ଦିଗପହଣ୍ଡିରେ କଲେଜ ନିର୍ବାଚନ ପରବର୍ତ୍ତୀ ହିଂସା ଓ ହତ୍ୟା ଉଦ୍ୟମ: ପୁଣି ୨ ଅଣଛାତ୍ର ଗିରଫ, ଜେଲ୍‌ ଗଲେ…

ଦିଗପହଣ୍ଡି, ୨୪।୧୦ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ଖେମୁଣ୍ଡି କଲେଜ ଛାତ୍ର ନିର୍ବାଚନ ପରବର୍ତ୍ତୀ ହିଂସାକାଣ୍ଡ ଓ ହତ୍ୟା ଉଦ୍ୟମ ଘଟଣାରେ ପୋଲିସକୁ ବଡ଼ ସଫଳତା ମିଳିଛି। ଏହି ଘଟଣାରେ ସମ୍ପୃକ୍ତ ଅନ୍ୟ ୨ ଜଣ ଅଣଛାତ୍ରଙ୍କୁ ଦିଗପହଣ୍ଡି ପୋଲିସ ଶନିବାର ଗିରଫ କରି କୋର୍ଟ ଚାଲାଣ କରିଛି। ଗିରଫ ଅଭିଯୁକ୍ତ ଦ୍ୱୟ ହେଲେ ଦିଗପହଣ୍ଡି ପିଏଚ୍‌ଡି ରୋଡ୍‌ ସାହିର ବି. ତାରେଣୀ ପାତ୍ର ଓରଫ ରାଜୁ (୨୮) ଏବଂ ରାମଚନ୍ଦ୍ରପୁର ଗ୍ରାମର ଅରୁଣ ସେଠୀ (୨୩)।

ତଦନ୍ତକାରୀ ଅଧିକାରୀ ଅତିରିକ୍ତ ଆଇଆଇସି କୃଷ୍ଣମୟୀ ବରାଳ ଶନିବାର ପୂର୍ବାହ୍ନ ପ୍ରାୟ ସାଢ଼େ ୧୦ଟାରେ ସଦଳବଳେ ଚଢ଼ାଉ କରି ଅଭିଯୁକ୍ତ ରାଜୁଙ୍କ ଘରୁ ଦୁହିଁଙ୍କୁ ଗିରଫ କରିଥିଲେ। ଦିଗପହଣ୍ଡି ଥାନା ମାମଲା ନଂ. ୪୩୯/୨୬ (BNS) ଅନୁଯାୟୀ କୋର୍ଟରେ ଜାମିନ ଆବେଦନ ଖାରଜ ହେବାରୁ ଦୁହିଁଙ୍କୁ ଦିଗପହଣ୍ଡି ସବ୍‌-ଜେଲ୍‌ ହାଜତକୁ ପଠାଇ ଦିଆଯାଇଛି।

ଗତ ୧୫ ତାରିଖରେ ଖେମୁଣ୍ଡି କଲେଜ ଛାତ୍ର ସଂସଦ ନିର୍ବାଚନରେ ଛାତ୍ର କଂଗ୍ରେସର ପୂର୍ବତନ ଜିଲ୍ଲା ସଭାପତି ବିକାଶ ପଶୁପାଳକଙ୍କ ସମର୍ଥିତ ସଭାପତି ପ୍ରାର୍ଥୀ ଡି. ସଞ୍ଜୀବ କୁମାର ଦୋରା, ପ୍ରତିପକ୍ଷ ତାରେଣୀ ପାତ୍ର (ରାଜୁ)ଙ୍କ ସ୍ୱାଧୀନ ପ୍ରାର୍ଥୀ ରାଜେନ୍ଦ୍ର ସେଠୀଙ୍କୁ ୩ଟି ଭୋଟରେ ପରାଜିତ କରି ବିଜୟୀ ହୋଇଥିଲେ। ଏଥିରେ ଉତ୍ତେଜିତ ହୋଇ ରାଜୁ ନିଜ ଗୋଷ୍ଠୀର ଯୁବକମାନଙ୍କୁ ନେଇ ବିକାଶଙ୍କୁ ଆକ୍ରମଣ କରିବା ପାଇଁ ଶୁଣ୍ଡିପଲ୍ଲୀ ଗାଁ ଛକରେ ଖୋଜାଖୋଜି କରିଥିଲେ।

ବିକାଶଙ୍କୁ ନପାଇ ନିର୍ବାଚନ ପ୍ରଚାରରେ ବ୍ୟବହୃତ ହୋଇଥିବା ତାଙ୍କ ଭାଇ ରାକେଶ ପଶୁପାଳକଙ୍କ କାର୍‌ (OD-02-BU-6543)କୁ ଦେଖି ରାତି ପ୍ରାୟ ୧ଟାରେ ରାଜୁଙ୍କ ନିର୍ଦ୍ଦେଶରେ ଅଣଛାତ୍ରମାନେ ବ୍ୟାପକ ଭଙ୍ଗାରୁଜା କରିଥିଲେ। ଏହାକୁ ପ୍ରତିବାଦ କରିବାରୁ କାର୍‌ ଚାଳକ ଶିବଶଙ୍କର ନାହାକ ଓ ତାଙ୍କ ସାଙ୍ଗ ମେସିନ୍‌ ଅପରେଟର ଦୀପକ ସେଠୀଙ୍କୁ ସଂଘବଦ୍ଧ ଭାବେ ଲାଠିରେ ମାଡ଼ ମାରି ହତ୍ୟା ଉଦ୍ୟମ କରିଥିଲେ। ଗ୍ରାମବାସୀ ଚିତ୍କାର ଶୁଣି ଦୌଡ଼ି ଆସିବାରୁ ଅଭିଯୁକ୍ତମାନେ ୪ଟି ବାଇକ୍‌ ଯୋଗେ ଫେରାର ହୋଇଯାଇଥିଲେ।

ପରେ କାର୍‌ ମାଲିକ ରାକେଶ ଘଟଣାସ୍ଥଳରେ ପହଞ୍ଚି ଉଭୟ ଆହତଙ୍କୁ ଉଦ୍ଧାର କରି ଚିକିତ୍ସା ପାଇଁ ମେଡିକାଲରେ ଭର୍ତ୍ତି କରିବା ସହ ଥାନାରେ ଏତଲା ଦେଇଥିଲେ। ଏତଲା ଆଧାରରେ ଆଇଆଇସି କିଶୋର କୁମାର ସାମଲ ମାମଲା ରୁଜୁ କରି ତଦନ୍ତ ନିର୍ଦ୍ଦେଶ ଦେଇଥିଲେ। ଗିରଫ ରାଜୁଙ୍କ ନାଁରେ ପୂର୍ବରୁ ଦିଗପହଣ୍ଡି ଥାନାରେ ୨ଟି ସଙ୍ଗୀନ ଅପରାଧିକ ମାମଲା ରହିଥିବା ଆଇଆଇସି ସୂଚନା ଦେଇଛନ୍ତି। ପ୍ରକାଶଥାଉ କି, ଏହି ଘଟଣାରେ ପୂର୍ବରୁ ସାହାଣୀ ସାହିର ରକି ଦାସ ଓ ହିମାଂଶୁ ଦାସଙ୍କୁ ଗିରଫ କରାଯାଇ କୋର୍ଟ ଚାଲାଣ କରାଯାଇସାରିଛି।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ଜଳ ପ୍ରପାତ

ସାନଘାଗରା ଜଳପ୍ରପାତ କେନ୍ଦୁଝର ସହରଠାରୁ ମାତ୍ର ୬ କି.ମି. ଦୂରରେ ରହିଛି ସାନଘାଘରା ଜଳପ୍ରପାତ। ସାନମାଛ କାନ୍ଦଣା ନଦୀର ଜଳ ଏଠାରେ ତଳକୁ ବିରାଟକାୟ ସ୍ରୋତରେ କଚାଡ଼ି…

ଭୁବନେଶ୍ୱର ଫୁଲ ଦୋକାନ

ଫର୍ନସ ଏନ୍‌ ପେଟାଲ୍‌ସ   ଏହା ରାଜଧାନୀର ଏକ ବଡ଼ ଫୁଲ ଦୋକାନ ଭାବେ ପରିଗଣିତ। ୧୧ବର୍ଷ ତଳେ ପ୍ରଥମ କରି ଶହୀଦନଗରରେ ଆରମ୍ଭ ହୋଇଥିଲା। ବର୍ତ୍ତମାନ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱର ଜିମ

କଳିଙ୍ଗ ଫିଟନେସ୍‌ ଜୟଦେବ ବିହାର ରୋଡ ବିଜୁ ପଟ୍ଟନାୟକ କଲେଜ ନିକଟରେ ରହିଛି କଳିଙ୍ଗ ଫିଟନେସ ଜିମ୍‌। ୪ବର୍ଷ ତଳେ ଖୋଲାଯାଇଥିବା ଏହି ଜିମ୍‌ରେ ସବୁ ପ୍ରକାର…

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ପର୍ଯ୍ୟଟନସ୍ଥଳ

ସପ୍ତଶଯ୍ୟା ଢେଙ୍କାନାଳ ଜିଲାରେ ଅବସ୍ଥିତ ସପ୍ତଶଯ୍ୟା ପର୍ଯ୍ୟଟନ ସ୍ଥଳ ସାତ ପାହାଡ଼, ଝରଣା ଏବଂ ଜଙ୍ଗଲରେ ପରିପୂର୍ଣ୍ଣ। ଏଠାରେ ରହିଛି ଶ୍ରୀରାମଙ୍କ ମନ୍ଦିର। ସପ୍ତଶଯ୍ୟାର ଶୀତଳ ପରିବେଶ…

କଟକ ଦହିବରା ଆଳୁଦମ

ବାରବାଟୀ ଷ୍ଟାଡିୟମର ରମେଶ ଗୋଛି ସକାଳ ୭ଟାରୁ ଆରମ୍ଭ କରି ରାତି ୧୦ଟା ଯାଏ ବାରବାଟୀ ଷ୍ଟାଡିୟମ ନିକଟରେ ରମେଶଙ୍କ ଷ୍ଟଲ ଖୋଲିଥାଏ। ପରିବାରର ସବୁ ସଦସ୍ୟ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱରର ପାର୍କ

ମହାତ୍ମା ଗାନ୍ଧୀ ପାର୍କ ପାର୍କଟି ଜୟଦେବ ବିହାରସ୍ଥିତ ନନ୍ଦନକାନନ ରୋଡ୍‌ର ଜନତା ମଇଦାନ ନିକଟରେ ଅବସ୍ଥିତ। ପାର୍କ ଭିତରେ ମହାତ୍ମା ଗାନ୍ଧୀଙ୍କ ପ୍ରାର୍ଥନା କରୁଥିବା ମୁଦ୍ରାରେ ମୂର୍ତ୍ତି…

ଶ୍ରେଷ୍ଠ ପାଞ୍ଚ ପୁରୀର ମଠ

ହାତୀ ଆଖଡ଼ା ମଠ ପୁରୀ ବଳଗଣ୍ଡି ନିକଟରେ ବଡ଼ଦାଣ୍ଡର ମୁଖ୍ୟ ରାସ୍ତାରେ ହାତୀ ଆଖଡା ମଠ ଅବସ୍ଥିତ। ଶ୍ରୀରାମାନନ୍ଦୀ ସମ୍ପ୍ରଦାୟର ନିର୍ବାଣୀ ଆଖଡା ରୂପେ ଏହା ପରିଚିତ।…

ଶ୍ରେଷ୍ଠ ପାଞ୍ଚ ଓଡ଼ିଶାର ପ୍ରସିଦ୍ଧ ଶୈବପୀଠ

ହରିଶଙ୍କର ବଲାଙ୍ଗୀରଠାରୁ ୮୦ କି.ମି. ଦୂରରେ ଗନ୍ଧମାର୍ଦ୍ଦନ ପର୍ବତ ପାଦଦେଶରେ ଅବସ୍ଥିତ ପ୍ରସିଦ୍ଧ ତୀର୍ଥ ତଥା ଶୈବପୀଠ ହରିଶଙ୍କର। ଏଠାକାର ମନ୍ଦିରର ପରିବେଶ ଏବଂ ଆକର୍ଷଣୀୟ ଝରଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?