବଡ଼ ନିଷ୍ପତ୍ତି ନେଲେ ସୂର୍ଯ୍ୟକୁମାର: ଏବେ କରିବେ ଏହି କାମ

ମୁମ୍ବାଇ,୫।୧୦: ଭାରତୀୟ ଟି-୨୦ ଦଳର ଅଧିନାୟକ ପଦ ହରାଇବା ସହ ଜାତୀୟ ଦଳରୁ ବାଦ ପଡ଼ିବା ପରେ ନିଜ ଫର୍ମ ଫେରାଇବା ପାଇଁ ଘରୋଇ କ୍ରିକେଟକୁ ଫେରୁଛନ୍ତି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?