ଗାଈ ମୋ ଜମିରେ କାହିଁକି ଛାଡ଼ିଛୁ କହି ବାଡେଇଲେ ,ଏବେ

ଦିଗପହଣ୍ଡି,୧୨।୭(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ପୋଲିସ ଶନିବାର କେ.ନୂଆଗାଁ ଥାନା ମେଘଝୋଳି ଗ୍ରାମର ନରସିଂହ ଗୌଡ଼ଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଛି। ଥାନା ମାମଲା ନଂ.୨୪୬/୨୫ ଅନୁଯାୟୀ, ଜାମିନ ଆବେଦନ ଖାରଜ ହେବାରୁ ଅଭିଯୁକ୍ତଙ୍କୁ ଦିଗପହଣ୍ଡି ସବ ଜେଲ ହାଜତକୁ ପଠାଇ ଦିଆଯାଇଛି। ଶୁକ୍ରବାର ସକାଳ ପ୍ରାୟ ୮ଟାରେ କଇଠଖଣ୍ଡି ଗ୍ରାମର ବିନ ଗୌଡ଼ ମେଘଝୋଳି – କଇଠଖଣ୍ଡି ଗ୍ରାମ ରାସ୍ତାର ମା ’ଯୋଗାଡ଼ଦିଆ ଠାକୁରାଣୀ ମନ୍ଦିର ନିକଟରେ ଗାଈପଲ ଚରାଉଥିବା ବେଳେ ଅଭିଯୁକ୍ତ ନରସିଂହ ଏବଂ ତାଙ୍କ ପୁଅ କୁରେଶୁ ଗୌଡ଼ ସେଠାରେ ପହଞ୍ଚି ଆମ ଜମିରେ କାହିଁକି ଗାଈ ଛାଡ଼ିଚୁ। ଗାଈ ଆମ ଫସଲ ଖାଇଦେଲା କହିଥିଲେ। ବିନ ଗୌଡ଼ ମୋ ଗାଈ ପଲ ତୁମ ଜମିକୁ ଯାଇନାହିଁ କହିବାରୁ ସେମାନଙ୍କ ମଧ୍ୟରେ ଯୁକ୍ତିତର୍କ ହୋଇଥିଲା। ଏଥିରେ ଉତ୍ତେଜିତ ହୋଇ ନରସିଂହ ଏକ ଠେଙ୍ଗାରେ ବିନଙ୍କ ମୁଣ୍ଡକୁ ଆଘାତ କରିଥିଲେ। କୁରେଶୁ ମଧ୍ୟ ତାଙ୍କୁ ମାଡ଼ ମାରି ଚାଲିଯାଇଥିଲେ। କିଛି ବ୍ୟକ୍ତି ସେଠାରେ ପହଞ୍ଚି ଚେତାଶୂନ୍ୟ ଅବସ୍ଥାରେ ବିନଙ୍କୁ ଉଦ୍ଧାର କରି ଘରକୁ ନେଇଥିଲେ। ଏତଲା ହେବାପରେ ଦିଗପହଣ୍ଡି ଥାନା ଭାରପ୍ରାପ୍ତ ଆଇଆଇସି ତଥା ଡିଏସପି ପ୍ରଶାନ୍ତ କୁମାର ପାତ୍ର ଅଭିଯୁକ୍ତ ବାପ,ପୁଅଙ୍କ ବିରୋଧରେ ମକଦ୍ଦମା ରୁଜୁ କରି ଏସଆଇ ଜ୍ୟୋତି ରଞ୍ଜନ ବେହେରାଙ୍କୁ ତଦନ୍ତ ପାଇଁ ନିର୍ଦ୍ଦେଶ ଦେଇଥିଲେ। ତଦନ୍ତକାରୀ ଅଧିକାରୀ ହତ୍ୟା ଉଦ୍ୟମରେ ବ୍ୟବହୃତ ଠେଙ୍ଗାକୁ ଜବତ କରିବାସହ ଅଭିଯୁକ୍ତ ନରସିଂହଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଥିବା ବେଳେ ଅନ୍ୟତମ ଅଭିଯୁକ୍ତ କୁରେଶୁ ଗିରଫ ଭୟରେ ଫେରାର ଥିବା ଜଣାପଡିଛି।


Enter your email to get our daily news in your inbox.

All Right Reserved By Dharitri.Com

ବନ୍ଦ କୋଠରୀରେ କ’ଣ ଘଟିଥିଲା? ଇସ୍ତଫା ଦେବା ପାଇଁ ହରମନପ୍ରୀତଙ୍କ ଉପରେ BCCI ଚାପ ପକାଇଥିଲା କି? ଜାଣନ୍ତୁ ଅଧିନାୟକ ପଦରୁ ଓହରିବାର…

ନୂଆଦିଲ୍ଲୀ,୬।୧୦: ମାତ୍ର ୨୪ ଘଣ୍ଟା ପୂର୍ବ ପର୍ଯ୍ୟନ୍ତ ହରମନପ୍ରୀତ କୌର ଭାରତୀୟ ମହିଳା କ୍ରିକେଟ ଦଳର ଅଧିନାୟିକା ଥିଲେ; ତେବେ ହଠାତ ସେ କାହିଁକି ନିଜ ପଦରୁ…

ପାକିସ୍ତାନୀ ମୁସଲମାନଙ୍କୁ ନେଇ ମିକା ସିଂଙ୍କ ବଡ଼ ବୟାନ, ଖରାପ ନୁହଁନ୍ତି….

ନୂଆଦିଲ୍ଲୀ,୬।୧୦: ବଲିଉଡ୍‌ର ଲୋକପ୍ରିୟ ସିଙ୍ଗର୍ ମିକା ସିଂ ନିଜର ବେବାକ୍ ଅନ୍ଦାଜ ପାଇଁ ବେଶ୍ ପରିଚିତ। ଭାରତ-ପାକିସ୍ତାନ ସମ୍ପର୍କ ଏବଂ ଦୁଇ ଦେଶର କଳାକାରଙ୍କୁ ନେଇ ମଧ୍ୟ…

ପୂର୍ତ୍ତ ବିଭାଗ EE ଅରବିନ୍ଦ ମହାନ୍ତି ଗିରଫ: ୨ଟି କୋଠା, ୨୩ ପ୍ଲଟ୍‌ ଓ ୫ ଏକରର ଫାର୍ମ ହାଉସ୍‌ ଠାବ

ବାରିପଦା/ବେତନଟୀ, ୬।୧୦(ନୀଳାଦ୍ରି ବିହାରୀ ଦଣ୍ଡପାଟ/ଧରଣୀଧର ମହାନ୍ତି ): ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ମୟୂରଭଞ୍ଜ ପୂର୍ତ୍ତ ବିଭାଗର ଏକ୍ସିକ୍ୟୁଟିଭ୍‌ ଇଞ୍ଜିନିୟର (EE) ଅରବିନ୍ଦ ମହାନ୍ତିଙ୍କୁ ଭିଜିଲାନ୍ସ…

ଆଜି ଆର୍ଜେଣ୍ଟିନା ପାଇଁ ମେସିଙ୍କ ଶେଷ ମ୍ୟାଚ୍‌

ବୁଏନସ ଆରିଜ,୬ା୧୦: ଫୁଟବଲ ସୁପରଷ୍ଟାର ଲିଓନେଲ ମେସି ମଙ୍ଗଳବାର ଇଷ୍ଟାଡିଓ ମାନୁମେଣ୍ଟାଲଠାରେ ବେନିନ ବିପକ୍ଷରେ ଆର୍ଜେଣ୍ଟିନା ପାଇଁ ତାଙ୍କର ବିଦାୟୀ ମ୍ୟାଚ୍‌ ଖେଳିବେ। ଡିଏଗୋ ମାରାଡୋନାଙ୍କ ପରେ…

ହରମନପ୍ରୀତ କୌରଙ୍କ ପରେ ଭାରତୀୟ ଦଳର ପରବର୍ତ୍ତୀ ଅଧିନାୟିକା କିଏ? ନାମ ଆସିଲା ସାମ୍ନାକୁ

ନୂଆଦିଲ୍ଲୀ,୬।୧୦: ଗୁଆହାଟୀରେ ଅନୁଷ୍ଠିତ BCCI ସମୀକ୍ଷା ବୈଠକର ମାତ୍ର ଗୋଟିଏ ଦିନ ପରେ, ହରମନପ୍ରୀତ କୌର ସମସ୍ତ ଫର୍ମାଟରୁ ଅଧିନାୟକ ପଦ ଛାଡ଼ିବାକୁ ନିଷ୍ପତ୍ତି ନେଇ ସମସ୍ତଙ୍କୁ…

CECଙ୍କ ବିରୋଧରେ ଅଭିଯାନ ଆରମ୍ଭ କରିଛନ୍ତି ବିରୋଧି; ରାହୁଲ-ପ୍ରିୟଙ୍କା ଅଟକ

ନୂଆଦିଲ୍ଲୀ,୬।୧୦: ଭୋଟର ତାଲିକାରେ କଥିତ ଅନିୟମିତତାକୁ ନେଇ ବିରୋଧୀ ଦଳଗୁଡ଼ିକ ମୁଖ୍ୟ ନିର୍ବାଚନ କମିଶନର ଜ୍ଞାନେଶ କୁମାରଙ୍କ ବିରୋଧରେ ବିକ୍ଷୋଭ ପ୍ରଦର୍ଶନ ଆରମ୍ଭ କରିଛନ୍ତି। ତାଙ୍କ ଇସ୍ତଫା…

ସର୍ବପିତୃ ଅମାବାସ୍ୟାରେ ଶୁଭ ସଂଯୋଗ: ୩ ରାଶିର ହେବ ଭାଗ୍ୟୋଦୟ, ଚାକିରିରେ ମିଳିବ ଅପୂର୍ବ ସଫଳତା

ଅକ୍ଟୋବର ୧୦ରେ ପାଳନ ହେବ ସର୍ବପିତୃ ଅମାବାସ୍ୟା। ପିତୃପକ୍ଷର ଏହି ଶେଷ ତିଥିକୁ ଧାର୍ମିକ ଦୃଷ୍ଟିରୁ ବେଶ ଗୁରୁତ୍ୱପୂର୍ଣ୍ଣ ମନେ କରାଯାଏ। ଜ୍ୟୋତିଷ ଶାସ୍ତ୍ର ଦୃଷ୍ଟିରୁ ମଧ୍ୟ…

ଅକ୍ଟୋବରରେ କଲବଲ କରୁଛି ତାତି, ୧୩୦ ବର୍ଷ ଇତିହାସରେ ପୁରୀରେ ଦ୍ୱିତୀୟ ସର୍ବୋଚ୍ଚ ତାପମାତ୍ରା

ଭୁବନେଶ୍ବର,୬।୧୦: ପୁରୀ ସହରରେ ଗତ ସୋମବାର ଦିନ ପ୍ରଚଣ୍ଡ ଖରା ସାଙ୍ଗକୁ ଗୁଳୁଗୁଳି ଅନୁଭୂତ ହୋଇଛି । ଅକ୍ଟୋବର ୫ ତାରିଖରେ ପୁରୀ ସହର ତାପମାତ୍ରା ୩୬.୬°C…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?