ପଦ୍ମନାଭପୁର ଶିଶୁ ମନ୍ଦିରର ରୌପ୍ୟ ଜୟନ୍ତୀ ସମାରୋହ ଉଦଘାଟିତ

ଦିଗପହଣ୍ଡି,୨୦ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ପଦ୍ମନାଭପୁର ସ୍ଥିତ ସରସ୍ୱତୀ ଶିଶୁ ବିଦ୍ୟାମନ୍ଦିର ‘ଶ୍ରୀଧାମ’ ଆବାସିକ ବିଦ୍ୟାଳୟର ୨୫ତମ ପ୍ରତିଷ୍ଠା ଦିବସ ଅବସରରେ ଶନିବାର ରୌପ୍ୟ ଜୟନ୍ତୀ ସମାରୋହ ଅତି ଆଡମ୍ବର ସହକାରେ ଉଦଘାଟିତ ହୋଇଯାଇଛି। ପ୍ରତିଷ୍ଠାତା ଡଃ କୃଷ୍ଣଚନ୍ଦ୍ର ଦାଶଙ୍କ ସଂଯୋଜନାରେ ଗ୍ରାମର ଶ୍ରୀଶନି ମନ୍ଦିର ପୁଷ୍କରିଣୀରୁ ଗଙ୍ଗା ଆବାହନ କରାଯାଇ ୧୦୮ କଳସ ଶୋଭାଯାତ୍ରା ଅନୁଷ୍ଠିତ ହୋଇଥିଲା। ଏହାପରେ ବିଦ୍ୟାଳୟ ପରିସରରେ ନବକୁଣ୍ଡିୟ ଗାୟତ୍ରୀ ମହାଯଜ୍ଞର ଶୁଭାରମ୍ଭ କରାଯାଇଛି।

ଏହି ଉତ୍ସବରେ ରାଜ୍ୟର ବିଭିନ୍ନ ପ୍ରାନ୍ତରୁ ସ୍ୱାମୀ ଯୋଗାନନ୍ଦ ସରସ୍ୱତୀ, ସ୍ୱାମୀ ଭାସ୍କରତୀର୍ଥ, ସ୍ୱାମୀ ହରି ଶରଣାନନ୍ଦଙ୍କ ସମେତ ବହୁ ବିଶିଷ୍ଟ ସାଧୁ, ସନ୍ଥ ଓ ମହନ୍ତ ଯୋଗ ଦେଇଥିଲେ। ସମସ୍ତ ସାଧୁ ସନ୍ଥଙ୍କୁ ବିଦ୍ୟାଳୟ ପରିଚାଳନା ସମିତି ପକ୍ଷରୁ ସମ୍ବର୍ଦ୍ଧିତ କରାଯାଇଥିଲା। ଉତ୍ସବରେ ୧୦୮ ଭାଗବତ ଟୁଙ୍ଗୀ ଅଧିକାରୀ ଓ ସଙ୍କୀର୍ତ୍ତନ ମଣ୍ଡଳୀଙ୍କୁ ମଧ୍ୟ ସମ୍ମାନିତ କରାଯାଇଛି।

ସନ୍ଧ୍ୟା ସମୟରେ ରଙ୍ଗାରଙ୍ଗ ସାଂସ୍କୃତିକ କାର୍ଯ୍ୟକ୍ରମର ଆୟୋଜନ କରାଯାଇଥିଲା। ପ୍ରସିଦ୍ଧ ଓଡ଼ିଶୀ ନୃତ୍ୟଶିଳ୍ପୀ ଶାଶ୍ୱତ ଯୋଶୀ, ନୃତ୍ୟ ନିର୍ଦ୍ଦେଶକ ହରିହର ଦାସ ଏବଂ ସୌରଭ ଭରଦ୍ୱାଜଙ୍କ ଚିତ୍ତାକର୍ଷକ ପ୍ରଦର୍ଶନ ଦର୍ଶକଙ୍କୁ ମନ୍ତ୍ରମୁଗ୍ଧ କରିଥିଲା। ଏହି ଦୁଇ ଦିନିଆ ସମାରୋହକୁ ବିଦ୍ୟାଳୟର ସମସ୍ତ ଆଚାର୍ଯ୍ୟ, ଆଚାର୍ଯ୍ୟା, ପୂର୍ବତନ ଛାତ୍ରଛାତ୍ରୀ ଏବଂ ଅଭିଭାବକ ବୃନ୍ଦ ପରିଚାଳନା କରୁଛନ୍ତି। ଆଜିର ଏହି କାର୍ଯ୍ୟକ୍ରମ ସମଗ୍ର ଅଞ୍ଚଳରେ ଏକ ଭକ୍ତିପୂତ ପରିବେଶ ସୃଷ୍ଟି କରିଛି।


Enter your email to get our daily news in your inbox.

All Right Reserved By Dharitri.Com

କୋରାପୁଟରେ ପ୍ରବଳ ବର୍ଷା ସମ୍ଭାବନା, ଅଧିକାରୀଙ୍କୁ ମୁଖ୍ୟାଳୟ ନଛାଡ଼ିବା ନିର୍ଦ୍ଦେଶ

କୋରାପୁଟ, ୨୧/୯( ଅମିତାଭ ବେହେରା ): ବଙ୍ଗୋପସାଗରରେ ଲଘୁଚାପ ସୃଷ୍ଟି ହୋଇ ଏହା ଅବପାତର ରୂପ ନେବା ନେଇ ଭାରତୀୟ ପାଣିପାଗ ବିଭାଗ (ଆଇଏମ୍‌ଡି) ପକ୍ଷରୁ ସତର୍କ…

୧୪୦ ଅନ୍ତେବାସୀ ହଷ୍ଟେଲ ଛାଡ଼ିବା ଘଟଣା: ୪୬ ଦିନ ପରେ ଉଚ୍ଚସ୍ତରୀୟ ତଦନ୍ତ

ଝରିଗାଁ,୨୧।୯(କିଶୋର ଚନ୍ଦ୍ର ମଣ୍ଡଳ): ମୌଳିକ ସୁବିଧା-ସୁଯୋଗର ଅଭାବ ଏବଂ ନିମ୍ନମାନର ଖାଦ୍ୟ ଯୋଗାଣ ଯୋଗୁ ନବରଙ୍ଗପୁର ଜିଲା ଝରିଗାଁ ବ୍ଲକ ସାନରଟମରା ସରକାରୀ ଉନ୍ନୀତ ଉଚ୍ଚ ବିଦ୍ୟାଳୟ…

ଗଭୀର ଅବପାତ ପ୍ରଭାବ: ୩ ଦିନ ବନ୍ଦ ରହିବ ଗଞ୍ଜାମର ସମସ୍ତ ଅଙ୍ଗନବାଡ଼ି କେନ୍ଦ୍ର

ଛତ୍ରପୁର, ୨୧/୯ (ଦିଲ୍ଲୀପ ସାମଲ/ଦ୍ଵାରକା ପଟ୍ଟନାୟକ) : ଗଭୀର ଅବପାତ ଯୋଗୁ ସମ୍ଭାବ୍ୟ ପ୍ରତିକୂଳ ପାଣିପାଗ ପରିସ୍ଥିତିକୁ ଦୃଷ୍ଟିରେ ରଖି ଗଞ୍ଜାମ ଜିଲା ପ୍ରଶାସନ ପକ୍ଷରୁ ଆଗୁଆ…

ପ୍ରକାଶ ପାଇଲା ଚୂଡ଼ାନ୍ତ ଭୋଟର ତାଲିକା-୨୦୨୬: ବରଗଡ଼ ଜିଲାରେ ୧୧.୧୧ ଲକ୍ଷ ଭୋଟର

ବରଗଡ,୨୧।୯(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାପାଳଙ୍କ କାର୍ଯ୍ୟାଳୟ ସଭାଗୃହଠାରେ ସୋମବାର ଭୋଟର ତାଲିକାର ସ୍ବତନ୍ତ୍ର ସଘନ ସଂଶୋଧନ (ଏସଆଇଆର) ପ୍ରକ୍ରିୟା ଅନ୍ତର୍ଗତ ଚୂଡ଼ାନ୍ତ ଭୋଟର ତାଲିକା-୨୦୨୬ ଆନୁଷ୍ଠାନିକ ଭାବେ…

ଫୁଟ୍‌ବଲ ମ୍ୟାଚ୍‌ ଦେଖି ଫେରୁଥିଲେ ୨ ଯୁବକ, ଧକ୍କା ଦେଲା ଅଜଣା ଗାଡ଼ି: ଘଟଣାସ୍ଥଳରେ…

ବାରିପଦା,୨୧।୯(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ଶୁଳିଆପଦା ବ୍ଲକ କାଳିଆଶୋଳ ନିକଟରେ ସୋମବାର ରାତିରେ ଏକ ଭୟଙ୍କର ସଡ଼କ ଦୁର୍ଘଟଣା ଘଟିଛି ଏକ ଅଜଣା ଗାଡ଼ି ଧକ୍କା…

ପୋଖରୀକୁ ଗାଧୋଇବାକୁ ଯାଇଥିଲେ ନିହାରିକା, ଖସିଗଲା ଗୋଡ଼: ଆଉ ତା’ପରେ…

ଲାଞ୍ଜିଗଡ,୨୧।୯(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ ବ୍ଲକ ଲାଞ୍ଜି ପଞ୍ଚାୟତ ବିଶ୍ୱନାଥପୁର ଥାନା ଅନ୍ତର୍ଗତ ସିନ୍ଧିପଦର ଗ୍ରାମର ଜଣେ ନାବାଳିକାର ପାଣିରେ ବୁଡି ମୃତ୍ୟୁ ଘଟିଛି…

ବହୁମୁଖୀ ଭବନ ଲୋକାର୍ପଣ କଲେ ବିଧାୟକ ସିଦ୍ଧାନ୍ତ ମହାପାତ୍ର: ବାଣ୍ଟିଲେ ଭତ୍ତା

ଦିଗପହଣ୍ଡି, ୨୧।୯ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏନଏସି ଅଞ୍ଚଳରେ ବିଭିନ୍ନ ଉନ୍ନୟନମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ ଅନୁଷ୍ଠିତ ହୋଇଛି। ସୋମବାର ଦିଗପହଣ୍ଡି…

ରାଜ୍ୟସ୍ତରୀୟ ବକ୍ତୃତା ପ୍ରତିଯୋଗିତା ପାଇଁ ମନୋନୀତ ହେଲେ ଆଦିତ୍ୟ: ଖେଳିଗଲା ଖୁସିର ଲହରୀ

ଗୁଡାରି, ୨୧/୯ (ପ୍ରମୋଦ କୁମାର ପତି): ସ୍ଥାନୀୟ ଓଡ଼ିଶା ଆଦର୍ଶ ବିଦ୍ୟାଳୟର ସପ୍ତମ ଶ୍ରେଣୀ ଛାତ୍ର ଆଦିତ୍ୟ ନାରାୟଣ ଗୌଡ଼ ରାଜ୍ୟସ୍ତରୀୟ ବକ୍ତୃତା ପ୍ରତିଯୋଗିତା ପାଇଁ ମନୋନୀତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?