ରାଜ୍ୟସ୍ତରୀୟ କ୍ରୀଡ଼ା ପ୍ରତିଯୋଗିତାରେ ଦିଗପହଣ୍ଡିର ସାଇକ୍ରିଷ୍ଣା

ଦିଗପହଣ୍ଡି,୭।୧୨(ଅଶେଷ ନାଥ ମିଶ୍ର) ଜଗତସିଂହପୁରରେ ଆୟୋଜିତ ୬୯ତମ ଆନ୍ତଃ ରାଜ୍ୟସ୍ତରୀୟ ବିଦ୍ୟାଳୟ ସମୂହ କ୍ରୀଡ଼ା ପ୍ରତିଯୋଗିତାରେ ଦିଗପହଣ୍ଡି ବ୍ଳକ ଅଧୀନ ବମକୋଇ ଗ୍ରାମ ଶିବାନନ୍ଦ ନୋଡାଲ ହାଇସ୍କୁଲର ଦଶମ ଶ୍ରେଣୀ ଛାତ୍ର ଏସ୍‌. ସାଇକ୍ରିଷ୍ଣା ପାତ୍ର ଅଂଶ ଗ୍ରହଣ କରି ନିଜ ପ୍ରତିଭା ପ୍ରଦର୍ଶନ କରିଛନ୍ତି।

ଗତ ଡିସେମ୍ବର ୨ ଓ ୩ ତାରିଖରେ ବ୍ରହ୍ମପୁର ଷ୍ଟାଡିୟମରେ ଆୟୋଜିତ ଗଞ୍ଜାମ ଜିଲାସ୍ତରୀୟ ପ୍ରତିଯୋଗିତାରେ ସାଇକ୍ରିଷ୍ଣା କ୍ରିକେଟ ମ୍ୟାଚରେ ଦମ୍‌ଦାର ବ୍ୟାଟିଂ କରିବା ସହ ଜଣେ ସଫଳ ଉଇକେଟ ରକ୍ଷକ ଭାବେ ନିଜକୁ ପ୍ରଦର୍ଶୀତ କରିଥିଲେ। ଶ୍ରେଷ୍ଠ ପ୍ରଦର୍ଶନ ପାଇଁ ସେ ଗତ ୬ ତାରିଖରୁ ୧୧ ତାରିଖ ଯାଏ ଜଗତସିଂହପୁରରେ ଚାଲିଥିବା ୬୯ତମ ରାଜ୍ୟସ୍ତରୀୟ ପ୍ରତିଯୋଗିତା ନିମନ୍ତେ ମନୋନୀତ ହୋଇଥିଲେ ।

ବର୍ତ୍ତମାନ ଜଗତସିଂହପୁରରେ ସାଇକ୍ରିଷ୍ଣା ଶ୍ରେଷ୍ଠ ପ୍ରଦର୍ଶନ ବଜାୟ ରଖିଥିବା ସୂଚନା ମିଳିଛି। ଏହି ସଫଳତା ପରେ ବିଭିନ୍ନ ମହଲରୁ ତାଙ୍କ ଶୁଭେଚ୍ଛା ଜଣାଯାଇଛି। ଦିଗପହଣ୍ଡି ବ୍ଲକ ଗୋଷ୍ଠୀ ଶିକ୍ଷାଧିକାରୀ ଡ. ଶଙ୍କର ନାରାୟଣ ବେଜ, ବମକେଇ ପଞ୍ଚାୟତ ସରପଞ୍ଚ ତପନ କୁମାର ପ୍ରଧାନ, ବିଦ୍ୟାଳୟ ପ୍ରଧାନ ଶିକ୍ଷକ ଅରୁଣ ଚନ୍ଦ୍ର ମହାପାତ୍ର, କ୍ରୀଡା ଶିକ୍ଷୟିତ୍ରୀ ସସ୍ମିତା ପ୍ରଧାନଙ୍କ ସମେତ ବିଦ୍ୟାଳୟ ଶିକ୍ଷୟିତ୍ରୀ ଶିକ୍ଷକ ବୃନ୍ଦ ଏବଂ ପଞ୍ଚାୟତ ବାସୀଙ୍କ ପକ୍ଷରୁ ଶୁଭକାମନା ଜଣାଇବା ସହ ତାଙ୍କ ଉଜ୍ଜ୍ୱଳ ଭବିଷ୍ୟତ କାମନା କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ନବୀନଙ୍କୁ ଭେଟିବେ ପିସିସି ସଭାପତି ଭକ୍ତ ଦାସ, କହୁକହୁ କହିଦେଲେ ଏହି ବଡ଼ କଥା…

ଭୁବନେଶ୍ୱର,୨୮ା୧: ରାଜ୍ୟ ସଭା ନିର୍ବାଚନ ନେଇ ନବୀନଙ୍କ କୋର୍ଟକୁ ବଲ୍‌ ଫିଙ୍ଗିଛନ୍ତି ପିସିସି ସଭାପତି ଭକ୍ତ ଦାସ। ସେ କହିଛନ୍ତି, ମିଶିକି ଆଲୋଚନା କରିବା ପାଇଁ ମୁଁ…

ସାମ୍ନାକୁ ଆସିଲା ଅଜିତ ପାୱାରଙ୍କ ବିମାନ ଦୁର୍ଘଟଣାର ସିସିଟିଭି ଭିଡିଓ, ଶେଷ ମୁହୂର୍ତ୍ତ…

ମୁମ୍ବାଇ,୨୮ା୧: ମହାରାଷ୍ଟ୍ରର ଉପମୁଖ୍ୟମନ୍ତ୍ରୀ ଅଜିତ ପାୱାରଙ୍କ ବିମାନ ଦୁର୍ଘଟଣାର ସିସିଟିଭି ଫୁଟେଜ୍ ସାମ୍ନାକୁ ଆସିଛି । ଫୁଟେଜରେ ସ୍ପଷ୍ଟ ଭାବରେ ଦେଖାଯାଉଛି ଯେ ବିମାନଟି ଖସିପଡ଼ିବା ମାତ୍ରେ ଅଗ୍ନିପିଣ୍ଡୁଳା…

୨୯ରେ ଗଞ୍ଜାମରେ କୃଷ୍ଣସାର ମୃଗ ଗଣନା, କୌଣସି ଫଟୋ କି ତଥ୍ୟ ପ୍ରଘଟ କରିବେ ନାହିଁ ଛାତ୍ରୀଛାତ୍ର

ଭଞ୍ଜନଗର,୨୮ା୧(ବାବୁଲା ପ୍ରଧାନ): ଗଞ୍ଜାମ ଜିଲାର ଗର୍ବ ଓ ଗୌରବ ହେଉଛି କୃଷ୍ଣସାର ମୃଗ। ଏହି ମୃଗ ଘୁମୁସର ଦକ୍ଷିଣ ବନଖଣ୍ଡରେ ବହୁ ବର୍ଷ ପୂର୍ବେ ଦେଖା ଦେଇଥିଲା।…

ରାଜ୍ୟ ସଭା ପ୍ରସଙ୍ଗରେ ଯୋଗାଣ ମନ୍ତ୍ରୀଙ୍କ ବଡ଼ ବୟାନ, ୨୦୨୬ ମସିହାରେ ହେବାକୁ ଯାଉଛି…

ଭୁବନେଶ୍ବର,୨୮।୧: ରାଜ୍ୟ ସଭା ପ୍ରସଙ୍ଗରେ ଯୋଗାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର ବଡ଼ ବୟାନ ଦେଇଛନ୍ତି । ୨୦୨୬ ମସିହାରେ ବହୁତ କିଛି ହେବ ବୋଲି କହିଛନ୍ତି ।…

ଦିଗପହଣ୍ଡିରେ ବନ୍ଦ ପ୍ରଭାବ ଶୂନ୍ୟ: ସବୁ ଖୋଲା, ଗାଡ଼ି ଚଳାଚଳ ବି ସ୍ବାଭାବିକ

ଦିଗପହଣ୍ଡି,୨୮ା୧(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଓ ଆଖପାଖ ଅଞ୍ଚଳରେ ନବ ନିର୍ମାଣକୃଷକ ସଙ୍ଗଠନ ପକ୍ଷରୁ ବୁଧବାର ଡାକରା ଦିଆଯାଇଥିବା ୮ ଘଣ୍ଟିଆ ବନ୍ଦ ପାଳନ…

ସାମ୍ନାକୁ ଆସିଲା ଅଜିତ ପାଓ୍ବାରଙ୍କ ବିମାନ ଦୁର୍ଘଟଣାର ଗୁରୁତ୍ୱପୂର୍ଣ୍ଣ ତଥ୍ୟ: ଦ୍ୱିତୀୟଥର ଅବତରଣବେଳେ…

ପୁଣେ,୨୮।୧: ମହାରାଷ୍ଟ୍ରର ବାରାମତିରେ ବୁଧବାର ସକାଳେ ଏକ ବିମାନ ଦୁର୍ଘଟଣା ଘଟିଛି। ଏଥିରେ ଉପମୁଖ୍ୟମନ୍ତ୍ରୀ ଅଜିତ ପାୱାରଙ୍କ ସମେତ ୬ ଜଣଙ୍କର ମୃତ୍ୟୁ ହୋଇଛି। ବିମାନଟି ମୁମ୍ବାଇରୁ…

ସାକ୍ଷୀଗୋପାଳରେ ଓଡ଼ିଶା ବନ୍ଦ: ଯାନବାହନ ଚଳାଚଳ ବାଧାପ୍ରାପ୍ତ

ସାକ୍ଷୀଗୋପାଳ,୨୮ା୧(କିଶୋର ମହାପାତ୍ର/ପ୍ରଶାନ୍ତ କୁମାର ବାରିକ): ନବନିର୍ମାଣ କୃଷକ ସଙ୍ଗଠନ ପକ୍ଷରୁ ଦିଆଯାଇଥିବା ଓଡ଼ିଶା ବନ୍ଦ ଡାକରାରେ ସାମିଲ ହୋଇ ସତ୍ୟବାଦୀ ବ୍ଲକ କଂଗ୍ରେସ କର୍ମୀମାନେ ବୁଧବାର ରାଜପଥ…

ବିମାନ ଦୁର୍ଘଟଣାରେ ଏହି ୭ ବଡ଼ ନେତାଙ୍କ ଯାଇଛି ଜୀବନ: ଲିଷ୍ଟ୍‌ରେ ୩ ମୁଖ୍ୟମନ୍ତ୍ରୀ ମଧ୍ୟ ସାମିଲ

ପୁଣେ,୨୮।୧: ମହାରାଷ୍ଟ୍ରର ଉପମୁଖ୍ୟମନ୍ତ୍ରୀ ଅଜିତ ପାୱାରଙ୍କ ବିମାନ ଦୁର୍ଘଟଣାରେ ମୃତ୍ୟୁ ଘଟିଛି। ଗତ ୭ ମାସ ମଧ୍ୟରେ ଦେଶ ବିମାନ ଦୁର୍ଘଟଣାରେ ଆଉ ଜଣେ ବଡ଼ ନେତାଙ୍କୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri